Posted inଖେଳ

India vs England Semifinal: ଓ୍ବାଙ୍ଖଡେରେ ମହାଲଢ଼େଇ; ଟସ୍‌ ହାରିଲେ ସୂର୍ଯ୍ୟକୁମାର, ପ୍ରଥମେ ବ୍ୟାଟିଂ କରିବ…

ମୁମ୍ବାଇ,୫।୩: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ହେବାକୁ ଥିବା ଦ୍ୱିତୀୟ ସେମିଫାଇନାଲକୁ ନେଇ ଏବେ କ୍ରିକେଟ ପ୍ରେମୀଙ୍କ ମଧ୍ୟରେ ଉତ୍ସାହ ଚରମ ସୀମାରେ ପହଞ୍ଚିଛି। ଟି-୨୦ ବିଶ୍ୱକପ ଇତିହାସରେ ଏହି ଦୁଇ ଦଳ ଷଷ୍ଠ ଥର ପାଇଁ ପରସ୍ପରର ସାମ୍ନା କରୁଛନ୍ତି। ଗୁରୁବାର ଖେଳାଯାଉଥିବା ଏହି ମୁକାବିଲାରେ ଇଂଲଣ୍ଡ ଟସ୍‌ ଜିତି ଭାରତକୁ ବ୍ୟାଟିଂ ପାଇଁ ଆମନ୍ତ୍ରଣ କରିଛନ୍ତି।

ପୂର୍ବରୁ ହୋଇଥିବା ୫ଟି ମୁକାବିଲାରେ ଭାରତ ୩-୨ ବ୍ୟବଧାନରେ ଇଂଲଣ୍ଡଠାରୁ ଆଗରେ ଅଛି। ଅର୍ଥାତ ୫ ମ୍ୟାଚ ମଧ୍ୟରୁ ଭାରତ ୩ଟିରେ ବିଜୟୀ ହୋଇଥିବା ବେଳେ ଇଂଲଣ୍ଡ ୨ଟି ମ୍ୟାଚ ଜିତିବାରେ ସଫଳ ହୋଇଛି। ମୁମ୍ବାଇର ଐତିହାସିକ ୱାଙ୍ଖେଡ଼େ ଷ୍ଟାଡିୟମରେ ଏହି ଦ୍ୱିତୀୟ ସେମିଫାଇନାଲ ଖେଳାଯାଉଛି। ଉଭୟ ଦଳ ପାଇଁ ଏହି ମ୍ୟାଚ ଜିତିବା ଅତ୍ୟନ୍ତ ଜରୁରୀ ହୋଇପଡ଼ିଛି। କାରଣ ଏହାକୁ ହାରିବା ଦଳର ବିଶ୍ୱକପ ଅଭିଯାନ ଶେଷ ହେବ ଏବଂ ଜିତିଲେ ସିଧା ଫାଇନାଲ ଟିକେଟ ମିଳିବ। ଏହି ମ୍ୟାଚ୍ର ବିଜେତା ଦଳ ଫାଇନାଲରେ ନ୍ୟୁଜିଲ୍ୟାଣ୍ଡକୁ ଭେଟିବ।

ଟି-୨୦ ବିଶ୍ୱକପ ସେମିଫାଇନାଲରେ ଭାରତ-ଇଂଲଣ୍ଡ ତୃତୀୟ ଥର ପାଇଁ ମୁହାଁମୁହିଁ ହେଉଛନ୍ତି। ୨୦୨୨ ବିଶ୍ୱକପରେ ଇଂଲଣ୍ଡ ୧୦ ଉଇକେଟରେ ଭାରତକୁ ପରାସ୍ତ କରିଥିଲା। ସେହିଭଳି ୨୦୨୪ ବିଶ୍ୱକପରେ ଭାରତ ପ୍ରତିଶୋଧ ନେଇ ଇଂଲଣ୍ଡକୁ ହରାଇଥିଲା।

ତେବେ ଏହି ଦୁଇ ଦଳ ମଧ୍ୟରେ ଏକ ଅଜବ ସଂଯୋଗ  ରହିଛି। ବିଶ୍ୱକପ୍‌ରେ କୌଣସି ବି ଦଳ ପରସ୍ପର ବିରୋଧରେ ଲଗାତାର ଦୁଇଟି ମ୍ୟାଚ ଜିତିପାରି ନାହାନ୍ତି। ଗୋଟିଏ ମ୍ୟାଚ ଭାରତ ଜିତିଲେ ପରବର୍ତ୍ତୀ ମ୍ୟାଚ ଇଂଲଣ୍ଡ ଜିତୁଛି। ଯେହେତୁ ଗତ ମୁକାବିଲାରେ ଭାରତ ଜିତିଥିଲା, ତେଣୁ ଏହି ପରମ୍ପରାକୁ ଭାଙ୍ଗି ପୁଣିଥରେ ବିଜୟୀ ହେବା ଭାରତ ପାଇଁ ଏକ ବଡ଼ ଚ୍ୟାଲେଞ୍ଜ ହେବ ବୋଲି କୁହାଯାଉଛି।

ଇଂଲଣ୍ଡ ଦଳରେ ଗୋଟିଏ ପରିବର୍ତ୍ତନ:(Playing XI)
ଫିଲ୍ ସଲ୍ଟ, ଜୋସ୍ ବଟଲର୍, ହ୍ୟାରି ବ୍ରୁକ୍ (ଅଧିନାୟକ), ଜାକବ୍ ବେଥେଲ୍, ଟମ୍ ବାଣ୍ଟନ୍, ସାମ୍ କରନ୍, ୱିଲ୍ ଜାକ୍ସ, ଜେମି ଓଭରଟନ୍, ଲାୟମ୍ ଡସନ୍, ଜୋଫ୍ରା ଆର୍ଚର୍, ଆଦିଲ୍ ରଶିଦ୍।

ଭାରତର ପ୍ଲେଇଙ୍ଗ୍ ଇଲେଭେନ୍ (Playing XI):
ଅଭିଷେକ ଶର୍ମା, ସଞ୍ଜୁ ସାମସନ୍, ଇଶାନ କିଷାନ, ତିଲକ ବର୍ମା, ସୂର୍ଯ୍ୟକୁମାର ଯାଦବ (ଅଧିନାୟକ), ହାର୍ଦ୍ଦିକ ପାଣ୍ଡ୍ୟା, ଶିବମ ଦୁବେ, ଅକ୍ଷର ପଟେଲ, ଅର୍ଶଦୀପ ସିଂହ, ଜସପ୍ରୀତ ବୁମ୍ରା, ବରୁଣ ଚକ୍ରବର୍ତ୍ତୀ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ରୋହିତ ଶର୍ମାଙ୍କ ଭବିଷ୍ୟତ ବିଷୟରେ BCCI କେବେ ନେବ ନିଷ୍ପତ୍ତି? ସାମ୍ନାକୁ ଆସିଲା ତାରିଖ

ନୂଆଦିଲ୍ଲୀ,୫।୯: ଭାରତୀୟ ODI ଦଳରେ ରୋହିତ ଶର୍ମାଙ୍କ ଭବିଷ୍ୟତ କ’ଣ ଅଛି, ଏବଂ ସେ କ’ଣ 2027 ODI ବିଶ୍ୱକପ ପାଇଁ ଯୋଜନାର ଅଂଶ ହେବେ? ଏହି…

ଜୁନ୍‌ରେ ଅବସରପ୍ରାପ୍ତ ଶିକ୍ଷକଙ୍କ ଘରୁ ଚୋରି କରିଥିଲେ ଲକ୍ଷାଧିକ ଟଙ୍କାର ସୁନାଗହଣା: ୨ ଜଣଙ୍କୁ ଧରି…

ଝରିଗାଁ,୫ା୯(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ପୋଲିସକୁ ମିଳିଛି ବଡ଼ ସଫଳତା। ଝରିଗାଁ ଥାନା ଅଞ୍ଚଳରେ ଗତ ଜୁନ୍‌ ମାସରେ ଲକ୍ଷାଧିକ ଟଙ୍କା ସହ ସୁନା…

‘ଆମେରିକା-ଭାରତ ମଧ୍ୟରେ ଥିବା ଦୃଢ଼ ସମ୍ପର୍କକୁ ନେଇ ବିଶ୍ୱ ଈର୍ଷା କରୁଛି,’ ପ୍ରଧାନମନ୍ତ୍ରୀ ମୋଦିଙ୍କ ପ୍ରଶଂସା କରି ଆମେରିକୀୟ ରାଷ୍ଟ୍ରଦୂତ କହିଲେ..

ନୂଆଦିଲ୍ଲୀ,୫।୯: ଭାରତରେ ଅବସ୍ଥାପିତ ଆମେରିକୀୟ ରାଷ୍ଟ୍ରଦୂତ ସର୍ଗିଓ ଗୋର୍‌ ଭାରତ ଏବଂ ଆମେରିକା ମଧ୍ୟରେ ସହଭାଗୀତାର ଶକ୍ତି ଉପରେ ଗୁରୁତ୍ୱାରୋପ କରିଛନ୍ତି। ସେ ନୂଆଦିଲ୍ଲୀ ଏବଂ ୱାଶିଂଟନ…

ନେପାଳ ବନ୍ୟା: ମୃତ୍ୟୁ ସଂଖ୍ୟା ୧୩୦୦ ଅତିକ୍ରମ କଲା, ଉଦ୍ଧାର ହୋଇଛନ୍ତି ୧୬୯ ଭାରତୀୟ

କାଠମାଣ୍ଡୁ,୫।୯: ନେପାଳରେ ବନ୍ୟାରେ ମୃତ୍ୟୁ ସଂଖ୍ୟା ପ୍ରାୟ ୧୩୦୦କୁ ବୃଦ୍ଧି ପାଇଛି। ଏହି ପ୍ରାକୃତିକ ବିପର୍ଯ୍ୟୟର ଆଜି ୧୧ତମ ଦିନ। ଉଲ୍ଲେଖନୀୟ ଯେ ୨୬ ଅଗଷ୍ଟ ସକାଳେ…

ସିମନବାଡ଼ି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଗୁରୁଦିବସ: ବର୍ଷୀୟାନ ଶିକ୍ଷକଙ୍କୁ…

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ସର୍ବପଲ୍ଲୀ ରାଧାକ୍ରିଷ୍ଣନ୍‌ଙ୍କ ଜନ୍ମଦିବସ ତଥା ପବିତ୍ର ଗୁରୁଦିବସ ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ପାଳିତ ହୋଇଯାଇଛି। ଏହି ଅବସରରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି…

ମିଳିଲାନି ଝଡ଼ବର୍ଷା କ୍ଷତିପୂରଣ: ରାଜରାସ୍ତାକୁ ଓହ୍ଲାଇଲେ କ୍ଷତିଗ୍ରସ୍ତ

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ଚକରକେନ୍ଦ ଗ୍ରାମରେ ଗତ ଜୁଲାଇ ୨୮ ତାରିଖ ସାରେ ହୋଇଥିବା ଝଡ଼ବର୍ଷାରେ ବ୍ୟାପକ କ୍ଷୟକ୍ଷତି ହୋଇଥିଲା। ଘରଦ୍ୱାର ଭାଙ୍ଗିବା ସହିତ ଚାଷଜମି…

କଳଙ୍କିତ ଘଟଣା: ୭ ବର୍ଷର ଝିଆରୀଙ୍କୁ ବଡ଼ବାପାଙ୍କ ଯୌନ ନିର୍ଯାତନା, ପୋଲିସ ଆଗରେ ସବୁ କଥା ପ୍ରକାଶ କରିବା ପରେ…

ମହାକାଳପଡ଼ା,୫ା୯( ପ୍ରତାପ ଚନ୍ଦ୍ର ସ୍ବାଇଁ ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ତନ୍ତିଆପାଳ ସାମୁଦ୍ରିକ ଥାନା ଅଞ୍ଚଳରେ ଏକ ଅତ୍ୟନ୍ତ ସମ୍ବେଦନଶୀଳ ତଥା ହୃଦୟବିଦାରକ ଘଟଣା…

ଚିତାବାଘ, ଭାଲୁ ସହ ଜଙ୍ଗଲୀ କୁକୁରର ଭୟ…, ଏହାକୁ ଖାତିର ନକରି ଦୁଇ ଭଉଣୀଙ୍କୁ ପାଠ ପଢ଼ାଇବା ପାଇଁ ଜଙ୍ଗଲ ମଧ୍ୟରେ ୫ କିଲୋମିଟର ଚାଲି ଚାଲି ଯାଉଛନ୍ତି ଶିକ୍ଷକ

ମୁମ୍ବାଇ,୪।୯: ଜଣେ ଶିକ୍ଷକଙ୍କ ଶିକ୍ଷା ପ୍ରତି ଆଗ୍ରହ ଏବଂ ପିଲାମାନଙ୍କ ଭବିଷ୍ୟତ ଗଠନ ପ୍ରତି ତାଙ୍କର ଉତ୍ସର୍ଗତାର ଏକ ପ୍ରେରଣାଦାୟକ ଉଦାହରଣ ମହାରାଷ୍ଟ୍ରର କୋହ୍ଲାପୁର ଜିଲାରୁ ସାମ୍ନାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri