କ୍ରିକେଟ ଟୁର୍ନାମେଣ୍ଟ, ସୋମପେଣ୍ଠା ବିଜୟୀ, ଖେଳାଳିଙ୍କୁ ଉତ୍ସାହିତ କଲେ ବିଧାୟକ

ଛତ୍ରପୁର,୨୮।୬(ଦିଲ୍ଲୀପି ସାମଲ): ଛତ୍ରପୁର ନିକଟସ୍ଥ ଟି. ନୂଆଁଗାଁ ପଡ଼ିଆରେ ଚାଲିଥିବା ଶ୍ରୀଶ୍ରୀ ବାବା ଅଗସ୍ତିଶ୍ୱର କ୍ରିକେଟ ଟୁର୍ନାମେଣ୍ଟ ରବିବାର ଉଦଯାପିତ ହୋଇଯାଇଛି। ଫାଇନାଲ ମ୍ୟାଚ୍‌ ରଙ୍ଗେଈଲୁଣ୍ଡା ଏବଂ ସୋମପେଣ୍ଠା ଦଳ ମଧ୍ୟରେ କଡା ମୁକାବିଲା ହୋଇଥିଲା। ଏଥିରେ ସୋମପେଣ୍ଠା ଟିମ୍‌ ବିଜୟୀ ହୋଇଥିବା ବେଳେ ରଙ୍ଗେଈଲୁଣ୍ଡା ଟିମ ପରାଜିତ ହୋଇଥିଲେ। ଉଦ୍‌ଯାପନୀ ସମାରୋହରେ ମୁଖ୍ୟ ଅତିଥି ଭାବେ ସାନଖେମୁଣ୍ଡି ବିଧାୟକ ରମେଶ ଚନ୍ଦ୍ର ଜେନା ଯୋଗଦେଇ ଖେଳାଳିମାନଙ୍କୁ ଉତ୍ସାହିତ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଛତ୍ରପୁର ବ୍ଲକ ଅଧ୍ୟକ୍ଷାଙ୍କ ପ୍ରତିନିଧି ତଥା ପୂର୍ବତନ ଜିଲାପରିଷଦ ସଭ୍ୟ ମୁନା ଦାସ, ଶ୍ରମିକ ନେତା ଶଙ୍କର ପ୍ରସାଦ ଦାଶ, ଯୁବ ବିଜେଡି ରାଜ୍ୟ ସାଧାରଣ ସମ୍ପାଦକ ବିମଳ କୁମାର ପଣ୍ଡା, ଯୁବନେତା ଟି. ଚନ୍ଦ୍ର ଶେଖର ରାଓ, ଛତ୍ରପୁର ବ୍ଲକ ବିଜେଡି ସଭାପତି ଏସ. ଚକ୍ରପାଣି ରେଡ୍ଡୀ, ଚମାଖଣ୍ଡି ସରପଞ୍ଚ ସିଏଚ୍‌. ମନୋଜ କୁମାର ରେଡ୍ଡୀ, ବି. ଲିଙ୍ଗରାଜ ପାତ୍ର, ରାଜେଶ ମହାରଣାଙ୍କ ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ମାନେ ଯୋଗଦେଇ ଥିଲେ।

ଏହି ଅବସର ଆୟୋଜକ ପକ୍ଷରୁ ବିଜୟୀ ଦଳକୁ ଟ୍ରଫି ସହ ୩୦ ହଜାର ଓ ପରାଜିତା ଦଳକୁ ଟ୍ରଫି ସହ ୨୦ ହଜାର ଟଙ୍କା ପ୍ରଦାନ କରାଯାଇଥିଲା । ଟୁର୍ନାମେଣ୍ଟରେ ୮ ଟି ଦଳ ଏହି ଅଂଶ ଗ୍ରହଣ କରିଥିଲେ। ଏଥିରେ ରାଜ୍ୟ ବାହାରୁ ମଧ୍ୟ୍ୟ କିଛି ଦଳ ସାମିଲ ହୋଇଥିଲେ। ଟୁର୍ନାମେଣ୍ଟକୁ ଶ୍ରୀରାମ ଦାସ, ଅରୁଣ ଦାସଙ୍କ ସହ ଯୁବଗୋଷ୍ଠୀ ପରିଚାଳନା କରିଥିଲେ। ପ୍ରାରମ୍ଭରେ ସାନଖେମୁଣ୍ଡି ବିଧାୟକ ଜେନାଙ୍କୁ ପୂର୍ବତନ ଜିଲା ପରିଷଦ ସଭ୍ୟ ମୁନା ଦାସଙ୍କ ନେତୃତ୍ୱରେ ବିଶାଳ ଶୋଭାଯାତ୍ରା ମାଧ୍ୟମରେ ଟୁର୍ନାମେଣ୍ଟସ୍ଥଳକୁ ପାଛୋଟି ଅଣାଯାଇଥିଲା। ଏହି ଅବସର ବହୁ ଜନଗହଳି ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ବ ଚାମ୍ପିୟନ ଭାରତକୁ ଧରାଶାୟୀ କଲା ଆୟାର୍ଲାଣ୍ଡ

ବେଲ୍‌ଫାଷ୍ଟ, ୨୮ା୬: ଆୟର୍ଲାଣ୍ଡ ବିପକ୍ଷରେ ଭାରତର ଶକ୍ତିଶାଳୀ ବ୍ୟାଟିଂ ଲାଇନ୍‌ ଅପ୍‌ ପୁଣି ବିଫଳ ହୋଇଛି। ସ୍ଥାନୀୟ ସିଭିଲ ସର୍ଭିସ କ୍ରିକେଟ କ୍ଲବଠାରେ ରବିବାର ଖେଳାଯାଇଥିବା ଦ୍ୱିତୀୟ…

ଟି୨୦ ବିଶ୍ୱକପରେ ଭାରତର ଅଭିଯାନ ଶେଷ

ଲଣ୍ଡନ, ୨୮।୬: ଚଳିତ ମହିଳା ଟି୨୦ କ୍ରିକେଟ ବିଶ୍ୱକପର ଗ୍ରୁପ୍‌ ପର୍ଯ୍ୟାୟରୁ ଭାରତ ଅଭିଯାନ ଶେଷ ହୋଇଛି। ରବିବାର ଅନୁଷ୍ଠିତ ଅନ୍ତିମ ଲିଗ୍‌ ମ୍ୟାଚରେ ଭାରତକୁ ଅଷ୍ଟ୍ରେଲିଆ…

ସରକାରୀ ଚାକିରି ଦେବା ନାମରେ ୨୩ ଲକ୍ଷ ଠକେଇ

କେନ୍ଦୁଝର,୨୬ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ପୋଲିସ ଚାକିରି ଦେବା ନାମରେ ଠକେଇ ମାମଲାର ପର୍ଦ୍ଦାଫାଶ କରିଛି। ଘଟଣାରେ ଜଡ଼ିତ ଜଣଙ୍କୁ ଗିରଫ କରିଛି। ଅଭିଯୁକ୍ତ ଜଣକ…

ତିରୁମାଲା ମନ୍ଦିର ସୁପ୍ରଭାତ ସେବାରେ ଯୋଗଦେଲେ ଅନନ୍ତ ଅମ୍ବାନୀ, କଲେ ମୁଣ୍ଡନ

ତିରୁମାଲା,୨୮।୬: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଅନନ୍ତ ଅମ୍ବାନୀ ରବିବାର ତିରୁମାଲାର ପାହାଡ଼ରେ ଅବସ୍ଥିତ ପବିତ୍ର ଭଗବାନ ଭେଙ୍କଟେଶ୍ୱରଙ୍କ ମନ୍ଦିରରେ ପହଞ୍ଚି ପୂଜାର୍ଚ୍ଚନା କରିଛନ୍ତି। ଅନନ୍ତ ତିରୁମାଲାରେ…

ବ୍ରାଉନସୁଗାର ଜବତ ଘଟଣା: ୪ ଜଣଙ୍କ ମଧ୍ୟରୁ ଜେଲ ହାଜତକୁ ଗଲେ ୩, ଜଣେ ଖଲାସ

ହାଟଡିହୀ/କେନ୍ଦୁଝର,୨୮।୬(ଶୁଭକାନ୍ତ ନାୟକ/ନରେଶ ଚନ୍ଦ୍ର ପଟ୍ଟନାୟକ): ବ୍ରାଉନସୁଗାର ଜବତ ଘଟଣାରେ ଗିରଫ ହୋଇ କୋର୍ଟ ଚାଲାଣ ହୋଇଥିବା ୪ ଜଣ ଅଭିଯୁକ୍ତଙ୍କ ମଧ୍ୟରୁ ୩ ଜଣ ଜେଲ ହାଜତକୁ…

ଚେନ୍ନାଇରୁ ଘରକୁ ଫେରିବା ବାଟରେ ଶ୍ରମିକ ନିଖୋଜ, ଖୋଜିବା ପାଇଁ ସ୍ତ୍ରୀଙ୍କ ନିବେଦନ

ଦେବଗଡ,୨୮ା୬(ଶଶାଙ୍କ ଶେଖର ଝାଙ୍କର): ଚେନ୍ନାଇରୁ ଘରକୁ ଫେରୁଥିବା ସମୟରେ ଦେବଗଡ ଜିଲା ରିଆମାଳ ଥାନା ଅଞ୍ଚଳର ପୁରମୁଣ୍ଡା ଗ୍ରାମର ଜଣେ ଶ୍ରମିକ ନିଖୋଜ ହୋଇଯାଇଥିବା ଜଣାପଡିଛି ।…

ମହାନଦୀରେ ବୁଡ଼ିଗଲେ ୩ କଲେଜ ଛାତ୍ର

କଟକ,୨୮।୬(ପ୍ରଭୁକଲ୍ୟାଣ ପାଲ୍‌): ଜଗତପୁର ଖଇରା ବ୍ରିଜ ସାତବାଟିଆ ନିକଟ ମହାନଦୀରେ ଏକ ଅଘଟଣ ଘଟିଛି। ମହାନଦୀର ବୁଡ଼ି ୩ଜଣ କଲେଜ ଛାତ୍ର ନିଖୋଜ ହୋଇଯାଇଛନ୍ତି। ସେମାନଙ୍କ ମଧ୍ୟରୁ…

ଗୋପାଳପୁର ଭାୟା ଦିଗପହଣ୍ଡି – ରାୟଗଡ଼ା ରେଳ ଲାଇନ ପାଇଁ ଦାବି, ଜନ ଆନ୍ଦୋଳନ ପାଇଁ ନିଷ୍ପତ୍ତି 

ଦିଗପହଣ୍ଡି,୨୮।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ନିକଟ ବାଲିପଡ଼ା ଗ୍ରାମ ସ୍ଥିତ କଲ୍ୟାଣ ମଣ୍ଡପରେ ରବିବାର ଦକ୍ଷିଣ ଓଡ଼ିଶା ବିକାଶ ସମିତି ଆନୁକୁଲ୍ୟରେ ପ୍ରସ୍ତାବିତ ଗୋପାଳପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri