Posted inଖେଳ

ପାକିସ୍ତାନୀ କ୍ରିକେଟ ଖେଳାଳିଙ୍କ କାର୍‌ ଦୁର୍ଘଟଣାଗ୍ରସ୍ତ, ସାମ୍ନାକୁ ଆସିଲା ବଡ଼ ଅପ୍‌ଡେଟ୍‌

ଇସଲାମାବାଦ,୬।୪: ପାକିସ୍ତାନ କ୍ରିକେଟ ଟିମ୍‌ ପାଇଁ ଦୁଃଖଦ ଖବର। କାର୍‌ ଦୁର୍ଘଟଣାରେ ଦଳର ଦୁଇ ଖେଳାଳି ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କ ଚିକିତ୍ସା ଚାଲିଛି। ତେବେ ଆଗାମୀ ଦିନରେ ଓ୍ବେଷ୍ଟଇଣ୍ଡିଜ ସହ ଏହାର ମହିଳା ଟିମ୍‌ ଦିନିକିଆ ଏବଂ ଟି୨୦ ସିରିଜ ଖେଳିଥାନ୍ତା। ଏହାପୂର୍ବରୁ ଏଭଳି ଘଟଣା ଦଳର ମୁଣ୍ଡବ୍ୟଥା ବଢ଼ାଇଛି।

ଏପ୍ରିଲ ୧୮ରୁ ଓ୍ବେଷ୍ଟଇଣ୍ଡିଜ ମହିଳା ଟିମ୍‌ ପାକିସ୍ତାନ ଗସ୍ତ କରିବ। ଏହା ପୂର୍ବରୁ ପାକିସ୍ତାନର ଦୁଇ ମହିଳା କ୍ରିକେଟର ବିସ୍ମା ମାରୋଫ, ଗୁଲାମ ଫାତିମା କାର୍‌ ଦୁର୍ଘଟଣାର ଶିକାର ହୋଇଛନ୍ତି। ଶୁକ୍ରବାର ସନ୍ଧ୍ୟାରେ ସେମାନଙ୍କର ଦୁର୍ଘଟଣା ହୋଇଥିବା ଜଣାପଡ଼ିଛି।

ଏନେଇ ପିସିବି ଏକ ବିବୃତି ଜାରି କରି କହିଛି ଯେ, ଦୁର୍ଘଟଣା ପରେ ତୁରନ୍ତ ଉଭୟ ଖେଳାଳିଙ୍କୁ ଫାଷ୍ଟଏଡ୍‌ ଦିଆଯାଇଥିଲା। ସେବେଠାରୁ ସେ ବୋର୍ଡର ମେଡିକାଲ ଟିମ୍‌ର ତତ୍ତ୍ୱାବଧାନରେ ଅଛନ୍ତି। ତେବେ ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ଘରୋଇ ସିରିଜ ଲାଗି ସମ୍ଭାବ୍ୟ ଖେଳାଳିଙ୍କ ମଧ୍ୟରେ ଉଭୟ ଖେଳାଳି ଥିବା ନେଇ ମଧ୍ୟ ପିସିବି ସ୍ପଷ୍ଟ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ସୃଷ୍ଟି ହେଲା ଲଘୁଚାପ, ୧୪ ଯାଏ ପ୍ରବଳ ବର୍ଷା; ଏସବୁ ଜିଲାକୁ ଜାରି ହେଲା ୟେଲୋ ଓ୍ବାର୍ନିଂ

ଭୁବନେଶ୍ବର,୮ା୮(ବନ୍ଦନା ସେଠୀ) – ଦକ୍ଷିଣ-ପଶ୍ଚିମବଙ୍ଗ ଏବଂ ସଂଲଗ୍ନ ଉତ୍ତର ଓଡ଼ିଶା ଉପରେ ଥିବା ଘୂର୍ଣ୍ଣିବଳୟ ଶନିବାର ସକାଳ ୮ଟା ୩୦ ବେଳକୁ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି।…

ଦାବିପତ୍ର ଦେବାକୁ ୨୫ କି.ମି. ପଦଯାତ୍ରା କଲେ ଚାଷୀ

ଗୋଲାମୁଣ୍ଡା,୮ା୮ (ବଟକୃଷ୍ଣ ପଣ୍ଡା): ଶସ୍ୟବୀମା ପଞ୍ଜିକରଣଠାରୁ ଆରମ୍ଭ କରି ସାର ଯୋଗାଣ ପର୍ଯ୍ୟନ୍ତ ବିଭିନ୍ନ ସମସ୍ୟାର ସମାଧାନ ଦାବିରେ ରାସ୍ତାକୁ ଓହ୍ଲାଇଛନ୍ତି ଗୋଲାମୁଣ୍ଡା ବ୍ଲକର ଚାଷୀ। କଳାହାଣ୍ଡି…

ଏହି ଦେଶରୁ ବିଦା ହେଲେଣି ୩ ହଜାରରୁ ଊର୍ଦ୍ଧ୍ୱ ଭାରତୀୟ, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୮ା୮: କାନାଡା ଚଳିତ ବର୍ଷର ପ୍ରଥମ ୬ ମାସ ମଧ୍ୟରେ ୩,୩୨୩ ଜଣ ଭାରତୀୟଙ୍କୁ ବିଦା କରିଛି, ଯାହାକି ଗତବର୍ଷ ବହିଷ୍କୃତ ହୋଇଥିବା ସଂଖ୍ୟା ତୁଳନାରେ ଅଧିକ।…

ନାବାଳିକାଙ୍କୁ ଅପହରଣ କରି ନେଇ ସମ୍ପର୍କୀୟଙ୍କ ଘରେ ରଖିଥିଲେ, ଅଭିଯୁକ୍ତ ନାବାଳକ ଅଟକ

ଦିଗପହଣ୍ଡି,୮|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧୀନ ଏକ ଗାଁରୁ ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ଅପହରଣ କରାଯାଇଥିବା ଅଭିଯୋଗ ହୋଇଥିଲା। ଏନେଇ ନାବାଳିକାଙ୍କ…

ତାମିଲନାଡୁରେ ଟ୍ରେନରୁ ଖସି ଓଡ଼ିଆ ଦାଦନ ଶ୍ରମିକ ମୃତ, ସହାୟତା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବ୍ରହ୍ମପୁର ଏମ୍.ପି

ଦିଗପହଣ୍ଡି,୮।୮(ଅଶେଷ ନାଥ ମିଶ୍ର): ତାମିଲନାଡୁରେ ଟ୍ରେନରୁ ଖସି ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ପଞ୍ଚାୟତ ସାହିର ଜଣେ ଓଡ଼ିଆ ଦାଦନ ଶ୍ରମିକଙ୍କର ମୃତ୍ୟୁ ଘଟିଛି।…

ବରଗଡ଼ ଜିଲା ଯୋଜନା କମିଟି ସଦସ୍ୟ ନିର୍ବାଚନ: ସମସ୍ତ ୧୫ ଆସନ ପୋଛିନେଲା ବିଜେଡି

ବରଗଡ଼,୮।୮(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଯୋଜନା କମିଟି ସଦସ୍ୟ ନିର୍ବାଚନରେ ବିଜେଡି ବାଜିମାତ କରିଛି। ଜିଲା ଯୋଜନା କମିଟିର ସମସ୍ତ ୧୫ଟି ଆସନକୁ ବିଜେଡି ପୋଛି ନେଇଛି…

ତାମିଲନାଡୁରେ ଓଡ଼ିଆ ଦାଦନ ଶ୍ରମିକଙ୍କ ମୃତ୍ୟୁ

କର୍ଲାମୁଣ୍ଡା,୮ା୮(ପ୍ରଦୀପ କୁମାର ସାହୁ): ଦାଦନ ଖଟିବାକୁ ଯାଇଥିବା ଜଣେ ଶ୍ରମିକଙ୍କ ଅକାଳ ମୃତ୍ୟୁ ଘଟିଛି। ସେ ହେଲେ କର୍ଲାମୁଣ୍ଡା ବ୍ଲକ ଗଜବାହାଲ ପଞ୍ଚାୟତ ଅବୁଜବାହାଲ ଗ୍ରାମର ସୀମାଞ୍ଚଳ…

ଫୁଟବଲ ପ୍ରତିଯୋଗିତା: ସୋନପୁରକୁ ହରାଇ ଫାଇନାଲରେ ଜିଏମ୍‌ୟୁ ସମ୍ବଲପୁର

ଅତାବିରା, ୮ା୮(ଯୁଧିଷ୍ଠିର ମହାପାତ୍ର): ଅତାବିରା ବାଳକ ହାଇସ୍କୁଲ ପଡ଼ିଆରେ ଦୁଇଦିନିଆ ଫୁଟବଲ ପ୍ରତିଯୋଗିତା ଶନିବାର ଉଦ୍‌ଘାଟିତ ହୋଇଯାଇଛି l ଅତାବିରା ଫୁଟବଲ ଟିମ୍‌ ପକ୍ଷରୁ ଆୟୋଜିତ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri