Posted inଖେଳ

ଟି୨୦ ବିଶ୍ୱକପ୍‌ ଜିତି ପାରିବ ନାହିଁ ଟିମ୍‌ ଇଣ୍ଡିଆ…କୋହଲିଙ୍କ ନାଁ ନେଇ ଏ କ’ଣ କହିଦେଲେ…

ନୂଆଦିଲ୍ଲୀ,୧୭।୫: ଆଉ କିଛି ଦିନର ବ୍ୟବଧାନ ପରେ ଆରମ୍ଭ ହେବାକୁ ଯାଛି ଟି୨୦ ବିଶ୍ୱକପ୍‌। ଏହାକୁ ନେଇ ପ୍ରଶଂସକ ଦିନ ଗଣିବା ଆରମ୍ଭ କରିଦେଇଥିବା ବେଳେ କ୍ରିକେଟ ବିଶେଷଜ୍ଞମାନେ ଭବିଷ୍ୟବାଣୀ କରୁଥିବା ଦେଖାଯାଉଛି। ଏହି କ୍ରମରେ ଅଷ୍ଟ୍ରେଲିଆର ପୂର୍ବତନ ଟେଷ୍ଟ ଅଧିନାୟକ ଟିମ୍‌ ପେନ୍‌ କହିଛନ୍ତି ଯେ ଏଥର ମଧ୍ୟ ଭାରତ ବିଶ୍ୱକପ୍‌ ଜିତିପାରିବ ନାହିଁ। ତେବେ ଏହା ପଛରେ କୋହଲିଙ୍କୁ ମୁଖ୍ୟ କାରଣ ବୋଲି ସେ କହିଛନ୍ତି।

ଶେଷ ଥର ପାଇଁ ୨୦୦୭ରେ ବିଶ୍ୱକପ୍‌ ଜିତିଥିଲା ଟିମ୍‌ ଇଣ୍ଡିଆ। ଏହାକୁ ୧୭ ବର୍ଷ ବିତିସାରିଛି। ଅପରପକ୍ଷେ ଦଳ ୧୩ ବର୍ଷ ହେଲାଣି କୌଣସି ଆଇସିସି ଟ୍ରଫି ମୁହଁ ଦେଖିନାହିଁ। ଏମିତିରେ ଏଥର ବିଶ୍ୱକପ୍‌ ଆମର ବୋଲି ଭାରତୀୟ ପ୍ରଶଂସକ କହିବା ଆରମ୍ଭ କରିଥିଲେ। ହେଲେ ଟିମ୍‌ ପେନ୍‌ ସେଭଳି ହେବ ନାହିଁ ବୋଲି କହିଛନ୍ତି।
‘ଆରାଉଣ୍ଡ ଦ ଓ୍ବିକେଟ’ ପୋଡକାଷ୍ଟରେ ପେନ୍‌ କହିଛନ୍ତି, ବିରାଟ କୋହଲି ଯଦି ରନ୍‌ ନ କରନ୍ତି ତେବେ ଭାରତ ଟି୨୦ ବିଶ୍ୱକପ୍‌ ଜିତିବା ମୁସ୍କିଲ ହେବ। କୋହଲିଙ୍କ ରନ୍‌ ଏବଂ ଭାରତର ବିଶ୍ୱକପ୍‌ର ସିଧା କନେକ୍ସନ ରହିଛି। କାରଣ ବର୍ତ୍ତମାନ ସମୟରେ ଭାରତୀୟ ବ୍ୟାଟ୍ସମ୍ୟାନ୍‌ ଖରାପ ଫର୍ମରେ ଅଛନ୍ତି। ଟପ୍‌ ୪ରେ କେବଳ କୋହଲି ଫର୍ମରେ ନଜର ଆସୁଛନ୍ତି। ଏହାଛଡ଼ା ବିଶ୍ୱକପ୍‌ ଭଳି ବଡ଼ ଟୁର୍ନାମେଣ୍ଟରେ ସେ ଭଲ ପ୍ରଦର୍ଶନ କରନ୍ତି ବୋଲି ସେ କହିଛନ୍ତି।

ଆଇପିଏଲ୍‌ରେ କୋହଲିଙ୍କ ପ୍ରଦର୍ଶନ ଦେଖିଲେ ସେ ଏହି ସିଜନରେ ୧୩ ମ୍ୟାଚ୍‌ରେ ୧୫୫ ଷ୍ଟ୍ରାଇକ୍‌ ରେଟ୍‌ରେ ୬୬୧ ରନ୍‌ କରିଛନ୍ତି। ତାଙ୍କ ବିସ୍ଫୋରକ ବ୍ୟାଟିଂ ଯୋଗୁ ଦଳ ପ୍ଲେଅଫ୍‌ ଦୌଡ଼ କୁ ଫେରିଛି। ଯଦି ସେ ଏହି ଫର୍ମରେ ରୁହନ୍ତି ତେବେ ଭାରତ ବିଶ୍ୱକପ୍‌ ଦାବିଦାର ହୋଇପାରେ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ: ସମୀକ୍ଷା କଲେ ଆସିକା ଏମ୍‌ପି

ଛତ୍ରପୁର,୭ା୩(ଦିଲ୍ଲୀପ ସାମଲ): ସ୍ଥାନୀୟ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ(ଦିଶା) ଅନୁଷ୍ଠିତ ହୋଇଥିଲା। ବୈଠକରେ କମିଟିର ଅଧ୍ୟକ୍ଷା ତଥା ଆସିକା…

ଯୁଦ୍ଧ ଭିତରେ ପାକିସ୍ତାନକୁ ଶକ୍ତ ଝଟ୍‌କା, ବରବାଦ୍‌ ହୋଇଯିବ ପାକ୍‌

ଇସଲାମବାଦ,୭।୩: ପାକିସ୍ତାନ ଏବେ ମଧ୍ୟପ୍ରାଚ୍ୟରେ ଯୁଦ୍ଧର ପରିଣାମ ମଧ୍ୟ ଭୋଗୁଛି। କାତାର ପାକିସ୍ତାନକୁ ଏକ ଫୋର୍ସ ମ୍ୟାଜିଅର ନୋଟିସ ଜାରି କରିଛି। ଏହାର ଅର୍ଥ ହେଉଛି ଯେ…

ପଡ଼ୋଶୀ ଦେଶକୁ କ୍ଷମା ମାଗିବା ସହ ଧମକ ଦେଲେ ଇରାନ ରାଷ୍ଟ୍ରପତି! କହିଲେ, ‘ ଆମେ ସେ ପର୍ଯ୍ୟନ୍ତ ଆକ୍ରମଣ କରିବୁ ନାହିଁ ଯେପର୍ଯ୍ୟନ୍ତ…’

ତେହରାନ,୭।୩: ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ପଡ଼ୋଶୀ ଦେଶ ଉପରେ ଆକ୍ରମଣ କରିବାକୁ ନେଇ କ୍ଷମା ପ୍ରାର୍ଥନା କରିଛନ୍ତି। ରାଷ୍ଟ୍ରପତି ସରକାରୀ ଟେଲିଭିଜନରେ ପୂର୍ବରୁ ରେକର୍ଡ ହୋଇଥିବା…

ପଙ୍ଖାରେ ଝୁଲୁଥିଲା ବୃଦ୍ଧଙ୍କ ମୃତଦେହ, ଘର ଆଗରେ ପଡ଼ିଛି କୁରାଢ଼ି, ବୋହୂଙ୍କ ମୁଣ୍ଡ ଫାଟିଛି, କହିଲେ ଶ୍ୱଶୁର…

ପାରାଦୀପ,୭ା୩(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଭୁତମୁଣ୍ଡାଇ ଗ୍ରାମରେ ଶନିବାର ସକାଳୁ ଜଣେ ଶତାୟୁ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଥିଲା। ମୃତକ…

ଫାଇନାଲ ମ୍ୟାଚ ପୂର୍ବରୁ ଟିମ ଇଣ୍ଡିଆକୁ ଖୋଲା ଚ୍ୟାଲେଞ୍ଜ ଦେଲେ Mitchell Santner, କହିଲେ…

ନୂଆଦିଲ୍ଲୀ,୭।୩: ରବିବାର ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ୨୦୨୬ ଟି୨୦ ବିଶ୍ୱକପର ଫାଇନାଲ ଖେଳାଯିବ। ଏହି ଦୁଇ ଦଳ ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ମୁହାଁମୁହିଁ ହେବେ।…

କମାଲ୍‌ କଲେ ସାରା ଅର୍ଜୁନ: ଧୂରନ୍ଧର: ଦି ରିଭେଞ୍ଜରେ…

‘ଧୂରନ୍ଧର: ଦି ରିଭେଞ୍ଜ’ର ଟ୍ରେଲର ରିଲିଜ ହୋଇଛି। ଦର୍ଶକ ଏହାକୁ ବେଶ୍‌ ପସନ୍ଦ କରିଛନ୍ତି। ଏହି ଟ୍ରେଲର ଏବେ ସୋସିଆଲ ମିଡିଆରେ ଟ୍ରେଣ୍ଡ କରୁଛି। ଦର୍ଶକ ପୁଣି…

ବରଗଡ଼ରେ ଆଇନଶୃଙ୍ଖଳା ପରିସ୍ଥିତି ହୁଗୁଳା, ସ୍ପଷ୍ଟ ଦିବାଲୋକରେ ଟ୍ରକ୍‌ ଚାଳକଙ୍କୁ ଛୁରାମାଡ଼

ବରଗଡ଼,୭ା୩(ପ୍ରେମାନନ୍ଦ ଖମାରୀ): ଶାନ୍ତିପ୍ରିୟ ବରଗଡ଼ ଜିଲାରେ ଆଇନଶୃଙ୍ଖଳା ପରିସ୍ଥିତି ହୁଗୁଳା ହୋଇପଡ଼ିଛି। ଦିନ ଦ୍ବିପ୍ରହରରେ ଏଠାକାର ବିଚ୍‌ ରାସ୍ତା ଉପରେ ଛୁରି, ଭୁଜାଲି ବୁଲୁଛି। ଛୁରି, ଭୁଜାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri