ମୁଁ ଅଯୋଧ୍ୟା ନିଶ୍ଚୟ ଯିବି, ଯଦି କୌଣସି ଦଳକୁ ଆପତ୍ତି ଥାଏ ତେବେ ଫରକ ପଡେନା: ହରଭଜନ ସିଂହ

ନୂଆଦିଲ୍ଲୀ,୨୦।୧: ମହେନ୍ଦ୍ର ସିଂହ ଧୋନୀ, ସଚିନ ତେନ୍ଦୁଲକର, ବିରାଟ କୋହଲି, ରବିଚନ୍ଦ୍ରନ ଅଶ୍ୱିନଙ୍କ ସମେତ ଅନେକ ଭାରତୀୟ କ୍ରିକେଟରଙ୍କୁ ଜାନୁଆରୀ ୨୨ରେ ହେବାକୁ ଥିବା ରାମ ମନ୍ଦିର ପ୍ରାଣ ପ୍ରତିଷ୍ଠା କାର୍ଯ୍ୟକ୍ରମ ଲାଗି ନିମନ୍ତ୍ରଣ ମିଳିଛି। ଏହାକୁ ନେଇ କ୍ରିକେଟର ତଥା ଏଏପିର ରାଜ୍ୟ ସଭା ଏମ୍‌ପି ହରଭଜନ ସିଂହ ନିଜର ପ୍ରତିକ୍ରିୟା ରଖିଛନ୍ତି। ରାଜନୀତି ସହ ଜଡ଼ିତ ଥିଲେ ହେଁ ସେ ଏହି କାର୍ଯ୍ୟକ୍ରମରେ ସାମିଲ ହେବେ ବୋଲି କହିଛନ୍ତି।

କଂଗ୍ରେସ, ଏଏପି ଭଳି ଅନେକ ବିରୋଧୀ ଦଳ ପକ୍ଷରୁ ରାମ ମନ୍ଦିର ପ୍ରାଣ ପ୍ରତିଷ୍ଠା କାର୍ଯ୍ୟକ୍ରମର ନିମନ୍ତ୍ରଣପତ୍ରକୁ ଅସ୍ବିକାର କରାଯାଇଛି। ଏହାକୁ ନେଇ ହରଭଜନ କହିଛନ୍ତି, ମୋର ସୌଭାଗ୍ୟ ଯେ ଏବେ ମନ୍ଦିର ହେଉଛି। ସମସ୍ତଙ୍କୁ ସେଠାକୁ ଯିବା ଉଚିତ। ଆଶୀର୍ବାଦ ନେବା ଉଚିତ। ତେବେ କେହି ଯାଆନ୍ତୁ କିମ୍ବା ନ ଯାଆନ୍ତୁ, ଭଗବାନଙ୍କ ଉପରେ ମୋର ବିଶ୍ୱାସ ରହିଥିବାରୁ ମୁଁ ନିଶ୍ଚିତ ଭାବେ ଯିବି। କେଉଁ ଦଳ ସେଠାକୁ ଯାଉଛି କି ଯାଉନାହିଁ ତାର ମୋତେ ଫରକ ପଡେନା ବୋଲି ସେ କହିଛନ୍ତି।

ଏହାଛଡ଼ା ହରଭଜନ ଅନ୍ୟ ଦଳଗୁଡ଼ିକୁ କଟାକ୍ଷ କରିବାକୁ ପଛାଇ ନାହାନ୍ତି। ଯଦି କଂଗ୍ରେସ ଯିବାକୁ ଚାହୁଁଛି ତେବେ ଯାଉ। ଯଦି କେହି ମୋର ସେଠାକୁ ଯିବା ନେଇ ପ୍ରଶ୍ନ ଉଠନ୍ତି ତେବେ ସେ କରୁଥାନ୍ତୁ। ମୁଁ ଭଗବାନଙ୍କ ଉପରେ ବିଶ୍ୱାସ କରେ। ମୋ’ ଜୀବନରେ ଯାହାବି ହେଉଛି ସବୁକିଛି ଭଗବାନଙ୍କ କୃପା। ଏଣୁ ତାଙ୍କ ଆଶୀର୍ବାଦ ନେବାକୁ ଯିବି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଦେଶ ଆମେରିକାକୁ ଦେଲା ଝଟକା, ହକ୍ ବଦଳରେ ଭାରତରୁ ଆକାଶ କ୍ଷେପଣାସ୍ତ୍ର କିଣିବ

ନୂଆଦିଲ୍ଲୀ,୭ା୧୨: ଫିଲିପାଇନ୍ସ ଭାରତ ସହିତ ମଧ୍ୟମ ଦୂରଗାମୀ ସର୍ଫେସ ଟୁ ଏୟାର ମିସାଇଲ (SAM) ସିଷ୍ଟମ୍ କିଣିବାକୁ ଆନୁଷ୍ଠାନିକ ଆଲୋଚନା ଆରମ୍ଭ କରିଛି। ଏହି କ୍ଷେପଣାସ୍ତ୍ର...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

F1: ଲାଣ୍ଡୋ ନରିସ୍ ବିଶ୍ୱ ଚାମ୍ପିଅନ୍, ମ୍ୟାକ୍‌ଲାରେନ୍‌ର ୧୭ ବର୍ଷର ଅପେକ୍ଷା ଶେଷ

ଆବୁଧାବି,୭ା୧୨: ଫର୍ମୁଲା ୱାନ୍‌ର ରୋମାଞ୍ଚକର ଶେଷ ରେସ୍‌ରେ ମ୍ୟାକ୍‌ଲାରେନ୍‌ର ଡ୍ରାଇଭର୍ ଲାଣ୍ଡୋ ନରିସ୍ (୨୬) ପ୍ରଥମ ଥର ପାଇଁ ବିଶ୍ୱ ଚାମ୍ପିଅନ୍ ଟାଇଟଲ୍ ଜିତିଛନ୍ତି ।...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri