ରାମନବମୀ ପାଇଁ ମୁତୟନ ହେବେ ୨୬ ପ୍ଲାଟୁନ୍‌ ଫୋର୍ସ: ସ୍ଥିତି ସମୀକ୍ଷା କଲେ କ୍ରାଇମବ୍ରାଞ୍ଚ ଡିଜି

ଭଦ୍ରକ,୧।୪(ସନାତନ ରାଉତ): ଭଦ୍ରକରେ ରାମନବମୀ ଶାନ୍ତିଶୃଙ୍ଖଳାର ସହ ପାଳନ ପାଇଁ କ୍ରାଇମବ୍ରାଞ୍ଚ ଡିଜି ବିନୟତୋଷ ମିଶ୍ର ମଙ୍ଗଳବାର ଅପରାହ୍ନ ୫ଟାରେ ଏସ୍‌ପିଙ୍କ ଅଫିସ୍‌ରେ ସ୍ଥିତି ସମୀକ୍ଷା କରିଛନ୍ତି। ଭଦ୍ରକ ଓ ବାଲେଶ୍ୱର ଜିଲାରେ ରାମନବମୀ ପାଳନରେ ଶାନ୍ତିଶୃଙ୍ଖଳା ନେଇ ସ୍ଥିତି ସମୀକ୍ଷା କରିଥିଲେ। ସମୀକ୍ଷା ପରେ ପୂର୍ବାଞ୍ଚଳ ଡିଆଇଜି ଡ. ସତ୍ୟଜିତ୍‌ ନାୟକ ଆୟୋଜିତ ଖବରଦାତା ସମ୍ମିଳନୀରେ ଶାନ୍ତିଶୃଙ୍ଖଳା ପ୍ରସ୍ତୁତି ନେଇ ସୂଚନା ଦେଇଥିଲେ। ଶ୍ରୀରାମ ନବମୀ ଉପଲକ୍ଷେ ଭଦ୍ରକ ସହରରେ ୨୬ ପ୍ଲାଟୁନ୍‌ ଫୋର୍ସ ମୁତୟନ ରହିବେ। ବିଏସ୍‌ଏଫ୍‌, ସିଆର୍‌ପିଏଫ୍‌, ରାପିଡ୍‌ ଆକ୍ସନ ଫୋର୍ସ ସମେତ ୩ କମ୍ପାନୀ କେନ୍ଦ୍ରୀୟ ସୁରକ୍ଷା ବଳ ମୁତୟନ କରାଯିବ। ସହରର ବିଭିନ୍ନ ରାସ୍ତା ଓ ସାହିବସ୍ତିରେ ଫୋର୍ସ ମୁତୟନ କରାଯିବା ସହ ସିସିଟିଭି ଓ ଡ୍ରୋନ୍‌ କ୍ୟାମେରାର ସହାୟତା ନିଆଯିବ। ୱାରେଣ୍ଟିମାନଙ୍କୁ ଗିରଫ କରାଯିବା ପାଇଁ ପୋଲିସ ପକ୍ଷରୁ ଧରପଗଡ଼ କରାଯିବ। ମୋବାଇଲ ପାଟ୍ରୋଲିଂ କରାଯିବା ସହ ସୋସିଆଲ ମିଡିଆ ଉପରେ ତୀକ୍ଷ୍ଣ ନଜର ରଖାଯିବ ବୋଲି ଡିଆଇଜି ନାୟକ ସୂଚନା ଦେବା ସହ ମଙ୍ଗଳବାର ସୋସିଆଲ ମିଡିଆ ଅପବ୍ୟବହାର ନେଇ ଏକ ମାମଲା ହୋଇଥିବା କହିଛନ୍ତି। ଖବରଦାତା ସମ୍ମିଳନୀରେ ଭଦ୍ରକ ଏସ୍‌ପି ମଡ଼କର ସନ୍ଦୀପ ସମ୍ପଦ, ବାଲେଶ୍ୱର ଏସ୍‌ପି ରାଜକୁମାର ଉପସ୍ଥିତ ଥିଲେ। ସମୀକ୍ଷା ବୈଠକରେ ବାଲେଶ୍ୱର ଓ ଭଦ୍ରକ ଜିଲାର ଉଚ୍ଚପଦସ୍ଥ ପୋଲିସ ଅଧିକାରୀମାନେ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି, ରାସ୍ତାରେ ଭାସିଲା ପରେ ଲୋକେ…

ଭୁବନେଶ୍ୱର,୨୧।୧: ରାଜଧାନୀ ଭୁବନେଶ୍ୱର ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି । ତେବେ ଏହି ଅଘଟଣ ପରେ ରାସ୍ତାରେ ତେଲ ଭାସୁଥିବା ଦେଖିଯାଇଛି ।...

ଗ୍ରୀନଲ୍ୟାଣ୍ଡକୁ ପୁଣି ଧମକ ଦେଲେ ଟ୍ରମ୍ପ, ଯଦି ହଁ କରନ୍ତି….

ନୂଆଦିଲ୍ଲୀ,୨୧।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ୱିଜରଲ୍ୟାଣ୍ଡର ଡାଭୋସରେ ବିଶ୍ୱ ଅର୍ଥନୈତିକ ଫୋରମ୍ (WEF)ର ବାର୍ଷିକ ବୈଠକରେ ଭାଷଣ ଦେଇ ତାଙ୍କ ପ୍ରଥମ ବର୍ଷ କାର୍ଯ୍ୟକାଳର...

ପଞ୍ଚାୟତ ନିର୍ବାଚନ ପାଇଁ ବିଜେଡିର ରଣନୀତି: ବିଧାୟକଙ୍କ ସହ ନବୀନଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର,୨୧।୧: ଓଡ଼ିଶାର ଆଗାମୀ ପଞ୍ଚାୟତ ନିର୍ବାଚନ ପାଇଁ ବିଜୁ ଜନତା ଦଳ ପ୍ରସ୍ତୁତି ଜୋରଦାର କରିଛି। ବୁଧବାର ସନ୍ଧ୍ୟାରେ ବିଜେଡି ସୁପ୍ରିମୋ ତଥା ବିରୋଧୀ ଦଳ...

ଜୀବିତ ସତ୍ତ୍ବେ ମୃତ ଦର୍ଶାଇ ଆଧାର ନିଷ୍କ୍ରିୟ: ମଣ୍ଡିରେ ବିକ୍ରି ହୋଇ ପାରିଲାନି ଧାନ, ଘରକୁ ଫେରାଇ…

ବରଗଡ଼,୨୧।୧(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରିରେ ଚାଷୀଙ୍କ ଦୁଃଖ ତୁଟୁ ନାହିଁ । ବୈଷୟିକ ତୃଟି ମଧ୍ୟ ଧାନବିକ୍ରିରେ ଚାଷୀଙ୍କ ପାଇଁ କାଳ ସାଜିଛି । ବରଗଡ଼ ଜିଲା...

୫୬ ହଜାରରୁ ଅଧିକ ପରୀକ୍ଷାର୍ଥୀ ଦେଲେ OSSTET ପରୀକ୍ଷା

ଭୁବନେଶ୍ୱର,୨୧।୧: ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ‘ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ଯୋଗ୍ୟତା ପରୀକ୍ଷା’ (OSSTET) ବୁଧବାର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟର ମୋଟ ୨୨୭ଟି କେନ୍ଦ୍ରରେ...

ଅନାଥ ସାଜିଲେ ୬ ନିଷ୍ପାପ ଶିଶୁ, ସାହାଯ୍ୟର ହାତ ବଢାଇଲେ ବିଧାୟକ

ଥୁଆମୂଳ ରାମପୁର,୨୧।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଦୁର୍ଗମ କେରପାଇ ଗ୍ରାମପଞ୍ଚାୟତର ମେଲରଫା ଗ୍ରାମରୁ ଏକ ହୃଦୟ ବିଦାରକ ଦୃଶ୍ୟ...

ଛାତ୍ରଙ୍କୁ ମାଡ଼ ମାରି ନିଲମ୍ବିତ ହେଲେ ପ୍ରଧାନଶିକ୍ଷକ, ଜିଲା ନ ଛାଡ଼ିବାକୁ ନିର୍ଦ୍ଦେଶ

ସୁନ୍ଦରଗଡ଼,୨୧।୧(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ବ୍ଲକରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଛାତ୍ରଙ୍କୁ ମାଡ଼ ମାରିବା ଏବଂ କାର୍ଯ୍ୟରେ ଗୁରୁତର ଅବହେଳା ଅଭିଯୋଗରେ...

ପିକଅପ୍ ଧକ୍କାରେ ଚାହା କେବିନ୍ ସହ ୨ ବାଇକ୍ ଚୁରମାର, ଠାକୁର ପୂଜା କରୁଥିବା ବେଳେ…

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଚିକିଟି ମୁଖ୍ୟରାସ୍ତାର ଦେଓଖାଳି ଛକରେ ସଡ଼କ ଦୁର୍ଘଟଣା । ସକାଳ ପ୍ରାୟ ସାଢ଼େ ୬ ଟାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri