ମୁମ୍ବାଇ ଗଲା କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ୍‌ ଟିମ୍‌

ଭୁବନେଶ୍ୱର,୧୯।୬(ବ୍ୟୁରୋ): କଟକରୁ ବିପୁଳ ପରିମାଣର ନକଲି କରୋନା ଔଷଧ ଜବତ ଘଟଣାରେ ଏବେ କ୍ରାଇମବ୍ରାଞ୍ଚର ସ୍ପେଶାଲ ଟାସ୍କ ଫୋର୍ସ (ଏସ୍‌ଟିଏଫ୍‌) ଖୋଳତାଡ଼ କରୁଛି। ଗୁରୁବାର ଔଷଧ ଜବତ ହୋଇଥିବା ସଂସ୍ଥାର ମାଲିକଙ୍କ ବିରୋଧରେ ମାମଲା ରୁଜୁ ହୋଇଥିବାବେଳେ ଶୁକ୍ରବାର ଏସ୍‌ଟିଏଫ୍‌ର ଏକ ଟିମ୍‌ ତଦନ୍ତ ପାଇଁ ମୁମ୍ବାଇ ଯାଇଛି। ଏସ୍‌ଟିଏଫ୍‌ ସେଠାରେ ମୁମ୍ବାଇ ପୋଲିସ ହାତରେ ଧରାପଡ଼ିଥିବା ମାକ୍ସ ରିଲିଫ୍‌ ହେଲ୍‌ଥ କେୟାର କମ୍ପାନୀର ମୁଖ୍ୟ ସୁଦୀପ ମୁଖାର୍ଜୀଙ୍କୁ ଜେରା କରିବ। ସୁଦୀପ ଡ୍ରଗ୍ସ ଲାଇସେନ୍ସ ଠକେଇ ମାମଲାରେ ଗିରଫ ହୋଇ ଏବେ ଜେଲରେ ଅଛନ୍ତି। ସୁଦୀପଙ୍କ ମାକ୍ସ କମ୍ପାନୀରୁ ନକଲି ଔଷଧ କଟକକୁ ଆସିଥିଲା। ତେଣୁ ପୋଲିସ ସୁଦୀପଙ୍କଠାରୁ ଓଡ଼ିଶାରେ ଏହି ନକଲି ଔଷଧ କାରବାରର ଚେର ଖୋଜିବା ସହ ଲିଙ୍କ୍‌ରେ ଥିବା ସମସ୍ତ ଅଭିଯୁକ୍ତଙ୍କ ପାଖରେ ପହଞ୍ଚତ୍ବାକୁ ଆଶା ରଖିଛି।
ସୂଚନା ଯୋଗ୍ୟ, ଗତ ୧୧ ତାରିଖରେ କଟକ କନିକା ଛକ ନିକଟରେ ଥିବା ଶିବ ପ୍ରସନ୍ନ ଜେନାଙ୍କ ଔଷଧ ଗୋଦାମରେ ଡ୍ରଗ୍ସ କଣ୍ଟ୍ରୋଲରଙ୍କ ପକ୍ଷରୁ ଚଢାଉ କରାଯାଇଥିଲା। ସେଠାରୁ ପ୍ରାୟ ୬୯ ଲକ୍ଷ ଟଙ୍କାର ନକଲି କରୋନା ଔଷଧ ‘ଫାଭିପିରାଭିର’ ଓ ଅନ୍ୟ କିଛି ଔଷଧ ଜବତ କରାଯାଇଥିଲା। ମାକ୍ସ ରିଲିଫ ହେଲ୍‌ଥ କେୟାର ସଂସ୍ଥାରୁ ଏହି ଔଷଧ ଉକ୍ତ ଗୋଦାମକୁ ଆସୁଥଲା। ଏଠାରୁ ରାଜ୍ୟର ବିଭିନ୍ନ କୋଭିଡ୍‌ ହସ୍ପିଟାଲ୍‌ ଓ ଔଷଧ ଦୋକାନଗୁଡ଼ିକୁ ପଠାଯାଉଥିବା ଜଣାପଡ଼ିଥିଲା। ପରବର୍ତ୍ତୀ ସମୟରେ ଡ୍ରଗ୍ସ କଣ୍ଟ୍ରୋଲ ସ୍କ୍ବାଡ୍‌ ରାଉରକେଲା, ବଲାଙ୍ଗୀର, ବୌଦ୍ଧ, ରାୟଗଡ଼ା, ବାଲେଶ୍ୱରର ବିଭିନ୍ନ ମେଡିସିନ ଷ୍ଟୋର ଓ ଗୋଦାମରେ ଚଢାଉ କରି ବିପୁଳ ନକଲି ଔଷଧ ଜବତ କରିଥିଲା। ରାଜ୍ୟ ସରକାର ଏହାର ତଦନ୍ତ ଭାର କ୍ରାଇମ୍‌ବ୍ରାଞ୍ଚକୁ ଦେଇଥିଲେ। କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ୍‌ ଏକ ସ୍ବତନ୍ତ୍ର ଟିମ୍‌ ଗଠନ କରି ତଦନ୍ତକୁ ଜୋର୍‌ଦାର କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

ଓଡ଼ିଆ ଭାଷା ସାହିତ୍ୟର ଜାତୀୟ ଆଲୋଚନା ଚକ୍ର

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମସ୍ଥିତ ସ୍ନାତକ ବିଜ୍ଞାନ ମହାବିଦ୍ୟାଳୟ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ସୋମବାର ଏକ ଦିବସୀୟ…

ୟୁଏଇକୁ ହରାଇଲା ଖାତା ଖୋଲିଲା ଆଫଗାନିସ୍ଥାନ

ନୂଆଦିଲ୍ଲୀ,୧୬ା୨: ଅଜ୍‌ମାତୁଲ୍ଲାଙ୍କ ଅଲ୍‌ରାଉଣ୍ଡ ପ୍ରଦର୍ଶନ ସହାୟତାରେ ଆଫଗାନିସ୍ତାନ ସୋମବାର ଖେଳାଯାଇଥିବା ୟୁଏଇ ବିପକ୍ଷ ଟି୨୦ ବିଶ୍ୱକପ ମ୍ୟାଚ୍‌ରେ ୫ ଉଇକେଟରେ ବିଜୟ ହୋଇଛି। ଓମାରଜାଇ ୪ ଉଇକେଟ…

ବିଶ୍ୱକପ ଜିତିବ ଇଣ୍ଡିଆ! ଜାଣନ୍ତୁ T20ର କେମେଷ୍ଟ୍ରି, ପ୍ଲାନିଂର ଗଣିତ, ବିଜୟର ସାଇନ୍ସ

ନୂଆଦିଲ୍ଲୀ,୧୬।୨: ରବିବାର ରାତିରେ କଲମ୍ବୋରେ ବର୍ଷା ହେବ ଏବଂ ୨୦୨୬ ଟି-୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ମ୍ୟାଚ ଧୋଇ ହୋଇଯିବ ବୋଲି ଆଶଙ୍କା ଥିଲା, କିନ୍ତୁ ବିପରୀତ ଘଟିଥିଲା।…

ମଧ୍ୟାହ୍ନ ଭୋଜନରେ ଅନିୟମିତତା ଅଭିଯୋଗ ଆଣିଲେ ଗ୍ରାମବାସୀ

ଖଜୁରିପଡ଼ା,୧୬ା୨(ବିଦୁର ବେହେରା): ଖଜୁରିପଡ଼ା ଅଞ୍ଚଳରେ ସୋମବାର କିଛି ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅଧୀନରେ ଥିବା ଗଡ଼ପଦର୍‌ ସ୍କୁଲ,…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri