Posted inଖେଳ

ଆଖିବୁଜିଲେ ଏହି ପ୍ରସିଦ୍ଧ କ୍ରିକେଟରଙ୍କ ପିତା

ଖ୍ରୀଷ୍ଟଚର୍ଚ୍ଚ,୯।୧୨:ଇଂଲଣ୍ଡ ତାରକା ଅଲରାଉଣ୍ଡର ବେନ ଷ୍ଟୋକ୍ସଙ୍କ ପିତା ଗେରାର୍ଡ ଷ୍ଟୋକ୍ସଙ୍କ ପରଲୋକ ଘଟିଛି। ସେ କିଛି ଦିନ ହେବ ମସ୍ତିଷ୍କ କ୍ୟାନସର ସହିତ ଯୁଦ୍ଧ କରୁଥିଲେ। ରଗବି ୱର୍କିଙ୍ଗଟନ କ୍ଲବ ଗେରାର୍ଡଙ୍କ ମୃତ୍ୟୁକୁ ନିଶ୍ଚିତ କରିଛି। କ୍ଲବ ପକ୍ଷରୁ କୁହାଯାଇଛି ଯେ, ପୂର୍ବତନ ଖେଳାଳି ଏବଂ ଆମର ପ୍ରଶିକ୍ଷକଙ୍କ ଦେହାନ୍ତ ହୋଇଥିବାରୁ ଆମେ ଅତ୍ୟନ୍ତ ଦୁଃଖିତ। ସେ ୧୯୮୨-୮୩ରେ ୱର୍କିଙ୍ଗଟନ କ୍ଲବ ପାଇଁ ଖେଳିଥିଲେ। ଜେରାର୍ଡ ମଧ୍ୟ ୨୦୦୩ରେ ଏହି କ୍ଲବର କୋଚ ଥିଲେ। ଜାନୁଆରୀରେ ଜେରାର୍ଡ ଷ୍ଟୋକ୍ସ କ୍ୟାନସରର ଶିକାର ହୋଇଥିଲେ ଏବଂ ପାଞ୍ଚ ସପ୍ତାହ ପୂର୍ବରୁ ତାଙ୍କ ଅବସ୍ଥା ବିଗିଡି ଯାଇଥିଲା। ତାଙ୍କୁ ଜୋହାନ୍ସବର୍ଗର ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା, ପରେ ତାଙ୍କୁ ଡାକ୍ତରଖାନାରୁ ଡିସଚାର୍ଜ କରାଯାଇଥିଲା। ସେ ଗତ କିଛି ମାସ ଧରି ଖ୍ରୀଷ୍ଟଚର୍ଚ୍ଚରେ ଥିବା ତାଙ୍କ ଘରେ ଥିଲେ। ସେ ମଙ୍ଗଳବାର ଶେଷ ନିଶ୍ୱାସ ତ୍ୟାଗ କରିଥିଲେ। ପିତାଙ୍କ ଅସୁସ୍ଥତା ହେତୁ ବେନ ଷ୍ଟୋକ୍ସ ଚଳିତ ବର୍ଷ ପ୍ରାରମ୍ଭରେ ଘରୋଇ ସିଜିନ୍‌ ଛାଡି ନ୍ୟୁଜିଲ୍ୟାଣ୍ଡ ଯାଇଥିଲେ। ଆଇପିଏଲର ଏହି ସିଜନରେ ଭାଗ ନେବାକୁ ସେ ୟୁଏଇରେ ବିଳମ୍ବରେ ପହଞ୍ଚିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ଶାହରୁଖ ଖାନଙ୍କ ଟିମକୁ ପରିହାସ କଲେ ଶ୍ରେୟସ ଆୟରଙ୍କ ଭଉଣୀ, ପଞ୍ଜାବୀମାନଙ୍କର ହୃଦୟ…

ନୂଆଦିଲ୍ଲୀ,୭।୪: IPL ୨୦୨୬ର ୧୨ ନମ୍ବର ମ୍ୟାଚ୍ ବାତିଲ ହୋଇଯାଇଛି । କୋଲକାତା ନାଇଟ୍ ରାଇଡର୍ସ ଏବଂ ପଞ୍ଜାବ କିଙ୍ଗସ୍ ମଧ୍ୟରେ ଖେଳାଯିବାକୁ ଥିବା ମ୍ୟାଚ୍ ବର୍ଷାରେ…

ଆଇସିସି ପ୍ଲେୟର ଅଫ୍‌ ଦି ଇୟର: ସଂକ୍ଷିପ୍ତ ତାଲିକାରେ ଭାରତର ଏହି ଦୁଇ ଖେଳାଳି

ଦୁବାଇ,୬ା୪: ମାର୍ଚ୍ଚ ମାସର ଆଇସିସି ପ୍ଲେୟର ଅଫ୍‌ ଦି ମନ୍ଥ୍‌ ପୁରସ୍କାର ପାଇଁ ପ୍ରସ୍ତୁତ ସଂକ୍ଷିପ୍ତ ତାଲିକାରେ ଭାରତ ଓପନର ସଞ୍ଜୁ ସାମ୍‌ସନ ଏବଂ ପେସ୍‌ ବୋଲର…

IPL 2026: ପଏଣ୍ଟ ଟେବୁଲ ଶୀର୍ଷରେ ଆରସିବି

ବେଙ୍ଗାଲୁରୁ, ୬।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ର ରବିବାର ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ୪୩ ରନରେ ଚେନ୍ନାଇ ସୁପର କିଙ୍ଗ୍ସକୁ ପରାସ୍ତ କରିଛି। ଅନ୍ୟପକ୍ଷେ କ୍ରମାଗତ…

IPL ଚାଲିଥିବା ସମୟରେ ଅମ୍ପାୟରଙ୍କୁ ହତ୍ୟା: ଛାତିରେ ଛୁରି ଭୁସି..

ଅମରାବତି,୬।୪: ଆଜିକାଲି ଦେଶରେ IPL 2026ର ରୋମାଞ୍ଚ ଦେଖିବାକୁ ମିଳୁଛି। ଏହି ସମୟରେ ଆନ୍ଧ୍ର ପ୍ରଦେଶରୁ ଜଣେ କ୍ରିକେଟ ଅମ୍ପାୟାରଙ୍କ ହତ୍ୟା ସହିତ ଜଡିତ ଏକ ଅଭାବନୀୟ…

୨ ଭାରତୀୟ ଖେଳାଳିଙ୍କ ମଧ୍ୟରେ ଯୁଦ୍ଧ ସୃଷ୍ଟି କଲା ICC, ବୁମ୍‌ରାଙ୍କୁ ଚ୍ୟାଲେଞ୍ଜ କଲେ ଟିମ ଇଣ୍ଡିଆର ଏହି ଖେଳାଳି!

ନୂଆଦିଲ୍ଲୀ,୬।୪: ମାର୍ଚ୍ଚ ମାସ ପାଇଁ ପ୍ଲେୟାର ଅଫ ଦ ମନ୍ଥ ପାଇଁ ଆଇସିସି ମନୋନୀତ ବ୍ୟକ୍ତିଙ୍କ ନାମ ଘୋଷଣା କରିଛି। ସବୁଦିନ ପରି, ଆଇସିସି ଏହି ପୁରସ୍କାର…

ଧମାକାଦାର ଇନିଂସ ସହିତ ରେକର୍ଡ କଲେ ସରଫରାଜ

ନୂଆଦିଲ୍ଲୀ,୬।୪: ଇଣ୍ଡିଆନ ପ୍ରିମିୟର ଲିଗ ର 2026 ସଂସ୍କରଣରେ, ଚେନ୍ନାଇ ସୁପର କିଙ୍ଗସ ଲଗାତାର ତିନୋଟି ପରାଜୟ ବରଣ କରିଛି। ଏମ. ଚିନ୍ନାସ୍ବାମୀ ଷ୍ଟାଡିୟମରେ ଖେଳାଯାଇଥିବା ଏକ…

‘ପରାଜୟ ପାଇଁ ମୁଁ ଦାୟୀ…’, କାହିଁକି ଏମିତି କହିଲେ ଋତୁରାଜ? ଯଦି ମୁଁ ରନ୍‌ କରିଥାଆନ୍ତି…

ନୂଆଦିଲ୍ଲୀ,୬।୪: ଚେନ୍ନାଇ ସୁପର କିଙ୍ଗ୍ସର ଲଗାତାର ତୃତୀୟ ପରାଜୟରେ ଋତୁରାଜ ଗାୟକୱାଡ ନିରାଶ ହୋଇଛନ୍ତି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ସେମାନଙ୍କ ଉପରେ ଏହି ତୃତୀୟ କ୍ରମାଗତ ପରାଜୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri