Posted inଖେଳ

ଦକ୍ଷିଣ ଆଫ୍ରିକା ବିପକ୍ଷ ସିରିଜ୍‌:ଭାରତୀୟ ଦଳ ଘୋଷଣା

ମୁମ୍ବାଇ,୨୨।୫: ଆସନ୍ତା ମାସରେ ଦକ୍ଷିଣ ଆଫ୍ରିକା ବିପକ୍ଷ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଏବଂ ଜୁଲାଇରେ ଇଂଲଣ୍ଡ ବିପକ୍ଷରେ ଟେଷ୍ଟ ମ୍ୟାଚ ପାଇଁ ଟିମ ଇଣ୍ଡିଆ ଘୋଷଣା କରାଯାଇଛି। ଟି-୨୦ ସିରିଜ ପାଇଁ କେ.ଏଲ ରାହୁଲଙ୍କୁ ଅଧିନାୟକ କରାଯାଇଛି। ଅଧିନାୟକ ଭାବରେ ଏହା ରାହୁଲଙ୍କ ତୃତୀୟ ସିରିଜ ହେବ। ଏହାପୂର୍ବରୁ ସେ ଜାନୁଆରୀରେ ଦକ୍ଷିଣ ଆଫ୍ରିକା ବିପକ୍ଷ ଏକ ଟେଷ୍ଟ ମ୍ୟାଚରେ ଏବଂ ଆଫ୍ରିକା ବିପକ୍ଷ ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜରେ ଅଧିନାୟକ ହୋଇଥିଲେ। ଟି-୨୦ ସିରିଜ ପାଇଁ ନିୟମିତ ଅଧିନାୟକ ରୋହିତ ଶର୍ମା ଏବଂ ବିରାଟ କୋହଲିଙ୍କୁ ବିଶ୍ରାମ ଦିଆଯାଇଛି। ଏଥି ସହିତ ଇଂଲଣ୍ଡ ବିପକ୍ଷ ଟେଷ୍ଟ ମ୍ୟାଚ୍‌ ପାଇଁ ରୋହିତ ଅଧିନାୟକ ଭାବରେ ପ୍ରତ୍ୟାବର୍ତ୍ତନ କରିବେ ଏବଂ ବିରାଟ କୋହଲି ଦଳକୁ ଫେରିବେ। ଟେଷ୍ଟ ସିରିଜ ପାଇଁ କେ.ଏଲ ରାହୁଲଙ୍କୁ ଉପ-ଅଧିନାୟକ କରାଯାଇଛି।
ଦକ୍ଷିଣ ଆଫ୍ରିକା ବିପକ୍ଷରେ ଘରୋଇ ଟି -୨୦ ସିରିଜ ଜୁନ ୯ରୁ ଆରମ୍ଭ ହେବ ଏବଂ ଜୁନ ୧୯ ପର୍ଯ୍ୟନ୍ତ ଖେଳାଯିବ। ଏହାର ମ୍ୟାଚ ଦିଲ୍ଲୀ, କଟକ, ବିଶାଖାପାଟନମ, ରାଜକୋଟ ଏବଂ ବେଙ୍ଗାଲୁରୁରେ ଖେଳାଯିବ। ଚେତନ ଶର୍ମାଙ୍କ ନେତୃତ୍ୱରେ ଚୟନକର୍ତ୍ତାମାନେ ଆଗାମୀ ଟି -୨୦ ବିଶ୍ୱକପକୁ ଦୃଷ୍ଟିରେ ରଖି ଦଳ ଚୟନ କରିଛନ୍ତି। ଚଳିତ ବର୍ଷ ଅଷ୍ଟ୍ରେଲିଆରେ ଟି -୨୦ ବିଶ୍ୱକପ ଅନୁଷ୍ଠିତ ହେବ। ଏଥିସହିତ ଭାରତୀୟ ଦଳ ଜୁନ ୧୬ରେ ଇଂଲଣ୍ଡ ଗସ୍ତ ପାଇଁ ଯିବ। ଜୁଲାଇ ୧ରୁ ବର୍ମିଂହାମରେ ଟେଷ୍ଟ ମ୍ୟାଚ ଖେଳାଯିବ।
ଟି-୨୦ ଦଳ: କେ.ଏଲ ରାହୁଲ (ଅଧିନାୟକ), ରିତୁରାଜ ଗାଇକ୍ୱାଡ, ଇଶାନ କିଶନ, ଦୀପକ ହୁଡା, ଶ୍ରେୟାସ ଆୟର, ରିଷଭ ପନ୍ତ (ଉପ-ଅଧିନାୟକ/ ଉଇକେଟ୍‌ କିପର୍‌), ଦୀନେଶ କାର୍ତ୍ତିକ (ଉଇକେଟ୍‌ କିପର୍‌), ହାର୍ଦ୍ଦିକ ପାଣ୍ଡ୍ୟା, ଭେଙ୍କଟେଶ ଆୟର, ୟୁଜବେନ୍ଦ୍ର ଚହଲ, କୁଲଦୀପ ଯାଦବ ପଟେଲ, ରବି ବିଶ୍ନୋଇ, ଭୁବନେଶ୍ୱର କୁମାର, ହର୍ଷଲ ପଟେଲ, ଆଭେଶ ଖାନ, ଅର୍ଶଦୀପ ସିଂ, ଉମ୍‌ରାନ ମଲିକ।

