ସ୍କୁଲ ପାଠ୍ୟପୁସ୍ତକ ଅନିୟମିତତା ମାମଲା: କ୍ରାଇମବ୍ରାଞ୍ଚ ହାତକୁ ଗଲା ତଦନ୍ତ ଭାର

କଟକ,୧୩।୭(ପ୍ରଭୁ କଲ୍ୟାଣ ପାଲ୍‌): ରାଜ୍ୟରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ ପାଠ୍ୟପୁସ୍ତକର ପ୍ରସ୍ତୁତି, ଅନୁମୋଦନ ଏବଂ ପ୍ରକାଶନ ପ୍ରକ୍ରିୟାରେ ହୋଇଥିବା ଅନିୟମିତତାର ତଦନ୍ତ ଭାର ଆଜି କ୍ରାଇମବ୍ରାଞ୍ଚ ଗ୍ରହଣ କରିଛି। ଏସ୍‌ସିଇଆରଟି (SCERT)ର ନିର୍ଦ୍ଦେଶିକା ମଧୁସ୍ମିତା ସାହୁଙ୍କ ଲିଖିତ ଅଭିଯୋଗକୁ ଆଧାର କରି କ୍ରାଇମବ୍ରାଞ୍ଚରେ କେସ ନଂ୦୮/୨୦୨୬ ରୁଜୁ କରାଯାଇଛି। ଏହି ମାମଲା ଭାରତୀୟ ନ୍ୟାୟ ସଂହିତା (BNS), ୨୦୨୩ର ଧାରା ୩୧୬(୫), ୨୦୧, ୩(୫) ଏବଂ ୬୧(୨) ଅନୁଯାୟୀ ଏହି ମାମଲା ଦାୟର କରାଯାଇଛି।କ୍ରାଇମବ୍ରାଞ୍ଚ ଏସ୍ପିଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଡିଏସ୍‌ପି ନରେନ୍ଦ୍ର କୁମାର ବେହେରାଙ୍କୁ ଏହି ସମ୍ବେଦନଶୀଳ ମାମଲାର ମୁଖ୍ୟ ତଦନ୍ତକାରୀ ଅଧିକାରୀ ଭାବେ ନିଯୁକ୍ତ କରାଯାଇଛି। ତଦନ୍ତକୁ ବ୍ୟାପକ ଓ ନିରପେକ୍ଷ ଭାବେ ପରିଚାଳନା କରିବା ପାଇଁ କ୍ରାଇମବ୍ରାଞ୍ଚ ପକ୍ଷରୁ ଏକାଧିକ ସ୍ବତନ୍ତ୍ର ତଦନ୍ତକାରୀ ଟିମ ଗଠନ କରାଯାଇଛି। ପାଠ୍ୟପୁସ୍ତକ ପ୍ରସ୍ତୁତି, ବିଷୟବସ୍ତୁ ଚୟନ, ଅନୁମୋଦନ, ମୁଦ୍ରଣ, ପ୍ରକାଶନ ଏବଂ ବଣ୍ଟନ ପର୍ଯ୍ୟନ୍ତ ସମଗ୍ର ପ୍ରକ୍ରିୟାର ପ୍ରତ୍ୟେକ ପର୍ଯ୍ୟାୟକୁ ତନ୍ନ ତନ୍ନ କରି ଯାଞ୍ଚ କରାଯିବ। ଆବଶ୍ୟକ ସ୍ଥଳେ ସମ୍ପୃକ୍ତ ଦସ୍ତାବିଜ, ରେକର୍ଡ ଓ ଅନ୍ୟାନ୍ୟ ସାକ୍ଷ୍ୟ ସଂଗ୍ରହ କରାଯିବା ସହ ସମ୍ପୃକ୍ତ ବ୍ୟକ୍ତିଙ୍କୁ ପଚରାଉଚରା କରାଯିବ।କ୍ରାଇମବ୍ରାଞ୍ଚ ପକ୍ଷରୁ ଏହି ମାମଲାର ନିରପେକ୍ଷ ତଦନ୍ତ କରାଯାଇ ପ୍ରମାଣ ଆଧାରରେ ପରବର୍ତ୍ତୀ ଆଇନଗତ ପଦକ୍ଷେପ ଗ୍ରହଣ କରାଯିବ ବୋଲି କ୍ରାଇମବ୍ରାଞ୍ଚ ପକ୍ଷରୁ କୁହାଯାଇଛି।

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସ୍ବୟଂ ସହାୟିକା ଗୋଷ୍ଠୀ ଟଙ୍କା ଆତ୍ମାସତ କରି ମହିଳା ଗିରଫ, ମୁଖ୍ୟ ଅଭିଯୁକ୍ତ ଫେରାର

ପାରଳାଖେମୁଣ୍ଡି,୩୦ା୮(ଗିରିଧାରୀ ପରିଚ୍ଛା): ସ୍ବୟଂ ସହାୟକ ଗୋଷ୍ଠୀ ଜଟଙ୍କା ଓ ସୁନା ସଂଗ୍ରହ କରି ଆତ୍ମସାତ୍‌ କରିବା ଅଭିଯୋଗରେ ପାରଳାଖେମୁଣ୍ଡି ପୋଲିସ ଜଣଙ୍କୁ ହାଇଦ୍ରାବାଦରୁ ଗିରଫ କରିଛି। ଗିରଫ…

ହକି ବିଶ୍ୱକପ୍‌: ନେଦରଲାଣ୍ଡ୍ସକୁ ହରାଇ ବ୍ରୋଞ୍ଜ ପଦକ ଜିତିଲା ଆର୍ଜେଣ୍ଟିନା

ବେଲଫିଅସ,୩୦ା୮: ଚଳିତ ଏଫ୍‌ଆଇଏଚ୍‌ ପୁରୁଷ ହକି ବିଶ୍ୱକପ୍‌ରେ ଆର୍ଜେଣ୍ଟିନା ବ୍ରୋଞ୍ଜ ପଦକ ହାସଲ କରିଛି। ରବିବାର ଅନୁଷ୍ଠିତ ମ୍ୟାଚ୍‌ରେ ଆର୍ଜେଣ୍ଟିନା ୨-୧ ଗୋଲରେ ହକି ପାଓ୍ବରହାଉସ୍‌ ତଥା…

ଛତ୍ରପୁରରେ ଚାଞ୍ଚଲ୍ୟ: ଚିକିତ୍ସାଳୟରୁ ମୂକ ଶିଶୁକନ୍ୟା ଚୋରି, ସିସିଟିଭି ଯାଞ୍ଚ କରୁଛି ପୋଲିସ

ଛତ୍ରପୁର,୩୦ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗୋଟିଏ ୫ ବର୍ଷର ମୂକ ଶିଶୁକନ୍ୟାକୁ ଜଣେ ବ୍ୟକ୍ତି ଚୋରି…

ଇମ୍ରାନ ମାମଲା: ପାକିସ୍ତାନ କ୍ରିକେଟରଙ୍କୁ ମୁହଁ ନ ଖୋଲିବାକୁ ପିସିବିର ବଡ଼ ତାଗିଦ

କରାଚୀ,୩୦ା୮: ଜେଲରେ ଥିବା ଇମ୍ରାନ ଖାନ୍‌ଙ୍କ ସମ୍ପର୍କରେ ଚଳିତ ଇଂଲଣ୍ଡ ବିପକ୍ଷରେ ଟେଷ୍ଟ ସିରିଜ୍‌ ଖେଳୁଥିବା ପାକିସ୍ତାନ କ୍ରିକେଟ ଦଳର ସଦସ୍ୟଙ୍କୁ କୌଣସି ମତାମତ ନ ଦେବାକୁ…

ଘରେ ପଶି ମୂକ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ, ଜେଲ୍‌ ଗଲେ ଯୁବକ

ଦିଗପହଣ୍ଡି,୩୦ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁରେ ଶନିବାର ମଧ୍ୟାହ୍ନରେ ଘରେ ପଶି ଜଣେ ମାନସିକ ଅନଗ୍ରସର ଓ ମୂକ ଯୁବତୀ(୨୧)ଙ୍କୁ…

ବସ୍‌ ମାଲିକ ସଂଘର ପୂର୍ବତନ ସମ୍ପାଦକଙ୍କ ପରଲୋକ, ଝୁରୁଛନ୍ତି ଅଞ୍ଚଳବାସୀ

ଭଞ୍ଜନଗର,୩୦ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଘୁମୁସର ଘରୋଇ ବସ୍‌ ମାଲିକ ସଂଘ ଭଞ୍ଜନଗରର ପୂର୍ବତନ ସମ୍ପାଦକ ତଥା ବର୍ତ୍ତମାନର ଉପସଭାପତି ସୁବାସ ଚନ୍ଦ୍ର ଦିହୁଡିଙ୍କର ରବିବାର ଅପରାହ୍ନରେ…

ଶାଳକଙ୍କୁ ଏସିଡ୍‌ ଫିଙ୍ଗି ବନ୍ଧା ହେଲେ ଭିଣୋଇ

ବ୍ରହ୍ମପୁର,୩୦ା୮(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଟାଉନ ଥାନା ପୋଲିସ ଏସିଡ ମାଡ ଘଟଣାରେ ଅଭିଯୁକ୍ତଙ୍କୁ ଗିରଫ କରିଛି l ସେ ହେଲେ ପାଟପୁର ଥାନା ପୋଡାମାରି ବଜାର…

ନାବାଳିକା ଛାତ୍ରୀଙ୍କୁ ଅପହରଣ କରିନେଲେ ୨୨ ବର୍ଷୀୟ ଯୁବକ, ଗାଁରେ ଉତ୍ତେଜନା ପରେ…

ହାଟଡିହୀ/ଛେନାପଦୀ,୩୦ା୮(ଶୁଭକାନ୍ତ ନାୟକ/ନିରାକାର): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ନନ୍ଦିପଦା ଥାନା ଅଞ୍ଚଳରେ ଜଣେ ନାବାଳିକା ଦଶମ ଶ୍ରେଣୀ ଛାତ୍ରୀକୁ ଅପହରଣ କରାଯାଇଥିବା ଥାନାରେ ଅଭିଯୋଗ ହୋଇଛି। ଏହାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri