Posted inରାଜ୍ୟ

ଜାଲ୍‌ ସାର୍ଟିଫିକେଟ୍‌ ଦେଇ GDS ଚାକିରି, ୫ ଜଣଙ୍କୁ ଗିରଫ କଲା କ୍ରାଇମବ୍ରାଞ୍ଚ

ଭୁବନେଶ୍ୱର,୧୧।୬: ଜାଲ ଶିକ୍ଷା ଗତ ପ୍ରମାଣ ପତ୍ର ପ୍ରଦାନ କରି ଗ୍ରାମୀଣ ଡାକ ସେବକ (ଜିଡିଏସ୍) ଚାକିରି ପାଇବାକୁ ଉଦ୍ୟମ କରିବା ଅଭିଯୋଗରେ ରାଜ୍ୟ କ୍ରାଇମବ୍ରାଞ୍ଚ ଟିମ ପାଞ୍ଚ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ଏହା ସହିତ ଏହି ମାମଲାରେ ମୋଟ ଗିରଫ ସଂଖ୍ୟା ୨୫କୁ ବୃଦ୍ଧି ପାଇଛି।

ଗିରଫ ହୋଇଥିବା ପାଞ୍ଚ ଅଭିଯୁକ୍ତ ହେଉଛନ୍ତି ବଲାଙ୍ଗୀର ଥାନା ମୁରିବାହଲର କୁଳମଣି ରାଣା (୨୪), ବଲାଙ୍ଗୀର ସଦର ଥାନା କୁଟମଦୋଳାର ଅଜାଉଦିନ କୁମ୍ଭାର (୨୮), ଜଗନ୍ନାଥ ପଡାର ରଜତ କୁମାର ନାଏକ (୩୨), ବଲାଙ୍ଗୀର ଥାନା ଅଞ୍ଚଳର ସୁଧିର ଭୁଏ (୨୭) ଏବଂ ସୁବର୍ଣ୍ଣପୁର ଅଞ୍ଚଳର ତୋଫାନ ବାଗ (୪୫) ।

ପୂର୍ବରୁ ଏହି ମାମଲାରେ ପୋଲିସ ମୁଖ୍ୟ ଅଭିଯୁକ୍ତ ଝାଡ଼ଖଣ୍ଡର ଅଭିଜିତ କୁମାର ଭକତ, ବଲାଙ୍ଗୀର ଟାଉନ ରିଲାଏନ୍ସ ଏଜୁକେସନ କମ୍ପ୍ଲେକ୍ସର ମାଲିକ ମନୋଜ ମିଶ୍ର ଏବଂ ଆଲୋକ ରଞ୍ଜନ ଉଦଗାତାଙ୍କ ସମେତ ଏହି ରାକେଟ ସହିତ ଜଡିତ ଅନ୍ୟ ୧୭ ଜଣଙ୍କୁ ଗିରଫ କରାଯାଇଥିଲା।

ଉଲ୍ଲେଖଯୋଗ୍ୟ ଯେ, ୨୦୨୩ ଜାନୁଆରୀ ମାସରେ ଗ୍ରାମୀଣ ଡାକ ସେବକ (ଜିଡିଏସ୍)ରେ ନିଯୁକ୍ତି ପାଇଁ ବିଜ୍ଞାପନ ପ୍ରକାଶ ପାଇଥିଲା। ଏହି ଚାକିରି ନିମନ୍ତେ ହଜାର ହଜାର ସଂଖ୍ଯାରେ ଆଶାୟୀ ପରୀକ୍ଷାର୍ଥୀ ଆବେଦନ କରିଥିଲେ। ତେବେ କିଛି ପରୀକ୍ଷାର୍ଥୀ ଜାଲ ଶିକ୍ଷାଗତ ପ୍ରମାଣ ପତ୍ର ପ୍ରଦାନ କରି ଚାକିରୀ ପାଇବାକୁ ଉଦ୍ୟମ କରୁଥିବା ସଂକ୍ରାନ୍ତରେ ବଲାଙ୍ଗୀର ଡିଭିଜନର ଡାକଘର ସୁପରିଣ୍ଟେଣ୍ଡେଣ୍ଟ ରାଜେନ୍ଦ୍ର କୁମାର ପଟ୍ଟନାୟକ ବଲାଙ୍ଗୀର ଟାଉନ ଥାନାରେ ଅଭିଯୋଗ କରିଥିଲେ।

ପୋଲିସ ଘଟଣାର ତଦନ୍ତ ଆରମ୍ଭ କରି ଏହି ଘଟଣାରେ ଏକ ସଂଗଠିତ ନେଟୱାର୍କ କାର୍ଯ୍ୟ କରୁଥିବା ସମ୍ପର୍କରେ ଜାଣିବାକୁ ପାଇଥିଲା। ତେବେ ମାମଲାଟି ଅତ୍ୟନ୍ତ ସମ୍ବେଦନଶୀଳ ଥିବାରୁ ପରବର୍ତ୍ତୀ ସମୟରେ ଏହାକୁ କ୍ରାଇମବ୍ରାଞ୍ଚକୁ ହସ୍ତାନ୍ତର କରାଯାଇଥିଲା। କ୍ରାଇମବ୍ରାଞ୍ଚର ଅତିରିକ୍ତ ଏସପି ବିକାଶ ରଞ୍ଜନ ବେହୁରାଙ୍କ ନେତୃତ୍ଵରେ ଏକ ଟିମ ଗଠନ କରାଯାଇ ମାମଲାର ତଦନ୍ତ ଆରମ୍ଭ କରାଯାଇଥିଲା।

ଅଭିଯୁକ୍ତମାନେ ବିଭିନ୍ନ ବିଶ୍ୱବିଦ୍ୟାଳୟ ଏବଂ ଉଚ୍ଚ ମାଧ୍ୟମିକ ଶିକ୍ଷା ପ୍ରତିଷ୍ଠାନରୁ ନକଲି ପ୍ରମାଣପତ୍ର ପ୍ରସ୍ତୁତ କରି ଚାକିରୀ ଆଶାୟୀଙ୍କୁ ଯୋଗାଉ ଥିବା ସମ୍ପର୍କରେ ତଦନ୍ତକାରୀ ଟିମ ଜାଣିବାକୁ ପାଇଥିଲେ। ଏହି ଠକେଇ ମାମଲାରେ ସମ୍ପୃକ୍ତ ଅନ୍ୟ ଅଭିଯୁକ୍ତ ମାନଙ୍କୁ ଗିରଫ କରିବାକୁ ପୋଲିସର ତଦନ୍ତ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବଙ୍ଗୋପସାଗରରେ ଲଘୁଚାପ: ରାଜ୍ୟର ୧୧ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା, ସତର୍କ କଲା…

ଭୁବନେଶ୍ୱର, ୯ା୯(ସୌମ୍ୟରଞ୍ଜନ ରାଉତ) – ଉତ୍ତର ବଙ୍ଗୋପସାଗର ସଂଲଗ୍ନ ବାଂଲାଦେଶ ଉପକୂଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ସମୁଦ୍ର ପତ୍ତନଠାରୁ ପ୍ରାୟ ୫.୮ କି.ମି. ଉଚ୍ଚତା ପର୍ଯ୍ୟନ୍ତ…

ଗ୍ରାମ୍ୟ ଉନ୍ନୟନ ରାସ୍ତା ନିର୍ମାଣ ନିମ୍ନମାନର ଅଭିଯୋଗ ଆଣି ଗ୍ରାମବାସୀ…

ଛତ୍ରପୁର,୯ା୯(ଦିଲ୍ଲୀପ ସମାଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅନ୍ତର୍ଗତ ଚମାଖଣ୍ଡି ଗ୍ରାମ ପଞ୍ଚାୟତ ଅଞ୍ଚଳରେ ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ଚାଲିଥିବା ରାସ୍ତା ନିର୍ମାଣ କାମରମାନକୁ…

ରାତି ୧୦ଟା ପରେ ବାଜିବନି ଲାଉଡ୍‌ ସ୍ପିକର, ଅଶ୍ଳୀଳ ନୃତ୍ୟ ସମ୍ପୂର୍ଣ୍ଣ ମନା

ଛତ୍ରପୁର,୯ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଆସନ୍ତା ୧୪ ତାରିଖରେ ହେବାକୁ ଯାଉଥିବା ଶ୍ରୀଗଣେଶ ପୂଜାକୁ ଶୃଙ୍ଖଳିତ ଓ ଭକ୍ତିପୂର୍ଣ୍ଣ ପରିବେଶରେ ପାଳନ କରିବାକୁ ଛତ୍ରପୁର ପୋଲିସ ଏବଂ ପ୍ରଶାସନ…

ବିବାହ ପରେ ବି ପିଛା ଛାଡ଼ୁ ନ ଥିଲେ! ନାବାଳିକାଙ୍କୁ ଅସଦାଚରଣ କରି ବ୍ରହ୍ମପୁର ଜେଲ୍‌ ଗଲେ ରାଜମିସ୍ତ୍ରୀ

ଦିଗପହଣ୍ଡି, ୯।୯ (ଅଶେଷ ନାଥ ମିଶ୍ର): ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଅସଦାଚରଣ କରିବା ମାମଲାରେ ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ବୁଧବାର ଜଣେ ଯୁବକଙ୍କୁ ଗିରଫ…

ହାଟଡିହୀରେ ରୋମିଓଙ୍କ ହାଇଭୋଲଟେଜ୍ ଡ୍ରାମା: ଗିଫ୍ଟ ଫେରାଇ ବ୍ଲକ୍ କରିବାରୁ ଛାତ୍ରୀଙ୍କୁ ପିଟିଲେ ‘ଇନଷ୍ଟା ଆଶିକ୍’

ହାଟଡିହୀ, ୯।୯(ଶୁଭକାନ୍ତ ନାୟକ): ଇନଷ୍ଟାଗ୍ରାମରେ ପ୍ରେମ, ତା’ପରେ ପ୍ରତ୍ୟାଖ୍ୟାନ, ଆଉ ଶେଷରେ ରାସ୍ତା ମଝିରେ ଗୁଣ୍ଡାଗର୍ଦ୍ଦି। ବୁଧବାର ଏଭଳି ଏକ ଲଜ୍ଜାଜନକ ଘଟଣା କେନ୍ଦୁଝର ଜିଲା ହାଟଡିହୀ…

ସ୍ତ୍ରୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ସ୍ବାମୀ, ୩ ବର୍ଷ ଝିଅକୁ ହତ୍ୟା ଉଦ୍ୟମ କରି ନିଜେ…

ବଲାଙ୍ଗୀର,୯ା୯(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ବେଲପଡ଼ା ଅଞ୍ଚଳରେ ଦିନକୁ ଦିନ ଅପରାଧ ବଢ଼ିବାରେ ଲାଗିଛି, ବାରମ୍ବାର ଚୋରି ଡକାୟତ ପରେ ବୁଧବାର ପୁଣି ବେଲପଡ଼ା ଥାନା…

ବରଗଡ଼ରେ ସ୍କ୍ରବ୍ ଟାଇଫସ୍‌ ଆତଙ୍କ! ବୃଦ୍ଧଙ୍କ ଜୀବନ ଗଲା, ବଢ଼ୁଛି ସଂକ୍ରମଣ ଭୟ

ବରଗଡ଼, ୯।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ସ୍କ୍ରବ୍ ଟାଇଫସ୍ ଆକ୍ରାନ୍ତଙ୍କ ସଂଖ୍ୟା କ୍ରମାଗତ ଭାବେ ବୃଦ୍ଧି ପାଉଥିବା ବେଳେ ଏବେ ଏହା ଏକ ଚିନ୍ତାଜନକ ପରିସ୍ଥିତି ସୃଷ୍ଟି…

ଆଦିବାସୀ କଲ୍ୟାଣ ଓ ଅଧିକାର ନେଇ ସମୀକ୍ଷା: ରୋଗୀଙ୍କୁ ଉତ୍ତମ ସ୍ବାସ୍ଥ୍ୟସେବା ଯୋଗାଇବା ନେଇ…

ଖୋର୍ଦ୍ଧା,୯ା୯(ପ୍ରଭାତ ପାଣିଗ୍ରାହୀ): ଅନୁସୂଚିତ ଜନଜାତିଙ୍କ କଲ୍ୟାଣ, ବିକାଶ ଏବଂ ଅଧିକାର ସମ୍ପର୍କିତ ବିଭିନ୍ନ ପ୍ରସଙ୍ଗ ନେଇ ଜାତୀୟ ଅନୁସୂଚିତ ଜନଜାତି କମିଶନ ଅଧ୍ୟକ୍ଷ ଅନ୍ତର ସିଂ ଆର୍ଯ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri