Posted inଖେଳ

ଆଇପିଏଲ୍‌ ଖେଳିବେ କି ନାହିଁ ପନ୍ତ, ମାର୍ଚ୍ଚ ୫ରେ ଆସିପାରେ ବଡ଼ ଅପ୍‌ଡେଟ୍‌…

ନୂଆଦିଲ୍ଲୀ,୨।୩: ଋଷଭ ପନ୍ତ ଏକ ବର୍ଷରୁ ଅଧିକ ସମୟ ଧରି କ୍ରିକେଟରୁ ଦୂରରେ ଅଛନ୍ତି। ଏମିତିରେ ସମସ୍ତେ ତାଙ୍କ ପ୍ରତ୍ୟାବର୍ତ୍ତନକୁ ଅପେକ୍ଷା କରିଛନ୍ତି। ସୁସ୍ଥ ହେବା ପରେ ପ୍ରତ୍ୟାବର୍ତ୍ତନ ପାଇଁ ପନ୍ତ ମଧ୍ୟ କଠିନ ପରିଶ୍ରମ କରୁଛନ୍ତି। ତେବେ ସେ ଏଥର ଆଇପିଏଲ୍‌୨୦୨୪ରେ ଖେଳିବେ ବୋଲି ଆଶା କରାଯାଉଛି। ଏନେଇ ମାର୍ଚ୍ଚ ୫ ତାରିଖରେ ସ୍ଥିତି ସ୍ପଷ୍ଟ ହୋଇଯିବ।

ପନ୍ତ ଆଇପିଏଲରେ ଦିଲ୍ଲୀ କ୍ୟାପିଟାଲ୍ସ ପାଇଁ ଖେଳନ୍ତି। ଦିଲ୍ଲୀ ଫ୍ରାଞ୍ଚାଇଜ୍‌ର କ୍ରିକେଟ ନିର୍ଦ୍ଦେଶକ ସୌରଭ ଗାଙ୍ଗୁଲି ପନ୍ତଙ୍କ ବିଷୟରେ ଏକ ବଡ ଅପ୍‌ଡେଟ୍‌ ଦେଇଛନ୍ତି। ଗାଙ୍ଗୁଲି କହିଛନ୍ତି ଯେ ମାର୍ଚ୍ଚ ୫ରେ ଜାତୀୟ କ୍ରିକେଟ ଏକାଡେମୀରେ ପନ୍ତଙ୍କ ଫିଟନେସ ପରୀକ୍ଷା ହେବ ଯେଉଁଥିରେ ତାଙ୍କୁ ଫିଟ୍‌ ଘୋଷଣା କରାଯିବ। ଏହା ପରେ ମଧ୍ୟ ଆମେ ଅଧିନାୟକତ୍ୱ ପାଇଁ ବିକଳ୍ପଗୁଡ଼ିକ ବିଷୟରେ ବିଚାର କରିବୁ । କାରଣ ଫ୍ରାଞ୍ଚାଇଜ ତାଙ୍କୁ ନେଇ ବହୁତ ଯତ୍ନଶୀଳ ପଦକ୍ଷେପ ନେଉଛି କାରଣ ତାଙ୍କ କ୍ୟାରିଅର୍‌ ବହୁତ ଲମ୍ବା ଅଟେ। ଆମେ ତାଙ୍କୁ ଉତ୍ସାହକୁ ରୋକିବାକୁ ଚାହୁଁନାହୁଁ। ହେଲେ ସେ କିପରି ପ୍ରତିକ୍ରିୟା କରନ୍ତି ତାହା ଉପରେ ଅନେକ କିଛି ନିର୍ଭର କରେ। ତେବେ ପନ୍ତ ଏନସିଏରୁ କ୍ଲିୟରାନ୍ସ ପାଇବା ପରେ ଫ୍ରାଞ୍ଚାଇଜ କ୍ୟାମ୍ପରେ ଯୋଡି ହେବେ ବୋଲି ଗାଙ୍ଗୁଲି କହିଛନ୍ତି।

ଭାରତର ଯୁବ ଉଇକେଟ କିପର-ବ୍ୟାଟ୍ସମ୍ୟାନ ପନ୍ତ ୩୦ ଡିସେମ୍ବର ୨୦୨୨ରେ ଏକ କାର ଦୁର୍ଘଟଣାର ଶିକାର ହୋଇଥିଲେ। ଏଥିରେ ସେ ଗୁରୁତର ଆହତ ହୋଇଥିଲେ। ତାଙ୍କର ଏକ ଲିଗାମେଣ୍ଟ ଆଘାତ ଲାଗିଥିଲା ଯେଉଁଥିପାଇଁ ସେ ଅସ୍ତ୍ରୋପଚାର କରିଥିଲେ। ପନ୍ତ ବର୍ତ୍ତମାନ ପ୍ରତ୍ୟାବର୍ତ୍ତନ କରିବାକୁ ଯାଉଛନ୍ତି ଏବଂ ମାର୍ଚ୍ଚ ୫ ରେ, ସେ ସମ୍ପୂର୍ଣ୍ଣ ଫିଟ ଅଛନ୍ତି କି ନାହିଁ ତାଙ୍କ ବିଷୟରେ ଖବର ଆସିପାରେ।


Enter your email to get our daily news in your inbox.

All Right Reserved By Dharitri.Com

ପୂଜା କମିଟିଗୁଡ଼ିକୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି: ପାର୍ବଣ ପାଇଁ ସମ୍ପୂର୍ଣ୍ଣ ଗ୍ରାଉଣ୍ଡ ରେଣ୍ଟ ଛାଡ଼

ଭୁବନେଶ୍ୱର,୭ା୧୦: ଆଗାମୀ ପାର୍ବଣ ଋତୁକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ପୂଜା କମିଟିଗୁଡ଼ିକ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ଭୁବନେଶ୍ୱର ମହାନଗର ନିଗମ (BMC) ଅଞ୍ଚଳରେ…

ଆସନ୍ତା ୩ ଦିନ ଝଡ଼ବର୍ଷା ସହ ବଜ୍ରପାତ: ସତର୍କ କଲା ପାଣିପାଗ କେନ୍ଦ୍ର

ଭୁବନେଶ୍ୱର, ୭ା୧୦ (ସୌମ୍ୟରଞ୍ଜନ ରାଉତ)- ରାଜ୍ୟରେ କିଛିଦିନ ହେବ ଖରାତାତି ସାଙ୍ଗକୁ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରୁଥିବାବେଳେ ଦିନର ତାପମାତ୍ରା ୩୬ ଡିଗ୍ରୀ ପାର୍‌ କରୁଛି। ତେବେ…

ମୁଖ୍ୟମନ୍ତ୍ରୀଙ୍କ ମା’ଙ୍କ ପରଲୋକ, ଭାବପ୍ରବଣ ହୋଇ କହିଲେ ମୋର ସବୁଠୁ ବଡ଼ ଛାଇ….

ରାଞ୍ଚି,୭।୧୦: ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ମା’ ରୂପୀ ସୋରେନଙ୍କ ପରଲୋକ ହୋଇଛି । ରାଞ୍ଚିର ଏକ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଃଶ୍ୱାସ ତ୍ୟାଗ…

କାଲି ସକାଳ ୬ରୁ ସନ୍ଧ୍ୟା ୬ ଯାଏ ଓଡ଼ିଶା ବନ୍ଦ, ସହଯୋଗ ପାଇଁ ଆହ୍ୱାନ ଦେଲା…

ଭୁବନେଶ୍ୱର,୭।୧୦: ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ଦାବିକୁ ନେଇ ଆସନ୍ତାକାଲି (ଗୁରୁବାର) ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଆହ୍ୱାନ ଦିଆଯାଇଛି। ‘INDIA’ ବ୍ଲକ୍‌…

ରାହୁଲ ଗାନ୍ଧୀଙ୍କୁ ହିମନ୍ତ ବିଶ୍ବ ଶର୍ମାଙ୍କ ଅଲ୍ଟିମେଟମ୍, କହିଲେ ବଙ୍କା କରିପାରିବେନି….

ନୂଆଦିଲ୍ଲୀ,୭।୧୦: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ନେଇ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବ ଶର୍ମା ବଡ଼ ବୟାନ ଦେଇଛନ୍ତି । ବୁଧବାର ଏକ କାର୍ଯ୍ୟକ୍ରମରେ ଉଦ୍‌ବୋଧନ ଦେଇ…

ରାଜ୍ୟରେ ଫେରୁଛି ଛାତ୍ର ସଂସଦ ନିର୍ବାଚନ: ୧୩ ବିଶ୍ୱବିଦ୍ୟାଳୟରେ ଭୋଟ୍‌, ୩ରେ ସିଧାସଳଖ ନେତା ଚୟନ!

ଭୁବନେଶ୍ୱର,୭।୧୦: ରାଜ୍ୟର ବିଶ୍ୱବିଦ୍ୟାଳୟଗୁଡ଼ିକରେ ଛାତ୍ର ସଂସଦ ପ୍ରକ୍ରିୟା ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି। ନିଷ୍ପତ୍ତି ଅନୁଯାୟୀ, ରାଜ୍ୟର ୧୩ଟି ବିଶ୍ୱବିଦ୍ୟାଳୟରେ ଛାତ୍ର ସଂସଦ…

ଚଳନ୍ତା ଟ୍ରେନରୁ ହଠାତ୍ ଡ଼େଇଁ ପଡ଼ିଲେ ଏକାଧିକ ଯାତ୍ରୀ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଲକ୍ଷ୍ନୌ,୭।୧୦: ଉତ୍ତରପ୍ରଦେଶର ବାରାବଙ୍କିରୁ ସାମ୍ନାକୁ ଆସିଛି ଚକିତ କରିଦେବା ଭଳି ଭିଡିଓ । ଚଳନ୍ତା ଟ୍ରେନରୁ ଡେଇଁ ଯାତ୍ରୀମାନେ ଦୌଡ଼ି ପଳାଉଥିବାର ଦୃଶ୍ୟ ଏବେ ସୋସିଆଲ୍ ମିଡିଆରେ…

କଟକରେ ଚାଞ୍ଚଲ୍ୟ: କାଠଯୋଡ଼ି ପଠାରେ ପଡ଼ିଛି ଯୁବତୀଙ୍କ ରକ୍ତରଞ୍ଜିତ ମୃତଦେହ, ବାଦାମବାଡ଼ି ପୋଲିସର…

କଟକ,୭।୧୦: କଟକ କାଠଯୋଡ଼ି ନଦୀପଠାରୁ ଜଣେ ଅଜଣା ଯୁବତୀଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର କରାଯାଇଛି। ପୁରୀଘାଟ ଥାନା ନିକଟସ୍ଥ କାଠଯୋଡ଼ି ପଠାରେ ମୃତଦେହଟି ପଡ଼ିଥିବା ଦେଖିବାକୁ ମିଳିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?