ସକାଳୁ ସକାଳୁ ଯାଜପୁର ଟାଉନ ଥାନାରେ କ୍ରାଇମବ୍ରାଞ୍ଚ ଟିମ୍: ଚାଲିଛି ତନାଘନା

ଭୁବନେଶ୍ୱର,୨୫ା୧୧: ଧର୍ମଶାଳା ବିଧାୟକଙ୍କୁ ଆକ୍ରମଣ ମାମଲାର କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦିଆଯାଇଛି । ସମ୍ପୂର୍ଣ୍ଣ ଘଟଣାର ତଦନ୍ତ କରିବ କ୍ରାଇମବ୍ରାଞ୍ଚ । ତେବେ ସୋମବାର ସକାଳୁ ସକାଳୁ କ୍ରାଇମବ୍ରାଞ୍ଚ ଟିମ୍ ଯାଜପୁର ଟାଉନ ଥାନାରେ ପହଞ୍ଚି ତଦନ୍ତ ଅଆରମ୍ଭ କରିଛନ୍ତି। କ୍ରାଇମ୍‌ବ୍ରାଞ୍ଚର ତନାଘନା ଆରମ୍ଭ କରିଛନ୍ତି। ବିଧାୟକଙ୍କୁ ଆକ୍ରମଣ, ରାସ୍ତାରୋକ ଓ ଟାଉନ୍ ଥାନା ଘେରାଉର ତଦନ୍ତ ହେବ।

କ୍ରାଇମ୍‌ବ୍ରାଞ୍ଚ ତଦନ୍ତ ପାଇଁ DSPଙ୍କ ନେତୃତ୍ୱରେ ୬ ଜଣିଆ ଟିମ୍ ଗଠନ କରାଯାଇଛି। କ୍ରାଇମବ୍ରାଞ୍ଚ ୩ଟି ଏତଲା ଉପରେ ତଦନ୍ତ କରିବ। ବିଧାୟକଙ୍କୁ ଆକ୍ରମଣ, ରାସ୍ତାରୋକ ଓ ଟାଉନ୍ ଥାନା ଘେରାଉର ମଧ୍ୟ ତଦନ୍ତ କରାଯିବ।

ସୂଚନାଯୋଗ୍ୟ, ଗତ ୨୦ ତାରିଖ ସନ୍ଧ୍ୟାରେ ବିଧାୟକ ହିମାଂଶୁ ସାହୁଙ୍କୁ ଆକ୍ରମଣ ହୋଇଥିଲା। ବିଧାୟକଙ୍କ ଗାଡିକୁ ଭଙ୍ଗାରୁଜା କରିବା ସହିତ ମାଡ ମରାଯାଇ ତାଙ୍କ ସୁନାଚେନ୍‌ ଛଡାଇ ନେଇଥିଲେ ବୋଲି ଅଭିଯୋଗ ହୋଇଥିଲା। ବିଧାୟକଙ୍କୁ ବଞ୍ଚାଇବା ପାଇଁ ତାଙ୍କ ଅଙ୍ଗରକ୍ଷୀ (ପିଏସ୍‌ଓ) ଶକ୍ତିପ୍ରସାଦ ରାଉତ ଅଟକାଇବା ସମୟରେ ବିଜେଡିର ଅନେକ କର୍ମୀ ତାଙ୍କୁ ମଧ୍ୟ ମାଡ଼ ମାରିଥିବା ଅଭିଯୋଗ ହୋଇଛି।

ଅନ୍ୟପକ୍ଷେ ଏହି ଘଟଣାକୁ ନେଇ ବିଜେଡି ପକ୍ଷରୁ ଯାଜପୁର ଟାଉନ ଥାନା ଘେରାଉ କରି ଧର୍ମଶାଳା ବିଧାୟକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାପାଇଁ ଦାବି କରିଥିଲେ। ଅପରପକ୍ଷେ ଭାଜପା ପକ୍ଷରୁ ଯାଜପୁରର ପୂର୍ବତନ ବିଧାୟକ ପ୍ରଣବ ପ୍ରକାଶ ଦାସ (ବବି) ଓ ତାଙ୍କ ଭାଇ ଭବପ୍ରସାଦ ଦାସ (ଲଲ)ଙ୍କ ସମେତ ଆକ୍ରମଣ କରିଥିବା ବିଜେଡି କର୍ମୀଙ୍କୁ ଗିରଫ ଦାବିରେ ଶତାଧିକ ଭାଜପା କର୍ମୀ ଯାଜପୁର ସଦର ଥାନାକୁ ଘେରାଉ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟର ବିଭିନ୍ନ ସ୍ଥାନରେ ଜାରି ରହିଛି ବର୍ଷା, ଏସବୁ ସ୍ଥାନରେ ଅଧିକ

ଭୁବନେଶ୍ୱର,୧ା୭: ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ବିଶେଷକରି ୫ଟି ସ୍ଥାନରେ ୨୪ ଘଣ୍ଟା ମଧ୍ୟରେ ସର୍ବାଧିକ ୧୦୦ ମି.ମି ବର୍ଷା ରେକର୍ଡ କରାଯାଇଥିବା ଭୁବନେଶ୍ୱରସ୍ଥିତ…

କଲେଜ ଯାଇଥିଲେ ଡାକ୍ତରୀ ଛାତ୍ରୀ, ଛାତରୁ ଡେଇଁ ଆତ୍ମହତ୍ୟା କଲେ ମା’! କାରଣ ଜାଣିଲେ…

ବଲାଙ୍ଗୀର,୨।୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ତୁଳସୀ ନଗର ପଡାରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଏକ ଭଡା ଘରେ ରହୁଥିବା ଜଣେ ମହିଳା…

ଆଦାନୀ ସହ ବଡ଼ ଚୁକ୍ତି ସ୍ବାକ୍ଷର କଲେ ଓଡ଼ିଶା ସରକାର: ସୃଷ୍ଟି ହେବ ୫୩,୫୦୦ ନୂଆ ନିଯୁକ୍ତି

ଭୁବନେଶ୍ୱର,୨।୭: ଆଦାନୀ ଏଣ୍ଟରପ୍ରାଇଜେସ ଲିମିଟେଡ ଏବଂ ଓଡ଼ିଶା ସରକାରଙ୍କ ମଧ୍ୟରେ ଏକ ବଡ଼ ଚୁକ୍ତି ସ୍ବାକ୍ଷରିତ ହୋଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଉପସ୍ଥିତିରେ ଲୋକସେବା ଭବନରେ…

ବକେୟା ଅର୍ଥ ନ ମିଳିବାରୁ ପ୍ଲାଣ୍ଟ ଉପରେ ଚଢ଼ି ଠିକାଦାରଙ୍କ ଆତ୍ମହତ୍ୟା ଉଦ୍ୟମ, ହାଇଡ୍ରାମା ପରେ ପୋଲିସ…

ଛତ୍ରପୁର,୧ା୭(ଦିଲ୍ଲୀପ ସାମଲ): ଛତ୍ରପୁର ଉପକଣ୍ଠ ଆର୍ଯ୍ୟପଲ୍ଲୀସ୍ଥିତ ଆଇଆର୍‌ଆଇଏଲ କମ୍ପାନୀର ଡ୍ରେଜିଙ୍ଗ କାର୍ଯ୍ୟ ଚାଲିଥିବା ଅଞ୍ଚଳରେ ଏକ ହାଇଡ୍ରାମା ଦେଖିବାକୁ ମିଳିଛି। କାର୍ଯ୍ୟର ବକେୟା ଟଙ୍କା ନ ମିଳିବାରୁ…

କ୍ରାଶ ହେଲା ନୌସେନାର MH-60 ହେଲିକପ୍ଟର, ଆରବ ସାଗରରେ ଜରୁରୀକାଳୀନ ଅବତରଣ ସମୟରେ ଘଟିଲା…

ଓ୍ବାଶିଂଟନ,୨।୭: ଆରବ ସାଗରରେ ଜରୁରୀକାଳୀନ ଅବତରଣ କରିବାକୁ ଚେଷ୍ଟା କରୁଥିବା ସମୟରେ ଏକ ଆମେରିକୀୟ ନୌସେନା MH-60S ସିହକ୍ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ତିନି ଜଣ କ୍ରୁ…

ପାଠପଢ଼ା ବୟସରେ ହାତରେ ବନିଶୀ କଣ୍ଟା, ମାଛ ମାରି ପେଟ ପୋଷୁଛନ୍ତି ଜନଜାତି ପିଲା

ମହାକାଳପଡ଼ା,୨ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳର ଶବରପଡ଼ା, ଜଙ୍ଗଲଘେରି, ବାଘୁଆମେଦି, ଜମ୍ବୁ , ସୁନିତି ଅଠର ବାଙ୍କି ଓ ପାଣିଖିଆ…

ମାତ୍ର ୧୦୦ ଦିନରେ ଶାହରୁଖଙ୍କ ସ୍ବପ୍ନ ହେଲା ପୂରଣ: ଏବେ…

ନୂଆଦିଲ୍ଲୀ,୨।୭: ଅଭିନେତା ଶାହରୁଖ ଖାନଙ୍କ ଦୀର୍ଘ ଦିନର ସ୍ବପ୍ନ ପୂରଣ ହୋଇଛି। ତାଙ୍କ ସ୍ବପ୍ନ ପୂରଣ କରିଛନ୍ତି ଆଇସିସି ଅଧ୍ୟକ୍ଷ ଜୟ ଶାହ। ଏଥିପାଇଁ ଶାହରୁଖ ତାଙ୍କୁ…

ଚାଷୀଙ୍କ ମୁଁହରେ ଫେରିଲା ହସ, ଖୁବ ଶୀଘ୍ର କାର୍ଯ୍ୟକ୍ଷମ ହେବ ଅଚଳ ଶୀତଳ ଭଣ୍ଡାର

ଗଞ୍ଜାମ,୨।୭(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ବୁରୁଡ଼ି ଠାରେ ୨୦୧୦ ମସିହାରେ ନିର୍ମିତ ଶୀତଳ ଭଣ୍ଡାର ଅଚଳ ଅବସ୍ଥାରେ ରହିଛି । ଉକ୍ତ ