ଖିଅପାଉନି କ୍ରାଇମ୍‌ବ୍ରାଞ୍ଚ

ପୁରୀ ଅଫିସ,୨୦ା୧୨: ରାଜ୍ୟ ଯୋଜନା ବୋର୍ଡ ଉପାଧ୍ୟକ୍ଷ ସଞ୍ଜୟ ଦାସବର୍ମାଙ୍କ ବ୍ୟକ୍ତିଗତ ସହାୟକ (ପିଏ) ଚିତ୍ତରଞ୍ଜନ ପଲେଇ ହତ୍ୟା ମାମଲାର କ୍ରାଇମବ୍ରାଞ୍ଚ ତଦନ୍ତକୁ ୫ଦିନ ପୂରିଲାଣି। ମାତ୍ର ଏପର୍ଯ୍ୟନ୍ତ ଘଟଣା ଉପରୁ ପରଦା ହଟିପାରିନାହିଁ। ବାସ୍ତବରେ ଏହା ହତ୍ୟା ନା ଦୁର୍ଘଟଣା ତାହାକୁ ନେଇ କଳ୍ପନାଜଳ୍ପନା ଲାଗିରହିଛି। ଶନିବାର କ୍ରାଇମବ୍ରାଞ୍ଚ ଏଡିଜି ସଞ୍ଜୀବ ପଣ୍ଡା ଘଟଣାସ୍ଥଳ ଅନୁଧ୍ୟାନ କରି ଅଭିଯୁକ୍ତମାନଙ୍କ ଲାଏ ଡିଟେକ୍ସନ୍‌ ଟେଷ୍ଟ କରାଯିବା ନେଇ ସୂଚନା ଦେଇଥିଲେ। ଏହାପରେ ଚିତ୍ତରଞ୍ଜନଙ୍କ ମୁଖ୍ୟ ସହଯୋଗୀ ଜଗନ୍ନାଥ ଷଡ଼ଙ୍ଗୀଙ୍କୁ ଭୁବନେଶ୍ୱର ନିଆଯାଇ ଲାଏ ଡିଟେକ୍ସନ୍‌ ଟେଷ୍ଟ କରାଯାଇଥିବା ଜଣାପଡ଼ିଛି। ସେହିଭଳି ବ୍ୟବଚ୍ଛେଦ ରିପୋର୍ଟ ଆସି ପହଞ୍ଚିିଛି। ମାତ୍ର ଏ ନେଇ କ୍ରାଇମବ୍ରାଞ୍ଚ ପକ୍ଷରୁ ବିଧିବଦ୍ଧ ଭାବେ କୌଣସି ସୂଚନା ଦିଆଯାଇନାହିଁ। ଇତିମଧ୍ୟରେ ଫରେନ୍ସିକ୍‌ ଟିମ୍‌ ସହ କ୍ରାଇମବ୍ରାଞ୍ଚ ଟିମ୍‌ ଦୁଇ ଥର ଗଡ଼ମୃଗଶିରା ନୂଆଗାଁସ୍ଥିତ ଘଟଣାସ୍ଥଳ ଅନୁଧ୍ୟାନ କରିସାରିଲାଣି। ମାତ୍ର ଏପର୍ଯ୍ୟନ୍ତ ଏକ ନିଷ୍କର୍ଷରେ ପହଞ୍ଚି ପାରୁନାହିଁ। ମୋଟିଭ୍‌ ଅଫ୍‌ କ୍ରାଇମ (ହତ୍ୟାର ଉଦ୍ଦେଶ୍ୟ) ଜାଣିବାରେ ପ୍ରଥମେ ପୋଲିସ ବିଫଳ ହୋଇଥିବା ବେଳେ ଏବେ କ୍ରାଇମବ୍ରାଞ୍ଚ ସମାନ ସମସ୍ୟାର ସମ୍ମୁଖୀନ ହେଉଥିବା କୁହାଯାଉଛି। ବ୍ୟବଚ୍ଛେଦ ରିପୋର୍ଟ ଓ ଅଟକ ବ୍ୟକ୍ତିଙ୍କ ବୟାନକୁ ନେଇ କ୍ରାଇମବ୍ରାଞ୍ଚ ସାମଞ୍ଜସ୍ୟ ଖୋଜୁଛି। ଦାସବର୍ମାଙ୍କ ପିଏସ୍‌ଓ ସର୍ବେଶ୍ୱର ଜେନାଙ୍କୁ ଅଟକ ରଖି ଜେରା ଜାରି ରଖିଛି। ମାତ୍ର ତାଙ୍କ ବିରୋଧରେ ଠୋସ୍‌ ପ୍ରମାଣ ଯୋଗାଡ଼ କରିପାରିନାହିଁ। ଅନ୍ୟପକ୍ଷରେ ଚିତ୍ତରଞ୍ଜନଙ୍କ ପରିବାରବର୍ଗ କ୍ରାଇମବ୍ରାଞ୍ଚ ଉପରେ ଆସ୍ଥା ରଖିଥିବା କହିଛନ୍ତି। ଏହି ହତ୍ୟାକାଣ୍ଡରେ ଜନୈକା ମହିଳା ଓ ଯୁବତୀଙ୍କୁ ନେଇ ଗତ ଦୁଇଦିନ ହେଲା ଚର୍ଚ୍ଚା ଜୋର ଧରିଥିଲା। ସମ୍ପୃକ୍ତ ଯୁବତୀ ଓ ମହିଳାଙ୍କୁ ଲାଏ ଡିଟେକ୍ସନ୍‌ ଟେଷ୍ଟରେ ସାମିଲ କରାଯିବ ବୋଲି ଅନୁମାନ କରାଯାଉଥିଲା। ମାତ୍ର ଏପର୍ଯ୍ୟନ୍ତ କ୍ରାଇମବ୍ରାଞ୍ଚ ସେଭଳି କିଛି କରିନାହିଁ। ଫଳରେ ତଦନ୍ତର ଦିଗକୁ ନେଇ ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠୁ ବଦଳିଲା ଏହିସବୁ ନିୟମ: ବ୍ୟାଙ୍କ, LPG, UPI, ଟ୍ରେନ ଯାତ୍ରାରେ ପଡ଼ିବ ପ୍ରଭାବ

ନୂଆଦିଲ୍ଲୀ,୧।୧୦:ଅକ୍ଟୋବର ମାସ ଆରମ୍ଭ ସହ ଦେଶରେ ବ୍ୟାଙ୍କିଂ, LPG, UPI, NPS, ଇନକମ ଟ୍ୟାକ୍ସ ଏବଂ ରେଳଯାତ୍ରା ସହ ଜଡ଼ିତ କିଛି ନିୟମରେ ପରିବର୍ତ୍ତନ ହୋଇଛି। ଏଥିରୁ…

ଗିଲ୍‌ଙ୍କୁ ମିଳିଲା ଏତିକି ଟଙ୍କାର ପୁରସ୍କାର: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଗୁଆହାଟୀ,୧।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ ଧମାକାଦାର ଦ୍ୱିଶତକ ହାସଲ କରି ଦଳକୁ ଐତିହାସିକ ବିଜୟ ଦେବାରେ ବଡ଼ ଭୂମିକା ନେଇଛନ୍ତି।…

ଐତିହାସିକ ରେକର୍ଡ ହାସଲ କଲେ ହିଟ୍‌ମ୍ୟାନ୍‌: ଏମିତି ମାଇଲଷ୍ଟୋନ କରିବାରେ ବିଶ୍ୱର…

ଗୁଆହାଟୀ,୧।୧୦: ଭାରତୀୟ କ୍ରିକେଟ୍‌ର ଷ୍ଟାର୍‌ ବ୍ୟାଟର୍‌ ରୋହିତ ଶର୍ମା ଦିନିକିଆ ଅନ୍ତର୍ଜାତୀୟ କ୍ରିକେଟ୍‌ରେ ଆଉ ଏକ ବଡ଼ ମାଇଲଷ୍ଟୋନ ହାସଲ କରିଛନ୍ତି। ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ…

ରାଜସ୍ବ ମନ୍ତ୍ରୀଙ୍କ ବଡ଼ ଘୋଷଣା: ଦଶହରା ପୂର୍ବରୁ ମିଳିବ…

ଭୁବନେଶ୍ୱର,୧।୧୦(ସୁନିତ୍‌ ମିଶ୍ର):ରାଜୀବ ଭବନଠାରେ ବୁଧବାର ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଗଜପତି,…

ଘୂର୍ଣ୍ଣିବଳୟ ସକ୍ରିୟ: ଘଡ଼ଘଡି ସହ ବର୍ଷା ସମ୍ଭାବନା, ୟେଲୋ ୱାର୍ନିଂ

ଭୁବନେଶ୍ୱର,୧।୧୦(ସୌମ୍ୟରଞ୍ଜନ ରାଉତ):ଉତ୍ତର ମ୍ୟାନ୍‌ମାର, ବାଂଲାଦେଶ ଓ ବଙ୍ଗୋପସାଗର ଉପରେ ରହିଥିବା ସୁସ୍ପଷ୍ଟ ଲଘୁଚାପ କ୍ଷେତ୍ର ମିଜୋରାମ, ତ୍ରିପୁରା ଓ ଦକ୍ଷିଣ-ପୂର୍ବ ବାଂଲାଦେଶ ଆଡ଼କୁ ଗତି କରିବା ସହ…

ମଇଁଷି ଚରାଇବାକୁ ଯାଇ ଆଉ ଫେରିଲେନି: କେନାଲରୁ ନିଖୋଜ ବୃଦ୍ଧଙ୍କ ମୃତଦେହ ଉଦ୍ଧାର, ଗାଁରେ ଶୋକର ଛାୟା

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପ୍ରଥମ ଢେପାଗୁଡ଼ା ଗ୍ରାମର ରଘୁ ମଲ୍ଲିକ (୬୩) ନାମକ ଜଣେ ବୃଦ୍ଧଙ୍କ ମୃତଦେହ କେନାଲ ପାଣିରୁ…

ଫ୍ଲାଇଦୁବାଇ ବିମାନରେ ଆକ୍ରମଣ: ନିଜେ ଆହାତ ହୋଇ ମଧ୍ୟ ବଞ୍ଚାଇଲେ ୧୮୦ ଯାତ୍ରୀଙ୍କ ଜୀବନ, କିଏ ଏହି ପାଇଲଟ୍?

ନୂଆଦିଲ୍ଲୀ,୩୦ା୯: ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇର FZ1073 ବିମାନରେ ବୁଧବାର ଘଟିଥିବା ଘଟଣାକୁ ନେଇ ଭାରତୀୟ ପାଇଲଟ୍ ସ୍ମିତ ମଚ୍ଛରଙ୍କ ନାଁ ଚର୍ଚ୍ଚାରେ ରହିଛି। ରିପୋର୍ଟ…

ଦିଗପହଣ୍ଡି ଗଞ୍ଜେଇ ଚୋରା ଚାଲାଣ ଘଟଣା: ଗିରଫ ହେଲେ ଅଭିଯୁକ୍ତ ୨ ଭାଇ, କାରବାର ପଛର ଗୁମର ଖୋଲିଲା…

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ପୋଲିସ ଗଞ୍ଜେଇ ଚୋରା ଚାଲାଣ ମାମଲାରେ ଏକ ବଡ଼ ସଫଳତା ହାସଲ କରିଛି। ଗଞ୍ଜେଇ କାରବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?