ସିଆଙ୍ଗବାଲିରେ କ୍ରିକେଟ ଟୁର୍ନାମେଣ୍ଟ ଆରମ୍ଭ; ପ୍ରଥମ ଦିନ ମ୍ୟାଚ୍‌ରେ ତରବାଡ଼ି-କେରକେବାଡି ବିଜୟୀ

ଦାରିଙ୍ଗବାଡି,୩ ା୬ (ଅରୁଣ ସାହୁ ): ଦାରିଙ୍ଗବାଡି ବ୍ଲକ ସିଆଙ୍ଗବାଲି କାର୍ଗିଲ ଖେଳପଡିଆ ଠାରେ ମଙ୍ଗଳବାର କ୍ରିକେଟ ଟୁର୍ନାମେଣ୍ଟ ଆରମ୍ଭ ହୋଇଛି। ସିଆଙ୍ଗବାଲି ସରପଞ୍ଚ ଆନ୍ଦ୍ରୀୟ ପ୍ରଧାନ ମୁଖ୍ୟ ଅତିଥିଭାବେ ଯୋଗଦେଇ ଏହାକୁ ଉଦଘାଟନ କରିଥିଲେ। ପ୍ରଥମ ମ୍ୟାଚ ସିଆଙ୍ଗବାଲି ଓ ତରବାଡି ଟିମ୍‌ ମଧ୍ୟରେ ହୋଇଥିଲା। ୧୨ ଓଭର ଖେଳରେ ସିଆଙ୍ଗବାଲି ୮ ଉଇକେଟ ହରାଇ ୮୦ ରନ କରିଥିଲା। ତରବାଡି ଟିମ୍‌ ୪ ଟି ଉଇକେଟ ହରାଇ ୮ ଓଭରରେ ୮୧ ରନ କରି ବିଜୟୀ ହୋଇଛି। ସେହିପରି ଦ୍ୱିିତୀୟ ମ୍ୟାଚ ଶ୍ରୀପଙ୍କା ଓ କେରକେବାଡି ଟିମ୍‌ ମଧ୍ୟରେ ହୋଇଥିଲା। ଶ୍ରୀପଙ୍କା ଟିମ୍‌ ପ୍ରଥମେ ବ୍ୟାଟିଂ କରି ୬ ଉଇକେଟରେ ୮୭ ରନ କରିଥିଲା। କେରକେବାଡି ୯ ଉଇକେଟ ହରାଇ ୮୮ ରନ କରି ବିଜୟୀ ହୋଇଛି। ଟୁର୍ନାମେଣ୍ଟକୁ ସିଆଙ୍ଗବାଲି କ୍ରିକେଟ ଟୁର୍ନାମେଣ୍ଟ ପକ୍ଷରୁ ସଭାପତି କହିନ ପ୍ରଧାନ, ସମ୍ପାଦକ ପ୍ରିୟବ୍ରତ ପ୍ରଧାନ, ଉପସଭାପତି ହରିଶଙ୍କର ପ୍ରଧାନ, ସହ ସମ୍ପାଦକ ମନୋଜ ପ୍ରଧାନ, କୋଷଧ୍ୟକ୍ଷ ଜିତେନ୍ଦ୍ର ପ୍ରଧାନ, ପରାମର୍ଶଦାତା ଲେଙ୍କା ପ୍ରଧାନ, ଧର୍ମେନ୍ଦ୍ର ପ୍ରଧାନ, ପୂରପୁ ପ୍ରଧାନ, ପ୍ରେମଲତା ପ୍ରଧାନ, ସୁଶୀଲ ପ୍ରଧାନ, ସଞ୍ଜୟ ନାୟକ, ବିରାଟ ନାୟକ, ପୀତବାସ ପ୍ରଧାନ, ବିଭୂତି ଭୂଷଣ ପ୍ରଧାନ ପ୍ରମୁଖ ପରିଚାଳନା କରିଥିଲେ। ଭାଇଚାରା, ଶାନ୍ତି ସଦଭାବନାକୁ ନେଇ ଏକାଠି ହୋଇ ଏଭଳି ଟୁର୍ନାମେଣ୍ଟର ଆୟୋଜନ କରାଯାଇଥିବା କୁହାଯାଇଛି। ଆସନ୍ତା ୧୦ ତାରିଖରେ ଫାଇନାଲ ମ୍ୟାଚ ଖେଳାଯିବ ବୋଲି କମିଟିର ସମ୍ପାଦକ ପ୍ରିୟବ୍ରତ ପ୍ରଧାନ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଛତ୍ରପୁର ଏନଏସି ହେବ ମ୍ୟୁନିସିପାଲଟି, ଜିଲା  ସଦର ମହକୁମାକୁ ନୂଆବର୍ଷର ଭେଟି 

ଛତ୍ରପୁର,୨୮।୧୨: ପ୍ରଥମ ପର୍ଯ୍ୟାୟରେ ଗଞ୍ଜାମ ଜିଲାର ଭଞ୍ଜନଗର, ପୋଲସରା ଓ କବିସୂର୍ଯ୍ୟନଗର ଏନ୍‌ଏସିକୁ ମ୍ୟୁନିସିପାଲଟି ମାନ୍ୟତା ଦିଆଯାଇଥିବା ନେଇ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ଯାହାକି ଗଞ୍ଜାମ...

ଶୀତ ମହୋତ୍ସବରେ ଯୋଗଦେବେ ନବରଙ୍ଗପୁର ବିଧାୟକ ଗୌରୀ ଶଙ୍କର: ଭାଜପା କର୍ମକର୍ତ୍ତଙ୍କୁ ଭେଟି …

ଦାରିଙ୍ଗବାଡି,୨୭।୧୨(ଅରୁଣ ସାହୁ ): ଦାରିଙ୍ଗବାଡିରେ ଆସନ୍ତା ଜାନୁଆରୀ ୮ରୁ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ଅନୁଷ୍ଠିତ ହେବାକୁ ଯାଉଛି। ଗତ ୨୦୧୫ରୁ ପ୍ରଥମଥର ପାଇଁ ତାଜ୍ୟ ସ୍ତରୀୟ...

ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା: ଭଞ୍ଜନଗର ଆଇଆରବି ବାଟାଲିୟନ ରନର୍ସ ଅପ୍‌

ଭଞ୍ଜନଗର, ୨ ୮।୧୨(ବାବୁଲା ପ୍ରଧାନ): ସ୍ପେଶାଲ ଅପରେଶନ ଗ୍ରୁପ (ଏସଓଜି) ଚନ୍ଦକା ଠାରେ ୮ମ ରାଜ୍ୟ ପୋଲିସ ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା ଉଦ୍‌ଯାପିତ ହୋଇଯାଇଛି...

ମ୍ଭାରୀଗୁଡା ରାସ୍ତାପଟେ ବୃଦ୍ଧା ଯାଉଥିବା ବେଳେ ହଠାତ୍‌ ଆସିଲା ଭାଲୁ : ପରେ…

ନୂଆପଡ଼ା/ସିନାପାଲି,୨୮ା୧୨ (ମକାରୁ ବେମାଲ/ମନଫୁଲ ମେହେର): ନୂଆପଡ଼ା ଜିଲା ସିନାପାଲି ଥାନା ଗଣ୍ଡାବାହାଲି ଗାଁରେ ଶୁକ୍ରବାର ଭାଲୁ ଆକ୍ରମଣରେ ଜଣେ ବୃଦ୍ଧାଙ୍କ ମୁତ୍ୟୁ ଘଟିଛି। ସେ ହେଲେ...

ପୁରୀ, ଭୁବନେଶ୍ୱରରେ ରେଳ ଚଳାଚଳ ଦୁଇଗୁଣା ବଢ଼ିବ

ଭୁବନେଶ୍ୱର,୨୮ା୧୨(ଅନୁରାଧା ମହାରଣା): ଆସନ୍ତା ୫ ବର୍ଷରେ ଅର୍ଥାତ୍‌ ୨୦୩୦ ସୁଦ୍ଧା ଭୁବନେଶ୍ୱର, ପୁରୀ ଏବଂ ବିଶାଖାପାଟଣାରେ ରେଳ ଚଳାଚଳ କ୍ଷମତା ଦ୍ୱିଗୁଣା କରାଯିବ। ଏଥିପାଇଁ ପ୍ରମୁଖ...

୧୦ମ ଶ୍ରେଣୀ ଇତିହାସ, ରାଜନୀତି ବିଜ୍ଞାନ ବହିରେ ଭୁଲ୍‌ ତଥ୍ୟ

ଭଦ୍ରକ,୨୮।୧୨(ସନାତନ ରାଉତ): ୨୦୧୩ ମସିହାରେ ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ମୁଦ୍ରିତ ଓ ପ୍ରକାଶିତ ୧୦ମ ଶ୍ରେଣୀ ଇତିହାସ ଓ ରାଜନୀତି ବିଜ୍ଞାନ ବହିରେ...

ଜ୍ୱାଇଁଙ୍କ ଟାଙ୍ଗିଆ ଚୋଟରେ ଚାଲିଗଲା ଶାଶୁଙ୍କ ଜୀବନ

ବାଲିଗୁଡା,୨୭ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅଧୀନ କ.ନୂଆଗାଁ ଥାନା ସିର୍ତିଗୁଡା ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିିଛି। ପାରିବାରିକ...

ଯୁବକଙ୍କୁ ଚାପିଦେଲା ଟ୍ରକ୍‌: ଆଉ ତା’ପରେ…

କୋକସରା,୨୭ା୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ଥାନା କୁସୁମଖୁଣ୍ଟି ନିକଟରେ ଶନିବାର ରାତି ପ୍ରାୟ ୭ଟାରେ ଏକ ଟ୍ରକ୍‌ ଧକ୍କାରେ ଜଣେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri