ସିଆଙ୍ଗବାଲିରେ କ୍ରିକେଟ ଟୁର୍ନାମେଣ୍ଟ ଆରମ୍ଭ; ପ୍ରଥମ ଦିନ ମ୍ୟାଚ୍‌ରେ ତରବାଡ଼ି-କେରକେବାଡି ବିଜୟୀ

ଦାରିଙ୍ଗବାଡି,୩ ା୬ (ଅରୁଣ ସାହୁ ): ଦାରିଙ୍ଗବାଡି ବ୍ଲକ ସିଆଙ୍ଗବାଲି କାର୍ଗିଲ ଖେଳପଡିଆ ଠାରେ ମଙ୍ଗଳବାର କ୍ରିକେଟ ଟୁର୍ନାମେଣ୍ଟ ଆରମ୍ଭ ହୋଇଛି। ସିଆଙ୍ଗବାଲି ସରପଞ୍ଚ ଆନ୍ଦ୍ରୀୟ ପ୍ରଧାନ ମୁଖ୍ୟ ଅତିଥିଭାବେ ଯୋଗଦେଇ ଏହାକୁ ଉଦଘାଟନ କରିଥିଲେ। ପ୍ରଥମ ମ୍ୟାଚ ସିଆଙ୍ଗବାଲି ଓ ତରବାଡି ଟିମ୍‌ ମଧ୍ୟରେ ହୋଇଥିଲା। ୧୨ ଓଭର ଖେଳରେ ସିଆଙ୍ଗବାଲି ୮ ଉଇକେଟ ହରାଇ ୮୦ ରନ କରିଥିଲା। ତରବାଡି ଟିମ୍‌ ୪ ଟି ଉଇକେଟ ହରାଇ ୮ ଓଭରରେ ୮୧ ରନ କରି ବିଜୟୀ ହୋଇଛି। ସେହିପରି ଦ୍ୱିିତୀୟ ମ୍ୟାଚ ଶ୍ରୀପଙ୍କା ଓ କେରକେବାଡି ଟିମ୍‌ ମଧ୍ୟରେ ହୋଇଥିଲା। ଶ୍ରୀପଙ୍କା ଟିମ୍‌ ପ୍ରଥମେ ବ୍ୟାଟିଂ କରି ୬ ଉଇକେଟରେ ୮୭ ରନ କରିଥିଲା। କେରକେବାଡି ୯ ଉଇକେଟ ହରାଇ ୮୮ ରନ କରି ବିଜୟୀ ହୋଇଛି। ଟୁର୍ନାମେଣ୍ଟକୁ ସିଆଙ୍ଗବାଲି କ୍ରିକେଟ ଟୁର୍ନାମେଣ୍ଟ ପକ୍ଷରୁ ସଭାପତି କହିନ ପ୍ରଧାନ, ସମ୍ପାଦକ ପ୍ରିୟବ୍ରତ ପ୍ରଧାନ, ଉପସଭାପତି ହରିଶଙ୍କର ପ୍ରଧାନ, ସହ ସମ୍ପାଦକ ମନୋଜ ପ୍ରଧାନ, କୋଷଧ୍ୟକ୍ଷ ଜିତେନ୍ଦ୍ର ପ୍ରଧାନ, ପରାମର୍ଶଦାତା ଲେଙ୍କା ପ୍ରଧାନ, ଧର୍ମେନ୍ଦ୍ର ପ୍ରଧାନ, ପୂରପୁ ପ୍ରଧାନ, ପ୍ରେମଲତା ପ୍ରଧାନ, ସୁଶୀଲ ପ୍ରଧାନ, ସଞ୍ଜୟ ନାୟକ, ବିରାଟ ନାୟକ, ପୀତବାସ ପ୍ରଧାନ, ବିଭୂତି ଭୂଷଣ ପ୍ରଧାନ ପ୍ରମୁଖ ପରିଚାଳନା କରିଥିଲେ। ଭାଇଚାରା, ଶାନ୍ତି ସଦଭାବନାକୁ ନେଇ ଏକାଠି ହୋଇ ଏଭଳି ଟୁର୍ନାମେଣ୍ଟର ଆୟୋଜନ କରାଯାଇଥିବା କୁହାଯାଇଛି। ଆସନ୍ତା ୧୦ ତାରିଖରେ ଫାଇନାଲ ମ୍ୟାଚ ଖେଳାଯିବ ବୋଲି କମିଟିର ସମ୍ପାଦକ ପ୍ରିୟବ୍ରତ ପ୍ରଧାନ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଜୀବିତ ବୃଦ୍ଧାଙ୍କୁ ମୃତ ସଜାଇ ୪ ବର୍ଷ ହେଲା ମୁହଁରୁ ଦାନା ଛଡ଼ାଇ ନେଇଛନ୍ତି, ଏଯାଏ ମିଳିନି ଆବାସ କି…

ଥୁଆମୂଳ ରାମପୁର,୧୪ା୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଅଡ୍ରି ପଞ୍ଚାୟତସ୍ଥିତ ଦୋଲଗୁଡ଼ା (ଟଟା ପଡ଼ା) ଗ୍ରାମରେ ଯେଉଁ ଦୃଶ୍ୟ ଦେଖିବାକୁ ମିଳିଛି, ତାହା ବିକାଶର…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ନିଯୁକ୍ତି ସୁଯୋଗ ପାଇବେ ୧୨୦୦ ଯୁବତୀ-ଯୁବକ

କେନ୍ଦୁଝର,୧୪ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଶନିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦିନିକିଆ କେନ୍ଦୁଝର ଜିଲା ଗସ୍ତରେ ଆସି ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କରି ଫେରିଛନ୍ତି। କେନ୍ଦୁଝର ଜିଲାରେ…

ସ୍ପଷ୍ଟ ଦିବାଲୋକରେ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନଗହଣା, ଘର ଆଗରେ କାର୍‌ ରଖି…

ମୋରଡ଼ା,୧୪ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଅଧୀନ ନଳଗଜାଠାରେ ଜଣଙ୍କ ଘରୁ ଦୁର୍ବୃତ୍ତମାନେ ଲୁଟ୍‌ କରିଥିବାର ଜଣାପଡ଼ିଛି। ସୂଚନା ମୁତାବକ, ଉକ୍ତ ଗ୍ରାମର ଆଲାଦି ଟୁଡୁ…

କେନ୍ଦୁଝରରେ ମୁଖ୍ୟମନ୍ତ୍ରୀ: ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ, ଭିିତ୍ତିପ୍ରସ୍ତର କରି କହିଲେ…

କେନ୍ଦୁଝର,୧୪ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର କେନ୍ଦୁଝର ଜିଲାକୁ ଦିନିକିଆ ଗସ୍ତରେ ଆସି ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି।…

ଦାଦା ବଟି ପାଇଁ ଗୋଷ୍ଠୀ ସଂଘର୍ଷ : ମାରଣାସ୍ତ୍ରରେ ଯୁବକଙ୍କୁ ହାଣିଦେଲେ…

ବାଲେଶ୍ୱର,୧୪।୨( ବାଞ୍ଛାନିଧି ଦେ ) : ଦାଦା ବଟି ପାଇଁ ବାଲେଶ୍ୱର ସଦର ଥାନା ଅନ୍ତର୍ଗତ ଗୁଜୁରୀ ବଜାର ଛକଠାରେ ଶନିବାର ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ…

ରାସ୍ତା ଆଢୁଆଳରେ ନଳକୂପ: ପିଇବା ପାଣି ପାଇଁ ହଟହଟା

ଲୋଇସିଂହା,୧୩।୨(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଗୁର୍ଜିଭଟାରୁ ବାଦିବାହାଲ ଆରଡି ରାସ୍ତା ପ୍ରଶସ୍ତ ଓ ଉନ୍ନତୀକରଣ କାମ ଚାଲିଛି ା ଏହାଦ୍ୱାର ରାସ୍ତା ପାର୍ଶ୍ୱରେ ଥିବା…

ରାତିରେ ଧୂମ୍‌ଧାମରେ ପାଳିଲେ ବିବାହବାର୍ଷିକୀ, ସକାଳୁ ପାଲଟିଗଲେ ଶବ

ବଣାଇଁ,୧୪ା୨(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ବଣାଇଁ ଉପଖଣ୍ଡର ପର୍ଯ୍ୟଟନସ୍ଥଳ ଖଣ୍ଡାଧାରକୁ ୩୦ତମ ବିବାହ ବାର୍ଷିକୀ ପାଳନ ପାଇଁ ଆସି ଦମ୍ପତିଙ୍କ ମଧ୍ୟରୁ ଜଣେ ଶବ ହୋଇ ଫେରିବା…

କଟକ ଜିଲାପାଳଙ୍କୁ ନୋଟିସ୍‌, ଦେବାଶିଷ ସାମନ୍ତରାୟଙ୍କ ଏହି ଅଭିଯୋଗ ନେଇ…

କଟକ,୧୪ା୨: କଟକ ଜିଲାପାଳ ଦତ୍ତାତ୍ରେୟ ଭାଓସାହେବ ସିନ୍ଧେଙ୍କୁ ନୋଟିସ୍‌ ଜାରି ହୋଇଛି। ରାଜ୍ୟ ସଭା ସଚିବାଳୟ ନିର୍ଦ୍ଦେଶକଙ୍କ ପକ୍ଷରୁ ନୋଟିସ୍‌ ହୋଇଛି। ଦେବାଶିଷ ସାମନ୍ତରାୟଙ୍କ ଲିଖିତ ଅଭିଯୋଗକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri