Posted inଖେଳ

ଅଧିନାୟକଙ୍କ ଆଖିରେ ଲୁହ

ଦୁବାଇ,୨୬।୧୦: ଆଫଗାନିସ୍ତାନ ଟି-୨୦ ବିଶ୍ୱକପ ୨୦୨୧ରେ ଏକ ଜବରଦସ୍ତ ବିଜୟରୁ ଅଭିଯାନ ଆରମ୍ଭ କରିଛି। ସୁପର -୧୨ ରାଉଣ୍ଡରେ ଆଫଗାନିସ୍ତାନ ସ୍କଟଲ୍ୟାଣ୍ଡକୁ ୧୩୦ ରନରେ ପରାସ୍ତ କରିଛି। ରନ ଦୃଷ୍ଟିରୁ ଟି -୨୦ରେ ଏହା ଦଳର ସବୁଠାରୁ ବଡ ବିଜୟ। ଆଫଗାନିସ୍ତାନ ପାଇଁ ଏହି ମ୍ୟାଚ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ଥିଲା। କାରଣ ଦେଶରେ ତାଲିବାନର ଶାସନ ପ୍ରତିଷ୍ଠା ପରେ ହିଁ ଆଫଗାନିସ୍ତାନ କ୍ରିକେଟର ଭବିଷ୍ୟତ ଉପରେ ପ୍ରଶ୍ନ ଉଠିଥିଲା।
ଟି -୨୦ ବିଶ୍ୱକପରେ ମଧ୍ୟ ତାଙ୍କର ଅଂଶଗ୍ରହଣକୁ ନେଇ ଆଶଙ୍କା ରହିଥିଲା। କିନ୍ତୁ ଆଫଗାନିସ୍ତାନ କ୍ରିକେଟ ଦଳ ଟି-୨୦ ବିଶ୍ୱକପ ଖେଳିବାକୁ ଯାଇଥିଲେ। ଏଭଳି ପରିସ୍ଥିତିରେ ମ୍ୟାଚ ଆରମ୍ଭ ହେବା ପୂର୍ବରୁ ଦଳର ଖେଳାଳି ଏବଂ ପ୍ରଶଂସକମାନେ ମଧ୍ୟ ଭାବପ୍ରବଣ ହୋଇଥିଲେ। ସୋସିଆଲ ମିଡିଆରେ ଏହାର ଏକ ଭିଡିଓ ଭାଇରାଲ ହେଉଛି।
ସ୍କଟଲ୍ୟାଣ୍ଡ ବିପକ୍ଷ ମ୍ୟାଚ ଆରମ୍ଭ ହେବାର ଠିକ ପୂର୍ବରୁ ଆଫଗାନିସ୍ତାନର ଜାତୀୟ ସଙ୍ଗୀତ ବଜାଯାଇଥିଲା। ଏହି ସମୟରେ ଷ୍ଟାଡିୟମରେ ବସିଥିବା ଦଳର ସମର୍ଥକ ତଥା ଅଧିନାୟକ ମହମ୍ମଦ ନବୀ ଭାବପ୍ରବଣ ହୋଇ ତାଙ୍କ ଆଖିରୁ ଲୁହ ଆସିଯାଇଥିଲା। ଆଫଗାନିସ୍ତାନବାସୀଙ୍କ ପାଇଁ ଏହା ମଧ୍ୟ ଏକ ଭାବପ୍ରବଣ ମୁହୂର୍ତ୍ତ ଥିଲା କାରଣ ଦେଶ ଏବେ ତାଲିବାନ ଅଧୀନରେ ଅଛି। ଏଭଳି ପରିସ୍ଥିତିରେ ତାଙ୍କ ଦଳ ବିଶ୍ୱକପ୍‌ରେ ଖେଳିବା ଏବଂ ଆଫଗାନିସ୍ତାନର ଜାତୀୟ ସଙ୍ଗୀତ ବାଜିବା ତାଙ୍କ ପାଇଁ ଗର୍ବର ମୁହୂର୍ତ୍ତ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ପାକିସ୍ତାନ ପାଇଁ BCCI ସହିବ କ୍ଷତି! ଭାରତରୁ ଛଡ଼ାଇ ନିଆଯାଇପାରେ ବଡ଼ ଟୁର୍ଣ୍ଣାମେଣ୍ଟ

ନୂଆଦିଲ୍ଲୀ,୧୭।୨: କ୍ରିକେଟ୍ ପ୍ରେମୀଙ୍କ ପାଇଁ ଏକ ଚିନ୍ତାଜନକ ଖବର। ଭାରତ ଓ ପାକିସ୍ତାନ ମଧ୍ୟରେ ଲାଗି ରହିଥିବା ସୀମା ବିବାଦର ପ୍ରଭାବ ଏବେ କ୍ରିକେଟ୍ ମୈଦାନ ଉପରେ…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

ଦୁର୍ବ୍ୟବହାର ଅଭିଯୋଗ ଆଣିଥିଲେ ଅତିରିକ୍ତ ତହସିଲଦାର, ଆଖି ବୁଜିଲେ ବିଷ ପିଇଥିବା ଚିକିଟି ପିଇଓ 

ଚିକିଟି,୧୭।୨(ପ୍ରକାଶ ଚନ୍ଦ୍ର ସାହୁ): ଚିକିଟି ଅତିରିକ୍ତ ତହସିଲଦାରଙ୍କ ଦ୍ୱାରା ଦୁର୍ବ୍ୟବହାର କରିଥିବା ଅଭିଯୋଗ ଆସିବା ପରେ ଗଞ୍ଜାମ ଜିଲା ରାମଚନ୍ଦ୍ରପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ଦଣ୍ଡପାଣି ପାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri