ଏଥର ମୋହାଲି, ଥିରୁଭାନନ୍ତପୁରମରେ ହେବ ନାହିଁ ଓ୍ବାର୍ଲଡ କପ ମୁକାବିଲା, ବିରୋଧୀ କହିଲେ ରାଜନୀତି ଦ୍ୱାରା ପ୍ରେରିତ ନିଷ୍ପତ୍ତି

ନୂଆଦିଲ୍ଲୀ,୨୮।୬: ଆଇସିସି କ୍ରିକେଟ ବିଶ୍ୱକପ ୨୦୨୩ର ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ ପ୍ରକାଶ କରିଛି। କାର୍ଯ୍ୟସୂଚୀ ଅନୁଯାୟୀ ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ବିଶ୍ୱକପର ଉଦଘାଟନ ଏବଂ ଅନ୍ତିମ ମ୍ୟାଚ ଖେଳାଯିବ। ଏହା ବ୍ୟତୀତ ଭାରତ ଏବଂ ପାକିସ୍ତାନ ମଧ୍ୟରେ ମ୍ୟାଚ କେବଳ ଅହମ୍ମଦାବାଦରେ ଖେଳାଯିବ। ଏବେ ଏହି ବିଶ୍ୱକପର କାର୍ଯ୍ୟସୂଚୀକୁ ନେଇ ରାଜନୀତି ଆରମ୍ଭ ହୋଇଛି। କଂଗ୍ରେସ ଏବଂ ଟିଏମସି ବ୍ୟତୀତ ଅନ୍ୟ ଅନେକ ବିରୋଧୀ ଦଳ ବିଶ୍ୱକପ କାର୍ଯ୍ୟସୂଚୀକୁ ସମାଲୋଚନା କରିଛନ୍ତି।

ଅକ୍ଟୋବର ୫ରେ ନ୍ୟୁଜିଲ୍ୟାଣ୍ଡ ଏବଂ ଇଂଲଣ୍ଡ ମଧ୍ୟରେ ଏକ ମ୍ୟାଚ ସହିତ ଏହି ଟୁର୍ନାମେଣ୍ଟ ଆରମ୍ଭ ହେବ। ୧୫ ଅକ୍ଟୋବରରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଏକ ମ୍ୟାଚ ହେବ । ଅନ୍ତିମ ମ୍ୟାଚ ୧୯ନଭେମ୍ବରରେ ଅନୁଷ୍ଠିତ ହେବ। ଓପନିଂ ଏବଂ ଫାଇନାଲ ମ୍ୟାଚ ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯିବ।
ଏଥର ମୋହାଲି, ଇନ୍ଦୋର, ଥିରୁଭାନ୍ତପୁରମ ଏବଂ ରାଞ୍ଚି ବିଶ୍ୱକପ ମ୍ୟାଚ ପାଇଁ ହୋଷ୍ଟିଂ ପାଇ ନାହାଁନ୍ତି। ହାଇଦ୍ରାବାଦ, ଅହମ୍ମଦାବାଦ, ଧରମଶାଲା, ଦିଲ୍ଲୀ, ଚେନ୍ନାଇ, ଲକ୍ଷ୍ନୌ, ପୁନେ, ବେଙ୍ଗାଲୁରୁ, ମୁମ୍ବାଇ ଏବଂ କୋଲକାତାରେ ବିଶ୍ୱକପ ମ୍ୟାଚ ଖେଳାଯିବ। ଏବେ ଏହାକୁ ନେଇ ବିବାଦ ଆରମ୍ଭ ହେଉଛି ।
କଂଗ୍ରେସ ନେତା ଶଶି ଥରୁର କହିଛନ୍ତି ଯେ ଥିରୁଭାନ୍ତପୁରମ ହେଉଛି ଏକ ସ୍ପୋର୍ଟସ ହବ। ଏହାକୁ ଭାରତର ଶ୍ରେଷ୍ଠ କ୍ରିକେଟ ଷ୍ଟାଡିୟମ ମଧ୍ୟ କୁହାଯାଏ, କିନ୍ତୁ ଥିରୁଭାନ୍ତପୁରମ ଷ୍ଟାଡିୟମ ତାଲିକାରୁ ହଜିଯାଇଛି। ଅହମ୍ମଦାବାଦ ଦେଶର ନୂଆ କ୍ରିକେଟ ରାଜଧାନୀ ପାଲଟିଛ।
ତ୍ରୁଣମୂଳ କଂଗ୍ରେସ (ଟିଏମସି) ମଧ୍ୟ ଏଥିରେ ଖୋଳତାଡ଼ କରିଛି। ଟିଏମସି ନେତା ସାକେତ ଗୋଖଲେ କହିଛନ୍ତି ଯେ ବିସିସିଆଇ ସଚିବ ତଥା ଅମିତ ଶାହାଙ୍କ ପୁଅ ଜୟ ଶାହା ସର୍ବଦା ସୁନିଶ୍ଚିତ କରନ୍ତି ଯେ ଗୁଜୁରାଟକୁ ଅନ୍ୟ ରାଜ୍ୟ ଅପେକ୍ଷା ପ୍ରାଥମିକତା ଦିଆଯାଉଛି।
ଅନ୍ୟପକ୍ଷରେ ପଞ୍ଜାବର କ୍ରୀଡ଼ା ମନ୍ତ୍ରୀ କହିଛନ୍ତି ଯେ କ୍ରିକେଟ ବିଶ୍ୱକପ ଆୟୋଜନରୁ ମୋହାଲିକୁ ବାଦ ଦିଆଯିବା ଅତ୍ୟନ୍ତ ଦୁର୍ଭାଗ୍ୟଜନକ। ଏହାକୁ ରାଜନୈତିକ ଉଦ୍ଦେଶ୍ୟ ପ୍ରଣୋଦିତ ବୋଲି କ୍ରୀଡ଼ା ମନ୍ତ୍ରୀ କହିଛନ୍ତି। ସେ କହିଛନ୍ତି ଯେ ପଞ୍ଜାବ ଦେଶକୁ ମହାନ ଖେଳାଳି ଦେଇଛି। ମୋହାଲି ଷ୍ଟାଡିୟମ ଦୁନିଆର ଶୀର୍ଷ ଷ୍ଟାଡିୟମ ମଧ୍ୟରୁ ଅନ୍ୟତମ। ମୁଖ୍ୟମନ୍ତ୍ରୀ ଭଗବନ୍ତ ମାନଙ୍କ ନେତୃତ୍ୱରେ ସରକାର ବିସିସିଆଇ ସହିତ ଏହି ପ୍ରସଙ୍ଗ ଉଠାଇବେ।


Enter your email to get our daily news in your inbox.

All Right Reserved By Dharitri.Com

ଦେଶରେ ଲାଗିବ କି ଲକ୍‌ଡାଉନ? ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବା ପରେ ମୋଦି କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୭।୩: ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ପ୍ରାୟ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପରାଜ୍ୟପାଳମାନଙ୍କ ସହିତ ଏକ ଭର୍ଚୁଆଲ ବୈଠକର ଅଧ୍ୟକ୍ଷତା କରିଥିଲେ। ଏହି ବୈଠକର…

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା, ଓଡ଼ିଶାକୁ ୧୦,୫୯୯ କୋଟିର…

ନୂଆଦିଲ୍ଲୀ,୨୭।୩: ଓଡ଼ିଶାର ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଓଡ଼ିଶାକୁ ରେଳବାଇ କ୍ଷେତ୍ରରେ…

ପଶ୍ଚିମ ଏସିଆ ସଂଘର୍ଷ: ମୁଖ୍ୟମନ୍ତ୍ରୀମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ; ସାମିଲ ହେଲେ ନାହିଁ ଏସବୁ ରାଜ୍ୟର CM

ନୂଆଦିଲ୍ଲୀ,୨୭।୩: ପଶ୍ଚିମ ଏସିଆରେ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ବିଶ୍ୱସ୍ତରୀୟ ପ୍ରଭାବକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଭିଡିଓ କନଫରେନ୍ସିଂ ମାଧ୍ୟମରେ…

ରାସ୍ତାକଡ଼ ବୁଦା ଭିତରୁ ମିଳିଲା ପୁଳାପୁଳା ସରକାରୀ ଔଷଧ, ଏକ୍ସପାଏରୀ ଡେଟ୍‌ ଥିଲେ ସୁଦ୍ଧା କିଏ ଫିଙ୍ଗିଲା ସେ ନେଇ…

ସୁନ୍ଦରଗଡ଼, ୨୭।୩(ଜୟ ନାରାୟଣ ମେଣ୍ଡୁଳି): ସରକାର ଗରିବ ଲୋକଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଓ ଔଷଧ ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ, ସୁନ୍ଦରଗଡ଼ରେ…

ଖେଳାଳିଙ୍କ ଗସ୍ତ ଉପରେ କଟକଣା ଲଗାଇଲା ଇରାନ

ତେହେରାନ,୨୭ା୩: ଇରାନ ଶତ୍ରୁରାଷ୍ଟ୍ର ଭାବେ ବିବେଚନା ଦେଶଗୁଡ଼ିକୁ ଖେଳାଳିଙ୍କ ଗସ୍ତ ଉପରେ କଟକଣା ଜାରି କରିଛି। ସାଉଦି ଆରବରେ ଟ୍ରାକ୍ଟର ଏଫ୍‌ସି ବିପକ୍ଷ ଗେମ୍‌ ପୂର୍ବରୁ ଇରାନ…

ଓଡିଶାର ଶ୍ରେଷ୍ଠ ପୋଲିସ ଥାନା ଘୋଷଣା: ବାଜିମାରିଲା ଏହି ଥାନା

ଛତ୍ରପୁର, ୨୭/୩ (ଦିଲ୍ଲୀପ ସାମଲ): ଭାରତ ସରକାରଙ୍କ ଗୃହ ମନ୍ତ୍ରଣାଳୟ ଦ୍ୱାରା ଗଞ୍ଜାମ ପୋଲିସ ଜିଲାର ବଡ଼ଗଡ଼ ପୋଲିସ ଥାନା ୨୦୨୫ ବର୍ଷ ପାଇଁ ଓଡ଼ିଶାର ଶ୍ରେଷ୍ଠ…

ବୁଢ଼ୀ ଠାକୁରାଣୀ ଯାତ୍ରା ପାଇଁ ପାଟପୁର ଗାଁ ଉତ୍ସବମୁଖର: ଅସ୍ଥାୟୀ ପୀଠରେ ପୂଜା ପାଇଲେ ଦେବୀ

ଦିଗପହଣ୍ଡି,୨୭୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ପାଟପୁର ଗାଁର ଗ୍ରାମ ଦେବତୀ ମା’ ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା ଦୁଇବର୍ଷ ବ୍ୟବଧାନରେ ଚୈତ୍ର ଶୁକ୍ଳ ନବମୀ ତିଥି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri