ମିଳିତ ମହାମଞ୍ଚ ପକ୍ଷରୁ ବ୍ରାହ୍ମଣୀଗାଁରେ କ୍ରିକେଟ ଟୁର୍ନାମେଣ୍ଟର ଶୁଭାରମ୍ଭ, ପ୍ରଥମ ଦିନରେ ବାଜିମାରିଲା ଏମ୍‌.ଖାତିଗୁଡ଼ା ଦଳ

ଦାରିଙ୍ଗବାଡି,୨୨।୪(ଅରୁଣ ସାହୁ )- କନ୍ଧମାଳ ଜିଲା ବ୍ରାହ୍ମଣୀଗାଁଠାରେ ମିଳିତ ମହାମଞ୍ଚ ପକ୍ଷରୁ କ୍ରିକେଟ ଟୁର୍ନାମେଣ୍ଟର ଶୁଭାରମ୍ଭ ହୋଇଯାଇଛି। ସୋମବାର ମୁଖ୍ୟ ଅତିଥିଭାବେ ଦାରିଙ୍ଗବାଡି ବିଡିଓ ପ୍ରୀତିରଞ୍ଜନ ରଥ ଯୋଗଦେଇ ଖେଳାଳିମାନଙ୍କୁ ଉତ୍ସାହିତ କରିଥିଲେ। ଶାନ୍ତି, ମୈତ୍ରୀ ଓ ଭାଇଚାରାକୁ ବଜାୟ ରଖିବା ପାଇଁ ଏହି ଟୁର୍ନାମେଣ୍ଟ ଆୟୋଜନ କରାଯାଇଛି। ଏହା ଅଞ୍ଚଳର ସାମଗ୍ରିକ ବିକାଶରେ ମଧ୍ୟ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବ ବୋଲି ଦାରିଙ୍ଗବାଡି ବିଡିଓ ନିଜ ବକ୍ତବ୍ୟରେ କହିଛନ୍ତି। ଏହି ଅବସରରେ ସେ ବ୍ରାହ୍ମଣୀଗାଁ ଖେଳ ପଡିଆର ଉନ୍ନତିକରଣ କରାଯିବା ସହ ଲୋକଙ୍କ ଦାବି ମୁତାବକ ଯାତ୍ରୀ ବିଶ୍ରାମାଗାର ଓ ନଳକୂପ ଖନନ କାର୍ଯ୍ୟକୁ ଖୁବଶୀଘ୍ର କରିବେ ବୋଲି ଘୋଷଣା କରିଛନ୍ତି।

ବିଡିଓ ଟୁର୍ନାମେଣ୍ଟକୁ ଉଦ୍‌ଘାଟନ କରିବା ସହ ଟସ ପକାଇ ଓ ବ୍ୟାଟିଂ କରି ଖେଳାଳି ଓ ମିଳିତ ମଞ୍ଚକୁ ଉତ୍ସାହିତ କରିଥିଲେ। ଏଥିସହ ସେ ଖେଳାଳିମାନଙ୍କୁ ଖେଳର ଉଦ୍ଦେଶ୍ୟ ଓ ବନ୍ଧୁତ୍ୱକୁ ସୁଦୃଢ଼ କରିବା ପାଇଁ ପରାମର୍ଶ ଦେବାସହ ସମସ୍ତ ଖେଳାଳିଙ୍କ ସହ କରମର୍ଦ୍ଦନ କରିଥିଲେ। ଅନ୍ୟ ଅତିଥିଙ୍କ ମଧ୍ୟରେ ସ୍ଥାନୀୟ ସରପଞ୍ଚ ସଂଯୁକ୍ତା ମଲ୍ଲିକ, ସ୍ବେଚ୍ଛାସେବୀ ନମିତା ପରିଡ଼ା, ମିଳିତ ମହାମଞ୍ଚ ସଭାପତି ଚିତ୍ରସେନ ପାତ୍ର, ଉପସଭାପତି ରମାକାନ୍ତ ବଳିଆର ସିଂ, ସମ୍ପାଦକ ପ୍ରଶାନ୍ତ ନାୟକ, ଉପସଭାପତି ଗଣେଷ ଡାକୁଆ ପ୍ରମୁଖ ଉପସ୍ଥିତ ଥିଲେ।

ପ୍ରକାଶ ଯେ, ପ୍ରଥମ ଦିବସ ଉଦଘାଟନୀ ମ୍ୟାଚରେ ଗଜପତି ଜିଲାର ଏମ୍‌. ଖାରିଗୁଡ଼ା ସହ ଦାରିଙ୍ଗବାଡି ବ୍ଲକ ଗାହାକିଆ ମଧ୍ୟରେ ମ୍ୟାଚ୍‌ ଅନୁଷ୍ଠିତ ହୋଇଥିଲା। ଏଥିରେ ଟସ ଜିତି ଖାରିଗୁଡା ଟିମ ବୋଲିଂ ନିଷ୍ପତ୍ତି ନେଇଥିଲା। ଗାହାକିଆ ଟିମ ପ୍ରଥମେ ବ୍ୟାଟିଂ କରି ୧୨ ଓଭର ଖେଳ ମଧ୍ୟରୁ ୧୧ ଓଭରରେ ସର୍ବାଧିକ ୫୮ରନ କରି ଅଲ୍‌ଆଉଟ ହୋଇଥିଲେ। ଜବାବରେ ଏମ୍‌. ଖାରିଗୁଡା ମାତ୍ର ୨ ଉଇକେଟ ହରାଇ ୪.୪ ଓଭରରେ ଟାର୍ଗେଟ ହାସଲ କରିନେଇଥିଲା। ଖାରିଗୁଡ଼ା ଟିମର ରାଜା ନାୟକ ନିଜର ଜବରଦସ୍ତ ବ୍ୟାଟିଂ ଯୋଗୁ ମ୍ୟାନ୍‌ ଅଫ୍‌ ଦି ମ୍ୟାଚ୍‌ ପୁରସ୍କାର ପାଇଥିଲେ। ମିଳିତ ମହାମଞ୍ଚର କୋଷାଧ୍ୟକ୍ଷ ଥମାସ ନାୟକ ମ୍ୟାନ ଅଫ ଦି ମ୍ୟାଚ ପୁରସ୍କାର ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସଜନା ଶାଗ ତୋଳିବା ହେଲା କାଳ: ୧୧ କେଭି ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଚାଲିଗଲା ୩୦ ବର୍ଷୀୟ ଯୁବକଙ୍କ ଜୀବନ

କୋରାପୁଟ,୧୫।୯(ଅମିତାଭ ବେହେରା): ସଜନା ଶାଗ ତୋଳିବାକୁ ଯାଇଥିଲେ, ହେଲେ ଫେରିଲା ମୃତଦେହ। ଅସାବଧାନତାର ଏକ ମୁହୂର୍ତ୍ତ ଜଣେ ଯୁବକଙ୍କ ଜୀବନରେ କାଳ ସାଜିଛି। ୧୧ କେଭି ବିଦ୍ୟୁତ୍…

ଏଣିକି ପେଟ୍ରୋଲ ଓ ବିଜୁଳି ବିଲ ପେମେଣ୍ଟ କଲେ ଲାଗିବ ୫ଟଙ୍କା ଏକ୍ସଟ୍ରା ଚାର୍ଜ; ସାଧାରଣ ଲୋକଙ୍କୁ ବଡ଼ ଝଟ୍‌କା

ନୂଆଦିଲ୍ଲୀ,୧୫।୯: ବଢ଼ୁଥିବା ମହଙ୍ଗା ମାଡ଼ ମଧ୍ୟରେ ଏବେ UPI ପେମେଣ୍ଟ ଉପରେ ଦେବାକୁ ପଡ଼ିବ ଚାର୍ଜ। ଅର୍ଥାତ ଆପଣଙ୍କର UPI ଆଉ ମାଗଣା ରହିଲା ନାହିଁ। ଏହି…

ପ୍ରଫେସର କୃତ୍ତିବାସ ବିଶ୍ୱାଳଙ୍କୁ ‘ଭଞ୍ଜଶ୍ରୀ ଶ୍ରୀଧର ଶତପଥୀ ସ୍ମୃତି ସମ୍ମାନ’

ଭଞ୍ଜନଗର,୧୫।୯ (ବାବୁଲା ପ୍ରଧାନ): ଘୁମୁସର ମାଟିର ବିଶିଷ୍ଟ ଜ୍ୟୋତିଷ, ଭଞ୍ଜ ସାହିତ୍ୟ ଗବେଷକ ତଥା ପ୍ରତିଷ୍ଠିତ ସାହିତ୍ୟିକ ଭଞ୍ଜଶ୍ରୀ ପଣ୍ଡିତ ଶ୍ରୀଧର ଶତପଥୀଙ୍କ ୧୧୩ତମ ଜୟନ୍ତୀ ମଙ୍ଗଳବାର…

ମୃତଦେହ ନେଇ ଶ୍ମଶାନ ଯାଉଥିବା ବେଳେ ବଡ଼ ଅଘଟଣ: ଟ୍ରକ୍ ଧକ୍କା ଦେଇ ଘୋଷାଡ଼ି ନେଲା, ୫ ଗୁରୁତରଙ୍କୁ ବିଧାୟକ ନିଜ ଗାଡ଼ିରେ…

ଦିଗପହଣ୍ଡି,୧୫।୯(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି – ରାୟଗଡ଼ା ୩୨୬ ନଂ ଜାତୀୟ ରାଜପଥର ପୋଡ଼ାମାରି ନିକଟସ୍ଥ ରାଜନାପଲ୍ଲୀ ଗ୍ରାମ ମୁଖ୍ୟରାସ୍ତାରେ ମଙ୍ଗଳବାର ସନ୍ଧ୍ୟା ପ୍ରାୟ ସାଢ଼େ ୭ଟାରେ…

କାମ କରୁ କରୁ ଚାଲିଗଲା ଜୀବନ: ବିଦ୍ୟୁତ୍ ସଂସ୍ପର୍ଶରେ ଆସି ୨୭ ବର୍ଷୀୟା ମହିଳା ଶ୍ରମିକଙ୍କ ମୃତ୍ୟୁ

ଦାରିଙ୍ଗବାଡ଼ି,୧୫।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ ବୁର୍ଜୁବାଡ଼ି ବିଦ୍ୟାଳୟ ସମ୍ମୁଖରେ ଏକ ନିର୍ମାଣାଧୀନ କୋଠାରେ ବିଦ୍ୟୁତ୍ ଆଘାତ ଲାଗି ଜଣେ ମହିଳା ଶ୍ରମିକଙ୍କ…

UPI ପେମେଣ୍ଟ ଉପରେ ନୂଆ ଚାର୍ଜ: ୫୦୦୦ରେ ୨୦ ଓ ୧୦,୦୦୦ରେ କଟିବ ୪୦ ଟଙ୍କା, ଜାଣନ୍ତୁ…

ନୂଆଦିଲ୍‌ଲୀ,୧୫।୯: ଡିଜିଟାଲ କାରବାର ଉପରେ ଶୁଳ୍କ ଲାଗୁ ନେଇ ବିରୋଧ ମଧ୍ୟରେ ସରକାର UPI ଉପରେ ମର୍ଚାଣ୍ଟ ଡିସକାଉଣ୍ଟ ରେଟ (MDR)କୁ ନେଇ ଏକ ନୂଆ ନିଷ୍ପତ୍ତି…

ଯୌତୁକ ନିର୍ଯ୍ୟାତନା ପରେ ସ୍ତ୍ରୀ ବାପ ଘରେ, ଏବେ ଅନ୍ୟ ଯୁବତୀଙ୍କୁ ନେଇ ସ୍ୱାମୀ ଫେରାର, ଥାନାରେ…

ଦିଗପହଣ୍ଡି,୧୫।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ସାନଖେମୁଣ୍ଡି ବ୍ଲକ୍ ଡେଙ୍ଗାଓସ୍ତା ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଅଧିକ ଯୌତୁକ ପାଇଁ…

ଆଇସିସି ମହିଳା ଟି୨୦ ପ୍ଲେୟର ର଼୍ୟାଙ୍କିଙ୍ଗ: ପ୍ରଥମ, ଦ୍ୱିତୀୟ ସ୍ଥାନରେ ଭାରତୀୟ ଖେଳାଳି, ଜାଣନ୍ତୁ…

ତାଲିକାରେ ଦୁବାଇ, ୧୫ା୯: ଭାରତ ସ୍ପିନର ଶ୍ରୀ ଚରଣୀ କ୍ୟାରିୟର ଶ୍ରେଷ୍ଠ ରେଟିଂ ପଏଣ୍ଟ ସହ ସଦ୍ୟ ପ୍ରକାଶିତ ଆଇସିସି ମହିଳା ଅନ୍ତର୍ଜାତୀୟ ଟି୨୦ ପ୍ଲେୟର ର଼୍ୟାଙ୍କିଙ୍ଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?