ଶ୍ରେଷ୍ଠ ଅଭିନେତା ପୁରସ୍କାର ପାଇ ଭୋ ଭୋ କାନ୍ଦିଲେ ଏହି କୁନି କଳାକାର

ବେଜିଂ,୧୦।୩: ୮ ବର୍ଷର କୁନି କଳାକାର ଆଲାନ କିମ୍‌ ଭାବପ୍ରବଣ ହୋଇଯାଇଥିବା ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଆଲାନଙ୍କୁ ଫିଲ୍ମ ‘ମିନାରୀ’ରେ ନିଜର ପରଫର୍‌ମାନ୍ସ ପାଇଁ ଚଳିତବର୍ଷ ଶ୍ରେଷ୍ଠ ଅଭିନେତା ପୁରସ୍କାର ମିଳିଛି। ଏହି ଫିଲ୍ମ ଆଲାନଙ୍କ ପ୍ରଥମ ଥିଲା। ପ୍ରଥମ ଫିଲ୍ମରେ ସର୍ବଶ୍ରେଷ୍ଠ ପୁରସ୍କାର ପାଇ ସେ ଭାବବିହ୍ବଳ ହୋଇପଡ଼ିଥିଲେ। ଆଖିର ଲୁହକୁ ଆଉ ଅଟକାଇ ପାରି ନ ଥିଲେ।

ଏହି ପୁରସ୍କାରର ଆୟୋଜନ ଭର୍ଚୁଆଲସ୍ତରରେ କରାଯାଇଥିଲା। ଆଲାନ ପୁରସ୍କାର ଜିତିବା ପରେ ଅଭିଭାଷଣରେ କହିଥିଲେ, ଧନ୍ୟବାଦ। ଆପଣ ସମସ୍ତଙ୍କୁ ଶୁଭେଚ୍ଛା। ମୁଁ ସମସ୍ତଙ୍କୁ ଧନ୍ୟବାଦ ଦେବାକୁ ଚାହିଁବି ଏଥିପାଇଁ ଯେ ଆପଣମାନଙ୍କ ଯୋଗୁ ଆଜି ଏହି ପୁରସ୍କାର ଜିତିପାରିଛି। ମୋତେ ସମସ୍ତେ ଭୋଟ୍‌ ଦେଇ ଚୟନ କରିଥିବାରୁ ସମସ୍ତଙ୍କ ନିକଟରେ ଋଣୀ। ମୋ ପରିବାରକୁ ଧନ୍ୟବାଦ ଦେବାକୁ ଚାହିଁବି ବୋଲି କହିଥିଲେ। ସେ କହିଥିଲେ, ମୋର ବିଶ୍ୱାସ ହେଉନି ଯେ ମୁଁ କାନ୍ଦୁଛି ବୋଲି। ମୁଁ ଚାହିଁବି ମୋତେ ଦ୍ୱିତୀୟ ଫିଲ୍ମରେ କାମ କରିବାର ସୁଯୋଗ ମିଳୁ।

ଆଲାନଙ୍କ ଏହି କଥା ସୋସିଆଲ ମିଡିଆରେ ଲୋକଙ୍କୁ ଖୁବ୍‌ ପସନ୍ଦ ଆସିଛି। ତାଙ୍କର ଭାବପ୍ରବଣ ଭାଷଣ ଟ୍ରେଣ୍ଡ କରୁଛି।

ଆଲାନ ଫିଲ୍ମ ‘ମିନାରୀ’ରେ ଡେଭିଡ ଭୂମିକାରେ ଅଭିନୟ କରିଥିଲେ। ଫିଲ୍ମକୁ ସୁପରିଚିତ ହଲିଉଡ୍‌ ଆକ୍ଟର ବ୍ରେଡ୍‌ ପିଟ୍‌ ପ୍ରଯୋଜନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧବିରତିର ମାତ୍ର କିଛି ଘଣ୍ଟା ପରେ ଇରାନ ତୈଳ ବିଶୋଧନାଗାରରେ ବିସ୍ଫୋରଣ, କିଏ କଲା ଆକ୍ରମଣ?

ତେହେରାନ,୮।୪: ଆମେରିକା ସର୍ତ୍ତମୂଳକ ଯୁଦ୍ଧବିରତି ଘୋଷଣା କରିବାର କିଛି ଘଣ୍ଟା ପରେ ଇରାନର ଲାଭାନ ଦ୍ୱୀପରେ ପ୍ରଥମ ବଡ଼ ଆକ୍ରମଣ ହୋଇଛି । ଲାଭାନ ଦ୍ୱୀପରେ ଥିବା…

ସାବଧାନ! ସୋସିଆଲ ମିଡିଆରେ ଅଶ୍ଳୀଳ ଭାଷା ବ୍ୟବହାର କଲେ କଡ଼ା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୮ା୪: ଏଣିକି ସୋସିଆଲ ମିଡିଆ ୟୁଜର୍ସ ସାବଧାନ! ସୋସିଆଲ ମିଡିଆରେ କୌଣସି ଅଶ୍ଳୀଳ କିମ୍ବା ଅପଶବ୍ଦ ବ୍ୟବହାର କଲେ ଏହା ଉପରେ ଲଗାମ ଲାଗିବ। ଏନେଇ ସରକାର…

ଯୁଦ୍ଧବିରତି ଭିତରେ ଭାରତର ବଡ଼ ବିଜୟ! ୭ବର୍ଷ ପରେ ଚାଇନାକୁ ଦେଲା ଝଟ୍‌କା

ନୂଆଦିଲ୍ଲୀ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ଘୋଷଣା ପରେ, ବୁଧବାର (୮ ଏପ୍ରିଲ, ୨୦୨୬) ଦିନ ଅଶୋଧିତ ତୈଳ ଭବିଷ୍ୟତରେ ତୀବ୍ର…

ଭୁବନେଶ୍ବରରେ ଛାତିଥରା ହତ୍ୟାକାଣ୍ଡ, ସ୍ତ୍ରୀର ତଣ୍ଟି କାଟି ବୀଭତ୍ସ ହତ୍ୟା କଲେ ସ୍ବାମୀ

ଭୁବନେଶ୍ବର,୮।୪: ରାଜଧାନୀ ଭୁବନେଶ୍ବରରେ ବୀଭତ୍ସ ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରିଛନ୍ତି ସ୍ବାମୀ । ଭୁବନେଶ୍ୱର ଏୟାରଫିଲ୍ଡ ଥାନା ସ୍ୱସ୍ତି ନଗର…

ଗ୍ରାମ୍ୟ ପାଇପ୍‌ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ କର୍ମଚାରୀ

ମୋହନା,୮ା୪ (ମନ୍ମଥ ମିଶ୍ର): ଗ୍ରାମ୍ୟ ପାଇପ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଗଲେ ପମ୍ପ ଚାଳକ। ଏଭଳି ଘଟଣା ଦେଖିବାକୁ ମିଳିଛି ଗଜପତି…

ଯୁଦ୍ଧବିରତି ଭିତରେ ବଦଳିଲା ଗ୍ୟାସ ସିଲିଣ୍ଡର ଦର, ଜାଣନ୍ତୁ ବଢିଲା ନା କମିଲା…

ନୂଆଦିଲ୍ଲୀ,୮।୪: ବିଶ୍ୱ ଉତ୍ତେଜନା ମଧ୍ୟରେ, ସାଧାରଣ ଲୋକଙ୍କ ପାଇଁ ଏକ ଆଶ୍ୱସ୍ତିକର ଖବର ଆସିଛି। ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ପରେ, ଅନ୍ତର୍ଜାତୀୟ ବଜାରରେ…

ହଜାର ହଜାର ଆଖୁଚାଷୀ, ଶ୍ରମିକଙ୍କ ଜୀବନଜୀବିକା ପ୍ରଭାବିତ, ପୁନଃ ଚିନିକଳ କାର୍ଯ୍ୟକ୍ଷମ ଦାବି କରି…

ବଲାଙ୍ଗୀର,୮ା୪(ସୁନିଲ କୁମାର ମହାନ୍ତି): ଦେଓଗାଁ ଚିନିକଳ ସମିତି ପକ୍ଷରୁ ବୁଧବାର ବଲାଙ୍ଗୀର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଜୟାନନ୍ଦ ସମବାୟ ଚିନିକଳ ପୁନଃ କାର୍ଯ୍ୟକ୍ଷମ କରିବା ଦାବି ନେଇ…

ବିବାଦୀୟ ମନ୍ତବ୍ୟ ଦେବା ପରେ କ୍ଷମା ମାଗିଲେ ଖାର୍ଗେ, ଭାବନାକୁ ଆଘାତ ଦେବା…

ନୂଆଦିଲ୍ଲୀ,୮।୪: କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ଗୁଜରାଟର ଲୋକଙ୍କ ସମ୍ପର୍କରେ ଦେଇଥିବା ବୟାନ ପାଇଁ କ୍ଷମା ପ୍ରାର୍ଥନା କରିଛନ୍ତି । ସେ କହିଛନ୍ତି ଯେ ସେ ସବୁବେଳେ ଗୁଜରାଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri