Posted inଖେଳ

ଯଦି ଏଥର ରାଜସ୍ଥାନ ଆଇପିଏଲ୍‌ ଜିତିଯାଏ, ଟିମ୍‌ ଇଣ୍ଡିଆ ଟି୨୦ ବିଶ୍ୱକପ୍‌ ଜିତିବା ନିଶ୍ଚିତ !

ନୂଆଦିଲ୍ଲୀ,୩୦।୪: ଆଇପିଏଲ୍‌ ୨୦୨୪ରେ ରାଜସ୍ଥାନ ରୟାଲ୍ସ ଜବରଦସ୍ତ ପ୍ରଦର୍ଶନ ଜାରି ରଖିଛି। ଯଦି ଏହିପରି ଚାଲେ ତେବେ ଦଳ ଟାଇଟଲ ଜିତିବା ଏକ ପ୍ରକାର ନିଶ୍ଚିତ ବୋଲି କୁହାଯାଉଛି। ଅନ୍ୟ ଏକ ସଂଯୋଗ କ୍ରମେ ରାଜସ୍ଥାନ ଟ୍ରଫି ଜିତିଲେ ଟିମ୍‌ ଇଣ୍ଡିଆ ମଧ୍ୟ ଚଳିତ ଥର ବିଶ୍ୱକପ୍‌ ଜିତିବ ବୋଲି ଚର୍ଚ୍ଚା ହେଉଛି। ଉଭୟ ଟିମ୍‌ ମଧ୍ୟରେ ସ୍ବତନ୍ତ୍ର ସମାନତା ରହିଛି।

କହିବାକୁ ଗଲେ ଦୀର୍ଘ ଏକ ଦଶକରୁ ଅଧିକ ସମୟ ଧରି ଟିମ୍‌ ଇଣ୍ଡିଆ ଆଇସିସି ଟୁର୍ନାମେଣ୍ଟ ଜିତିବାକୁ ଅପେକ୍ଷା କରି ରହିଛି। ଠିକ୍‌ ସେମିତି ରାଜସ୍ଥାନ ମଧ୍ୟ ଆଇପିଏଲ୍‌ ଟ୍ରଫି ଜିତିବା ଲକ୍ଷ୍ୟରେ ରହିଛି। ୨୦୧୩ରେ ଶେଷ ଥର ପାଇଁ ଧୋନୀଙ୍କ ନେତୃତ୍ୱରେ ଦଳ ଆଇସିସି ଟାଇଟଲ ଜିତିଥିଲା। ରାଜସ୍ଥାନ ମଧ୍ୟ ୨୦୦୮ ପରେ ଆଇପିଏଲ୍‌ ଚାମ୍ପିୟନ ହୋଇପାରିନାହିଁ। ଶେନ ଓ୍ବାର୍ନଙ୍କ ନେତୃତ୍ୱରେ ଦଳ ଆଇପିଏଲ୍‌ର ପ୍ରଥମ ସିଜନ ହିଁ ଜିତିପାରିଥିଲା।

ଏଯାବତ ଉଭୟର ପ୍ରଦର୍ଶନ ଦେଖିଲେ ଟୁର୍ନାମେଣ୍ଟ ଆରମ୍ଭରୁ ସମସ୍ତେ ନିଜର ପ୍ରଦର୍ଶନ ବଳରେ ଅନ୍ୟ ଟିମ୍‌କୁ ଡୋମିନେଟ୍‌ କରିଥାନ୍ତି। କିଛିବର୍ଷ ଧରି ରାଜସ୍ଥାନ ସର୍ବଦା ଶ୍ରେଷ୍ଠ ୨ ଟିମ୍‌ରେ ରହି ଆସୁଥିବା ବେଳେ ଟିମ୍‌ ଇଣ୍ଡିଆ ମଧ୍ୟ ସେଭଳି ରହି ଆସିଛି। ହେଲେ ଏସବୁ ସତ୍ତ୍ୱେ ସବୁଥର ଫାଇନାଲ ନଚେତ ତା’ ପୂର୍ବରୁ ଦଳଗୁଡ଼ିକ ପ୍ରଶଂସକଙ୍କ ହୃଦୟ ଭାଙ୍ଗିଥାନ୍ତି।

ଆଇପିଏଲ୍‌ ୨୦୨୪ରେ ରାଜସ୍ଥାନ ଶୀର୍ଷରେ ରହିଛି। ଏମିତିରେ ଯଦି ଦଳ ସେଭଳି ପ୍ରଦର୍ଶନ କରି ଟାଇଟଲ ଜିତିବାରେ ସଫଳ ହୁଏ, ତେବେ ଟିମ୍‌ ଇଣ୍ଡିଆ ମଧ୍ୟ ନିଜର ଆଇସିସି ଟାଇଟଲ ଜିତିବାର ସ୍ବପ୍ନ ପୂରଣ କରିପାରେ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

୩୧ ଅକ୍ଟୋବର ଯାଏ ୩ରାଶିଙ୍କ ଫିଟିଲା ଭାଗ୍ୟ; ଚାକିରିରେ ମିଳିବ ବଡ଼ ପ୍ରମୋଶନ, ହୁ ହୁ ହୋଇ ବଢିବ ଟଙ୍କା…

ବୈଦିକ ଜ୍ୟୋତିଷରେ ଦେବଗୁରୁ ବୃହସ୍ପତିଙ୍କୁ ଜ୍ଞାନ, ଧନ, ସୁଖ, ସନ୍ତାନ ଏବଂ ସୌଭାଗ୍ୟର କାରକ ଗ୍ରହ ଭାବେ ବିବେଚନା କରାଯାଏ। ଗୁରୁ ଯେତେବେଳେ ରାଶି ପରିବର୍ତ୍ତନ କରନ୍ତି,…

କେସିଙ୍ଗା ଅବକାରୀ ଥାନାରେ ନୂଆ ଓଆଇସିଙ୍କ ଯୋଗଦାନ

କେସିଙ୍ଗା,୫ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାରେ ନୂତନ ଭାବେ ମଳୟ ପ୍ରଧାନ ଓଆଇସି ଭାବେ ଯୋଗଦାନ କରିଛନ୍ତି। ସେ ଏହା ପୂର୍ବରୁ ବରଗଡ଼ରେ ଏଆଇସି…

ହୃଦୟ ଜିଣିଲେ ହାର୍ଦ୍ଦିକ ପାଣ୍ଡ୍ୟା: ଭାରତୀୟ ସୈନ୍ୟଙ୍କ ସହ…

ନୂଆଦିଲ୍ଲୀ,୫।୯: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଫଟୋ BSF (ସୀମା ସୁରକ୍ଷା ବଳ) କର୍ମଚାରୀଙ୍କ ସହ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ସେ…

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri