ଏସ୍‌ଆଇ ନିଯୁକ୍ତି ଜାଲିଆତି: ମାଷ୍ଟରମାଇଣ୍ଡ ମୁନାଙ୍କ ଘରେ କ୍ରାଇମ୍‌ବ୍ରାଞ୍ଚ ଚଢ଼ାଉ

ବାଙ୍କୀ/କଳାପଥର,୧୯।୧୦(ଶୁଭେନ୍ଦୁ ମହାପାତ୍ର/ଗଙ୍ଗାଧର ସାହୁ): ବହୁଚର୍ଚ୍ଚିତ ଏସ୍‌ଆଇ ନିଯୁକ୍ତି ମାମଲାର ଅନ୍ୟତମ ଅଭିଯୁକ୍ତ ତଥା ମାଷ୍ଟରମାଇଣ୍ଡ ମୁନା ମହାନ୍ତିଙ୍କ କାରନାମା ଧୀରେ ଧୀରେ ପଦାକୁ ଆସିବାରେ ଲାଗିଛି। କଟକ ଜିଲା ବାଙ୍କୀ ବ୍ଲକ ଅନ୍ତର୍ଗତ କଳାପଥର ତଳସାହିସ୍ଥିତ ତାଙ୍କ ଘରେ କ୍ରାଇମ୍‌ବ୍ରାଞ୍ଚ ଚଢ଼ାଉ କରି ବହୁ କାଗଜାଦି ଜବତ କରିଛି। ରାଜଧାନୀ ଭୁବନେଶ୍ୱରର ନଅ ତାଲା ନିକଟରେ ଏକଦା ଚା’ ବିକ୍ରି କରୁଥିବା ମୁନା ପରବର୍ତ୍ତୀ ସମୟରେ ଜମି ଦଲାଲି କରିବା ସହ ବାଲିଘାଟ କାରବାରରେ ସାମିଲ ହୋଇ ଅନେକ କୋଟି ଟଙ୍କା ସମ୍ପତ୍ତିର ମାଲିକ ହୋଇପାରିଛନ୍ତି। ସେନେଇ କ୍ରାଇମ୍‌ବ୍ରାଞ୍ଚ ଖୋଳତାଡ଼ କରୁଛି।
ବିଭାଗର ଏକ ୩ ଜଣିଆ ସ୍ବତନ୍ତ୍ର ପ୍ରତିନିଧି ଦଳ ମୁନାଙ୍କ ବାଙ୍କୀ ଉପଖଣ୍ଡ କଳାପଥର ଅନ୍ତର୍ଗତ ତଳସାହିସ୍ଥିତ ବାସଭବନରେ ଅପରାହ୍ନ ସମୟରେ ଚଢ଼ାଉ କରିଛି। ଚଢ଼ାଉ ସମୟରେ ମୁନାଙ୍କ ଘରେ କେବଳ ତାଙ୍କ ମା’ ଥିଲେ। ଟିମ୍‌ ମୁନା ମା’ ଙ୍କ ଅନୁମତି ନେଇ ତାଙ୍କ ଘରେ ଯାଞ୍ଚ କରିଥିଲା। ସେଠାରେ ୨ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ଧରି ଅନୁସନ୍ଧାନ କରିବା ପରେ କିଛି ଜରୁରୀ କାଗଜପତ୍ର ନେଇ କ୍ରାଇମବ୍ରାଞ୍ଚ ଅଧିକାରୀମାନେ ଚାଲିଯାଇଛନ୍ତି। ବୈଦେଶ୍ୱର ଥାନା ଅଧିକାରୀ ସଞ୍ଜୟ କୁମାର ଜେନାଙ୍କ ନିର୍ଦ୍ଦେଶ ଅନୁସାରେ ଏହି ଚଢ଼ାଉରେ ଜଣେ ଏସ୍‌ଆଇ ଓ ମହିଳା କନ୍‌ଷ୍ଟେବଲ ସାମିଲ ହୋଇଥିଲେ। ତଦନ୍ତରେ ବ୍ୟାଘାତ କାରଣରୁ ବିସ୍ତୃତ ପ୍ରତିକ୍ରିୟା ଦେବାକୁ କ୍ରାଇମ୍‌ବ୍ରାଞ୍ଚ ଅଧିକାରୀ ମନା କରିଦେଇଛନ୍ତି।
ଭୁବନେଶ୍ୱରରେ ଚା’ ବିକ୍ରି କରୁଥିବା ଥିବା ମୁନା କିଭଳି ବହୁ କୋଟି ଟଙ୍କାର ମାଲିକ ହେବା ସହ ଆଲିସାନ ଗୃହ ନିର୍ମାଣ କଲେ ଏବଂ ଦାମୀ ଗାଡି ବ୍ୟବହାର କରି ରାଜକୀୟ ଜୀବନ ବିତାଉଥିଲେ ସେନେଇ ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି କରିଛି। ପୋଲିସ ଏସ୍‌ଆଇ ପ୍ରଶ୍ନପତ୍ର ଜାଲିଆତି ପଛରେ କୌଣସି ବଡ଼ ରାଜନେତା ଅବା ଅଧିକାରୀଙ୍କ ସମ୍ପୃକ୍ତ ରହିଛି ତାହା ତଦନ୍ତ ପରେ ଜଣାପଡ଼ିବ। ଏହି କାଣ୍ଡରେ ସମ୍ପୃକ୍ତି ଅଭିଯୁକ୍ତମାନଙ୍କୁ ଚିହ୍ନଟ କରି ସରକାର ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଜନ ସାଧାରଣ ଦାବି କରିଛନ୍ତି। ପ୍ରକାଶ ଯେ, ମୁନା ଏବଂ ତାଙ୍କ ୩ ସହଯୋଗୀଙ୍କୁ ଗୁରୁବାର ରାତିରେ କ୍ରାଇମ୍‌ବ୍ରାଞ୍ଚ ଟିମ୍‌ ଦଶପଲ୍ଲାସ୍ଥିତ ଏକ ଫାର୍ମ ହାଉସ୍‌ରୁ ଗିରଫ କରିଥିଲା।

 

Dharitri – Odisha’s No.1, Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ରାପଡ଼ା: ୨୧ ବର୍ଷ ପରେ କାର୍ଯ୍ୟାନୁଷ୍ଠାନ; ୩ ବାଂଲାଦେଶୀଙ୍କୁ ଦେଶାନ୍ତର କଲା ଜିଲା ପ୍ରଶାସନ

କେନ୍ଦ୍ରାପଡ଼ା, ୩୦ା୧ (ଜଗନ୍ନାଥ ଧଳ): ଦୀର୍ଘ ୨୧ ବର୍ଷ ପରେ କେନ୍ଦ୍ରାପଡ଼ା ଜିଲାରେ ଅନୁପ୍ରବେଶକାରୀଙ୍କ ଉପରେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ୩ ଜଣ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ଜିଲା…

କୈଳାସ ସାହୁଙ୍କୁ ଗଳା କାଟି ହତ୍ୟା, ପହଞ୍ଚିଲା ବିଷମ କଟକ ପୋଲିସ… 

ବିଷମ କଟକ, ୩୦।୧(ପ୍ରସନ୍ନ କୁମାର ପଣ୍ଡା): ରାୟଗଡା ଜିଲା ବିଷମ କଟକ ସଦର ସ୍ଥିତ ବ୍ରାହ୍ମଣ ସାହି ନିବାସୀ କୈଳାସ ଚନ୍ଦ୍ରଙ୍କୁ କେହି ଦୁର୍ବୃତ୍ତ ଗଳା କାଟି…

ଅଭିଯୋଗ ଆଣିଲେ ଏମ୍‌ପି:ଦେଶର ଅର୍ଥନୈତିକ ଅଭିବୃଦ୍ଧି ଚିନ୍ତାଜନକ; ଗ୍ରାମୀଣ ବିକାଶକୁ ଅଣଦେଖା, ବଡ଼ ବଡ଼ …

ରାୟଗଡ଼ା,୩୦।୧(ଆଶିଷ ରଞ୍ଜନ ପଣ୍ଡା): ଆର୍ଥିକ ସର୍ବେକ୍ଷଣ ୨୦୨୫-୨୬ ଅନୁସାରେ ଭାରତର ଅର୍ଥନୈତିକ ଅଭିବୃଦ୍ଧି ପ୍ରାୟ ୭% ରହିବାର ପୂର୍ବାନୁମାନ କରାଯାଇଛି। ଯାହା ବିଶ୍ୱସ୍ତରୀୟ ଅନିଶ୍ଚିତତା ସତ୍ୱେ ଦେଶର ସାମଗ୍ରିକ…

ସରକାରଙ୍କ ବଡ଼ ଘୋଷଣା : ଝାରବନ୍ଧ ଓଡ଼ିଶାର ପ୍ରଥମ ଦୁଗ୍ଧ ଗ୍ରାମ; ସମୃଦ୍ଧି, ସଶକ୍ତିକରଣ ସ୍ଥାୟୀ ଗ୍ରାମୀଣ ବିକାଶର…

ବରଗଡ଼, ୩୦।୧( ପ୍ରେମାନନ୍ଦ ଖମାରୀ) – ସାମୁହିକ ପ୍ରଚେଷ୍ଟାରେ ଗ୍ରାମୀଣ ଅର୍ଥନୀତିକୁ ସୁଦୃଢ଼ କରିବା ଦିଗରେ ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ଉପାନ୍ତ ଝାରବନ୍ଧ ଦୁଗ୍ଧ…

ଗୁଣପୁର-ବିଷମକଟକ ବିଧାନସଭା ଆସନ ଉପରେ ଭାଜପାର ଫୋକସ୍‌: ପୂର୍ବତନ ଜିଲା ପରିଷଦ ଦମ୍ପତିଙ୍କ ପୁଅ ମିଶିଲେ ଭାଜପାରେ

ରାୟଗଡ଼ା,୩୧।୧(ଆଶିଷ ରଞ୍ଜନ ପଣ୍ଡା): ୨୦୨୪ ସାଧାରଣ ନିର୍ବାଚନ ପରେ ରାଜ୍ୟରେ ଭାଜପା ଏକାକୀ ସରକାର ଗଠନ କରିବା ପରେ ଜିଲାରେ ସକ୍ରିୟ ହୋଇଛନ୍ତି ଭାଜପା କାର୍ଯ୍ୟକର୍ତ୍ତା। ଆଗାମୀ…

YouTube ଏବଂ Instagramରୁ କେମିତି କରିବେ ମୋଟା ଅଙ୍କର ରୋଜଗାର? ସରଳ ଭାଷାରେ ବୁଝନ୍ତୁ…

ନୂଆଦିଲ୍ଲୀ,୩୦।୧:  ଆଜିର ଡିଜିଟାଲ୍ ଯୁଗରେ ଯୁଟ୍ୟୁବ୍ ଓ ଇନ୍‌ଷ୍ଟାଗ୍ରାମ୍ ଅନେକ ଲୋକଙ୍କ ପାଇଁ ମୋଟା ଅଙ୍କର ରୋଜଗାରର ଏକ ମାଧ୍ୟମ ହୋଇଛି। ଏହି ଦୁଇଟି ପ୍ଲାଟଫର୍ମରେ ଆଡ୍ସ…

ଋଷିମାଳରେ କନ୍ଧମାଳ ଜିଲାପାଳ: ବ୍ରାହ୍ମଣୀଗାଁର ବିଭିନ୍ନ ଉନ୍ନୟନ କାର୍ଯ୍ୟ ଦେଖିଲେ

ଦାରିଙ୍ଗବାଡି,୩୦।୧(ଅରୁଣ ସାହୁ): କନ୍ଧମାଳ ଜିଲାପାଳ ବେଦ ଭୂଷଣ ଶୁକ୍ରବାର ଅପରାହ୍ନରେ ହଟାତ ଦାରିଙ୍ଗବାଡି ଗସ୍ତରେ ଆସିଥିଲେ। ସେ ଉକ୍ତ ବ୍ଲକର ଦୁର୍ଗମ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳ ହାତୀମୁଣ୍ଡା…

ଗଲା ଗୋଟିଏ ପରେ ଗୋଟିଏ ଜୀବନ: ୫ ମଇଁଷି ମୃତ

ଖଜୁରିପଡ଼ା,୩୦ା୧ ( ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଅନ୍ତର୍ଗତ ଚାରିପଡ଼ା ଗ୍ରାମରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୫ଟି ମଇଁଷିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ବିଦ୍ୟୁତ୍‌ ଖୁଣ୍ଟରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri