କ୍ରିକେଟ ଟୁର୍ନାମେଣ୍ଟ: ଧରାକୋଟ ଟିମ୍‌ ଚାମ୍ପିୟନ

ଧରାକୋଟ,୧୩ା୩(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ସୋରଡା ଋଷିକୁଲ୍ୟା କ୍ରିକେଟ କ୍ଲବ ପକ୍ଷରୁ ଶଶିଭୂଷଣ ମିନି ଷ୍ଟାଡିୟମରେ ଚାଲିଥିବା ୧୬ତମ ଋଷିକୁଲ୍ୟା କ୍ରିକେଟ ଟର୍ନାମେଣ୍ଟ ଉଦ୍‌ଯାପିତ ହୋଇଯାଇଛି । ଫାଇନାଲ ମ୍ୟାଚ୍‌ ଧରାକୋଟ ୟଙ୍ଗ କ୍ରିକେଟ କ୍ଲବ ଏବଂ ସୋରଡା ଋଷିକୁଲ୍ୟା କ୍ରିକେଟ କ୍ଲବ ମଧ୍ୟରେ ହୋଇଥିଲା ।

ଟସ୍‌ ଜିତି ଧରାକୋଟ ଟିମ୍‌ ନିର୍ଦ୍ଧାରିତ ୨୦ ଓଭର ଖେଳି ସମସ୍ତ ଉଇକେଟ ହରାଇ ୨୨୪ ରନ୍‌ ସଂଗ୍ରହ କରିଥିଲା। ସୋରଡା ଟିମ୍‌ ଏହି ରନ୍‌ର ପିଚ୍ଛା କରି ସମସ୍ତ ଓଭର ଖେଳି ୧୯୯ ରନ୍‌ କରିପାରିଥିଲା। ଫଳରେ ଧରାକୋଟ ଟିମ୍‌ ୨୫ ରନ୍‌ରେ ବିଜୟୀ ହୋଇଥିଲା।

ପୁରସ୍କାର ବିତରଣ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଏମ୍‌ପିଙ୍କ ପ୍ରତିନିଧି ବସନ୍ତ କୁମାର ବିଷୋୟୀ, ସମ୍ମାନିତ ଅତିଥି ଭାବେ ସୋରଡ଼ା ନଗରପାଳ ଶିବ ଶଙ୍କର ପଣ୍ଡା, ଡ.ଆଶିଷ ଖାଡଙ୍ଗା, ସାମାଜିକ କର୍ମୀ ଡୁଲୁ ପାଳ, ନଗର ଭାଜପା ସଭାପତି ସୀତାରାମ ପାତ୍ର ପ୍ରମୁଖ ଉପସ୍ଥିତ ରହିଥିଲେ।

ଧରାକୋଟ ଟିମ୍‌ର ଅନିଲ ନାୟକ ମ୍ୟାନ୍‌ ଅଫ ଦି ମ୍ୟାଚ ଏବଂ ସୋରଡା ଟିମ୍‌ର ପିଙ୍କୁ ମହାରଣା ମ୍ୟାନ ଅଫ ଦି ସିରିଜ ଭାବେ ପୁରସ୍କୃତ ହୋଇଥିଲେ। ଚାମ୍ପିୟନ ଧରାକୋଟ ଟିମ୍‌କୁ ୨୦ ହଜାର ଟଙ୍କା ସହ ଟ୍ରଫି ଓ ସୋରଡା ଟିମ୍‌କୁ ୧୫ ହଜାର ଟଙ୍କା ସହ ରନର୍ସ ଟ୍ରଫି ପ୍ରଦାନ କରାଯାଇଥିଲା। ଟୁର୍ନାମେଣ୍ଟରେ ୧୫ଟି ଟିମ୍‌ ଅଂଶ ଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ ଏମପିଙ୍କ ଠୁ ଏତେ ଅଧିକ ଦରମା ପାଆନ୍ତି ପାକିସ୍ତାନୀ ଏମପି? ଜାଣନ୍ତୁ ସାଲାରୀ-ଭତ୍ତା ସବୁକିଛି…

ନୂଆଦିଲ୍ଲୀ,୩୦।୭: ଆଇନପ୍ରଣେତା ବା ସାଂସଦମାନଙ୍କ ସୁବିଧା ସୁଯୋଗକୁ ତୁଳନା କଲେ ଜଣାପଡ଼େ ଯେ, ପାକିସ୍ତାନୀ ଏବଂ ଭାରତୀୟ ସାଂସଦମାନେ ପ୍ରାୟ ସମାନ ମୂଳ ଦରମା ପାଇଥାନ୍ତି, କିନ୍ତୁ…

‘ଆପଣଙ୍କ ମୁହଁ ଖୋଲୁନାହିଁ, କିଏ ସିଲ୍ କରିଦେଇଛି…’, ଶାହାଙ୍କୁ ଖାର୍ଗେଙ୍କ କଡ଼ା ଟାର୍ଗେଟ

ନୂଆଦିଲ୍ଲୀ,୩୦।୭: ରାଜ୍ୟ ସଭାରେ ପେପର ଲିକ୍ ପ୍ରସଙ୍ଗକୁ ନେଇ ଆଲୋଚନା ସମୟରେ ମଲ୍ଲିକାର୍ଜୁନ ଖାର୍ଗେ କେନ୍ଦ୍ର ସରକାର ଏବଂ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ କଡ଼ା ସମାଲୋଚନା…

ଭଞ୍ଜନଗରରେ ଖୁବ୍‌ଶୀଘ୍ର ‘ଘୁମୁସର ରେଡିଓ’, ୪୦ କିଲୋମିଟର ପରିଧିରେ ହେବ ପ୍ରସାରଣ

ଭଞ୍ଜନଗର,୩୦ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରବାସୀଙ୍କ ପାଇଁ ଖୁସି ଖବର। ସ୍ଥାନୀୟ ଅଞ୍ଚଳର ଲୋକଙ୍କ ସ୍ବର, ସମସ୍ୟା ଓ ସଂସ୍କୃତିକୁ ନେଇ ଖୁବଶୀଘ୍ର ଆରମ୍ଭ ହେବାକୁ ଯାଉଛି…

ସରକାରୀ ଦେଶୀ ମଦଭାଟି ବନ୍ଦ ଦାବି ଜୋର୍‌ ଧରିଲା, ଜିଲାପାଳ-ଅବକାରୀ ଅଧୀକ୍ଷକଙ୍କୁ ଭେଟି…

ଛତ୍ରପୁର,୩୦ା୭(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଅବକାରୀ ଅଧୀନରେ ଥିବା ନୋଳିଆ ନୂଆଗାଁ ସରକାରୀ ଦେଶୀ ମଦଭାଟି ବନ୍ଦ କରିବା ଦାବି ନେଇ ଗୁରୁବାର ଛତ୍ରପୁର ବ୍ଲକ ଅଧ୍ୟକ୍ଷା…

Shukra Gochar: ୪ ରାଶିଙ୍କ ଅଯଥା ହେବ ଧନ ହାନୀ! ହଠାତ୍ ଚାକିରିରୁ ହେବେ ବିଦା..

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଆଜି, ଶୁକ୍ର ଗ୍ରହ ଉତ୍ତରାଫାଲଗୁନି ନକ୍ଷତ୍ରରେ ପ୍ରବେଶ କରିଛନ୍ତି। ସକାଳ ୪:୫୬ ସମୟରେ ହୋଇଥିବା ଶୁକ୍ରଙ୍କ ଏହି ଗୋଚର ଶୁଭ, କିନ୍ତୁ ଏପରି…

ଲକ୍ଷ୍ମୀ ଯୋଜନା: ପ୍ରତିମାସରେ ମିଳିବ ୨୫୦୦ଟଙ୍କା, RD ରେ ଜମା କଲେ ସିଧା ୧ ଲକ୍ଷ! ଜାଣନ୍ତୁ ସମ୍ପୂର୍ଣ୍ଣ ହିସାବ…

ନୂଆଦିଲ୍ଲୀ,୩୦।୭: ସାଧାରଣତଃ ଆମକୁ ଟଙ୍କା ମିଳିଲେ ଆମେ ତାହା ଖର୍ଚ୍ଚ କରିଦେଇଥାଉ, କିନ୍ତୁ କିଛି ଟଙ୍କା ଯଦି ଆର.ଡି. (RD) ରେ ନିବେଶ କରାଯାଏ, ତେବେ ଅନେକ…

ବନ୍ୟା ପ୍ରଭାବିତ ଅଞ୍ଚଳ ବୁଲି ଦେଖିଲେ ଜିଲାପାଳ

ତୁଣ୍ଡଲା,୩୦ା୭(ପିରୋଜ କୁମାର ଦାଶ): ଦୀର୍ଘଦିନରୁ ଲଘୁଚାପ ଜନିତ ଲଗାଣ ବର୍ଷାରେ କଳାହାଣ୍ଡି ଜିଲାର ବିଭିନ୍ନ ଅଞ୍ଚଳ ବନ୍ୟାରେ ପ୍ରଭାବିତ ହୋଇଥିବା ଦେଖିବାକୁ ମିଳିଛି। କେସିଙ୍ଗା ବ୍ଲକର ବେଲଖଣ୍ଡି,…

ପାଇଖାନା ଟାଙ୍କିରେ ପଡ଼ି ଚାଲିଗଲା ଦୁଇ ଭଉଣୀଙ୍କ ଜୀବନ, କାନ୍ଦ ବୋବାଳିରେ ଫାଟି ପଡୁଛି ଗାଁ ଦାଣ୍ଡ

ଟେନସା,୩୦।୭(ସମୀର କୁମାର ପାଢୀ): ସୁନ୍ଦରଗଡ ଜିଲା କୋଇଡା ବ୍ଲକ୍ ଅନ୍ତର୍ଗତ କାଦୋଡିହା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି । ଗୁରୁବାର ଦ୍ବିପହର ୨ଟା ସମୟରେ ପାଇଖାନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri