Posted inଖେଳ

ଆଇପିଏଲରେ ପ୍ରଥମ ଭାରତୀୟ ଭାବେ ଶତକ ହାସଲ କରିଥିବା ଖେଳାଳିଙ୍କ ସ୍ତ୍ରୀ ଜଣେ ଅଭିନେତ୍ରୀ

ଆଇପିଏଲରେ ଶତକ ହାସଲ କରିଥିବା ପ୍ରଥମ ଭାରତୀୟ ଖେଳାଳି ମନୀଷ ପାଣ୍ଡେ ଗତ ବର୍ଷ ଡିସେମ୍ବରରେ ଅଭିନେତ୍ରୀ ଆଶ୍ରିତା ସେଟ୍ଟୀଙ୍କୁ ବିବାହ କରିଥିଲେ।  ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ରରେ ଆଶ୍ରିତା ଏକ ଜଣାଶୁଣା ନାମ। ଆଶ୍ରିତା ୧୬ ଜୁଲାଇ ୧୯୯୩ ରେ ମୁମ୍ବାଇରେ ଜନ୍ମଗ୍ରହଣ କରିଥିଲେ। ମାର୍କେଟିଂରେ ସେ ଏମବିଏ ରହିଛି। ସେ ୨୦୧୦ରେ ଏକ ସୌନ୍ଦର୍ଯ୍ୟ ପ୍ରତିଯୋଗିତା ଜିତିଥିଲେ। ଏହା ପରେ ସେ ଫିଲ୍ମ ଜଗତରେ ପାଦ ଥାପିଥିଲେ। ସେ ୨୦୧୨ରେ ତେଲୁଗୁ ଚଳଚ୍ଚିତ୍ର ତେଲିକେଦା ବୋଲ୍ଲି ସହିତ ଚଳଚ୍ଚିତ୍ର ଜଗତରେ ପ୍ରବେଶ କରିଥିଲେ। ଏହା ପରେ ସେ ତାମିଲ ଚଳଚ୍ଚିତ୍ର ଉଦାୟାମ ଏନ୍‌ଲଚ୍‌-୪, ଓରୁ କନିୟୁମ ମୋନୁ କାଲାଭାନିକାଲୁମ, ଇନ୍ଦ୍ରଜିତ୍‌ ଭଳି ଆକ୍ସନ ଫିଲ୍ମରେ ମଧ୍ୟ ଅଭିନୟ କରିଛନ୍ତି। କିଛିଦିନ ମନୀଷଙ୍କ ପ୍ରେମରେ ପଡିବା ପରେ ଉଭୟ ୨୦୧୯ରେ ବିବାହ କରିଥିଲେ। ୨୦୦୯ରେ ମନୀଷ ପାଣ୍ଡେ ଡେକାନ ଚାର୍ଜର୍ସ ବିପକ୍ଷରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ପକ୍ଷରୁ ୭୩ଟି ବଲରୁ ୧୧୪ ସ୍କୋର କରିଥିଲେ। ଆଇପିଏଲ ଇତିହାସରେ ପ୍ରଥମ ଭାରତୀୟ ଖେଳାଳି ଶତକ ହାସଲ କରିଥିଲେ। ସେ ବର୍ତ୍ତମାନ ସନରାଇଜର୍ସ ହାଇଦ୍ରାବାଦ ପକ୍ଷରୁ ଖେଳୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଶଙ୍ଖଭବନରେ ବସିବ ବୈଠକ, ନବୀନ ନେବେ ବଡ଼ ନିଷ୍ପତ୍ତି

ଭୁବନେଶ୍ୱର,୧୬ା୨: ସୋମବାର ଅର୍ଥାତ୍‌ ଆଜି ଶଙ୍ଖଭବନରେ ବିଜେଡି ବିଧାୟକ ଦଳ ବୈଠକ ବସିବ। ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀଦଳ ନେତା ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଉକ୍ତ ବୈଠକ…

ନିର୍ବାଚନ ପୂର୍ବରୁ କଂଗ୍ରେସକୁ ଲାଗିଲା ବଡ଼ ଝଟକା

ଗୁଆହାଟି,୧୬।୨: ଆସାମ ବିଧାନସଭା ନିର୍ବାଚନ ପୂର୍ବରୁ କଂଗ୍ରେସ ଦଳକୁ ଏକ ବଡ଼ ଝଟକା ଲାଗିଛି। ବରିଷ୍ଠ ନେତା ଏବଂ ପୂର୍ବତନ ରାଜ୍ୟ କଂଗ୍ରେସ ସଭାପତି ଭୂପେନ ବୋରା…

ବୃହସ୍ପତିଙ୍କ ନକ୍ଷତ୍ରରେ ଗୋଚର କରିବେ ବୁଧ, ଶିକ୍ଷା ଏବଂ କ୍ୟାରିୟରରେ ଉନ୍ନତି କରିବେ ୩ ରାଶି

ବୁଧ ଗ୍ରହ ବୃହସ୍ପତିଙ୍କ ନକ୍ଷତ୍ର ପୂର୍ବ ଭାଦ୍ରପଦରେ ଫେବୃଆରୀ ୧୫ ରୁ ମାର୍ଚ୍ଚ ୧୦ ତାରିଖ ପର୍ଯ୍ୟନ୍ତ ରହିବେ । ଜ୍ଞାନ ଏବଂ ସମୃଦ୍ଧିର ଗ୍ରହ ବୃହସ୍ପତିଙ୍କ…

ଗଜପତି କୋଣାର୍କ ପଠାଇଥିଲେ ରାଜାଭିଷେକ, ବିବାହ ବେଳର ୧,୫୧,୬୫୧ ମାଢ଼ ସୁନା

ଗତ ସଂଖ୍ୟାରେ ଆମେ ସାମ୍ରାଜ୍ୟ କେଉଁଠୁ, କେଉଁମାନେ ମନ୍ଦିର ନିର୍ମାଣ ପାଇଁ କେତେ ସହଯୋଗ କରିଥିଲେ ତା’ର ଏକ ଚିତ୍ର ଦେବାକୁ ଆରମ୍ଭ କରିଥିଲୁ। ଓଡ଼ିଆମାନେ ମନ୍ଦିର…

ମୋତେ ନିୟମକାନୁନ ଦେଖାନା, ମୁଁ ପରା କହୁଛି ଏଭଳି କହି ଚାପ ପକାଉଛନ୍ତି…

ଭୁବନେଶ୍ୱର,୧୬।୨(ରବିନାରାୟଣ ଜେନା): ମୋତେ ନିୟମକାନୁନ ଦେଖାନା, ମୁଁ ପରା କହୁଛି। ସକାଳେ କଲମ୍‌ରେ କଂକ୍ରିଟ ଢଳାହେଲା ମାନେ ସନ୍ଧ୍ୟା ସୁଦ୍ଧା ବିଲ୍‌ ହେବା ଦରକାର। ଠିକାଦାରଙ୍କ ଉଦ୍ଦେଶ୍ୟରେ…

କେମିକାଲ କାରଖାନାରେ ଭୟଙ୍କର ବିସ୍ଫୋରଣ, ୮ ଜୀବନ୍ତ ଦଗ୍ଧ

ଜୟପୁର,୧୬ା୨:  ରାଜସ୍ଥାନର ଭିୱାଡିରେ ଏକ ରାସାୟନିକ କାରଖାନାରେ ଏକ ବଡ଼ ବିସ୍ଫୋରଣ ଘଟି ଭୟଙ୍କର ଅଗ୍ନିକାଣ୍ଡ ହୋଇଛି । ସୂଚନା ପାଇ ଅଧ ଡଜନ ଦମକଳ ଗାଡ଼ି…

କଟକଣା ହଟିଲେ ସାଲିସ ପାଇଁ ଇରାନ୍‌ ରାଜି

ତେହରାନ୍‌,୧୬ା୨:ଇରାନ ନିଜର ଆଣବିକ କାର୍ଯ୍ୟକ୍ରମକୁ ନେଇ ଆମେରିକା ସହ ସାଲିସ କରିବାକୁ ପ୍ରସ୍ତୁତ ରହିଛି। କିନ୍ତୁ ଏଥିପାଇଁ ନିର୍ଦ୍ଦିଷ୍ଟ ସର୍ତ୍ତ ରଖିଛି। ଯଦି ଆମେରିକା କଟକଣା ହଟାଇବ…

ରହମାନଙ୍କ ଶପଥ ଉତ୍ସବରେ ଯୋଗ ଦେବେନି ମୋଦି: ସାମ୍ନାକୁ ଆସିଲା ବଡ଼ କାରଣ

ନୂଆଦିଲ୍ଲୀ,୧୬ା୨:ବାଂଲାଦେଶ ନିର୍ବାଚନରେ ବିଏନ୍‌ପି ବିପୁଳ ବିଜୟ ହାସଲ କରିବା ପରେ ଦଳୀୟ ଅଧ୍ୟକ୍ଷ ତାରିକ୍‌ ରହମାନ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବେ। ଆସନ୍ତା ୧୭ ତାରିଖରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri