Posted inଖେଳ

ମୁମ୍ବାଇରେ ୫ କୋଟି ଟଙ୍କାରେ ଆପାର୍ଟମେଣ୍ଟ କିଣିଲେ ଜଶସ୍ବୀ ଜୈସ୍ବାଲ: ରିପୋର୍ଟ

ନୂଆଦିଲ୍ଲୀ,୨୧।୨: ଅନ୍ତର୍ଜାତୀୟ କ୍ରିକେଟରେ ପଦାର୍ପଣ କରିବା ପରେ ଚର୍ଚ୍ଚାରେ ରହିଛନ୍ତି ଭାରତର ଯୁବ ବ୍ୟାଟର ଜଶସ୍ବୀ ଜୈସ୍ବାଲ। ଟେଷ୍ଟଠାରୁ ଆରମ୍ଭ କରି ଟି୨୦ ରେ ନିଜର ପ୍ରତିଭା ମାଧ୍ୟମରେ ସମସ୍ତଙ୍କୁ ପ୍ରଭାବିତ କରି ପାରିଛନ୍ତି। ଟେଷ୍ଟ ପଦାର୍ପଣରେ ଶତକ ହାସଲ କରିବା ପରେ ମାତ୍ର କେଇଟା ମ୍ୟାଚରେ ଦୁଇଟି ଦ୍ୱିଶତକ ହାସଲ କରି ସାରିଲେଣି।

ଜୈସ୍ବାଲ ଏକ ଗରିବ ପରିବାରରୁ ଆସିଥିଲା ବେଳେ କ୍ରିକେଟ ଖେଳିବା ପାଇଁ ସେ ଅନେକ ତପସ୍ୟା କରିଛନ୍ତି। ଯାହାର ଫଳ ଏବେ ତାଙ୍କୁ ମିଳିବା ଆରମ୍ଭ ହୋଇଛି। ପିଲାଦିନୁ ତାଙ୍କର ସଂଘର୍ଷ ବିଷୟରେ ଲୋକମାନେ ଅନେକ ଜାଣିଛନ୍ତି। ଏବେ ଜୈସ୍ବାଲଙ୍କ ଖୁସିର ଦିନ ଆରମ୍ଭ ହୋଇଛି। ରିପୋର୍ଟ ଅନୁଯାୟୀ ଜଶସ୍ବୀ ମୁମ୍ବାଇରେ ଏକ ବିଳାସପୂର୍ଣ୍ଣ ଫ୍ଲାଟ କିଣିଛନ୍ତି।

ମନି କଣ୍ଟ୍ରୋଲ୍ ରିପୋର୍ଟ ଅନୁଯାୟୀ କ୍ରିକେଟର ଜୈସ୍ବାଲ ବାନ୍ଦ୍ରା ପୂର୍ବର ଏକ ସ୍ଥାନରେ ୫.୩୮ କୋଟି ଟଙ୍କାରେ ଫ୍ଲାଟ କିଣିଛନ୍ତି। ଏଥିରେ କୁହାଯାଇଛି ଯେ ଏହି ନିର୍ମାଣାଧୀନ ୧,୧୧୦ ବର୍ଗଫୁଟ ବିଶିଷ୍ଟ ଆପାର୍ଟମେଣ୍ଟ ପାଇଁ ଡିଲ୍ ଜାନୁୟାରୀ ୭, ୨୦୨୪ ରେ ପଞ୍ଜୀକୃତ ହୋଇଥିଲା।

ଏହି ନିର୍ମାଣାଧୀନ ପ୍ରକଳ୍ପ ଆଦାନୀ ରିଅଲିଟି ନିର୍ମାଣ କରୁଛି। ଆପାର୍ଟମେଣ୍ଟର ନିର୍ମାଣ ଏବଂ ହସ୍ତାନ୍ତର ଚଳିତ ବର୍ଷ ହୋଇପାରେ।

 


Enter your email to get our daily news in your inbox.

All Right Reserved By Dharitri.Com

ଚତୁର୍ଥ ଟି୨୦ ଜିତିଲା ନ୍ୟୁଜିଲାଣ୍ଡ: ଶିବମ ଦୁବେଙ୍କ ଧୂଆଁଧାର ଅର୍ଦ୍ଧଶତକ ବେକାର

ବିଶାଖାପାଟଣା,୨୮ା୧: ବିଶାଖାପାଟଣାର ଏସିଏ-ଭିଡିସିଏ ଷ୍ଟାଡିୟମରେ ବୁଧବାର ଖେଳାଯାଇଥିବା ଚତୁର୍ଥ ଟି-୨୦ ମ୍ୟାଚରେ ନ୍ୟୁଜିଲାଣ୍ଡ ଭାରତକୁ ୫୦ ରନରେ ପରାସ୍ତ କରି ସିରିଜର ପ୍ରଥମ ବିଜୟ ହାସଲ କରିଛି।…

OJEE ପାଇଁ ଆରମ୍ଭ ହେଲା ଆବେଦନ: ମେ’ ୪ରୁ ପରୀକ୍ଷା, ଜାଣନ୍ତୁ ସବିଶେଷ…

ଭୁବନେଶ୍ୱର,୨୮ା୧(ସୁଚିସ୍ମିତା ସାହୁ): ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ)- ୨୦୨୬ ପାଇଁ ବୁଧବାରଠାରୁ ଆବେଦନ ଆରମ୍ଭ ହୋଇଛି। ମାର୍ଚ୍ଚ ୨୨ ଆବେଦନର ଶେଷ ତାରିଖ ରହିଛି। ଏପ୍ରିଲରେ…

ମୟୂରଭଞ୍ଜରେ ହେବ ପାଇଲଟ୍ ପ୍ରଶିକ୍ଷଣ, ବ୍ରହ୍ମପୁରରେ ଡ୍ରୋନ୍ ସେଣ୍ଟର

ଭୁବନେଶ୍ୱର,୨୮ା୧: ହାଇଦ୍ରାବାଦରେ ଚାଲିଥିବା ଏସିଆର ସବୁଠାରୁ ବଡ଼ ବେସାମରିକ ବିମାନ ଚଳାଚଳ ପ୍ରଦର୍ଶନୀ ‘ୱିଙ୍ଗସ ଇଣ୍ଡିଆ ୨୦୨୬’ ଅବସରରେ ଓଡ଼ିଶା ସରକାର ଦୁଇଟି ଗୁରୁତ୍ୱପୂର୍ଣ୍ଣ ବୁଝାମଣାପତ୍ର (MoU)…

ଦୁଷ୍କର୍ମ ମାମଲାରେ ଫେରାର୍ ଅଭିଯୁକ୍ତଙ୍କ ଆତ୍ମସମର୍ପଣ, ଅଙ୍ଗନବାଡି କର୍ମୀଙ୍କୁ….

ପାରଳାଖେମୁଣ୍ଡି,୨୮ା୧(ଗିରିଧାରୀ ପରିଛା) :ଗଜପତି ଜିଲା ଗୋଷାଣି ବ୍ଲକର ମଧୁସୁଦନପୁର ପଞ୍ଚାୟତର ସମିତି ସଭ୍ଯ ଆର. ବାସୁଦେବ ରାଓ ଜିଲା ନ୍ଯାୟାଳୟରେ ମଙ୍ଗଳବାର ଆତ୍ମସମର୍ପଣ କରିଛନ୍ତି । ଏନେଇ…

ରାୟଗଡ଼ାରେ ବନ୍ଦ ପ୍ରଭାବ ଶୂନ: ନେତାଙ୍କ ଦେଖା ମିଳିଲାନି, ଖୋଲା ରହିଲା…

ରାୟଗଡା,୨୮।୧(ଆଶିଷ ରଞ୍ଜନ ପଣ୍ଡା)- ନବ ନିର୍ମାଣ କୃଷକ ସଂଗଠନ ଦ୍ବାରା ଡକାଯାଇଥିବା ଓଡିଶା ବନ୍ଦ ଡାକରା ରାୟଗଡା ଜିଲାରେ  ପ୍ରଭାବହୀନ ହୋଇଥିବା ଦେଖିବାକୁ ମିଳିଛି । ରାୟଗଡା…

ରାୟଗଡା ସହରରେ ଜଣ୍ଡିସ ଆଶଙ୍କା, ସ୍ୱାସ୍ଥ୍ୟ ବିଭାଗର ତନାଘନା

ରାୟଗଡା,୨୮ା୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡା ସହର ଇନ୍ଦିରା ନଗର ଷଷ୍ଠ ଲେନ, କସ୍ତୁରୀ ନଗର ପ୍ରମଥ ଲେନ ଏବଂ କତୁରୁ ବସ୍ତିରେ ଜଣ୍ଡିସ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ…

ଅରିଜିତଙ୍କ ଅବସର ପରେ ଏମିତି କହିଲେ ଶ୍ରେୟା ଘୋଷାଲ, ସବୁଠି ଚର୍ଚ୍ଚା

ମୁମ୍ବାଇ: ଭାରତୀୟ ସଙ୍ଗୀତ ଜଗତର ଲୋକପ୍ରିୟ କଣ୍ଠଶିଳ୍ପୀ ଅରିଜିତ ସିଂହ ପ୍ଲେବ୍ୟାକ୍ ସିଙ୍ଗିଙ୍ଗରୁ ଅବସର ଘୋଷଣା କରିଛନ୍ତି। ଏହି ଶୁଣିବା ପରେ ତାଙ୍କ ପ୍ରଶଂସକ ଓ ସହକର୍ମୀମାନେ…

ଅରିଜିତଙ୍କୁ ନେଇ ବଡ଼ ଖବର! ରାଜନୈତିକ ଦଳ କରିବାକୁ ଅବସର…ପଶ୍ଚିମବଙ୍ଗ ନିର୍ବାଚନ ପୂର୍ବରୁ… 

ମୁମ୍ବାଇ: ଆଜିକାଲି ଅଭିନୟ ଜୀବନ କମ୍‌ ବରଂ ବ୍ୟକ୍ତିଗତ ଜୀବନକୁ ନେଇ ଅଧିକ ଚର୍ଚ୍ଚାରେ ରହୁଛନ୍ତି ଖ୍ୟାତନାମା ଗାୟକ ଅରିଜିତ ସିଂ। ଦିନକ ପୂର୍ବେ ସେ ହଠାତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri