Posted inଖେଳ

ଅଧିନାୟକଙ୍କ ଆଖିରେ ଲୁହ

ଦୁବାଇ,୨୬।୧୦: ଆଫଗାନିସ୍ତାନ ଟି-୨୦ ବିଶ୍ୱକପ ୨୦୨୧ରେ ଏକ ଜବରଦସ୍ତ ବିଜୟରୁ ଅଭିଯାନ ଆରମ୍ଭ କରିଛି। ସୁପର -୧୨ ରାଉଣ୍ଡରେ ଆଫଗାନିସ୍ତାନ ସ୍କଟଲ୍ୟାଣ୍ଡକୁ ୧୩୦ ରନରେ ପରାସ୍ତ କରିଛି। ରନ ଦୃଷ୍ଟିରୁ ଟି -୨୦ରେ ଏହା ଦଳର ସବୁଠାରୁ ବଡ ବିଜୟ। ଆଫଗାନିସ୍ତାନ ପାଇଁ ଏହି ମ୍ୟାଚ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ଥିଲା। କାରଣ ଦେଶରେ ତାଲିବାନର ଶାସନ ପ୍ରତିଷ୍ଠା ପରେ ହିଁ ଆଫଗାନିସ୍ତାନ କ୍ରିକେଟର ଭବିଷ୍ୟତ ଉପରେ ପ୍ରଶ୍ନ ଉଠିଥିଲା।
ଟି -୨୦ ବିଶ୍ୱକପରେ ମଧ୍ୟ ତାଙ୍କର ଅଂଶଗ୍ରହଣକୁ ନେଇ ଆଶଙ୍କା ରହିଥିଲା। କିନ୍ତୁ ଆଫଗାନିସ୍ତାନ କ୍ରିକେଟ ଦଳ ଟି-୨୦ ବିଶ୍ୱକପ ଖେଳିବାକୁ ଯାଇଥିଲେ। ଏଭଳି ପରିସ୍ଥିତିରେ ମ୍ୟାଚ ଆରମ୍ଭ ହେବା ପୂର୍ବରୁ ଦଳର ଖେଳାଳି ଏବଂ ପ୍ରଶଂସକମାନେ ମଧ୍ୟ ଭାବପ୍ରବଣ ହୋଇଥିଲେ। ସୋସିଆଲ ମିଡିଆରେ ଏହାର ଏକ ଭିଡିଓ ଭାଇରାଲ ହେଉଛି।
ସ୍କଟଲ୍ୟାଣ୍ଡ ବିପକ୍ଷ ମ୍ୟାଚ ଆରମ୍ଭ ହେବାର ଠିକ ପୂର୍ବରୁ ଆଫଗାନିସ୍ତାନର ଜାତୀୟ ସଙ୍ଗୀତ ବଜାଯାଇଥିଲା। ଏହି ସମୟରେ ଷ୍ଟାଡିୟମରେ ବସିଥିବା ଦଳର ସମର୍ଥକ ତଥା ଅଧିନାୟକ ମହମ୍ମଦ ନବୀ ଭାବପ୍ରବଣ ହୋଇ ତାଙ୍କ ଆଖିରୁ ଲୁହ ଆସିଯାଇଥିଲା। ଆଫଗାନିସ୍ତାନବାସୀଙ୍କ ପାଇଁ ଏହା ମଧ୍ୟ ଏକ ଭାବପ୍ରବଣ ମୁହୂର୍ତ୍ତ ଥିଲା କାରଣ ଦେଶ ଏବେ ତାଲିବାନ ଅଧୀନରେ ଅଛି। ଏଭଳି ପରିସ୍ଥିତିରେ ତାଙ୍କ ଦଳ ବିଶ୍ୱକପ୍‌ରେ ଖେଳିବା ଏବଂ ଆଫଗାନିସ୍ତାନର ଜାତୀୟ ସଙ୍ଗୀତ ବାଜିବା ତାଙ୍କ ପାଇଁ ଗର୍ବର ମୁହୂର୍ତ୍ତ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?