ଟେଷ୍ଟ ଦଳ: ରୋହିତ ଶର୍ମା (ଅଧିନାୟକ), କେ.ଏଲ ରାହୁଲ (ଉପ-ଅଧିନାୟକ), ଶୁବମାନ ଗିଲ, ବିରାଟ କୋହଲି, ଶ୍ରେୟାସ ଆୟର, ହନୁମା ବିହାରୀ, ଚେତେଶ୍ୱର ପୂଜାରା, ରିଷଭ ପନ୍ତ (ଉଇକେଟ୍‌ କିପର୍‌), କେ.ଏସ ଭରତ (ଉଇକେଟ୍‌ କିପର୍‌), ରବିନ୍ଦ୍ର ଜାଡେଜା, ରବିଚନ୍ଦ୍ରନ ଅଶ୍ୱିନ, ଶାର୍ଦ୍ଦୁଲ ଠାକୁର, ମହମ୍ମଦ ଶାମି, ଜସପ୍ରୀତ ବୁମ୍‌ରା, ମହମ୍ମଦ ସିରାଜ, ଉମେଶ ଯାଦବ, ପ୍ରସିଦ୍ଧ କ୍ରିଷ୍ଣା।


Enter your email to get our daily news in your inbox.

All Right Reserved By Dharitri.Com

ବାଲ ଧନୁଯାତ୍ରାରେ ରଙ୍ଗସଭା: କମାଲ କଲେ ସତ୍ୟଜିତ

ମଥୁରା ନଗରୀ,୨୭।୧୨:ବରଗଡ଼ ପିଏମ୍‌ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟଠାରେ ଚାଲିଥିବା ବାଲ ଧନୁଯାତ୍ରାର ଦ୍ବିତୀୟ ଦିବସରେ ମହାରାଜ କଂସଙ୍କ ଦରବାରରେ ରଙ୍ଗସଭା ଅନୁଷ୍ଠିତ ହୋଇଥିଲା। ଏହି...

ଭୁବନେଶ୍ବରରେ ପହଞ୍ଚିଲେ ମୁଖ୍ୟ ନିର୍ବାଚନ କମିଶନର, ପୁରୀରେ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରି କୋଣାର୍କ ଯିବେ

ଭୁବନେଶ୍ବର,୨୭/୧୨: ଭାରତର ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ୩ ଦିନିଆ ଓଡ଼ିଶା ଗସ୍ତ ରହିଥିବା ବେଳେ ସେ ଭୁବନେଶ୍ବରରେ ଆସି ପହଞ୍ଚିଛନ୍ତି । ଆଜି ପୁରୀରେ...

କ୍ରିକେଟ୍‌ ଖେଳୁଥିଲେ ଚଳଚ୍ଚିତ୍ର ନିର୍ଦ୍ଦେଶକ, ହଠାତ୍‌ ଟଳିପଡ଼ିଲେ: ଆଉ ତା’ପରେ…

ଟିଟିଲାଗଡ଼,୨୮ା୧୨(ଶରତ ମିଶ୍ର):ଟିଟିଲାଗଡ଼ ଖେଳପଡିଆରେ ଶୁକ୍ରବାର କ୍ରିକେଟ୍‌ ଖେଳୁଥିବା ଜଣେ ଚଳଚ୍ଚିତ୍ର ନିର୍ଦ୍ଦେଶକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବଲାଙ୍ଗୀର ଜିଲା ଟିଟିଲାଗଡ଼ ଥାନା ଅଧୀନ ହାଇସ୍କୁଲପଡା...

୪ ଦିନ ପରେ ବଢ଼ିବ ତାପମାତ୍ରା: କୋରାପୁଟ ସବୁଠୁ ଥଣ୍ଡା

ଭୁବନେଶ୍ୱର,୨୭ା୧୨(ବନ୍ଦନା ସେଠୀ):ରାଜ୍ୟରେ ଲଗାତର ଭାବେ ଥଣ୍ଡାର ପ୍ରକୋପ ଜାରି ରହିଛି। ଏହା ସାଙ୍ଗକୁ ବିଭିନ୍ନ ଜିଲାରେ ଘନ କୁହୁଡି ଯାତାୟାତରେ ସମସ୍ୟା ଉପୁଜାଉଛି। ରାଜ୍ୟରେ ମୁଖ୍ୟତଃ...

ବ୍ରେକ ଫେଲ୍ ହୋଇ ଟ୍ରକ ଦୁର୍ଘଟଣା, ୧୬ ନଂ ଜାତୀୟ ରାଜପଥରେ ଗାଡି ଚଳାଚଳ ବାଧାପ୍ରାପ୍ତ

ଭଦ୍ରକ, ୨୭/୧୨(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥର ଧାମରା ବ୍ରିଜ ତଳେ ରାସ୍ତାରେ ଟ୍ରକ ଦୁର୍ଘଟଣା ହୋଇଛି । ଫଳରେ ଏକ ଦୁର୍ଘଟଣା ଗ୍ରସ୍ତ ଟ୍ରକ...

ଦୋକାନରେ ଶୋଇଥବା ବେଳେ ଲାଗିଗଲା ନିଆଁ, ଦୋକାନୀ ଜୀବନ୍ତଦଗ୍ଧ

ପାଟକୁରା ୨୭/୧୨(ରବୀନ୍ଦ୍ର ନାଥ ବାରିକ ): କେନ୍ଦ୍ରାପଡା ଜିଲା ଗରଦପୁର ବ୍ଳକ ଅଧୀନ କଳାବୁଦା ବାରୁଣୀ ବଜାରରେ ଶନିବାର ଏକ ଦୁଃଖଦ ଘଟଣା ଘିଟିଛି ।...

ଭାଷଣ ଦେଉଥିଲେ ଭାଜପା ଏମ୍‌ପି. ଆକ୍ରମଣ କଲା ମହୁମାଛି: ଆଉ ତା’ପରେ…

ଲକ୍ଷ୍ନୌ,୨୭।୧୨: ଉତ୍ତର ପ୍ରଦେଶର ଦେଓରିଆର ରବିନ୍ଦ୍ର କିଶୋର ଶାହି ଷ୍ଟାଡିୟମରେ ସଂସଦୀୟ କ୍ରୀଡା ପ୍ରତିଯୋଗିତା ଅନୁଷ୍ଠିତ ହେଉଥିଲା। କ୍ରୀଡା ମହୋତ୍ସବର ଶେଷ ପର୍ଯ୍ୟାୟ ଶେଷ ହୋଇଥିଲା।...

ପୋଲକୁ ଧକ୍କା ଦେଇ ଓଲଟିଲା ଟୁରିଷ୍ଟ ଗାଡ଼ି, ୭ଜଣ ଆହତ

ସମ୍ବଲପୁର: ରେଢ଼ାଖୋଲ ରାସ୍ତାରେ ସଡ଼କ ଦୁର୍ଘଟଣା । ଭୁବନେଶ୍ୱରରୁ ସମ୍ବଲପୁର ଯିବା ବେଳେ ଦୁର୍ଘଟଣା ଘଟିଥିବା ସୂଚନା ରହିଛି । ପୋଲକୁ ଧକ୍କା ଦେଇ ଓଲଟିପଡିଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri