କ୍ରାଇମ୍‌ବ୍ରାଞ୍ଚ ହାତରେ ରହସ୍ୟମୟୀଙ୍କ ଫଟୋ

କଟକ ଅଫିସ,୩୦ା୯: ବାଲେଶ୍ୱର ଚାନ୍ଦିପୁରସ୍ଥିତ ପ୍ରତିରକ୍ଷା ଗବେଷଣା ଓ ବିକାଶ ସଙ୍ଗଠନ (ଡିଆର୍‌ଡିଓ)ରୁ ଗୁପ୍ତତଥ୍ୟ ମାମଲାରେ ସନ୍ଦିଗ୍ଧ ମହିଳାଙ୍କ ଫଟୋ କ୍ରାଇମ୍‌ବ୍ରାଞ୍ଚ ହାତରେ ଲାଗିଛି। ରହସ୍ୟମୟୀଙ୍କ ଗୋଟିଏ ଆକାଉଣ୍ଟରେ ପ୍ରୋଫାଇଲ୍‌ ଫଟୋ ସହ ଭିଡିଓ କଲ୍‌ ମ୍ୟାଚ୍‌ କରୁଛି। ବ୍ୟାଙ୍କ ଆକାଉଣ୍ଟ ଛଡ଼ା ଆଉ କେଉଁ ମାଧ୍ୟମରେ ମହିଳା ଜଣକ ଅଭିଯୁକ୍ତଙ୍କୁ ଟଙ୍କା ପଠାଉଥିଲେ ତାହାର ତଦନ୍ତ କରାଯାଉଛି। ଅନ୍ୟ ଦେଶର ସହାୟତା ନେବାକୁ ଚାହିଁଲେ ଇଣ୍ଟରପୋଲର ସହାୟତା ନେବାକୁ ପଡ଼ିଥାଏ। ସେହିପରି ଡାଟା ଯାଞ୍ଚ ହେଲା ପରେ ଅଭିଯୁକ୍ତଙ୍କୁ ପୁଣି ରିମାଣ୍ଡରେ ଅଣାଯାଇପାରେ ବୋଲି କ୍ରାଇମବ୍ରାଞ୍ଚ ଏଡିଜି ସଞ୍ଜୀବ ପଣ୍ଡା ଗଣମାଧ୍ୟମକୁ ବୁଧବାର ସୂଚନା ଦେଇଛନ୍ତି। କ୍ରାଇମ୍‌ବ୍ରାଞ୍ଚର ଏକ ତଦନ୍ତକାରୀ ଟିମ୍‌ ବାଲେଶ୍ୱରରେ ରହି ତଦନ୍ତ ଚଳାଇଛନ୍ତି। ଅଭିଯୁକ୍ତମାନେ ଯେତିକି ସୂଚନା ଦେଇଛନ୍ତି ଓ ଯେତିକି ଟେକ୍‌ନିକାଲ ଡାଟା ଅଛି, ତାହାକୁ ନେଇ ଅଧିକ ତଦନ୍ତ କରାଯିବ। ଦରକାର ପଡ଼ିଲେ ପୁଣି ଥରେ ଅଭିଯୁକ୍ତଙ୍କୁ ରିମାଣ୍ଡରେ ଅଣାଯିବ ବୋଲି ସେ କହିଛନ୍ତି।

ସୂଚନାଯୋଗ୍ୟ, ତଥ୍ୟ ଲିକ୍‌ ମାମଲାରେ ବାଲେଶ୍ୱର ପୋଲିସ ଆଇଟିଆରର ୫ କର୍ମଚାରୀଙ୍କୁ ଗିରଫ କରିଛି। ସେମାନେ ହେଲେ ଠିକା କର୍ମଚାରୀ ଝାମ୍ପୁରା ଗ୍ରାମର ବସନ୍ତ ବେହେରା, ଶ୍ରୀକୋଣା ଗ୍ରାମର ଶେଖ୍‌ ମୁଶାଫିର, ପାଳଶିଆର ତାପସ ରଞ୍ଜନ ନାୟକ, ବୁଆଁଳ ଗାଁର ହେମନ୍ତ କୁମାର ମିସ୍ତ୍ରି ଓ ସ୍ଥାୟୀ କର୍ମଚାରୀ ଡ୍ରାଇଭର ଉତ୍ତରପ୍ରଦେଶର ସଚିନ କୁମାର। ଅଭିଯୁକ୍ତଙ୍କୁ କ୍ରାଇମବ୍ରାଞ୍ଚ ୭ ଦିନିଆ ରିମାଣ୍ଡରେ ଆଣି କଟକ ମୁଖ୍ୟାଳୟରେ ଜେରା କରିବା ପରେ କୋର୍ଟରେ ହାଜର କରିଥିଲା। ସୋସିଆଲ୍‌ ମିଡିଆରେ ୭ଟି ଆକାଉଣ୍ଟ ଖୋଲି ରହସ୍ୟମୟୀ ମହିଳା ଅଭିଯୁକ୍ତଙ୍କୁ ପ୍ରେମ ଜାଲରେ ଫସାଉଥିଲେ। ଏପରିକି ବିବାହ ପ୍ରସ୍ତାବ ମଧ୍ୟ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

କେସିଙ୍ଗା ପଞ୍ଚାୟତ ସମିତି ବୈଠକରେ ଉଠିଲା ଝାଡ଼ାବାନ୍ତି ପ୍ରସଙ୍ଗ, ସରପଞ୍ଚଙ୍କ ଅଭିଯୋଗ ପରେ…

କେସିଙ୍ଗା,୩୧ା୧୨(ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତିର ୧୦ମ ବୈଠକ ବ୍ଲକ ଅଧ୍ୟକ୍ଷ ଚନ୍ଦନ ସେନାପତିଙ୍କ ସଭାପତିତ୍ୱରେ ବୁଧବାର ସମିତି ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି।...

ବିକାଶ ଅପେକ୍ଷାରେ ‘ହେଲୋ ପଏଣ୍ଟ’: ଉଦ୍‌ଯାପିତ ହେଲା ‘ରାଜାରାଣୀ ଝାମୁ ଯାତ୍ରା’; ହଜାର ହଜାର ଭକ୍ତଙ୍କ ସମାଗମ; କାଳିସିଙ୍କ…

ଥୁଆମୂଳ ରାମପୁର, ୩୧।୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ପ୍ରାକୃତିକ ସୌନ୍ଦର୍ଯ୍ୟଭରା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ କୋଷାବରା ସ୍ଥିତ ‘ହେଲୋ ପଏଣ୍ଟ’ଠାରେ ରାଜାରାଣୀ (ମାଳିଚଗା)...

ଯୁଗଳଙ୍କ ଉପରେ ଆସ୍ଥା ପ୍ରକଟ କଲେ ନବୀନ: କଳାହାଣ୍ଡି ଜିଲା ସମ୍ପାଦକ ପାଇଁ ମନୋନୀତ…

ରିଷିଡା,୩୧।୧୨ (ସୁଶାନ୍ତ ମଲ୍ଲିକ ): କଳାହାଣ୍ଡି ଜିଲା ବିଜୁ ଜନତା ଦଳର ସମ୍ପାଦକ ଭାବେ କର୍ଲାମୁଣ୍ଡା ବ୍ଲକର ଯୁବନେତା ତଥା ନାଟ୍ୟ ନିର୍ଦ୍ଦେଶକ ଯୁଗଳ କିଶୋର...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ବିଗିଡିଲା ଭୁବନେଶ୍ୱର ବାୟୁ ଗୁଣବତ୍ତା, ଓଡ଼ିଶାର ୪ ସହରର ସ୍ଥିତି ସଙ୍ଗିନ

ଭୁବନେଶ୍ବର,୩୧ା୧୨: ଓଡ଼ିଶାର ବାୟୁ ପ୍ରଦୂଷଣ ସ୍ତର ଏବେ ଚିନ୍ତାଜନକ ସ୍ଥିତିରେ ପହଞ୍ଚିଛି। କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (CPCB) ପକ୍ଷରୁ ଜାରି ସଦ୍ୟତମ ତଥ୍ୟ ଅନୁଯାୟୀ,...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri