ରାୟଗଡ଼ାରେ ପହଞ୍ଚିଲା କ୍ରାଇମବ୍ରାଞ୍ଚର ୧୨ ଜଣିଆ ଟିମ୍‌,ତଦନ୍ତ ଆରମ୍ଭ

ରାୟଗଡ଼ା ଅଫିସ,୩୦।୧୨: ବିଦାନୋଭ ଏବଂ ପାଭେଲଙ୍କ ମୃତ୍ୟୁ ତଦନ୍ତ ପାଇଁ ରାୟଗଡ଼ାରେ କ୍ରାଇମବ୍ରାଞ୍ଚର ୧୨ ଜଣିଆ ଟିମ୍‌ ଶୁକ୍ରବାର ପହଞ୍ଚିଛନ୍ତି। କ୍ରାଇମବ୍ରାଞ୍ଚ ଡିଏସ୍‌ପି ସରୋଜକାନ୍ତ ମହାନ୍ତଙ୍କ ନେତୃତ୍ୱରେ ଟିମ୍‌ ତଦନ୍ତ କରିବ। ଏପରିକି ୬ ଜଣିଆ ସାଇଣ୍ଟିଫିକ୍‌ ଟିମ୍‌ ମଧ୍ୟ ରହିଥିବା ମଧ୍ୟ ଜଣାପଡ଼ିଛି। ଟିମ୍‌ ଶୁକ୍ରବାର ଭୋରରେ ପହଞ୍ଚିବା ପରେ କ୍ରାଇମବ୍ରାଞ୍ଚ ଅଧିକାରୀ ଓ ଗୁରୁବାର ଅନୁସନ୍ଧାନ ପାଇଁ ଆସିଥିବା ଆଇବି ଟିମ୍‌ ମଧ୍ୟରେ ସାକ୍ଷାତ ହୋଇଥିଲା। ପାଖାପାଖି ହୋଟେଲରେ ରହୁଥିବା ଦୁଇଟି ତଦନ୍ତକାରୀ ସଂସ୍ଥା କର୍ତ୍ତୃପକ୍ଷ ମଧ୍ୟରେ ବିଭିନ୍ନ ତଦନ୍ତ ବିଷୟରେ ଆଲୋଚନା ହୋଇଥିବା ଜଣାପଡ଼ିଛି। ଏହାପରେ କ୍ରାଇମବ୍ରାଞ୍ଚ ଟିମ୍‌ ଜିଲା ପୋଲିସ କାର୍ଯ୍ୟାଳୟଠାରେ ଏସ୍‌ପି, ଏସ୍‌ଡିପିଓଙ୍କ ସମେତ ଅନ୍ୟାନ୍ୟ ବରିଷ୍ଠ ପୋଲିସ ଅଧିକାରୀଙ୍କୁ ଭେଟି ଆଲୋଚନା କରିଥିଲେ। ଏଥିସହିତ ପୋଲିସ ଗେଷ୍ଟ ହାଉସଠାରେ ଆଇଆଇସି ଓ ଅନ୍ୟ ତଦନ୍ତକାରୀ ଅଧିକାରୀ ସହିତ ଘଟଣା ସମ୍ପର୍କରେ ତଥ୍ୟ ସଂଗ୍ରହ କରିଛନ୍ତି। ତେବେ ଘଟଣା ଘଟିଥିବା ହୋଟେଲରେ କ୍ରାଇମବ୍ରାଞ୍ଚ ଟିମ୍‌ କେତେବେଳେ ପହଞ୍ଚିବେ ତାହା ଜଣାପଡ଼ିନାହିଁ। ବର୍ତ୍ତମାନ ଉଭୟ କେନ୍ଦ୍ର ଏବଂ ରାଜ୍ୟ ସରକାରଙ୍କ ପକ୍ଷରୁ ଘଟଣାକୁ ନେଇ ବ୍ୟାପକ ଖୋଳତାଡ କରୁଥିବା ଜଣାପଡିଛି। ଅପରପକ୍ଷେ କ୍ରାଇମବ୍ରାଞ୍ଚ ଟିମ୍‌ ଋଷିଆ ଦମ୍ପତି ଏବଂ ଗାଇଡ ଜିତେନ୍ଦ୍ରଙ୍କୁ କଟକ ଅଫିସରେ ଜେରା ଜାରି ରଖିଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗରେ ବନ୍ଦ ହେଲା ୨୫୨ ମଦ୍ରାସା

କୋଲକାତା,୧୩ା୯: ପଶ୍ଚିମବଙ୍ଗ ସରକାର ରାଜ୍ୟରେ ଚାଲୁଥିବା ଇସ୍‌ଲାମୀୟ ଶିକ୍ଷାନୁଷ୍ଠାନଗୁଡ଼ିକର ସମୀକ୍ଷା କରିବା ପରେ ୨୫୨ ମଦ୍ରାସାକୁ ବନ୍ଦ କରିବା ପାଇଁ ନୋଟିସ ଜାରି କରିଛନ୍ତି। ଯାଞ୍ଚ ପ୍ରକ୍ରିୟାର…

ବ୍ୟବସାୟିକ ଜାହାଜ ଉପରେ ଆକ୍ରମଣ: ଭାରତୀୟ ନାବିକ ନିଖୋଜ

ନୂଆଦିଲ୍ଲୀ,୧୩ା୯: ଓମାନ ଉପକୂଳରେ ବ୍ୟବସାୟିକ ଜାହାଜ ଏମ୍‌ଟି ଏଲ୍‌ ଗାଇଆ ଉପରେ ଆକ୍ରମଣ ହେବାରୁ ଜଣେ ଭାରତୀୟ ନାବିକ ନିଖୋଜ ହୋଇଥିବା ବହିର୍ବ୍ୟାପାର ମନ୍ତ୍ରଣାଳୟ ରବିବାର ସ୍ପଷ୍ଟ…

ଖଟିଆରେ ଗର୍ଭବତୀଙ୍କୁ ବୁହାହେବା ଘଟଣା, ନବଜାତ ଶିଶୁ-ମା’ଙ୍କୁ ଭେଟିଲେ ସିଡିପିଓ

ଗୁଡାରି,୧୩।୯(ପ୍ରମୋଦ କୁମାର ପତି): ଶନିବାର ଦିନ ବ୍ଳକର ଶିରିଗୁଡା ଗ୍ରାମପଂଚାୟତ ଅନ୍ତର୍ଗତ ସାଡାକଣା ଗ୍ରାମର ଗର୍ଭବତୀ ମହିଳାଙ୍କୁ ଖଟିଆରେ ୩ କିଲୋମିଟର ବୋହିବା ପରେ ଆମ୍ବୁଲାନ୍ସ ଯୋଗେ…

ତାତିଲେ ମହିଳା, ଭାଙ୍ଗିଲେ ମଦ ଭାଟି

ମୋହନ,୧୩।୯(ମନ୍ମଥ ମିଶ୍ର): ଗାଁରେ ଚାଲିଥିଲା ମଦ ଭାଟି। ଏନେଇ ଗାଁରେ ଅଶାନ୍ତ ପରିବେଶ ସୃଷ୍ଟି ହେବା ଯୁବପିଢୀ ପଥଭ୍ରଷ୍ଟ ହେଉଥିଲେ। ବାରମ୍ବାର ଅଭିଯୋଗ ପରେ ବି କାହାର…

ସନତ ସଭାପତି, ଉମାକାନ୍ତ ସାଧାରଣ ସମ୍ପାଦକ ନିର୍ବାଚିତ

ବରଗଡ଼,୧୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ହାବିଲଦାର, କନେଷ୍ଟବଲ ଆସୋସିଏଶନ ନିର୍ବାଚନ ଫଳାଫଳ ରବିବାର ଘୋଷଣା ହୋଇଛି। ଏଥିରେ ସଭାପତି ସନତ କୁମାର ହୋତା ସଭାପତି ନିର୍ବାଚିତ ହୋଇଛନ୍ତି।…

ମୋଟାପଣ, ଅଣସଂକ୍ରାମକ ରୋଗ ବଡ଼ ସ୍ବାସ୍ଥ୍ୟ ସମସ୍ୟା; BRICS ନେତା କହିଲେ…

ନୂଆଦିଲ୍ଲୀ, ୧୩ା୯ : ମୋଟାପଣ ଏବଂ ଅଣସଂକ୍ରାମକ ରୋଗ (ଏନ୍‌ସିଡି) ବର୍ତ୍ତମାନ ବିଶ୍ୱବ୍ୟାପୀ ଏକ ବଡ଼ ସ୍ବାସ୍ଥ୍ୟ ସମସ୍ୟାରେ ପରିଣତ ହୋଇଛି । ଏହାକୁ ନେଇ ବ୍ରିକ୍ସ…

ସଚିନଙ୍କ ବିଶାଳ ଟେଷ୍ଟ ରେକର୍ଡ ଭାଙ୍ଗିଲେ ଜୋ ରୁଟ୍‌, ଜାଣନ୍ତୁ…

ଏଜବାଷ୍ଟନ,୧୩ା୯: ଇଂଲଣ୍ଡର ଭେଟେରାନ ବ୍ୟାଟର ଜୋ ରୁଟ୍‌ ତାଙ୍କ କ୍ୟାରିୟରରେ ଏକ ବିରଳ ରେକର୍ଡର ଅଧିକାରୀ ହୋଇଛନ୍ତି। ସେ ୧୪୭ ବର୍ଷର ଟେଷ୍ଟ କ୍ରିକେଟ ଇତିହାସରେ ନିର୍ଦ୍ଦିଷ୍ଟ…

ବାହୁଦା ନଦୀକୁ ଗାଧୋଇବାକୁ ଯାଇ ବୃଦ୍ଧ ନିଖୋଜ ଘଟଣା, ଆଜି ମିଳିଲା….

ଦିଗପହଣ୍ଡି/ଚିକିଟି,୧୩।୯(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଳକ ଲାଲମେଣ୍ଟା ପଞ୍ଚାୟତ କୋଳିପେଣ୍ଠ ଗ୍ରାମରୁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି । ବୃନ୍ଦାବନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?