ଗୋପାଳଙ୍କ ଏମ୍‌ସିଏଲ୍‌ କ୍ବାର୍ଟର୍ସରେ କ୍ରାଇମବ୍ରାଞ୍ଚର ତନାଘନା: ଗୁଳିକାଣ୍ଡ ସ୍ଥାନରେ ହେବ ସିନ୍‌ ରିକ୍ରିଏସନ

ଝାରସୁଗୁଡ଼ା ଅଫିସ,୩।୨: ମନ୍ତ୍ରୀ ନବ କିଶୋର ଦାସ ହତ୍ୟା ମାମଲାର ରହସ୍ୟ ଉନ୍ମୋଚନ ନେଇ କ୍ରାଇମବ୍ରାଞ୍ଚ ଲାଗିପଡ଼ିଛି। ଇତିମଧ୍ୟରେ କ୍ରାଇମବ୍ରାଞ୍ଚ ଅଭିଯୁକ୍ତ ଗୋପାଳ ଦାସଙ୍କୁ ୪ ଦିନିଆ ରିମାଣ୍ଡରେ ଆଣି ପଚରାଉଚରା କରୁଛି। ରିମାଣ୍ଡର ଶୁକ୍ରବାର ତୃତୀୟ ଦିନରେ କ୍ରାଇମବ୍ରାଞ୍ଚ ଡିଏସ୍‌ପି ରମେଶ ଚନ୍ଦ୍ର ଦୋରାଙ୍କ ନେତୃତ୍ୱରେ କେତେକ ଅଧିକାରୀ କଡ଼ା ସୁରକ୍ଷା ମଧ୍ୟରେ ଅଭିଯୁକ୍ତ ଗୋପାଳଙ୍କୁ ଧରି ବ୍ରଜରାଜନଗର ବୁଡିଜାମସ୍ଥିତ ଏମ୍‌ସିଏଲ କ୍ବାର୍ଟର୍ସରେ ପହଞ୍ଚି ଖୋଳତାଡ଼ ଆରମ୍ଭ କରିଛନ୍ତି। ଅଧିକାରୀ ମଧ୍ୟାହ୍ନ ୧୨ଟା ୨୦ରେ ପହଞ୍ଚି ବର୍ତ୍ତମାନ ସୁଦ୍ଧା ତଦନ୍ତ ଚଳାଇଛନ୍ତି।

କ୍ରାଇମବ୍ରାଞ୍ଚର ଅନ୍ୟ ଏକ ଟିମ୍‌ ଗାନ୍ଧୀଛକ ସ୍ଥିତ ଗୁଳିକାଣ୍ଡ ସ୍ଥାନରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଏପରି କି ଅଭିଯୁକ୍ତ ଗୋପାଳଙ୍କୁ ଉକ୍ତ ସ୍ଥାନକୁ ନେଇ ସିନ୍‌ ରିକ୍ରିଏସନ୍‌ କରିବ ବୋଲି ଜଣାପଡ଼ିଛି।
ସୂଚନାଯାଗ୍ୟ, ଗୋପାଳଙ୍କ ବୟାନ ଅନୁସାରେ କ୍ରାଇମବ୍ରାଞ୍ଚ ଟିମ୍‌ ବୁଧବାର ବିଳମ୍ବିତ ରାତିରେ ଝାରସୁଗୁଡ଼ା ବିମାନବନ୍ଦର ଥାନାରେ ପହଞ୍ଚିଥିଲା। ପରେ କ୍ରାଇମବ୍ରାଞ୍ଚ ଅଧିକାରୀଙ୍କ ନିର୍ଦ୍ଦେଶ ଅନୁସାରେ ପାଇଖାନା ଟାଙ୍କିରେ ଗୋପାଳ ପକାଇଥିବା କାଗଜ ଦସ୍ତାବିଜକୁ ଉଦ୍ଧାର କରିବା ନେଇ ପ୍ରକ୍ରିୟା ଆରମ୍ଭ ହୋଇଥିଲା। ଗୁରୁବାର ଅଧିକାରୀଙ୍କୁ ପାଇଖାନା ଟାଙ୍କିରେ କିଛି କାଗଜ ଟୁକୁଡ଼ା ମିଳିଛି। ଏକ ଲାଲ୍‌ କାଗଜରେ ଉଭୟ ଇଂଲିଶ ଏବଂ ଓଡ଼ିଆରେ କିଛି ଲେଖାଥିବା ସୂଚନା ମିଳିଛି, ଯାହାକୁ କ୍ରାଇମବ୍ରାଞ୍ଚ ହ୍ୟାଣ୍ଡରାଇଟିଂ ଏକ୍ସପର୍ଟ ମାଧ୍ୟମରେ ଗୋପାଳଙ୍କ ହାତଲେଖା କି ନୁହେଁ, ତାହା ଜାଣିବାକୁ ଚେଷ୍ଟା କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା ମାଟିରେ ଇତିହାସ ରଚିଲା DRDO: LRGRର ସଫଳ ପରୀକ୍ଷଣ, ୬୦ କିମି ଦୂର ଲକ୍ଷ୍ୟକୁ…

ନୂଆଦିଲ୍ଲୀ/ବାଲେଶ୍ୱର, ୮।୭: ଭାରତ ସ୍ୱଦେଶୀ ପ୍ରତିରକ୍ଷା ଜ୍ଞାନକୌଶଳ କ୍ଷେତ୍ରରେ ଆଉ ଏକ ବଡ଼ ସଫଳତା ହାସଲ କରିଛି। ପ୍ରତିରକ୍ଷା ଅନୁସନ୍ଧାନ ଏବଂ ବିକାଶ ସଂଗଠନ (DRDO) ବୁଧବାର…

ବରଗଡ଼ ଗସ୍ତରେ କମିଶନର ରାମଚନ୍ଦ୍ର ଯାଦବ: କୁରୁଆଁ ବିହନ ପ୍ରକ୍ରିୟାକରଣ ପ୍ଲାଣ୍ଟ କଲେ ପରିଦର୍ଶନ

ବରଗଡ଼,୮।୭(ପ୍ରେମାନନ୍ଦ ଖମାରୀ)- ଓଡ଼ିଶା କୃଷି ଓ କୃଷକ ସଶକ୍ତିକରଣ ବିଭାଗର କମିଶନର ତଥା ସଚିବ ସଚିନ ରାମଚନ୍ଦ୍ର ଯାଦବ ବୁଧବାର ବରଗଡ଼ ଜିଲା ଗସ୍ତରେ ଆସିଥିଲେ ।…

ବରଗଡ଼ର ଗୌରବ: ଆନ୍ତର୍ଜାତୀୟ ଚେସ୍ ‘ଫିଡେ ରେଟିଂ’ ହାସଲ କଲେ ରୋନକ୍ କୁମାର

ବରଗଡ,୮।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ପାଇଁ ଗର୍ବ ଓ ଗୌରବ ଆଣିଦେଇଛନ୍ତି ଜଣେ କୁନି ଚେସ୍ ଖେଳାଳି। ବରଗଡ଼ ଚେସ୍ ଆସୋସିଏସନ ତରଫରୁ ପରିଚାଳିତ ପ୍ରଶିକ୍ଷଣ କେନ୍ଦ୍ର…

ଭଞ୍ଜନଗର ଏଏସପିଙ୍କ ମହାନତା: ରାସ୍ତା କଡ଼ରେ ପଡ଼ିଥିବା ଆହତ ଯୁବକଙ୍କୁ ଉଦ୍ଧାର କରି ଚିକିତ୍ସା କରାଇଲେ

ଭଞ୍ଜନଗର,୮।୭(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଅତିରିକ୍ତ ଏସପି ରଞ୍ଜନ କୁମାର ଦେ ଜଣେ ଆହତ ଯୁବକଙ୍କୁ ଉଦ୍ଧାର କରି ଚିକିତ୍ସା ବ୍ୟବସ୍ଥା କରାଇଛନ୍ତି। ଏଏସପିଙ୍କ ଏହିଭଳି…

ସିଙ୍ଗଡ଼ା କିଣିବା ପାଇଁ ଟ୍ରେନ୍‌ ଅଟକାଇଲେ ଲୋକୋ ପାଇଲଟ୍‌, ଭାଇରାଲ ହେଉଛି ଭିଡିଓ

ଇନ୍ଦୋର,୮ା୭: ମଧ୍ୟପ୍ରଦେଶର ଇନ୍ଦୋରରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ଲୋକୋ ପାଇଲଟ୍‌ ଟ୍ରେନ୍‌ ଅଟକାଇ ରାସ୍ତାପାର୍ଶ୍ୱ ଦୋକାନରୁ ସିଙ୍ଗଡ଼ା କିଣୁଥିବାର ଭିଡିଓ ସୋସିଆଲ…

ପାଠ ପଢ଼ିବା ପାଇଁ ଜିଦ୍: ପରିବାରଲୋକେ ବିବାହ ପାଇଁ ବାଧ୍ୟ କରିବାରୁ ଘର ଛାଡ଼ିଥିଲେ ଯୁକ୍ତ ଦୁଇ ଛାତ୍ରୀ, ୨ ବର୍ଷ ପରେ…

 ଦିଗପହଣ୍ଡି,୮।୭( ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଞ୍ଚଳରୁ ଦୀର୍ଘ ୨ ବର୍ଷ ହେଲା ନିଖୋଜ ଥିବା ଜଣେ ୨୨ ବର୍ଷୀୟା ଛାତ୍ରୀଙ୍କୁ ପାଟପୁର…

ଅନ୍ୟମାନଙ୍କ ପାଇଁ ଦୃଷ୍ଟାନ୍ତ: ମାଁ ଶ୍ୟାମାକାଳୀ ମନ୍ଦିରରେ ବିବାହ ବନ୍ଧନରେ ବାନ୍ଧିହେଲେ ୨ ଦିବ୍ୟାଙ୍ଗ ଯୋଡ଼ି

ବରଗଡ଼,୮।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହରରେ ଅବସ୍ଥିତ ମାଁ ଶ୍ୟାମାକାଳୀ ମନ୍ଦିର ସର୍ବେଶ୍ୱର କଲ୍ୟାଣ ମଣ୍ଡପରେ ବୁଧବାର ଆଦର୍ଶ ବିବାହ ହୋଇଥିଲା। ପାୱାର ଅଫ୍‌ ଦିବ୍ୟାଙ୍ଗ ଅନୁଷ୍ଠାନ ତତ୍ତ୍ୱାବଧାନରେ…

ହାବସପୁରରେ ଭାଜପାର ମିଶ୍ରଣ ପର୍ବ, ଏମପିଙ୍କ ନିର୍ଦ୍ଦେଶରେ ସାମିଲ ହେଲେ….

ଜୁନାଗଡ଼,୮।୭(ଅଂଶୁମାନ ଯୋଶୀ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଳକ ହାବସପୁର ଠାରେ ବୁଧବାର ଭାଜପାର ମିଶ୍ରଣ ପର୍ବ ଓ ଆମ୍ବୁଲାନ୍ସ ସେବା ଲୋକାର୍ପିତ ହୋଇ ଯାଇଛି । ସ୍ଥାନୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri