Posted inଖେଳ

କୋହଲି ନୁହନ୍ତି, ମଇଦାନରେ ଟିମ୍‌ ଇଣ୍ଡିଆର ଏହି ଖେଳାଳି ସ୍ଲେଜିଂ ମାଷ୍ଟର; ଗୁମର ଖୋଲିଲେ ଅଷ୍ଟ୍ରେଲୀୟ…

ନୂଆଦିଲ୍ଲୀ,୫।୧୦: ବିଗତ କିଛି ବର୍ଷ ମଧ୍ୟରେ ଭାରତ-ଅଷ୍ଟ୍ରେଲିଆ କ୍ରିକେଟରେ ପ୍ରତିଦ୍ୱନ୍ଦ୍ୱିତା ରୋମାଞ୍ଚର ଖୋରାକ ଯୋଗାଉଛି। ଖେଳର ତିନୋଟି ଫର୍ମାଟରେ ଉଭୟ ଟିମ୍‌ ବିଶ୍ୱର ଶ୍ରେଷ୍ଠ କ୍ରିକେଟ ଦଳରେ ଗଣା ହୋଇଥାନ୍ତି। ଯେବେ ବି ଏହି ଦୁଇ ଦଳ ମୁହାଁମୁହିଁ ହୋଇଥାନ୍ତି, ଜବରଦସ୍ତ କ୍ରିକେଟ ସହ ସ୍ଲେଜିଂ ଚର୍ଚ୍ଚାରେ ରହିଥାଏ।

ଅଷ୍ଟ୍ରେଲିଆର କିଛି ଖେଳାଳି ସ୍ଲେଜିଂ କରିବାକୁ ନେଇ ଚର୍ଚ୍ଚାରେ ରହିଥାନ୍ତି। ହେଲେ ଏହି ମାମଲାରେ ଭାରତୀୟ ଖେଳାଳି ବି ପଛରେ ନାହାନ୍ତି। ମଇଦାନରେ ବିରାଟ କୋହଲି ସବୁଠାରୁ ଅଧିକ ଆକ୍ରାମକ ନଜର ଆସିଥାନ୍ତି। ମାତ୍ର ଅଷ୍ଟ୍ରେଲିଆ ଖେଳାଳି ଏହା ଭାବନ୍ତି ନାହିଁ।

ଷ୍ଟାର ସ୍ପୋଟ୍ସ ଦ୍ୱାରା ଜାରି ଏକ ଭିଡିଓରେ ଅଷ୍ଟ୍ରେଲିୟ ଖେଳାଳି(ମିଚେଲ ଷ୍ଟାର୍କ, ଜୋଶ ହାଜଲଉଡ୍‌, ନାଥାନ ଲିଅନ୍‌, ପ୍ୟାଟ କମିନ୍‌,ଉସମାନ ଖ୍ବାଜା, ଟ୍ରାଭିସ ହେଡ୍‌) ପ୍ରମୁଖ ଏକତ୍ର ଋଷଭ ପନ୍ତଙ୍କ ନାମ ନେଇଥିଲେ। ୨୦୧୮ରେ ଭାରତ-ଅଷ୍ଟ୍ରେଲିଆ ଗସ୍ତ ସମୟରେ ପନ୍ତ ଟିମ୍‌ ପେନ୍‌ଙ୍କ ସହ ନିଜର ମଜାଳିଆ ବାର୍ତ୍ତାଳାପ ସହ କ୍ରୀଡା ପ୍ରଶଂସକଙ୍କ ହୃଦୟ ଜିତିଥିଲେ।

ଅପରପକ୍ଷେ ଭିଡିଓରେ ପନ୍ତ କହିଛନ୍ତି ଯେ, ସେ କୌଣସି ଯୋଜନା କରି ସ୍ଲେଜିଂ କରି ନ ଥାନ୍ତି। ଯଦି କେହି ଏଭଳି କରିଥାଏ ତେବେ ଭଲ ଲାଗେନାହିଁ,ଏଣୁ ମୁଁ ବିନମ୍ରତା ସହ ସ୍ଲେଜିଂ କରେ। ଏହାଛଡ଼ା ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ ତାଙ୍କୁ ଏହି ସ୍ଲେଜିଂ ଯୋଗେ ଜାଣିଥିଲେ ବୋଲି ସେ କହିଥିଲେ। ତେବେ ଆଗାମୀ ଦିନରେ ନ୍ୟୁଜିଲାଣ୍ଡ ବିପକ୍ଷ ସିରିଜରେ ପନ୍ତ ଖେଳୁଥିବା ନଜର ଆସିବେ।


Enter your email to get our daily news in your inbox.

All Right Reserved By Dharitri.Com

୧୨ ବର୍ଷ ପରେ ସିଂହ ରାଶିରେ ଘଟୁଛି ଅଦ୍ଭୁତ ଘଟଣା: ୨୦୨୭ ଯାଏ ୩ ରାଶି ପାଇଁ ସୁବର୍ଣ୍ଣ ସମୟ, ମାଲାମାଲ ସହ ନୂଆ ଚାକିରି…

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଆସନ୍ତା ୩୧ ଅକ୍ଟୋବର ୨୦୨୬ରେ ଗୁରୁ ଗ୍ରହ ଏକ ବଡ଼ ରାଶି ପରିବର୍ତ୍ତନ କରିବେ। ଦିନ ୧୨ଟା ୦୧ ମିନିଟରେ ଗୁରୁ…

ବଡ଼ ଭୁଲ୍‌ କରିଦେଲେ ବୀରେନ୍ଦ୍ର ସେହ୍ବାଗଙ୍କ ପୁଅ: ବିସ୍ଫୋରକ ବ୍ୟାଟିଂ କରୁଥିବାବେଳେ…

ନୂଆଦିଲ୍ଲୀ,୨୧।୯: ଅଷ୍ଟ୍ରେଲିଆ ଅଣ୍ଡର-୧୯ ବିପକ୍ଷ ମ୍ୟାଚ୍‌ରେ ଭାରତୀୟ ଯୁବ ବ୍ୟାଟର ତଥା ବୀରେନ୍ଦ୍ର ସେହ୍ବାଗଙ୍କ ପୁଅ ଆର୍ଯ୍ୟବୀର ସେହ୍ବାଗ ନିଜ ବ୍ୟାଟିଂରେ ପୁଣିଥରେ ପ୍ରଭାବିତ କରିଛନ୍ତି। ଓପନର…

ରୁଷିଆ ନିର୍ବାଚନରେ ପୁଟିନଙ୍କ ଦବଦବା, ୪୫୦ରୁ ୩୫୫ ଆସନ ଜିତିଲା ୟୁନାଇଟେଡ୍…

ମସ୍କୋ,୨୧।୯: ରୁଷିଆର ସଂସଦୀୟ ନିର୍ବାଚନରେ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସମର୍ଥନ ଥିବା ୟୁନାଇଟେଡ୍ ରୁଷିଆ ପାର୍ଟି ବଡ଼ ବିଜୟ ହାସଲ କରିଛି । ପୁଟିନ୍‌ଙ୍କ ଦଳ ସଂସଦର…

ବିଳମ୍ବିତ ରାତିରେ ନିଖୋଜ ହୋଇଗଲା ମତ୍ସ୍ୟଜୀବୀଙ୍କ ଡ଼ଙ୍ଗା, ଆଉ ତା’ପରେ…

ଛତ୍ରପୁର,୨୧।୯(ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଗଞ୍ଜାମ ଜିଲା ମେରାଇନ ଥାନା ଅନ୍ତର୍ଗତ ଆର୍ଯ୍ୟପଲ୍ଲୀ ଫିସେରୀ ଜେଟିରୁ ଏକ ମତ୍ସ୍ୟଜୀବୀଙ୍କ ଡଙ୍ଗା ନିଖୋଜ ହୋଇଯାଇଥିବା ଖବର ସାମନାକୁ ଆସିଛି। ମେରାଇନ…

ମୋବାଇଲ ଝାମ୍ପି ଫେରାର ବେଳେ ଦୁର୍ଘଟଣା, ୨ ଯୁବକଙ୍କୁ କାବୁ କଲେ ସ୍ଥାନୀୟ ଲୋକେ

ଜୟପୁର,୨୧।୯(ପବନ ପାଣିଗ୍ରାହୀ): ଦିନ ଦଶଟା ବେଳେ ପଞ୍ଚାନନ ମନ୍ଦିର ଛକରୁ ମହିଳା ଶ୍ରମିକଙ୍କ ମୋବାଇଲ ଛଡାଇ ଫେରାର ହେଉଥିଲେ । ହେଲେ ସେହି ସମୟରେ ଏକ ସଡ଼କ…

ଉଚ୍ଚ ଦରମାରେ ଚାକିରି ସୁଯୋଗ ଆଣିଛି SBI, ଜାଣନ୍ତୁ କେମିତି କରିବେ ଆବେଦନ, ଶେଷ ତାରିଖ ରହିଛି…

ନୂଆଦିଲ୍ଲୀ,୨୦ା୯: ଆଜିକାଲି ସମସ୍ତେ ଭଲ ଦରମା ପାଇବା ପାଇଁ ଗୋଟିଏ ଭଲ ଚାକିରି ଖୋଜୁଛନ୍ତି। ଦେଶର ସବୁଠାରୁ ବଡ଼ ବ୍ୟାଙ୍କ ଷ୍ଟେଟ୍‌ ବ୍ୟାଙ୍କ ଅଫ୍‌ ଇଣ୍ଡିଆ’ (SBI)…

ବଙ୍ଗ ରାଜନୀତିରେ ହଇଚଇ; ଏହି କଂଗ୍ରେସ ନେତାଙ୍କୁ ଘୃଣା କରନ୍ତି ମମତା! TMC ନେତା କଲେ ବଡ଼ ଖୁଲାସା

କୋଲକାତା,୨୧।୯: ପଶ୍ଚିମବଙ୍ଗର ନନ୍ଦୀଗ୍ରାମ ବିଧାନସଭା ଆସନରେ ଅକ୍ଟୋବର ୬ରେ ଉପନିର୍ବାଚନ ହେବ । ଏହା ପୂର୍ବରୁ ରାଜ୍ୟ ରାଜନୀତିରେ ତୃଣମୂଳ କଂଗ୍ରେସ ଓ କଂଗ୍ରେସ ମଧ୍ୟରେ ସମୀକରଣକୁ…

ଅନ୍ତେବାସୀଙ୍କୁ ମିଳୁଥିଲା ପୋକରା ଚାଉଳ ଭାତ: ଅଧିକାରୀଙ୍କୁ ଜଣାଇବାକୁ ୮ କି.ମି. ଚାଲିଲେ ଛାତ୍ରୀଛାତ୍ର

ଉଦଳା,୨୧।୯(ସନ୍ତୋଷ ବାଛିନୀ): ହଷ୍ଟେଲରେ ଦୁଇ ମାସରୁ ଊର୍ଦ୍ଧ୍ୱ ହେଲା ଅବ୍ୟବସ୍ଥା ଲାଗି ରହିଥିବା ବେଳେ ଛାତ୍ରୀଛାତ୍ରମାନଙ୍କୁ ଆବଶ୍ୟକ ମୌଳିକ ସୁବିଧା ଯୋଗାଇ ଦିଆଯାଉ ନାହିଁ। ଯାହାକୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?