Posted inଖେଳ

ଚେନ୍ନାଇରେ ସାମିଲ ହେଲେ ଏହି ଘାତକ ବୋଲର୍‌, ୪ ବଲ୍‌ରେ ରୋହିତ-ବିରାଟ-ପନ୍ତଙ୍କ ଉଇକେଟ ନେଇ ଥିଲେ ଚର୍ଚ୍ଚାରେ

ନୂଆଦିଲ୍ଲୀ,୧୮।୪: ଆଇପିଏଲ୍‌ ମଝିରୁ ଚେନ୍ନାଇ ସୁପର କିଙ୍ଗ୍ସ(ସିଏସ୍‌କେ)ରୁ ବାଦ୍‌ ପଡ଼ିଛନ୍ତି ଷ୍ଟାର କ୍ରିକେଟର ଡିଭନ୍‌ କନଓ୍ବେ। ସର୍ବାଧିକ ରନ୍‌ ସ୍କୋର କରିଥିବା ଏହି କ୍ରିକେଟର ପୁରା ସିଜନରୁ ବାହାର ପଡ଼ିବା ଝଟ୍‌କା ବୋଲି କୁହାଯାଉଥିବା ବେଳେ ଦଳ ଏହାର ରିପ୍ଲେସମେଣ୍ଟ ବାଛିଛି। କନଓ୍ବେଙ୍କ ଭଳି କୌଣସି ବ୍ୟାଟ୍ସମ୍ୟାନ୍‌ଙ୍କୁ ଚୟନ କରିବା ପରିବର୍ତ୍ତେ ସିଏସ୍‌କେ ଏକ ବୋଲର୍‌ଙ୍କୁ ଚୟନ କରିଛି। ସେ ହେଲେ ୪ ବଲ୍‌ରେ ଭାରତର ୩ ପ୍ରମୁଖ ବ୍ୟାଟ୍ସମ୍ୟାନ୍‌ ରୋହିତ ଶର୍ମା, ବିରାଟ କୋହଲି ଏବଂ ଋଷଭ ପନ୍ତଙ୍କ ଉଇକେଟ ନେଇଥିବା ଘାତକ ବୋଲର ରିଚାର୍ଡ ଗ୍ଲିସନ୍‌।

୩୬ ବର୍ଷୀୟ ରିଚାର୍ଡ ସିଏସ୍‌କେରେ କନଓ୍ବେଙ୍କ ସ୍ଥାନ ନେବେ। ସେ ୨୦୨୨ରେ ଭାରତ ବିପକ୍ଷରେ ଅନ୍ତର୍ଜାତୀୟ ଡେବ୍ୟୁ କରିଥିଲେ। ସେତେବେଳେ ସେ ଟି୨୦ ମ୍ୟାଚ୍‌ ଖେଳିଥିଲେ। ଏଥିରେ ସେ ନିଜର ଦମ୍‌ ଦେଖାଇଥିଲେ। ତାଙ୍କ ପାଖରେ ବିବିଏଲ୍‌, ପିଏସ୍‌ଏଲ୍‌, ଏସ୍‌ଏ୨୦, ବିପିଏଲ୍‌ ଭଳି ପ୍ରତି ବଡ଼ ଟି୨୦ ଲିଗ୍‌ ଖେଳିବାର ଅନୁଭବ ରହିଛି। ଏବେ ତାଙ୍କ ସମ୍ମୁଖରେ ଆଇପିଏଲ୍‌ରେ ଖେଳିବାର ଦ୍ୱାର ଏବେ ଖୋଲି ଯାଇଛି।

ରିଚାର୍ଡ ଗ୍ଲିସନ୍‌ ଭାରତ ବିପକ୍ଷରେ ପ୍ରଥମ ଅନ୍ତର୍ଜାତୀୟ ମ୍ୟାଚ୍‌ରେ ୪ ଓଭର ବୋଲିଂ କରି ୧୫ ରନ୍‌ ଦେଇ ୩ ଉଇକେଟ ନେଇଥିଲେ। ଏହି ୩ ଉଇକେଟ ସେ ମାତ୍ର ୪ ବଲ୍‌ରେ ନେଇଥିଲେ। ସର୍ବପ୍ରଥମେ ସେ ରୋହିତଙ୍କୁ ଆଉଟ୍‌ କରିଥିଲେ। ପରେ ବିରାଟ ଏବଂ ପନ୍ତଙ୍କୁ ଲଗାତର ୨ ବଲ୍‌ରେ ଆଉଟ୍‌ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିରୁ ଇସ୍ତଫା ଦେଲେ କାଉନସିଲର ଶୁଚିସ୍ମିତା, ହୋଇପାରନ୍ତି ଭାଜପାରେ ସାମିଲ

ବାସୁଦେବପୁର,୬।୧୨ (କାଳିପଦ ରାୟ ): ବାସୁଦେବପୁର ପୌରାଞ୍ଚଳର ଏକ ନମ୍ବର ୱାର୍ଡର କାଉନସିଲର ଶୁଚିସ୍ମିତା ଗିରି ଶନିବାର ସକାଳେ ବିଜେଡିରୁ ଇସ୍ତଫା ଦେଇଛନ୍ତି। ଶୁକ୍ରବାର ସନ୍ଧ୍ୟାରେ...

କ୍ୟାମେରା ଜଗିଛି, ବାଘ ନେଇଗଲା ବାଛୁରୀ: ଘୁମୁସର ବନଖଣ୍ଡରେ ବଢୁଛି ଆତଙ୍କ

ଭଞ୍ଜନଗର,୬।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଘୁମୁସର ଉତ୍ତର ବନଖଣ୍ଡରେ ଦିନକୁ ଦିନ ବନ୍ୟପ୍ରାଣୀ ଆତଙ୍କ ବଢୁଛି। ଯାହାକୁ ନେଇ ଜଙ୍ଗଲ ନିକଟବର୍ତ୍ତୀ ଗ୍ରାମବାସୀ ଆତଙ୍କିତ...

ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମବାର୍ଷିକୀ ପାଇଁ ଦେଓଲ ପରିବାର ନେଲେ ବଡ଼ ନିଷ୍ପତ୍ତି, ପ୍ରଶଂସକଙ୍କୁ ମିଳିବ…

ମୁମ୍ବାଇ,୬।୧୨: ବଲିଉଡର ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ଜନ୍ମଦିନର ମାତ୍ର ୧୫ ଦିନ ପୂର୍ବରୁ ଦେହାନ୍ତ ହୋଇଗଲା। ଏବେ, ସନି ଦେଓଲ ଏବଂ ବବି ଦେଓଲ ସମେତ...

ସୋଲାର ଲାଇଟ ଅଚଳ:ଠିକା ସଂସ୍ଥାକୁ ତାଗିଦ୍‌ କଲେ ବିଡିଓ, ଦେଖନ୍ତୁ VIDEO

ଦାରିଙ୍ଗବାଡି,୬/୧୨(ଅରୁଣ ସାହୁ ): ଓଡିଶାର କଶ୍ମୀର ଦାରିଙ୍ଗବାଡିରେ ସନ୍ଧ୍ୟା ହେଲେ ରାସ୍ତାଘାଟ ଅନ୍ଧାର ହୋଇପଡୁଛି। ପଞ୍ଚାୟତ ଏବଂ ଜାତୀୟ ରାଜପଥ ବିଭାଗ ପକ୍ଷରୁ ଷ୍ଟ୍ରିଟ ଆଲୁଅର...

କଣ୍ଟେନରରେ ୩୦ରୁ ଅଧିକ ଗୋରୁଙ୍କୁ ପଶ୍ଚିମବଙ୍ଗକୁ କରାଯାଉଥିଲା ଚାଲାଣ, ମାଡିବସିଲା ପୋଲିସ, ତା’ପରେ…

ନୀଳଗିରି,୬।୧୨(ପ୍ରଶାନ୍ତ କୁମାର ବିଶ୍ବାଳ): ଭଦ୍ରକରୁ ପାଖାପାଖି ୩୦ରୁ ଊର୍ଦ୍ଧ୍ୱ ଗୋରୁଙ୍କୁ କଣ୍ଟେନରରେ ନେଇ ପଶ୍ଚିମବଙ୍ଗକୁ ଚାଲାଣ ହେଉଥିବା ବେଳେ ବାଲେଶ୍ୱର ଜିଲା ନୀଳଗିରି ପୋଲିସ ଇଶ୍ୱରପୁର...

ସାରଥିଙ୍କ ବିରୋଧରେ ଚାଲିବ ମାମଲା: ଚାର୍ଜଫ୍ରେମ୍‌ କଲେ ଅଦାଲତ

କଟକ,୬।୧୨(କାର୍ତ୍ତିକ ସାହୁ):ବହୁଚର୍ଚ୍ଚିତ ଆତ୍ମଘୋଷିତ ବାବା ସାରଥି ଓରଫ ସନ୍ତୋଷ ରାଉଳ, ତାଙ୍କ ପୁଅ ସତ୍ୟମ ଶେଖର ଓ ଅନ୍ୟ ୪ ଜଣଙ୍କ ବିରୋଧରେ କଟକ ସ୍ବତନ୍ତ୍ର...

ଇଣ୍ଡିଗୋ ସଙ୍କଟ ମଧ୍ୟରେ ବଡ଼ ପଦକ୍ଷେପ ନେଲାେ ରେଲଓ୍ବେ, ଅତିରିକ୍ତ କୋଚ ବୃଦ୍ଧି ସହ ସ୍ବତନ୍ତ୍ର ଟ୍ରେନ ସେବା ଘୋଷଣା

ନୂଆଦିଲ୍ଲୀ,୬।୧୨: ଦେଶବ୍ୟାପୀ ଇଣ୍ଡିଗୋ ଏବଂ ଅନ୍ୟ ଅନେକ ଏୟାରଲାଇନ୍ସର ଉଡ଼ାଣ ବାତିଲ ହେବା ପରେ, ଲକ୍ଷ ଲକ୍ଷ ଯାତ୍ରୀ ହଠାତ୍‌ ରେଳବାଇକୁ ଭିଡ଼ ଜମାଇଥିଲେ। ଟିକେଟର...

ପୁଣି ଆନ୍ଦୋଳନକୁ ଓହ୍ଲାଇଲେ ପ୍ରାଥମିକ ଶିକ୍ଷକ: ଦାବି ପୂରଣ ନ ହେବା ଯାଏ ସମୂହ ଛୁଟିରେ ରହିବାକୁ ନିଷ୍ପତ୍ତି

ଭୁବନେଶ୍ୱର,୬ା୧୨(ସୁଚିସ୍ମିତା ସାହୁ):ପୁଣି ଆନ୍ଦୋଳନକୁ ଓହ୍ଲାଇଲେ ପ୍ରାଥମିକ ଶିକ୍ଷକ। ଛାତ୍ରୀଛାତ୍ରଙ୍କ ପରୀକ୍ଷା ପାଖେଇ ଆସିଥିବା ବେଳେ ବିଦ୍ୟାଳୟରେ ପାଠ ପଢ଼ାଇବା ବଦଳରେ ଦାବି ପୂରଣ ପାଇଁ ଶିକ୍ଷକମାନେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri