Posted inଖେଳ

ଟିମ୍‌ ଇଣ୍ଡିଆକୁ ମିଳିପାରେ ନୂଆ କୋଚ୍‌, ଗମ୍ଭୀରଙ୍କ ଉପରେ BCCIର ଭରସା ନାହିଁ?

ନୂଆଦିଲ୍ଲୀ,୧୬।୧: ଅଷ୍ଟ୍ରେଲିଆ ଗସ୍ତରେ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିଲା ଟିମ୍‌ ଇଣ୍ଡିଆ। କାରଣ ଦଳର ଅଧିକାଂଶ ବ୍ୟାଟ୍ସମ୍ୟାନ୍‌ ସିରିଜରେ ଫେଲ୍‌ ହୋଇଥିଲେ। ବିଶେଷକରି ବିରାଟ କୋହଲିଙ୍କ ଭଳି ଅନୁଭବୀ ବ୍ୟାଟ୍ସମ୍ୟାନ୍‌ ଲଗାତାର ୮ ଥର ପାଇଁ ଗୋଟିଏ ଢ଼ଙ୍ଗରେ ଆଉଟ୍‌ ହେବାକୁ ନେଇ ବିସିସିଆଇର ଚିନ୍ତା ବଢ଼ିଛି। ଏଥିଲାଗି ଦଳରେ ସୁଧାର ଆଣିବାକୁ ବୋର୍ଡ କୋଚିଂ ଷ୍ଟାଫ୍‌ଙ୍କୁ ମଜଭୂତ କରିବାକୁ ଚାହୁଁଛି। ନୂଆ ବିକଳ୍ପ ଖୋଜୁଛି। ଏଭଳି ରିପୋର୍ଟ ସାମ୍ନାକୁ ଆସିବା ପରେ କ’ଣ ଗମ୍ଭୀରଙ୍କ ଉପରୁ ବୋର୍ଡର ଭରସା ଉଠି ଯାଇଛି ବୋଲି ପ୍ରଶ୍ନ ଉଠିଛି।

ବିସିସିଆଇ ଭାରତୀୟ ଟିମ୍‌ର ପ୍ରଦର୍ଶନକୁ ନେଇ ଜାନୁଆରୀ ୧୧ରେ ବୈଠକ ଡାକିଥିଲା। ଅଧିନାୟକ ରୋହିତ ଶର୍ମା, ମୁଖ୍ୟ ଚୟନକର୍ତ୍ତା ଅଜିତ ଅଗରକର ଏବଂ ମୁଖ୍ୟ କୋଚ୍‌ ଗୌତମ ଗମ୍ଭୀର ବୈଠକରେ ଉପସ୍ଥିତ ରହିଥିଲେ। ଏହି ଅବସରରେ ଅନେକ ବିଷୟରେ ଚର୍ଚ୍ଚା ହୋଇଥିଲା। ପରେ ଦଳର ବ୍ୟାଟ୍ସମ୍ୟାନ୍‌ଙ୍କ ବ୍ୟାଟିଂରେ ସୁଧାରଣ ଆଣିବାକୁ ହେଲେ ଗମ୍ଭୀରଙ୍କ ସହାୟକ ଷ୍ଟାଫ୍‌ଙ୍କୁ ମଜଭୂତ କରିବାର ଆବଶ୍ୟକତା ଥିବା ନିଷ୍କର୍ସ ବାହାରିଥିଲା। ଏଥିଲାଗି ଜଣେ ବ୍ୟାଟିଂ କୋଚ୍‌ଙ୍କ ନିଯୁକ୍ତି ହୋଇପାରେ, ଯାହାକୁ ନେଇ ବୋର୍ଡ ବିକଳ୍ପ ଖୋଜିବା ଆରମ୍ଭ କରିଛି।

ରିପୋର୍ଟ ମୁତାବକ, ବ୍ୟାଟିଂ କୋଚ୍‌ ଲାଗି ଘରୋଇ କ୍ରିକେଟରେ ଦକ୍ଷତା ଥିବା କ୍ରିକେଟରଙ୍କୁ ଦେଖାଯାଉଛି। ଏହାକୁ ନେଇ ଅନ୍ତିମ ନିଷ୍ପତ୍ତି ଆସିନାହିଁ। ତେବେ ଗମ୍ଭୀରଙ୍କୁ ଚିନ୍ତା କରିବାର ଆବଶ୍ୟକତା ନାହିଁ। କାରଣ ତାଙ୍କ ସ୍ଥାନ ସୁରକ୍ଷିତ ରହିଛି। ବର୍ତ୍ତମାନର ସପୋର୍ଟ ଷ୍ଟାଫ୍‌ଙ୍କ ମଧ୍ୟରେ କୌଣସି ବ୍ୟାଟିଂ କୋଚ୍‌ ନାହାନ୍ତି। ଅଭିଷେକ ନାୟାର ଏବଂ ରେୟାନ ଟେନ୍‌ ଡେଶକାଟେ ଆସିଷ୍ଟାଷ୍ଟ କୋଚ୍‌ ଭୂମିକାରେ ଅଛନ୍ତି। ଏଥିଲାଗି ବୋର୍ଡ ଏଭଳି ପଦକ୍ଷେପ ଉଠାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି...

ହାତୀ ଆକ୍ରମଣରୁ ଅଳ୍ପକେ ବର୍ତ୍ତିଲେ ବାଇକ୍ ଆରୋହୀ, ଗାଡ଼ିକୁ ଭାଙ୍ଗି ଚୂରମାର କଲା ଦନ୍ତା

ପାରଳାଖେମୁଣ୍ଡି,୮।୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମା ବ୍ଲକ ଅଞ୍ଚଳରେ ଗତ ଚାରି ଦିନ ହେଲା ହାତୀ ଉପଦ୍ରବ ବୃଦ୍ଧି ପାଇଛି। ଏହି ସମୟ ମଧ୍ୟରେ ଧାନ...

୫୦ରୁ ଅଧିକ ଫଳ ଦୋକାନ ଜଳି ପୋଡି ପାଉଁଶ: ପରିଦର୍ଶନରେ ଆସି ପୂର୍ବତନ ମନ୍ତ୍ରୀ ନରସିଂହ ମିଶ୍ର କହିଲେ, ଏଥିପାଇଁ…

ବଲାଙ୍ଗୀର,୮।୧୨( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଯାଇଛି । ଦେଖୁ ଦେଖୁ ହୁ ହୁ ହୋଇ...

୪୦ କୋଟି ଟଙ୍କା ବିନିଯୋଗ କରି ନିଜ ବ୍ରାଣ୍ଡ୍ ପାଇଁ ନୂଆ ଅଧ୍ୟାୟ ଆରମ୍ଭ କଲେ ବିରାଟ କୋହଲି

ନୂଆଦିଲ୍ଲୀ,୮।୧୨: ଭାରତୀୟ କ୍ରିକେଟ୍ ତାରକା ବିରାଟ କୋହଲି ୮ ବର୍ଷର ପୁରୁଣା ସମ୍ପର୍କ ଭାଙ୍ଗି ଏକ ନୂଆ ବ୍ୟବସାୟିକ ଯାତ୍ରା ଆରମ୍ଭ କରିଛନ୍ତି। ସୋମବାର କୋହଲି...

ଜୁନିୟର ମହିଳା ହକି: ଓ୍ବେଲ୍ସକୁ ହରାଇଲା ଭାରତ

ସାଣ୍ଟିଆଗୋ, ୮ା୧୨: ଏଫ୍‌ଆଇଏଚ୍‌ ଜୁନିୟର ମହିଳା ହକି ବିଶ୍ୱକପ୍‌ର ୯ମ ସ୍ଥାନ ପାଇଁ ହୋଇଥିବା ଏକ କ୍ଲାସିଫିକେଶନ ମ୍ୟାଚ୍‌ରେ କ୍ୱାର୍ଟରଫାଇନାଲ ଦୌଡ଼ରୁ ବାଦ୍‌ ପଡ଼ିଥିବା ଭାରତ...

ଯାଉଥିବାବେଳେ ହଠାତ୍‌ ସାମ୍ନାକୁ ଚାଲିଆସିଲା ଏମିତି ଏକ ଜନ୍ତୁ, ତା’ପରେ…

ଭଞ୍ଜନଗର,୮।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଫୁଲବାଣୀ ମୁଖ୍ୟ ରାସ୍ତାର ସୋରାଦେବୀ ମନ୍ଦିର ନିକଟରେ ସୋମବାର ସନ୍ଧ୍ୟାରେ ଏକ ଅଜଣା ଜନ୍ତୁକୁ ଧକ୍କା ଦେଇ ଜଣେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri