ଗୋପାଳଙ୍କ ଏମ୍‌ସିଏଲ୍‌ କ୍ବାର୍ଟର୍ସରେ କ୍ରାଇମବ୍ରାଞ୍ଚର ତନାଘନା: ଗୁଳିକାଣ୍ଡ ସ୍ଥାନରେ ହେବ ସିନ୍‌ ରିକ୍ରିଏସନ

ଝାରସୁଗୁଡ଼ା ଅଫିସ,୩।୨: ମନ୍ତ୍ରୀ ନବ କିଶୋର ଦାସ ହତ୍ୟା ମାମଲାର ରହସ୍ୟ ଉନ୍ମୋଚନ ନେଇ କ୍ରାଇମବ୍ରାଞ୍ଚ ଲାଗିପଡ଼ିଛି। ଇତିମଧ୍ୟରେ କ୍ରାଇମବ୍ରାଞ୍ଚ ଅଭିଯୁକ୍ତ ଗୋପାଳ ଦାସଙ୍କୁ ୪ ଦିନିଆ ରିମାଣ୍ଡରେ ଆଣି ପଚରାଉଚରା କରୁଛି। ରିମାଣ୍ଡର ଶୁକ୍ରବାର ତୃତୀୟ ଦିନରେ କ୍ରାଇମବ୍ରାଞ୍ଚ ଡିଏସ୍‌ପି ରମେଶ ଚନ୍ଦ୍ର ଦୋରାଙ୍କ ନେତୃତ୍ୱରେ କେତେକ ଅଧିକାରୀ କଡ଼ା ସୁରକ୍ଷା ମଧ୍ୟରେ ଅଭିଯୁକ୍ତ ଗୋପାଳଙ୍କୁ ଧରି ବ୍ରଜରାଜନଗର ବୁଡିଜାମସ୍ଥିତ ଏମ୍‌ସିଏଲ କ୍ବାର୍ଟର୍ସରେ ପହଞ୍ଚି ଖୋଳତାଡ଼ ଆରମ୍ଭ କରିଛନ୍ତି। ଅଧିକାରୀ ମଧ୍ୟାହ୍ନ ୧୨ଟା ୨୦ରେ ପହଞ୍ଚି ବର୍ତ୍ତମାନ ସୁଦ୍ଧା ତଦନ୍ତ ଚଳାଇଛନ୍ତି।

କ୍ରାଇମବ୍ରାଞ୍ଚର ଅନ୍ୟ ଏକ ଟିମ୍‌ ଗାନ୍ଧୀଛକ ସ୍ଥିତ ଗୁଳିକାଣ୍ଡ ସ୍ଥାନରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଏପରି କି ଅଭିଯୁକ୍ତ ଗୋପାଳଙ୍କୁ ଉକ୍ତ ସ୍ଥାନକୁ ନେଇ ସିନ୍‌ ରିକ୍ରିଏସନ୍‌ କରିବ ବୋଲି ଜଣାପଡ଼ିଛି।
ସୂଚନାଯାଗ୍ୟ, ଗୋପାଳଙ୍କ ବୟାନ ଅନୁସାରେ କ୍ରାଇମବ୍ରାଞ୍ଚ ଟିମ୍‌ ବୁଧବାର ବିଳମ୍ବିତ ରାତିରେ ଝାରସୁଗୁଡ଼ା ବିମାନବନ୍ଦର ଥାନାରେ ପହଞ୍ଚିଥିଲା। ପରେ କ୍ରାଇମବ୍ରାଞ୍ଚ ଅଧିକାରୀଙ୍କ ନିର୍ଦ୍ଦେଶ ଅନୁସାରେ ପାଇଖାନା ଟାଙ୍କିରେ ଗୋପାଳ ପକାଇଥିବା କାଗଜ ଦସ୍ତାବିଜକୁ ଉଦ୍ଧାର କରିବା ନେଇ ପ୍ରକ୍ରିୟା ଆରମ୍ଭ ହୋଇଥିଲା। ଗୁରୁବାର ଅଧିକାରୀଙ୍କୁ ପାଇଖାନା ଟାଙ୍କିରେ କିଛି କାଗଜ ଟୁକୁଡ଼ା ମିଳିଛି। ଏକ ଲାଲ୍‌ କାଗଜରେ ଉଭୟ ଇଂଲିଶ ଏବଂ ଓଡ଼ିଆରେ କିଛି ଲେଖାଥିବା ସୂଚନା ମିଳିଛି, ଯାହାକୁ କ୍ରାଇମବ୍ରାଞ୍ଚ ହ୍ୟାଣ୍ଡରାଇଟିଂ ଏକ୍ସପର୍ଟ ମାଧ୍ୟମରେ ଗୋପାଳଙ୍କ ହାତଲେଖା କି ନୁହେଁ, ତାହା ଜାଣିବାକୁ ଚେଷ୍ଟା କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ନିମାପଡ଼ା ଆସନରେ ମାଷ୍ଟରଷ୍ଟ୍ରୋକ୍‌ ଖେଳିପାରେ କଂଗ୍ରେସ

ନିମାପଡ଼ା,୧୯ା୪(ରଞ୍ଜନ ପଟ୍ଟନାୟକ): ନିମାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭାଜପା ଏବଂ ବିଜେଡି ପ୍ରାର୍ଥୀ ଘୋଷଣା କରିସାରିଥିବା କଂଗ୍ରେସ ପଡ଼ିଛି ପଛରେ। ୨୦୧୯ ନିର୍ବାଚନରେ ଦିଲ୍ଲୀପ ନାୟକକଂଗ୍ରେସରୁ...

ଆଇଏଏସ୍‌ ପରୀକ୍ଷାରେ କେମିତି ପାଇବେ ସଫଳତା? ଆଇପିଏସ ପ୍ରତୀକ ସିଂ ଦେଲେ ଟିପ୍ସ

ଭୁବନେଶ୍ୱର,୧୯।୪: ସିଭିଲ ସର୍ଭିସ ପରୀକ୍ଷା ପାଇଁ ପ୍ରସ୍ତତ ହେଉଛନ୍ତି କି ? ପାଠପଢାରେ ବ୍ୟସ୍ତ ରହି ନିଦ ହେଉନି କି ? ଯଦି ଏଭଳି କରୁଛନ୍ତି...

ଏଥର ରୋଚକ ହେବ ରାଜନୀତି,ସବୁଦଳର ଫୋକସରେ ଯୁବପ୍ରାର୍ଥୀ

ଭୁବନେଶ୍ୱର,୧୯।୪: ନିର୍ବାଚନ ଯେତିକି ପାଖେଇ ଆସୁଛି ସେତିକି ରାଜନୀତି ସରଗରମ ହେଉଛି। ତେବେ ଏହି ଭିତରେ ପ୍ରାର୍ଥୀ ଚୟନରେ ଯୁବପ୍ରାର୍ଥୀଙ୍କୁ ଅଗ୍ରାଧିକାର ଦେଉଛନ୍ତି ରାଜନୈତିକ ଦଳ।...

ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଅ: ହାଇକୋର୍ଟ

କଟକ,୧୯ା୪ (କାର୍ତ୍ତିକ ସାହୁ) ଜଣେ ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଇବାକୁ ହାଇକୋର୍ଟ ସିବିଆଇକୁ ଆଦେଶ ଦେଇଛନ୍ତି। ଏଥିସହ ସମ୍ପୃକ୍ତ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଇବା ବିରୋଧରେ ସିବିଆଇ...

କୋରାପୁଟରେ ଶକ୍ତି ପ୍ରଦର୍ଶନ କଲେ ମାମୁଁ ଭଣଜା

କୋରାପୁଟ,୧୯।୪(ଅମିତାଭ ବେହେରା) କୋରାପୁଟ ସଂସଦୀୟ କ୍ଷେତ୍ରରେ ଆସନ୍ତା ମେ ୧୩ରେ ପ୍ରଥମ ପର୍ଯ୍ୟାୟ ମତଦାନ ହେବ। ଗତକାଲି ଅର୍ଥାତ ୧୮ରୁ ପାର୍ଥୀପତ୍ର ଦାଖଲ ଆରମ୍ଭ ହୋଇଥିବାବେକେ...

ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ

ସମ୍ବଲପୁର,୧୯ା୪(ପ୍ରମୋଦ ବହିଦାର): ରେଳବାଇ ସୁରକ୍ଷା ଜନିତ ରକ୍ଷଣାବେକ୍ଷଣ କାର୍ଯ୍ୟ ପାଇଁ ସମ୍ବଲପୁର ରେଳମଣ୍ଡଳ ଅଧୀନସ୍ଥ କେତେକ ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ କରାଯାଇଥିବା ନେଇ ସମ୍ବଲପୁର ରେଳ...

ତାପମାତ୍ରାରେ ଭୁବନେଶ୍ୱକୁ ଟପିଲା କଟକ

ଭୁବନେଶ୍ୱର,୧୯।୪: ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ତାତି। ସକାଳ ୮ଟା ପରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ରାଜ୍ୟରେ ଏ ବର୍ଷ ପ୍ରଥମ ଥର ପାଇଁ...

ମହାନଦୀରେ ଡଙ୍ଗାବୁଡି ଘଟଣା: ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୯।୪: ମହାନଦୀରେ ଡଙ୍ଗା ବୁଡିବା ଘଟଣାରେ ମୃତକଙ୍କ ପରିବାରକୁ ଅନୁକମ୍ପା ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପରିବାରକୁ ୪ ଲକ୍ଷ ଲେଖାଏଁ ଅନୁକମ୍ପା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri