Posted inଖେଳ

ବଳାତ୍କାର ଧମକ ଚିନ୍ତାରେ ଏହି ପ୍ରସିଦ୍ଧ କ୍ରିକେଟର୍‌ଙ୍କ ସ୍ତ୍ରୀ, ଗଲେ ହାଇକୋର୍ଟ

ଭାରତୀୟ ଦ୍ରୁତ ବୋଲର ମହମ୍ମଦ ଶାମି ଏବଂ ତାଙ୍କ ସ୍ତ୍ରୀ ହସିନ ଜାହାଁ ପରସ୍ପରଠାରୁ ଅଲଗା ହୋଇଯାଇଛନ୍ତି। ତଥାପି ହସିନ ତଥାପି ସର୍ବଦା ଚର୍ଚ୍ଚାରେ ରହୁଛନ୍ତି। ତାଙ୍କର ବୋଲ୍ଡ ଭିଡିଓ ଏବଂ ଫଟୋ ଯୋଗୁ ସେ ସମାଲୋଚନାର ଶିକାର ମଧ୍ୟ ହୋଇଛନ୍ତି। ଅଗଷ୍ଟ ୫ରେ ହସିନ ଜାହାଁ ଇନଷ୍ଟାଗ୍ରାମରେ ରାମ ମନ୍ଦିର ବିଷୟରେ ପୋଷ୍ଟ କରିଥିଲେ। ଏହି ପୋଷ୍ଟରେ ମତାଙ୍କୁ କିଛି ଲୋକ ଧମକ ଦେଇଥିଲେ। ଏହି ମାମଲା ଏବେ ଏତେ ବଢି ଯାଇଛି ଯେ ହସିନଙ୍କୁ କୋର୍ଟ ଯିବାକୁ ପଡିଛି। ସେ କୋଲିକତା ହାଇକୋର୍ଟରେ ଝିଅ ଏବଂ ନିଜକୁ ସୁରକ୍ଷା ଦେବାକୁ ଦାବି କରିଛନ୍ତି। ସେ ଏହା ମଧ୍ୟ କହିଛନ୍ତି ଯେ ଅଗଷ୍ଟ ୯ରେ ସେ ଅଭିଯୋଗ କରିଥିଲେ ମଧ୍ୟ ଏନେଇ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇ ନାହିଁ। ଆସନ୍ତା ସପ୍ତାହରେ ତାଙ୍କ ଆବେଦନ ଶୁଣାଣି ହେବାର ସମ୍ଭାବନା ରହିଛି। କୋଲକାତାର ଲାଲ ବଜାର ଛକ ସାଇବର ପୋଲିସ ଷ୍ଟେଶନରେ ହସିନ ଅଭିଯୋଗ କରିଛନ୍ତି।
ହସିନ ଜାହାନ କହିଥିଲେ ଯେ, ଅଗଷ୍ଟ ୫ ତାରିଖରେ ସୋସିଆଲ ମିଡିଆରେ ରାମ ମନ୍ଦିରର ଭୁମିପୁଜନ ଅବସରରେ ସମସ୍ତ ହିନ୍ଦୁ ଭାଇ ଓ ଭଉଣୀମାନଙ୍କୁ ଅଭିନନ୍ଦନ ଜଣାଇଥିଲି। ଏହି କାରଣରୁ କିଛି ବ୍ୟକ୍ତି ମୋ ଉପରେ ଅଶାଳୀନ ଭାଷା ବ୍ୟବହାର କରି ମନ୍ତବ୍ୟ ଦେଇଥିଲେ। ମୋତେ ହତ୍ୟା ଏବଂ ବଳାତ୍କାର ହେବାର ଧମକ ମଧ୍ୟ ଦିଆଯାଇଥିଲା। ମୁଁ ପୋଲିସ ଷ୍ଟେଶନରେ ଅଭିଯୋଗ କରିଛି। ପୂର୍ବରୁ ହସିନ ସାମିଙ୍କ ନାଁରେ ନିର୍ଯାତନା ଅଭିଯୋଗ ଆଣିଥିଲେ।

 

 


Enter your email to get our daily news in your inbox.

All Right Reserved By Dharitri.Com

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ପାକିସ୍ତାନ ପାଇଁ BCCI ସହିବ କ୍ଷତି! ଭାରତରୁ ଛଡ଼ାଇ ନିଆଯାଇପାରେ ବଡ଼ ଟୁର୍ଣ୍ଣାମେଣ୍ଟ

ନୂଆଦିଲ୍ଲୀ,୧୭।୨: କ୍ରିକେଟ୍ ପ୍ରେମୀଙ୍କ ପାଇଁ ଏକ ଚିନ୍ତାଜନକ ଖବର। ଭାରତ ଓ ପାକିସ୍ତାନ ମଧ୍ୟରେ ଲାଗି ରହିଥିବା ସୀମା ବିବାଦର ପ୍ରଭାବ ଏବେ କ୍ରିକେଟ୍ ମୈଦାନ ଉପରେ…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

ଦୁର୍ବ୍ୟବହାର ଅଭିଯୋଗ ଆଣିଥିଲେ ଅତିରିକ୍ତ ତହସିଲଦାର, ଆଖି ବୁଜିଲେ ବିଷ ପିଇଥିବା ଚିକିଟି ପିଇଓ 

ଚିକିଟି,୧୭।୨(ପ୍ରକାଶ ଚନ୍ଦ୍ର ସାହୁ): ଚିକିଟି ଅତିରିକ୍ତ ତହସିଲଦାରଙ୍କ ଦ୍ୱାରା ଦୁର୍ବ୍ୟବହାର କରିଥିବା ଅଭିଯୋଗ ଆସିବା ପରେ ଗଞ୍ଜାମ ଜିଲା ରାମଚନ୍ଦ୍ରପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ଦଣ୍ଡପାଣି ପାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri