Posted inଖେଳ

ବଳାତ୍କାର ଧମକ ଚିନ୍ତାରେ ଏହି ପ୍ରସିଦ୍ଧ କ୍ରିକେଟର୍‌ଙ୍କ ସ୍ତ୍ରୀ, ଗଲେ ହାଇକୋର୍ଟ

ଭାରତୀୟ ଦ୍ରୁତ ବୋଲର ମହମ୍ମଦ ଶାମି ଏବଂ ତାଙ୍କ ସ୍ତ୍ରୀ ହସିନ ଜାହାଁ ପରସ୍ପରଠାରୁ ଅଲଗା ହୋଇଯାଇଛନ୍ତି। ତଥାପି ହସିନ ତଥାପି ସର୍ବଦା ଚର୍ଚ୍ଚାରେ ରହୁଛନ୍ତି। ତାଙ୍କର ବୋଲ୍ଡ ଭିଡିଓ ଏବଂ ଫଟୋ ଯୋଗୁ ସେ ସମାଲୋଚନାର ଶିକାର ମଧ୍ୟ ହୋଇଛନ୍ତି। ଅଗଷ୍ଟ ୫ରେ ହସିନ ଜାହାଁ ଇନଷ୍ଟାଗ୍ରାମରେ ରାମ ମନ୍ଦିର ବିଷୟରେ ପୋଷ୍ଟ କରିଥିଲେ। ଏହି ପୋଷ୍ଟରେ ମତାଙ୍କୁ କିଛି ଲୋକ ଧମକ ଦେଇଥିଲେ। ଏହି ମାମଲା ଏବେ ଏତେ ବଢି ଯାଇଛି ଯେ ହସିନଙ୍କୁ କୋର୍ଟ ଯିବାକୁ ପଡିଛି। ସେ କୋଲିକତା ହାଇକୋର୍ଟରେ ଝିଅ ଏବଂ ନିଜକୁ ସୁରକ୍ଷା ଦେବାକୁ ଦାବି କରିଛନ୍ତି। ସେ ଏହା ମଧ୍ୟ କହିଛନ୍ତି ଯେ ଅଗଷ୍ଟ ୯ରେ ସେ ଅଭିଯୋଗ କରିଥିଲେ ମଧ୍ୟ ଏନେଇ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇ ନାହିଁ। ଆସନ୍ତା ସପ୍ତାହରେ ତାଙ୍କ ଆବେଦନ ଶୁଣାଣି ହେବାର ସମ୍ଭାବନା ରହିଛି। କୋଲକାତାର ଲାଲ ବଜାର ଛକ ସାଇବର ପୋଲିସ ଷ୍ଟେଶନରେ ହସିନ ଅଭିଯୋଗ କରିଛନ୍ତି।
ହସିନ ଜାହାନ କହିଥିଲେ ଯେ, ଅଗଷ୍ଟ ୫ ତାରିଖରେ ସୋସିଆଲ ମିଡିଆରେ ରାମ ମନ୍ଦିରର ଭୁମିପୁଜନ ଅବସରରେ ସମସ୍ତ ହିନ୍ଦୁ ଭାଇ ଓ ଭଉଣୀମାନଙ୍କୁ ଅଭିନନ୍ଦନ ଜଣାଇଥିଲି। ଏହି କାରଣରୁ କିଛି ବ୍ୟକ୍ତି ମୋ ଉପରେ ଅଶାଳୀନ ଭାଷା ବ୍ୟବହାର କରି ମନ୍ତବ୍ୟ ଦେଇଥିଲେ। ମୋତେ ହତ୍ୟା ଏବଂ ବଳାତ୍କାର ହେବାର ଧମକ ମଧ୍ୟ ଦିଆଯାଇଥିଲା। ମୁଁ ପୋଲିସ ଷ୍ଟେଶନରେ ଅଭିଯୋଗ କରିଛି। ପୂର୍ବରୁ ହସିନ ସାମିଙ୍କ ନାଁରେ ନିର୍ଯାତନା ଅଭିଯୋଗ ଆଣିଥିଲେ।

 

 


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଯଦି ଫାଇନାଲରେ କୁମ୍ବଲେଙ୍କ ଏହି କଥା ମାନିଥାନ୍ତେ ଉଥପ୍ପା, ଆଇପିଏଲ୍‌ ଚାମ୍ପିୟନ ହୋଇଥାନ୍ତା RCB

ନୂଆଦିଲ୍ଲୀ,୨୫।୪: ବର୍ତ୍ତମାନ ସମୟରେ ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ରେ ଲୋକପ୍ରିୟ ଟିମ୍‌ ମଧ୍ୟରେ ରହିଛନ୍ତି ଚେନ୍ନାଇ ସୁପର କିଙ୍ଗ୍ସ ଏବଂ ମୁମ୍ବାଇ ଇଣ୍ଡିଆନ୍ସ। ଏହାଛଡ଼ା ରୟାଲ ଚ୍ୟାଲେଞ୍ଜର୍ସ...

ଗୋଟିଏ ବଲ୍‌ରେ ପଲଟିଗଲା ପୂରା ମ୍ୟାଚ୍‌: ସମସ୍ତେ ହୋଇଗଲେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୫।୪: ଏକ ରୋମାଞ୍ଚକର ମ୍ୟାଚରେ ଗୁଜରାଟ ଟାଇଟାନ୍ସକୁ ଦିଲ୍ଲୀ କ୍ୟାପିଟାଲ୍ସ ୪ ରନ୍‌ରେ ପରାସ୍ତ କରିଛି। ମୁକେଶ କୁମାର ଶେଷ ଓଭରରେ ଭଲ ବୋଲିଂ କରିଥିଲେ।...

ଭାରତର ଘରୋଇ କ୍ରିକେଟରମାନେ ବର୍ଷକୁ କୋଟିଏ ଟଙ୍କା ପାଇବେ ଦରମା, ବିସିସିଆଇର ବଡ଼ ନିଷ୍ପତି

ମୁମ୍ବାଇ,୨୫।୪: ଘରୋଇ ଖେଳାଳିଙ୍କ ଆୟ ବଢାଇବାକୁ ବିସିସିଆଇ ଚାହୁଁଛି। ଭାରତର ମୁଖ୍ୟ ଚୟନକର୍ତ୍ତା ଅଜିତ ଅଗରକରଙ୍କ ନେତୃତ୍ୱରେ ଚୟନ କମିଟିକୁ ଦରମା ବୃଦ୍ଧି କରିବାର ଉପାୟ...

ଅଲିମ୍ପିକ କିମ୍ବଦନ୍ତୀ ଉସେନ ବୋଲ୍ଟ ହେଲେ ଟି-୨୦ ବିଶ୍ୱକପ୍‌ର ଆମ୍ବାସାଡାର

ନୂଆଦିଲ୍ଲୀ,୨୫।୪: ବିଶ୍ୱର କିମ୍ବଦନ୍ତୀ ଦ୍ରୁତ ଧାବକ ଉସେନ ବୋଲ୍ଟ ଆଇସିସି ପୁରୁଷ ଟି-୨୦ ବିଶ୍ୱକପ୍‌ର ବ୍ରାଣ୍ଡ ଆମ୍ବାସାଡର ଭାବେ ନିଯୁକ୍ତ ହୋଇଛନ୍ତି। ଜୁନ ୧ରୁ ଆମେରିକା...

ଲଜ୍ଜାଜନକ ରେକର୍ଡ କଲେ ମୋହିତ ଶର୍ମା

ନୂଆଦିଲ୍ଲୀ,୨୫।୪: ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷରେ ଗୁଜୁରାଟ ଟାଇଟାନ୍ସ ବୋଲର ମୋହିତ ଶର୍ମାଙ୍କ ନାମରେ ଏକ ଲଜ୍ଜାଜନକ ରେକର୍ଡ କରିଛନ୍ତି। ମୋହିତ ଶର୍ମା ଆଇପିଏଲ ଇତିହାସରେ ସର୍ବାଧିକ...

ଇତିହାସ ରଚିଲେ ପନ୍ତ: ଟି-୨୦ରେ ଏମିତି ରେକର୍ଡ କରିବାରେ ପ୍ରଥମ ଖେଳାଳି

ନୂଆଦିଲ୍ଲୀ,୨୫।୪: ଅଧିନାୟକ ରିଷଭ ପନ୍ତଙ୍କ ଅପରାଜିତ ୮୮ ରନ ଯୋଗୁ ଦିଲ୍ଲୀ କ୍ୟାପିଟାଳ୍ସ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଚାରି ଉଇକେଟ ପାଇଁ ୨୨୪ ରନ ସଂଗ୍ରହ...

ରୋମାଞ୍ଚକ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସର ସଂଘର୍ଷପୂର୍ଣ୍ଣ ବିଜୟ

ନୂଆଦିଲ୍ଲୀ, ୨୪।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ର ବୁଧବାର ଏଠାରେ ଅନୁଷ୍ଠିତ ଏକ ରୋମାଞ୍ଚକ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସ ୪ ରନରେ ସଂଘର୍ଷପୂର୍ଣ୍ଣ ବିଜୟ ହାସଲ କରିଛି।...

ରକ୍ତ ବଦଳରେ ରକ୍ତ…ପାକିସ୍ତାନ କ୍ରିକେଟ ବୋର୍ଡକୁ ଏହି ଧମକପୂର୍ଣ୍ଣ ଚିଠି ମିଳିବା ପରେ ବୋହିଗଲା ଝାଳ

ଇସଲାମାବାଦ,୨୪।୪: ଲାହୋରରେ ପାକିସ୍ତାନ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ହୋଇଥିବା ମ୍ୟାଚକୁ ନେଇ ଆତଙ୍କର ଛାୟା ଆସୁଛି। ଆତଙ୍କବାଦୀ ସଂଗଠନ ଇସଲାମିକ ଷ୍ଟେଟ ଆଗାମୀ କ୍ରିକେଟ ମ୍ୟାଚ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri