Posted inଖେଳ

ସନ୍ନ୍ୟାସ ଘୋଷଣା କରି ଚମକାଇଲେ ୮୫୦ ଉଇକେଟ ନେଇଥିବା ଏହି ଭାରତୀୟ କ୍ରିକେଟର

କୋଲକାତା, ୫ା୩: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଧର୍ମଶାଳାରେ ମାର୍ଚ୍ଚ ୭ରୁ ୫ମ ଟେଷ୍ଟ ଖେଳାଯିବ। ଏହି ମ୍ୟାଚ୍‌ ପୂର୍ବରୁ ଭାରତର ଜଣେ କ୍ରିକେଟର ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି। ଏହି ଖେଳାଳି ଇଂଲଣ୍ଡ ବିପକ୍ଷରେ ହିଁ ନିଜର ଶେଷ ମ୍ୟାଚ୍‌ ଖେଳିଥିଲେ। ସେ ହେଲେ ଝାଡ଼ଖଣ୍ଡର ବାମହାତୀ ସ୍ପିନର ଶାହାବାଜ ନଦୀମ। ଜାତୀୟ ଦଳକୁ ଫେରିବା ସୁଯୋଗ ନ ଥିବା ଅନୁଭବ କରି ସେ ଏହି ନିଷ୍ପତ୍ତି ନେଇଥିବା କୁହାଯାଉଛି। ବର୍ତ୍ତମାନ ସେ ଫ୍ରାଞ୍ଚାଇଜ୍‌ ଭିତ୍ତିକ ଲିଗ୍‌ଗୁଡ଼ିକରେ ତାଙ୍କ ଭାଗ୍ୟ ପରୀକ୍ଷା କରିବେ।

୩୪ ବର୍ଷୀୟ ଏହି ସ୍ପିନର ସନ୍ନ୍ୟାସ ଘୋଷଣା କରିବା ନେଇ କହିଛନ୍ତି, ଯୁବ ଖେଳାଳିଙ୍କୁ ସୁଯୋଗ ଦେବାକୁ ଚାହୁଁଛି। ଭାରତୀୟ ଟିମ୍‌କୁ ଫେରିବାର ସୁଯୋଗ ନ ଥିବା ଅନୁଭବ କରିଛି। ଏବେ ପଛକୁ ପଛ ଅନେକ ଯୁବ ଖେଳାଳି ଅପେକ୍ଷାରେ ରହିଛନ୍ତି। ଯଦି ଦଳକୁ ଫେରିପାରିଥାନ୍ତେ ତେବେ ସେ ଖେଳିଥାନ୍ତେ, ହେଲେ ସେଭଳି କିଛି ହେବ ନାହିଁ ଜାଣିବା ପରେ ସନ୍ନ୍ୟାସ ନେବାକୁ ନିଷ୍ପତ୍ତି ନେଇଥିବା ସେ କହିଛନ୍ତି।

ଝାଡ଼ଖଣ୍ଡ ତରଫରୁ ଦୁଇ ଦଶନ୍ଧି ଧରି ଖେଳିଆସୁଥିବା ନଦିମଙ୍କର ଏକ ଲିଷ୍ଟ ‘ଏ’ କ୍ରିକେଟରେ ଶ୍ରେଷ୍ଠ ବୋଲିଂ ଫିଗର (୮/୧୦) ହେଉଛି ଏକ ବିଶ୍ୱ ରେକର୍ଡ ରହିଛି। ୨୦୧୯ରେ ରାଞ୍ଚିସ୍ଥିତ ଜେଏସ୍‌ସିଏ ଇଣ୍ଟରନ୍ୟାଶନାଲ ଷ୍ଟାଡିୟମରେ ତାଙ୍କୁ ଆଶ୍ଚର୍ଯ୍ୟଜନକ ଭାବେ ଦକ୍ଷିଣ ଆଫ୍ରିକା ବିପକ୍ଷରେ ଟେଷ୍ଟ ପଦାର୍ପଣର ସୁଯୋଗ ମିଳିଥିଲା। ଭାରତୀୟ ଦଳରେ ପୁଣି ସୁଯୋଗ ପାଇବା ଲାଗି ଏହି ଛାଡ଼ଖଣ୍ଡ ସ୍ପିନରଙ୍କୁ ଆଉ ଦୁଇ ବର୍ଷ ଅପେକ୍ଷା କରିବାକୁ ପଡ଼ଥିଲା। ୨୦୨୧ରେ ଚେନ୍ନାଇଠାରେ ଇଂଲଣ୍ଡ ବିପକ୍ଷରେ ସେ ତାଙ୍କର ଅନ୍ତିମ ଟେଷ୍ଟ ମ୍ୟାଚ ଖେଳିଥିଲେ। ନଦିମ ତାଙ୍କ କ୍ୟାରିୟରରେ ୧୪୦ ପ୍ରଥମଶ୍ରେଣୀ ମ୍ୟାଚ ଖେଳି ୫୪୨ ଉଇକେଟ ନେଇଛନ୍ତି। ଲିଷ୍ଟ ଏ’ କ୍ରିକେଟରେ ସେ ୧୩୪ ମ୍ୟାଚରେ ୧୭୫ ଉଇକେଟ ନେଇଛନ୍ତି। ଆଇପିଏଲ୍‌ରେ ସେ ଦିଲ୍ଲୀ ଡେୟାର ଡେଭିଲ୍ସ ଓ ସନ୍‌ରାଇଜର୍ସ ହାଇଦ୍ରାବାଦ ତରଫରୁ ୭୨ ମ୍ୟାଚ ଖେଳିଛନ୍ତି। ଦେଖିବାକୁ ଗଲେ ସେ ନିଜ କ୍ୟାରିୟରରେ ମୋଟ ୮୫୦ ଉଇକେଟ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହୃଦୟ ଜିଣିଲେ ହାର୍ଦ୍ଦିକ ପାଣ୍ଡ୍ୟା: ଭାରତୀୟ ସୈନ୍ୟଙ୍କ ସହ…

ନୂଆଦିଲ୍ଲୀ,୫।୯: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଫଟୋ BSF (ସୀମା ସୁରକ୍ଷା ବଳ) କର୍ମଚାରୀଙ୍କ ସହ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ସେ…

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

ପୁଇଁତୋଳା ପରିଚାଳନା କମିଟି ପକ୍ଷରୁ ଗଣେଶ ପୂଜା ପ୍ରସ୍ତୁତି: ଯୋଗଦେବେ ଛତ୍ରପୁର ବିଧାୟକ, ଟପ୍ପର ବିଦ୍ୟାର୍ଥୀଙ୍କୁ …

୫।୯ (ବିଦ୍ୟାଧର ସାହୁ): ଆସନ୍ତା ୧୪ ତାରିଖରେ ଅଗ୍ରପୂଜ୍ୟ ଗଜାନନଙ୍କ ଶ୍ରୀଗଣେଶ ଚତୁର୍ଥୀ। ଏଥିପାଇଁ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ ଦେଖାଦେଇଛି। ଆକର୍ଷଣୀୟ ମେଢ଼ ସାଙ୍ଗକୁ…

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri