ଦିଗପହଣ୍ଡିରେ କ୍ରିକେଟ୍‌ ଟୁର୍ନାମେଣ୍ଟ ଉଦ୍‌ଘାଟିତ

ଦିଗପହଣ୍ଡି,୨।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବଡଖେମୁଣ୍ଡି ହାଇସ୍କୁଲ ଖେଳପଡିଆଠାରେ ଗୁରୁବାର ଦିଗପହଣ୍ଡି କ୍ରିକେଟ ଟୁର୍ନାମେଣ୍ଟ ଉଦ୍‌ଘାଟିତ ହୋଇଯାଇଛି । ସ୍ଥାନୀୟ ଗ୍ରାଉଣ୍ଡ କ୍ଲବ ଆନୁକୂଲ୍ୟରେ ଆୟୋଜିତ ଟୁର୍ନାମେଣ୍ଟ ଉଦଘାଟନୀ ସମାରୋହରେ ଭାଜପା ରାଜ୍ୟପରିଷଦ ସଦସ୍ୟ ପରେଶ ଚନ୍ଦ୍ର ରଥ ମୁଖ୍ୟ ଅତିଥିଭାବେ ଯୋଗ ଦେଇଥିଲେ। ଭାଜପା ଜିଲା କାର୍ଯ୍ୟକାରିଣୀ ସଦସ୍ୟ ଭବାନୀ ଶଙ୍କର ପଣ୍ଡା , ଦିଗପହଣ୍ଡି ନଗର ସଭାପତି ପ୍ରଶାନ୍ତ କୁମାର ପୂଜାରୀ, ମହିଳା ମୋର୍ଚ୍ଚା ସଭାନେତ୍ରୀ ଭାରତୀ ସାହୁ , ଉପସଭାନେତ୍ରୀ ସୁଷମା ଗୈାଡ , ଦୟାନିଧି ନାହାକ , ଶ୍ରୀକାନ୍ତ ମହାରଣା , ସିମାଞ୍ଚଳ ଦାସ ପ୍ରମୁଖ ସମ୍ମାନୀତ ଅତିଥି ରୂପେ ମଞ୍ଚାସିନ ଥିଲେ। ପ୍ରଥମ ଦିବସ ମ୍ୟାଚରେ ଦିଗପହଣ୍ଡି କ୍ରିକେଟ କ୍ଳବକୁ ବ୍ରହ୍ମପୁର ଲାଇନ୍ସ କ୍ରିକେଟ କ୍ଳବ ପରାଜିତ କରି ପରବର୍ତ୍ତୀ ମ୍ୟାଚକୁ ଉନ୍ନୀତ ହୋଇଥିବା ଜଣାପଡିଛି। ଏହି ମ୍ୟାଚରେ ୨୭ ବଲ ଖେଳି ୫୪ ରନ ସଂଗ୍ରହ କରିଥିବା ଆବିଷ୍କାର ପଟ୍ଟନାୟକଙ୍କୁ ଶ୍ରେଷ୍ଠ ଖେଳାଳି ରୂପେ ପୁରସ୍କୃତ କରାଯାଇଥିଲା। ସେହିପରି ଶୁକ୍ରବାର ଅନୁଷ୍ଠିତ ଦ୍ବିତୀୟ ଦିବସ ମ୍ୟାଚ୍‌ରେ ବ୍ରହ୍ମପୁରର ମହାମାୟୀ କ୍ରିକେଟ ଟିମ ପ୍ରତିପକ୍ଷ ରେଗିଡି ଗ୍ରାମ କ୍ରିକେଟ ଟିମକୁ ପରାଜିତ କରି ପରବର୍ତ୍ତୀ ମ୍ୟାଚକୁ ଉନ୍ନୀତ ହୋଇଛି। ଟୁର୍ନାମେଣ୍ଟ ପରିଚାଳନା କମିଟି ସଭାପତି ଉଜ୍ଜ୍ବଳ ସେଠୀ , ସମ୍ପାଦକ ଗୁଡୁ ବାରିକ , କୋଷାଧ୍ୟକ୍ଷ ସାଇରାମ ପଣ୍ଡା, କ୍ରୀଡାବିତ ହରପ୍ରସାଦ ସେଠୀ , ମୁକେଶ ସାହୁ , ଶୁଭମ ଡାକୁଆ , ଶୁଭମ ସ୍ବାଇଁ , ରାଜା ସେଠୀ , ବଳିଆ ସେଠୀ , ମାନସ ବେହେରା , ଦୀପକ ଜେନା , ରୋସନ ଥାପ୍ପା ପ୍ରମୁଖ ମ୍ୟାଚ ପରିଚାଳନାରେ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀ ସ୍ୱନିଧି ଯୋଜନାର ୬ ବର୍ଷ ପୂର୍ତ୍ତି ଅବସରରେ ଜିଲାସ୍ତରୀୟ ସ୍ୱନିଧି ମହୋତ୍ସବ: ଆତ୍ମନିର୍ଭର ଭାରତ ଗଠନ ଦିଗରେ ଏକ ସୁଦୃଢ଼…

ଛତ୍ରପୁର, ୩୦।୬ (ଦିଲ୍ଲୀପି ସାମଲ): ଆତ୍ମନିର୍ଭର ଭାରତ ଗଠନ ଦିଗରେ ଏକ ସୁଦୃଢ଼ ପଦକ୍ଷେପ ସ୍ୱରୂପ ପ୍ରଧାନମନ୍ତ୍ରୀ ସ୍ୱନିଧି (ପିଏମ୍ ସ୍ୱନିଧି) ଯୋଜନାର ୬ ବର୍ଷ ପୂର୍ତ୍ତି…

ବହୁ ଚର୍ଚ୍ଚିତ ଭୀମଟାଙ୍ଗୀ ହତ୍ୟା ଘଟଣା: ପୂର୍ବ ପ୍ରେମିକାଙ୍କୁ ଘରେ ପଶି ମାରିଥିଲେ, ଆସିଲା ବଡ଼ ରାୟ

ଭୁବନେଶ୍ବର,୩୦।୬: ବହୁ ଚର୍ଚ୍ଚିତ ଭୀମଟାଙ୍ଗୀ ପ୍ରିୟଙ୍କା ସାହୁ ହତ୍ୟା ଘଟଣାର ମଙ୍ଗଳବାର ରାୟ ପ୍ରକାଶ ପାଇଛି। କୋର୍ଟ ଅଭିଯୁକ୍ତ ଯାଜପୁରର ଜଗନ୍ନାଥ ପ୍ରଧାନଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ…

ଭଞ୍ଜନଗର ବିଇଓଙ୍କ ତ୍ୱରିତ ପଦକ୍ଷେପ: ଅବସର ଦିନ ହିଁ ମିଳିଲା ୬ ଶିକ୍ଷୟିତ୍ରୀଶିକ୍ଷକଙ୍କୁ ଫାଇନାଲ ପେନସନ

ଭଞ୍ଜନଗର,୩୦।୬(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଗୋଷ୍ଠୀ ଶିକ୍ଷା ଅଧିକାରୀଣୀ ଲୋପାମୁଦ୍ରା ରଥଙ୍କ ତ୍ୱରିତ ପଦକ୍ଷେପ ଯୋଗୁ ମଙ୍ଗଳବାର ଚାକିରିରୁ ଅବସର ନେଇଥିବା ୬ ଜଣ ଶିକ୍ଷୟିତ୍ରୀ,…

ବ୍ୟବସ୍ଥିତ ଏସ୍‌.ଆଇ.ଆର୍ ପ୍ରକ୍ରିୟାରେ ଯୋଗ୍ୟ ଭୋଟରଙ୍କ ଅନ୍ତର୍ଭୁକ୍ତି ସୁନିଶ୍ଚିତ

ଛତ୍ରପୁର, ୩୦୬ (ଦିଲ୍ଲୀପ ସାମଲ): ନିର୍ବାଚନ ପ୍ରକ୍ରିୟାର ସ୍ୱଚ୍ଛତା, ନିର୍ଭୁଲତା ଓ ବିଶ୍ୱସନୀୟତା ବଜାୟ ରଖିବା ଉଦ୍ଦେଶ୍ୟରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (ଏସ୍‌.ଆଇ.ଆର୍) କାର୍ଯ୍ୟକ୍ରମକୁ…

ଇପିଏଫ କି ପେନସନ ନାହିଁ: ୪୧ ବର୍ଷ ସରକାରୀ ସେବାପରେ ବିନା ସୁବିଧାରେ ଅବସର ନେଲେ ତ୍ରିନାଥ

ଭଞ୍ଜନଗର,୩୦।୬(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ କାର୍ଯ୍ୟରତ ଥିବା ପିଅନ ତ୍ରିନାଥ ପ୍ରଧାନ ମଙ୍ଗଳବାର କର୍ମମୟ ଜୀବନରୁ ଅବସର ନେଇଛନ୍ତି। ଏନେଇ…

ବିଶ୍ୱକପରୁ ବାଦ ପଡ଼ିଲା ଜର୍ମାନୀ

ବୋଷ୍ଟନ,୩୦।୬: ଫିଫା ବିଶ୍ୱକପ୍‌ ୨୦୨୬ରେ ଏକ ବଡ଼ ବିପର୍ଯ୍ୟୟ ଘଟିଛି। ୪ ଥରର ଚାମ୍ପିୟନ ଜର୍ମାନୀ ବିଶ୍ୱକପର ରାଉଣ୍ଡ ଅଫ୍‌ ’32’ରୁ ପାରାଗୁଏ ବିପକ୍ଷରେ ପରାଜୟ ବରଣ…

ଛାତ୍ରୀକୁ ପେଟ୍ରୋଲ ଢାଳି ପୋଡିବାକୁ ଉଦ୍ୟମ କରୁଥିଲେ ଯୁବକ, ହଠାତ୍…

ଧୂଷୁରୀ/ଅସୁରାଳି,୩୦।୬( ଦୀପ୍ତି ରଞ୍ଜନ ନାୟକ/ସନ୍ତୋଷ ସାହୁ ) : ଧୂଷୁରୀ ଥାନା ଅଧୀନ ଫତେପୁର ପଞ୍ଚାୟତର ଫତେପୁର ଗ୍ରାମର ଜଣେ ୩୩ ବର୍ଷୀୟ ଯୁବକ ନିକଟସ୍ଥ ଗାଁର…

ଅମାଠ ବେହେରା ରାଇସ ମିଲ ସିଲ୍‌: ଜିଲାପାଳଙ୍କ ଆଦେଶ ଅବମାନନା ଅଭିଯୋଗ

କେସିଙ୍ଗା,୩୦।୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ଅମାଠ ଛକସ୍ଥିତ ବେହେରା ରାଇସ ମିଲ ଏବଂ ଗୋଟିଏ ଗୋଦାମକୁ ମଙ୍ଗଳବାର ଜିଲାପାଳଙ୍କ ନିର୍ଦ୍ଦେଶ କ୍ରମେ ଏସିଏସଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri