Posted inଖେଳ

ଲାଇଭ୍‌ ମ୍ୟାଚ୍‌ରେ IPL ନିୟମ ଉଲ୍ଲଂଘନ; ୪୮ ଘଣ୍ଟା ପରେ ମୁମ୍ବାଇ ଟିମ୍‌ର କୋଚ୍‌-ବ୍ୟାଟ୍ସମ୍ୟାନ୍‌ଙ୍କ ଉପରେ ବଡ଼ କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୨୦।୪: ଆଇପିଏଲ୍‌ ନିୟମ ଉଲ୍ଲଂଘନ କରିବା ପଡ଼ିଲା ମହଙ୍ଗା। ମୁମ୍ବାଇ ଇଣ୍ଡିଆନ୍ସ ବ୍ୟାଟିଂ କୋଚ୍‌ କିରନ୍‌ ପୋଲାର୍ଡ ଏବଂ ବ୍ୟାଟ୍ସମ୍ୟାନ୍‌ ଟିମ୍‌ ଡେଭିଡ୍‌ଙ୍କୁ ଲାଇଭ୍‌ ମ୍ୟାଚ୍‌ରେ ସୀମା ଅତିକ୍ରମ କରିବା ଲାଗି ଜରିମାନା କରାଯାଇଛି। ପଞ୍ଜାବ କିଙ୍ଗ୍ସ ବିପକ୍ଷ ମ୍ୟାଚ୍‌ରେ ଆଇପିଏଲ୍‌ ନିୟମ ଭାଙ୍ଗିଥିବା ଯୋଗୁ ଦୁହେଁ ମ୍ୟାଚ୍‌ ଫିସ୍‌ର ୨୦% ଜରିମାନା ଗଣିବେ।

ଏହି ମ୍ୟାଚ୍‌ରେ ମୁମ୍ବାଇ ଇନିଂସର ୧୫ତମ ଓଭରର ଶେଷ ବଲ୍‌ରେ କ୍ରିଜ୍‌ରେ ଥିବା ସୂର୍ଯ୍ୟକୁମାର ଯାଦବଙ୍କ ପାଇଁ ଓ୍ବାଇଡ୍‌କୁ ନେଇ ରିଭ୍ୟୁ(ସମୀକ୍ଷା) କରିବା ନିଷ୍ପତ୍ତିକୁ ମୁମ୍ବାଇ ଡଗ୍‌ଆଉଟ୍‌ ପକ୍ଷରୁ ଆସିଥିଲା। ଏନେଇ ସଙ୍କେତ ଦେଇଥିଲେ କିରନ୍‌ ପୋଲାର୍ଡ ଏବଂ ଟିମ୍‌ ଡେଭିଡ୍‌। ଟିଭି ରିପ୍ଲେ ଦେଖିବା ପରେ ଦୁହେଁ ରିଭ୍ୟୁ କରିବାକୁ ସୂର୍ଯ୍ୟକୁମାରଙ୍କୁ ଠାରରେ କହିଥିଲେ।

ଏହି ସଙ୍କେତକୁ ପଞ୍ଜାବ କିଙ୍ଗ୍ସ ଅଧିନାୟକ ସାମ କୁରାନ୍‌ ବିରୋଧ କରିଥିଲେ। ହେଲେ ପରେ ଫିଲ୍ଡ ଅମ୍ପାୟାର ତାକୁ ଅଣଦେଖା କରିଥିଲେ। ଏବେ ଘଟଣାର ୪୮ ଘଣ୍ଟା ପରେ ଉଭୟଙ୍କ ଉପରେ କାର୍ଯ୍ୟାନୁଷ୍ଠାନସ୍ବରୂପ ମ୍ୟାଚ୍‌ ଫିସ୍‌ର ୨୦% ଜରିମାନା ଲଗାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପଟ୍ଟାଙ୍ଗିରେ ପହଞ୍ଚିଲା ଲୋକ ଅଧିକାର ଯାତ୍ରା : ବଞ୍ଚିବା ପାଇଁ ଲଢେଇ କର

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ଭରି ରହିଥିବା ବକ୍ସାଇଟ ଖଣି, ପାହାଡ଼ ତଥା ପ୍ରାକୃତିକ ସମ୍ପଦର ସୁରକ୍ଷା ପାଇଁ ବାହାରିଥିବା ଲୋକ ଅଧିକାର ଯାତ୍ରା ଶନିବାର କୋରାପୁଟ…

‘ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଉଜ୍ବଳ ହେଲେ ପୃଥିବୀ ଉଜ୍ଜ୍ୱଳ ହେବ’

ପୁରୁଷୋତ୍ତମପୁର,୭।୩(ସବିିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜର ବାର୍ଷିକ ଉତ୍ସବ ଅଧ୍ୟକ୍ଷ ଡ. ପ୍ରଦୀପ କୁମାର ସାହୁଙ୍କ ପୌରୋହିତ୍ୟରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ…

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ: ସମୀକ୍ଷା କଲେ ଆସିକା ଏମ୍‌ପି

ଛତ୍ରପୁର,୭ା୩(ଦିଲ୍ଲୀପ ସାମଲ): ସ୍ଥାନୀୟ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ(ଦିଶା) ଅନୁଷ୍ଠିତ ହୋଇଥିଲା। ବୈଠକରେ କମିଟିର ଅଧ୍ୟକ୍ଷା ତଥା ଆସିକା…

ଯୁଦ୍ଧ ଭିତରେ ପାକିସ୍ତାନକୁ ଶକ୍ତ ଝଟ୍‌କା, ବରବାଦ୍‌ ହୋଇଯିବ ପାକ୍‌

ଇସଲାମବାଦ,୭।୩: ପାକିସ୍ତାନ ଏବେ ମଧ୍ୟପ୍ରାଚ୍ୟରେ ଯୁଦ୍ଧର ପରିଣାମ ମଧ୍ୟ ଭୋଗୁଛି। କାତାର ପାକିସ୍ତାନକୁ ଏକ ଫୋର୍ସ ମ୍ୟାଜିଅର ନୋଟିସ ଜାରି କରିଛି। ଏହାର ଅର୍ଥ ହେଉଛି ଯେ…

ପଡ଼ୋଶୀ ଦେଶକୁ କ୍ଷମା ମାଗିବା ସହ ଧମକ ଦେଲେ ଇରାନ ରାଷ୍ଟ୍ରପତି! କହିଲେ, ‘ ଆମେ ସେ ପର୍ଯ୍ୟନ୍ତ ଆକ୍ରମଣ କରିବୁ ନାହିଁ ଯେପର୍ଯ୍ୟନ୍ତ…’

ତେହରାନ,୭।୩: ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ପଡ଼ୋଶୀ ଦେଶ ଉପରେ ଆକ୍ରମଣ କରିବାକୁ ନେଇ କ୍ଷମା ପ୍ରାର୍ଥନା କରିଛନ୍ତି। ରାଷ୍ଟ୍ରପତି ସରକାରୀ ଟେଲିଭିଜନରେ ପୂର୍ବରୁ ରେକର୍ଡ ହୋଇଥିବା…

ପଙ୍ଖାରେ ଝୁଲୁଥିଲା ବୃଦ୍ଧଙ୍କ ମୃତଦେହ, ଘର ଆଗରେ ପଡ଼ିଛି କୁରାଢ଼ି, ବୋହୂଙ୍କ ମୁଣ୍ଡ ଫାଟିଛି, କହିଲେ ଶ୍ୱଶୁର…

ପାରାଦୀପ,୭ା୩(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଭୁତମୁଣ୍ଡାଇ ଗ୍ରାମରେ ଶନିବାର ସକାଳୁ ଜଣେ ଶତାୟୁ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଥିଲା। ମୃତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri