ମୁମ୍ବାଇ ଗଲା କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ୍‌ ଟିମ୍‌

ଭୁବନେଶ୍ୱର,୧୯।୬(ବ୍ୟୁରୋ): କଟକରୁ ବିପୁଳ ପରିମାଣର ନକଲି କରୋନା ଔଷଧ ଜବତ ଘଟଣାରେ ଏବେ କ୍ରାଇମବ୍ରାଞ୍ଚର ସ୍ପେଶାଲ ଟାସ୍କ ଫୋର୍ସ (ଏସ୍‌ଟିଏଫ୍‌) ଖୋଳତାଡ଼ କରୁଛି। ଗୁରୁବାର ଔଷଧ ଜବତ ହୋଇଥିବା ସଂସ୍ଥାର ମାଲିକଙ୍କ ବିରୋଧରେ ମାମଲା ରୁଜୁ ହୋଇଥିବାବେଳେ ଶୁକ୍ରବାର ଏସ୍‌ଟିଏଫ୍‌ର ଏକ ଟିମ୍‌ ତଦନ୍ତ ପାଇଁ ମୁମ୍ବାଇ ଯାଇଛି। ଏସ୍‌ଟିଏଫ୍‌ ସେଠାରେ ମୁମ୍ବାଇ ପୋଲିସ ହାତରେ ଧରାପଡ଼ିଥିବା ମାକ୍ସ ରିଲିଫ୍‌ ହେଲ୍‌ଥ କେୟାର କମ୍ପାନୀର ମୁଖ୍ୟ ସୁଦୀପ ମୁଖାର୍ଜୀଙ୍କୁ ଜେରା କରିବ। ସୁଦୀପ ଡ୍ରଗ୍ସ ଲାଇସେନ୍ସ ଠକେଇ ମାମଲାରେ ଗିରଫ ହୋଇ ଏବେ ଜେଲରେ ଅଛନ୍ତି। ସୁଦୀପଙ୍କ ମାକ୍ସ କମ୍ପାନୀରୁ ନକଲି ଔଷଧ କଟକକୁ ଆସିଥିଲା। ତେଣୁ ପୋଲିସ ସୁଦୀପଙ୍କଠାରୁ ଓଡ଼ିଶାରେ ଏହି ନକଲି ଔଷଧ କାରବାରର ଚେର ଖୋଜିବା ସହ ଲିଙ୍କ୍‌ରେ ଥିବା ସମସ୍ତ ଅଭିଯୁକ୍ତଙ୍କ ପାଖରେ ପହଞ୍ଚତ୍ବାକୁ ଆଶା ରଖିଛି।
ସୂଚନା ଯୋଗ୍ୟ, ଗତ ୧୧ ତାରିଖରେ କଟକ କନିକା ଛକ ନିକଟରେ ଥିବା ଶିବ ପ୍ରସନ୍ନ ଜେନାଙ୍କ ଔଷଧ ଗୋଦାମରେ ଡ୍ରଗ୍ସ କଣ୍ଟ୍ରୋଲରଙ୍କ ପକ୍ଷରୁ ଚଢାଉ କରାଯାଇଥିଲା। ସେଠାରୁ ପ୍ରାୟ ୬୯ ଲକ୍ଷ ଟଙ୍କାର ନକଲି କରୋନା ଔଷଧ ‘ଫାଭିପିରାଭିର’ ଓ ଅନ୍ୟ କିଛି ଔଷଧ ଜବତ କରାଯାଇଥିଲା। ମାକ୍ସ ରିଲିଫ ହେଲ୍‌ଥ କେୟାର ସଂସ୍ଥାରୁ ଏହି ଔଷଧ ଉକ୍ତ ଗୋଦାମକୁ ଆସୁଥଲା। ଏଠାରୁ ରାଜ୍ୟର ବିଭିନ୍ନ କୋଭିଡ୍‌ ହସ୍ପିଟାଲ୍‌ ଓ ଔଷଧ ଦୋକାନଗୁଡ଼ିକୁ ପଠାଯାଉଥିବା ଜଣାପଡ଼ିଥିଲା। ପରବର୍ତ୍ତୀ ସମୟରେ ଡ୍ରଗ୍ସ କଣ୍ଟ୍ରୋଲ ସ୍କ୍ବାଡ୍‌ ରାଉରକେଲା, ବଲାଙ୍ଗୀର, ବୌଦ୍ଧ, ରାୟଗଡ଼ା, ବାଲେଶ୍ୱରର ବିଭିନ୍ନ ମେଡିସିନ ଷ୍ଟୋର ଓ ଗୋଦାମରେ ଚଢାଉ କରି ବିପୁଳ ନକଲି ଔଷଧ ଜବତ କରିଥିଲା। ରାଜ୍ୟ ସରକାର ଏହାର ତଦନ୍ତ ଭାର କ୍ରାଇମ୍‌ବ୍ରାଞ୍ଚକୁ ଦେଇଥିଲେ। କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ୍‌ ଏକ ସ୍ବତନ୍ତ୍ର ଟିମ୍‌ ଗଠନ କରି ତଦନ୍ତକୁ ଜୋର୍‌ଦାର କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟରେ ଆଣ୍ଟି ଟିବି ଔଷଧ ଅଭାବ

ଭୁବନେଶ୍ୱର, ୨୪।୪(ଅସମାପିକା ସାହୁ): ଜାତୀୟ ଯକ୍ଷ୍ମା ବିଲୋପ କାର୍ଯ୍ୟକ୍ରମ(ଏନ୍‌ଟିଇପି) ହେଉଛି ଏକ ଫ୍ଲାଗ୍‌ଶିପ କାର୍ଯ୍ୟକ୍ରମ। ଏଥିରେ ଯକ୍ଷ୍ମା ବା ଟିବି ରୋଗର ଶୀଘ୍ର ଚିହ୍ନଟ, ଚିକିତ୍ସା...

ପଦପଦବୀ ଅପେକ୍ଷା ସମ୍ମାନ, ବିଶ୍ୱାସ ବଡ଼

ଖୋର୍ଦ୍ଧା,୨୪ା୪(ପ୍ରଭାତ ପାଣିଗ୍ରାହୀ): ପାଖେଇ ଆସୁଛି ସାଧାରଣ ନିର୍ବାଚନ। ଭୁବନେଶ୍ୱର ଲୋକ ସଭା ଆସନ ପାଇଁ ବିଜେଡି ମନ୍ମଥ ରାଉତରାୟ, ଭାଜପା ଅପରାଜିତା ଷଡ଼ଙ୍ଗୀ ଏବଂ କଂଗ୍ରେସ...

ବିଜେଡିର ୩୪ ମହିଳା ପ୍ରାର୍ଥୀଙ୍କ ମଧ୍ୟରୁ ୧୨ ବିଧାୟକଙ୍କ ସ୍ତ୍ରୀ

ଭୁବନେଶ୍ୱର,୨୪ା୪(ଅନିଲ ଦାସ):ବିଜୁ ଜନତା ଦଳ ସପ୍ତମ ପର୍ଯ୍ୟାୟ ସୁଦ୍ଧା ୧୪୧ ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। ସେମାନଙ୍କ ମଧ୍ୟରେ ୩୪ ଜଣ ମହିଳାଙ୍କୁ ଦଳ...

ମିଶନ ଶକ୍ତିକୁ ବନ୍ଦ ପାଇଁ ଷଡ଼ଯନ୍ତ୍ର କରୁଛନ୍ତି ଧର୍ମେନ୍ଦ୍ର: ବିଜେଡି

ଭୁବନେଶ୍ୱର,୨୪ା୪(ଅନିଲ ଦାସ): ରାଜ୍ୟର ୭୦ ଲକ୍ଷ ମହିଳା ସ୍ବୟଂ ସହାୟକ ଗୋଷ୍ଠୀ ଓ ୬ ଲକ୍ଷ ମିଶନ ଶକ୍ତି ଏସ୍‌ଏଚ୍‌ଜି ସାରା ଓଡ଼ିଶାର ଅନେକ ଲକ୍ଷ...

ଏପର୍ଯ୍ୟନ୍ତ ସମସ୍ତ ଆସନରେ ପ୍ରାର୍ଥୀ ଘୋଷଣା କରିପାରୁନାହାନ୍ତି ରାଜ୍ୟର ୩ ପ୍ରମୁଖ ଦଳ:ଜାଣନ୍ତୁ କାହାର କେତେ ଆସନ ବାକି ଅଛି

ଭୁବନେଶ୍ୱର,୨୪।୪(ସୁନିତ୍‌ ମିଶ୍ର):ରାଜ୍ୟରେ ହେବାକୁ ଥିବା ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଲାଗି ବୁଧବାର ପ୍ରାର୍ଥତ୍ପତ୍ର ଦାଖଲର ଶେଷ ଦିନ ରହିଛି। ହେଲେ ଏପର୍ଯ୍ୟନ୍ତ ରାଜ୍ୟର ୩ ପ୍ରମୁଖ...

ଭାଜପା ଟି-ଶାର୍ଟରେ ନାହିଁ ମନମୋହନଙ୍କ ଫଟୋ

କାଏମା,୨୪ା୪(ଶିବପ୍ରସାଦ ମହାନ୍ତି):ଯାଜପୁର ଜିଲାର ଧର୍ମଶାଳା ନିର୍ବାଚନ ମଣ୍ଡଳୀରେ ମଙ୍ଗଳବାର ଆହୂତ ଏକ ବାଇକ୍‌ ଶୋଭାଯାତ୍ରାରେ କର୍ମୀମାନେ ପିନ୍ଧିଥିବା ଟି-ସାର୍ଟରେ ଭାଜପା ଉଚ୍ଚ ନେତୃବର୍ଗଙ୍କୁ ଉପେକ୍ଷା କରାଯାଇଥିବା...

ନବୀନଙ୍କ ଲୁଙ୍ଗିକୁ ନେଇ ରାଜନୀତିରେ ଝଡ଼, ଧର୍ମେନ୍ଦ୍ର କହିଲେ…

ଭୁବନେଶ୍ୱର,୨୩।୦୪: ନିର୍ବାଚନ ପୂର୍ବରୁ ଓଡ଼ିଶା ରାଜନୀତିରେ ରୋଚକ ଘଟଣା ଦେଖିବାକୁ ମିଳିଛି। ନବୀନଙ୍କ ଲୁଙ୍ଗି ପିନ୍ଧା ଘଟଣାକୁ ନେଇ ବିଜେଡି-ଭାଜପା ଭିତରେ ବାକଯୁଦ୍ଧ ଆରମ୍ଭ ହୋଇଛି।...

ପ୍ରଦୀପ ପାଣିଗ୍ରାହୀଙ୍କୁ ଝଟକା

କଟକ,୨୩ା୪ (କାର୍ତ୍ତିକ ସାହୁ) ଟାଟା ମୋଟର୍ସରେ ଚାକିରି କରାଇଦେବାକୁ କହି ଲକ୍ଷ ଲକ୍ଷ ଟଙ୍କା ଠକିବା ଅଭିଯୋଗ ମାମଲାରେ ପ୍ରଦୀପ ପାଣିଗ୍ରାହୀଙ୍କୁ ବଡ଼ ଝଟକା ଲାଗିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri