ସିମନବାଡିରେ କ୍ରିକେଟ ଟୁର୍ନାମେଣ୍ଟର ଶୁଭାରମ୍ଭ: ଭାଇଚାରା ପାଇଁ…

ଦାରିଙ୍ଗବାଡି,୨୭।୫ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ପାଟ୍ଟଖଣ୍ଡା ଖେଳ ପଡିଆଠାରେ ବ୍ଲକସ୍ତରୀୟ କ୍ରିକେଟ ଟୁର୍ନାମେଣ୍ଟ ଉଦଘାଟିତ ହୋଇଯାଇଛି। ଏହାକୁ ଜି. ଉଦୟଗିରି ନିର୍ବାଚନ ମଣ୍ଡଳୀ ବିଧାୟକ ପ୍ରଫୁଲ୍ଲ ଚନ୍ଦ୍ର ପ୍ରଧାନ, ଦାରିଙ୍ଗବାଡି ବ୍ଲକ ପ୍ରତିନିଧି ପ୍ରମୋଦ ଦିଗାଲ ମୁଖ୍ୟ ଅତିଥିଭାବେ ଯୋଗ ଦେଇ ଉଦଘାଟନ କରିଥିଲେ। ଅନ୍ୟ ଅତିଥିଭାବେ ସିମନବାଡି ପଞ୍ଚାୟତର ସରପଞ୍ଚ ଅମିତା ପ୍ରଧାନଙ୍କ ପ୍ରତିନିଧି ପରମେ ପ୍ରଧାନ, ଜିରିମୟ ପ୍ରଧାନ, ଜିତୁ ନାୟକ, ଚିତ୍ରସେନ ନାୟକ, ଆଶିଷ ପ୍ରଧାନ ଯୋଗଦେଇ କ୍ରିକେଟ ଖେଳାଳି ଓ ଦର୍ଶକଙ୍କୁ ଉତ୍ସାହିତ କରିଥିଲେ। କାର୍ଯ୍ୟକ୍ରମକୁ ସଞ୍ଜୟ ଦିଗାଲ, ଦୀପକ ଶୋଭାସୁନ୍ଦର, ଜଗା ନାୟକ, ଗୁଡ଼ୁ ବଳିୟାର ସିଂ, ସାଗର ନାୟକ, ହସ୍ୟ ନାୟକ ପ୍ରମୁଖ ପରିଚାଳନା କରିଥିଲେ।
ଭାଇଚାରା, ଶାନ୍ତି, ସଦଭାବନାକୁ ସୁଦୃଢ଼ କରିବା ଲକ୍ଷରେ ଏହି ଟୁର୍ନାମେଣ୍ଟ ଆୟୋଜନ କରାଯାଇଥିବା ଆୟୋଜନ କମିଟିର ସଞ୍ଜୟ କହିଛନ୍ତି। ପ୍ରଥମ ଦିନରେ ୧୨ ଓଭର ଲେଖାଏ ୨ଟି ମ୍ୟାଚ ଅନୁଷ୍ଠିତ ହୋଇଥିଲା। ପ୍ରଥମେ ମଣ୍ଡବାଡି ଓ ବ୍ରାହାସାଲକା ମଧ୍ୟରେ ଅନୁଷ୍ଠିତ ହୋଇଥିଲା ମଣ୍ଡବାଡ଼ି ପ୍ରଥମ ବାର ଓଭର ବ୍ୟାଟିଂ କରି ୧୨୦ ରନ ସଂଗ୍ରହ କରିଥିଲେ ପରେ ବ୍ରାହାସାଲକା ବାର ଓଭର ରେ ମାତ୍ର ୧୦୩ ରନ କରି ପରାଜିତ ହୋଇଥିଲେ। ସେହିପରି ଦ୍ୱିତୀୟ ମ୍ୟାଚରେ ଦାରିଙ୍ଗବାଡି ପଞ୍ଚାୟତର ନୀଳକନ୍ଦର ସାହି ଓ ସିମନବାଡି ଦଳ ସହ ମ୍ୟାଚ ଅନୁଷ୍ଠିତ ହୋଇଥିଲା। ଏଥିରେ ନୀଳକନ୍ଦର ସାହି ବିଜୟ ହୋଇଥିଲା ବୋଲି କମିଟି କହିଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

‘ମହାପ୍ରଭୁ ଜଗନ୍ନାଥ’ ଚଳଚ୍ଚିତ୍ର ଉପରେ ଅଙ୍କୁଶ ଲଗାଇଲେ କୋର୍ଟ, ଅନ୍ୟାଦେଶ ପର୍ଯ୍ୟନ୍ତ…

କଟକ,୧୫l୭(ପ୍ରଭୁକଲ୍ୟାଣ ପାଲ): ଆନିମେଟେଡ୍ ଚଳଚ୍ଚିତ୍ର (ମହାପ୍ରଭୁ ଜଗନ୍ନାଥ) ମୁକ୍ତିଲାଭ ଉପରେ ଅନ୍ତରୀଣ ଅଙ୍କୁଶ ଲଗାଇଛନ୍ତି ଓଡ଼ିଶା ହାଇକୋର୍ଟ। ଅନ୍ୟାଦେଶ ପର୍ଯ୍ୟନ୍ତ ଚଳଚ୍ଚିତ୍ର ପ୍ରଦର୍ଶନ ନ କରିବାକୁ ହାଇକୋର୍ଟଙ୍କ…

ଚାଷୀ ପ୍ରତିନିଧି-ଅଧିକାରୀଙ୍କ ଦ୍ୱିପାକ୍ଷିକ ବୈଠକ, ପ୍ରତଶ୍ରୁତି ମିଳିବା ପରେ…

ବରଗଡ଼,୧୫ା୭(ପ୍ରେମାନନ୍ଦ ଖମାରୀ): ଅଧିକ ଧାନ ଉପତ୍ାଦନ ପାଇଁ ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ମାତ୍ର ଏଠାରେ ଚାଷୀଙ୍କ ସମସ୍ୟା ଅସମାହିତ ହୋଇ ରହିଯାଇଛି। ରବିଧାନ ବିକ୍ରିବଟାରେ…

ଇଂଲଣ୍ଡରେ ବଡ଼ ବିବାଦରେ ଛନ୍ଦି ହେଲେ ବିରାଟ କୋହଲି, ବଡିଗାର୍ଡ କଲେ ଏଭଳି କାଣ୍ଡ

ନୂଆଦିଲ୍ଲୀ,୧୫ା୭: ଇଂଲଣ୍ଡ ବିପକ୍ଷ ODI ସିରିଜ୍ ସମୟରେ ବିରାଟ କୋହଲି ଏକ ବଡ଼ ବିବାଦରେ ଫସିଯାଇଛନ୍ତି । ତାଙ୍କ ଅଙ୍ଗରକ୍ଷୀ ଇଂଲଣ୍ଡରେ ଭାରତୀୟ ସାମ୍ବାଦିକଙ୍କ ପ୍ରତି ଖୋଲାଖୋଲି…

ଟିକେଟ୍ ବୁକିଂ ହେବ ସୁପରଫାଷ୍ଟ! ଲଞ୍ଚ ହେଲା IRCTCର ନୂଆ ୱେବସାଇଟ୍‌, ଯାତ୍ରୀଙ୍କୁ ମିଳିବ ଏହି ସବୁ ବଡ଼ ସୁବିଧା

ନୂଆଦିଲ୍ଲୀ,୧୫।୭: ଭାରତୀୟ ରେଳବାଇ ଏହାର ଅନଲାଇନ୍ ଟିକେଟ୍ ବୁକିଂ ସିଷ୍ଟମକୁ ଆଧୁନିକୀକରଣ କରିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛି। IRCTC ଜନସାଧାରଣଙ୍କ ପାଇଁ ଏହାର ନୂତନ…

ବୋମାମାଡ଼ କରି ହତ୍ୟା ଉଦ୍ୟମ: ମାଷ୍ଟରମାଇଣ୍ଡଙ୍କ ସମେତ ୩ ଗଲେ ଜେଲ୍‌, ଅଭିଯୁକ୍ତଙ୍କ ନାଁରେ ରହିଛି କେସ୍‌ର ଲମ୍ବା ତାଲିକା

ଦିଗପହଣ୍ଡି,୧୫ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମର ଏସ୍‌.ଶିବ ରେଡ୍ଡୀଙ୍କ ଘର ଉପରକୁ ବୋମାମାଡ଼ କରି ତାଙ୍କୁ ଏବଂ ତାଙ୍କ…

ମାଜିଷ୍ଟ୍ରେଟଙ୍କ ଆଦେଶ ପରେ ହାଜର ହୋଇନଥିଲେ ଦୁଇ ଭାଇ, ଗଲେ ଜେଲ୍

ଦିଗପହଣ୍ଡି,୧୫।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ନିସ୍ତିିପୁର ଗ୍ରାମର ଟୁକୁନା ବିଶ୍ଵାଳ ଓ ମଙ୍ଗୁଳୁ ବିଶ୍ଵାଳ ଦୁଇ ଭାଇଙ୍କୁ ବୁଧବାର ପାଟପୁର ପୋଲିସ ୱାରେଣ୍ଟ…

କଂସାମାରି ରାସ୍ତାକଡରେ ଜୁଆ ଖେଳ ବେଳେ ପୋଲିସର ଚଢଉ, ଜବତ ହେଲା…

ଦିଗପହଣ୍ଡି,୧୫।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଂସାମାରି ଗାଁ ରାସ୍ତାକଡରେ ଜୁଆ ଖେଳ ଚାଲିଥିବା ବେଳେ ଚଢାଉ କଲା ପୋଲିସ । ବୁଧବାର ଅପରାହ୍ନ…

ନିର୍ମାଣ ହୋଇପାରିନି ଭୋଜନ ଗୃହ, ଖୋଲା ଆକାଶ ତଳେ ମଧ୍ୟାହ୍ନଭୋଜନ ଖାଉଛନ୍ତି ଛାତ୍ରୀଛାତ୍ର

ବରଗଡ଼,୧୫ା୭(ପ୍ରେମାନନ୍ଦ ଖମାରୀ): ପାଠ ପଢ଼, ଦେଶ ଗଢ଼। ବିଦ୍ୟାଳୟଗୁଡ଼ିକରେ ଅନୁଷ୍ଠିତ ବିଭିନ୍ନ ସଭା, ସମିତିରେ ସରକାରୀ କଳର ପ୍ରଶାସନିକ ଅଧିକାରୀଙ୍କଠାରୁ ଆରମ୍ଭ କରି ବିଧାୟକ, ଏମ୍‌ପି, ମନ୍ତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri