Posted inଖେଳ

ଚେନ୍ନାଇରେ ସାମିଲ ହେଲେ ଏହି ଘାତକ ବୋଲର୍‌, ୪ ବଲ୍‌ରେ ରୋହିତ-ବିରାଟ-ପନ୍ତଙ୍କ ଉଇକେଟ ନେଇ ଥିଲେ ଚର୍ଚ୍ଚାରେ

ନୂଆଦିଲ୍ଲୀ,୧୮।୪: ଆଇପିଏଲ୍‌ ମଝିରୁ ଚେନ୍ନାଇ ସୁପର କିଙ୍ଗ୍ସ(ସିଏସ୍‌କେ)ରୁ ବାଦ୍‌ ପଡ଼ିଛନ୍ତି ଷ୍ଟାର କ୍ରିକେଟର ଡିଭନ୍‌ କନଓ୍ବେ। ସର୍ବାଧିକ ରନ୍‌ ସ୍କୋର କରିଥିବା ଏହି କ୍ରିକେଟର ପୁରା ସିଜନରୁ ବାହାର ପଡ଼ିବା ଝଟ୍‌କା ବୋଲି କୁହାଯାଉଥିବା ବେଳେ ଦଳ ଏହାର ରିପ୍ଲେସମେଣ୍ଟ ବାଛିଛି। କନଓ୍ବେଙ୍କ ଭଳି କୌଣସି ବ୍ୟାଟ୍ସମ୍ୟାନ୍‌ଙ୍କୁ ଚୟନ କରିବା ପରିବର୍ତ୍ତେ ସିଏସ୍‌କେ ଏକ ବୋଲର୍‌ଙ୍କୁ ଚୟନ କରିଛି। ସେ ହେଲେ ୪ ବଲ୍‌ରେ ଭାରତର ୩ ପ୍ରମୁଖ ବ୍ୟାଟ୍ସମ୍ୟାନ୍‌ ରୋହିତ ଶର୍ମା, ବିରାଟ କୋହଲି ଏବଂ ଋଷଭ ପନ୍ତଙ୍କ ଉଇକେଟ ନେଇଥିବା ଘାତକ ବୋଲର ରିଚାର୍ଡ ଗ୍ଲିସନ୍‌।

୩୬ ବର୍ଷୀୟ ରିଚାର୍ଡ ସିଏସ୍‌କେରେ କନଓ୍ବେଙ୍କ ସ୍ଥାନ ନେବେ। ସେ ୨୦୨୨ରେ ଭାରତ ବିପକ୍ଷରେ ଅନ୍ତର୍ଜାତୀୟ ଡେବ୍ୟୁ କରିଥିଲେ। ସେତେବେଳେ ସେ ଟି୨୦ ମ୍ୟାଚ୍‌ ଖେଳିଥିଲେ। ଏଥିରେ ସେ ନିଜର ଦମ୍‌ ଦେଖାଇଥିଲେ। ତାଙ୍କ ପାଖରେ ବିବିଏଲ୍‌, ପିଏସ୍‌ଏଲ୍‌, ଏସ୍‌ଏ୨୦, ବିପିଏଲ୍‌ ଭଳି ପ୍ରତି ବଡ଼ ଟି୨୦ ଲିଗ୍‌ ଖେଳିବାର ଅନୁଭବ ରହିଛି। ଏବେ ତାଙ୍କ ସମ୍ମୁଖରେ ଆଇପିଏଲ୍‌ରେ ଖେଳିବାର ଦ୍ୱାର ଏବେ ଖୋଲି ଯାଇଛି।

ରିଚାର୍ଡ ଗ୍ଲିସନ୍‌ ଭାରତ ବିପକ୍ଷରେ ପ୍ରଥମ ଅନ୍ତର୍ଜାତୀୟ ମ୍ୟାଚ୍‌ରେ ୪ ଓଭର ବୋଲିଂ କରି ୧୫ ରନ୍‌ ଦେଇ ୩ ଉଇକେଟ ନେଇଥିଲେ। ଏହି ୩ ଉଇକେଟ ସେ ମାତ୍ର ୪ ବଲ୍‌ରେ ନେଇଥିଲେ। ସର୍ବପ୍ରଥମେ ସେ ରୋହିତଙ୍କୁ ଆଉଟ୍‌ କରିଥିଲେ। ପରେ ବିରାଟ ଏବଂ ପନ୍ତଙ୍କୁ ଲଗାତର ୨ ବଲ୍‌ରେ ଆଉଟ୍‌ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଜଲାପୁଟ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?