Posted inଖେଳ

୨୨ ବର୍ଷରେ ଇତିହାସ ରଚିଲେ ଜୟସ୍ବାଲ, ଭାଙ୍ଗିଲେ ୪୫ ବର୍ଷ ପୁରୁଣା ରେକର୍ଡ

ପୁଣେ,୨୫।୧୦: ଟିମ୍‌ ଇଣ୍ଡିଆର ଯୁବ ଓପନର୍‌ ଯଶସ୍ବୀ ଜୟସ୍ବାଲ ନୂଆ ରେକର୍ଡ ନିଜ ନାମରେ କରିଛନ୍ତି। ଚଳିତ ବର୍ଷ ସେ ଟେଷ୍ଟ ଫର୍ମାଟରେ ସେ ଜବରଦସ୍ତ ବ୍ୟାଟିଂ ନିଦର୍ଶନ ଦେଇ ଭାରତୀୟ ଟିମ୍‌ର ପ୍ରମୁଖ ବ୍ୟାଟ୍ସମ୍ୟାନ ପାଲଟିଛନ୍ତି। ନ୍ୟୁଜିଲାଣ୍ଡ ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ଯଶସ୍ବୀ ଭଲ ବ୍ୟାଟିଂ କରି ଅର୍ଦ୍ଧଶତକ ପୂରଣ କରିଥିଲେ। ଏହି ଇନିଂସ ବଳରେ ସେ ୪୫ ବର୍ଷ ପୁରୁଣା ରେକର୍ଡ ଭାଙ୍ଗି ଦେଇଛନ୍ତି। ଏଥିସହ ସେ ଏକ ସ୍ବତନ୍ତ୍ର ତାଲିକାରେ ଭାରତର ସମସ୍ତ ବ୍ୟାଟ୍ସମ୍ୟାନଙ୍କୁ ପଛରେ ପକାଇ ଶୀର୍ଷରେ ପହଞ୍ଚିଛନ୍ତି। ସେ ଏଭଳି କାରନାମା କରିଛନ୍ତି ଯାହାକି ବିରାଟ କୋହଲି ନିଜ କ୍ୟାରିୟରରେ ଏଯାବତ କରିପାରିନାହାନ୍ତି।

ଯଶସ୍ବୀ ନ୍ୟୁଜିଲାଣ୍ଡ ବିପକ୍ଷ ପୁଣେ ଟେଷ୍ଟ ମ୍ୟାଚ୍‌ର ଅନ୍ତିମ ଇନିଂସରେ ୬୫ ବଲ୍‌ରେ ୭୭ ରନ୍‌ କରିଥିଲେ। ଏଥିରେ ୯ ଚୌକା ଏବଂ ୩ ଛକା ରହିଥିଲା। ରନ୍‌ ବଳରେ ଭାରତରେ ଚଳିତ ବର୍ଷ ସେ ନିଜର ୧୦୦୦ ଟେଷ୍ଟ ରନ୍‌ ପୂରଣ କରିଛନ୍ତି। ଏହାପୂର୍ବରୁ ଏହି କାରନାମା ୧୯୭୯ରେ ଗୁଣ୍ଡପ୍ପା ବିଶ୍ୱନାଥ(୧୦୪୭) କରିଥିଲେ। ଯଶସ୍ବୀ ଚଳିତ ବର୍ଷ ଭାରତରେ ୧୦୫୬ କରି ବିଶ୍ୱନାଥଙ୍କ ରେକର୍ଡ ଭାଙ୍ଗିଛନ୍ତି। ଅନ୍ତର୍ଜାତୀୟସ୍ତରରେ ଯଶସ୍ବୀ ଘରୋଇ ଟେଷ୍ଟ ମ୍ୟାଚ୍‌ରେ ୧୦୦୦+ ରନ୍‌ କରିଥିବା ବିଶ୍ୱର ୬ଷ୍ଠ ଖେଳାଳି ପାଲଟିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରକ୍‌ରେ ପିଟି ହୋଇ ଦୁଇ ବାଇକ୍‌ ଆରୋହୀ ଗୁରୁତର, ଜଣେ ବୁର୍ଲା ସ୍ଥାନାନ୍ତର

ବଲାଙ୍ଗୀର,୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଭବାନୀପାଟଣା ୨୬ ନମ୍ବର ଜାତୀୟ ରାଜପଥର ମଠଖାଇ ମନ୍ଦିର ଓ ସିନଖମନ ରାସ୍ତା ମଝିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ରାସ୍ତାରେ...

ଏସବୁ ରାଜ୍ୟରେ ବଢିବ SIR ସମୟସୀମା: ରିପୋର୍ଟ

ନୂଆଦିଲ୍ଲୀ,,୧୦।୧୨: ସ୍ୱତନ୍ତ୍ର ପରିଚୟପତ୍ର ସଂଶୋଧନ (SIR) ପାଇଁ ଉତ୍ତରପ୍ରଦେଶ, ପଶ୍ଚିମବଙ୍ଗ ସମେତ ଅନେକ ରାଜ୍ୟରେ ସମୟସୀମା ବଢ଼ାଇବାକୁ ନିର୍ବାଚନ କମିଶନ (EC) ଯୋଜନା କରୁଥିବା ଶୀର୍ଷ...

ପଲାଣଘାଟି ପଞ୍ଚାୟତକୁ ଜିଲାସ୍ତରୀୟ ପୁରସ୍କାର

ପାଟଣା,୧୦ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ପଲାଣଘାଟି ପଞ୍ଚାୟତକୁ ଜିଲା ଜଳ ଓ ପରିମଳ ମିଶନ ପକ୍ଷରୁ ବିଶ୍ୱ ଶୌଚାଳୟ ଦିବସରେ ଜିଲାସ୍ତରରେ...

ଚାଷୀଙ୍କ ସହ ଆଲୋଚନା କଲେ ବିଧାୟକ, ଅମଳ ଧାନକୁ ନେଇ…

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ କୁମାର ପାଣିଗ୍ରାହୀ କାଶୀନଗର ବ୍ଲକ ଖାରଡ଼ା ଗ୍ରାମାଞ୍ଚଳ ଗସ୍ତ କରି ଚାଷୀଙ୍କ ସହ ବିଭିନ୍ନ...

ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍‌ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…

ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ...

ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...

ଜାପାନରରେ ପୁଣି ୬.୫ ତୀବ୍ରତାର ଭୂକମ୍ପ; ଦୁଇ ଦିନରେ ଦ୍ୱିତୀୟ ଶକ୍ତିଶାଳୀ ଝଟକା

ମୁମ୍ବାଇ,୧୦।୧୨: ଗତ ସୋମବାର ୭.୫ ତୀବ୍ରତାର ଶକ୍ତିଶାଳୀ ଭୂକମ୍ପ ଯୋଗୁଁ ସୁନାମୀ ଚେତାବନୀ ଜାରି ହେବାର ୪୮ ଘଣ୍ଟା ମଧ୍ୟରେ ବୁଧବାର ପୁଣିଥରେ ଜାପାନର ଉତ୍ତରାଞ୍ଚଳ...

ଦିଗପହଣ୍ଡିରେ ଏଡିଜେ କୋର୍ଟ ପ୍ରତିଷ୍ଠା ଦାବି

ଦିଗପହଣ୍ଡି,୧୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଦିଗପହଣ୍ଡି ଠାରେ ଏଡିଜେ କୋର୍ଟ ସହ ଜିଲା ସବଡିଭିଜନ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri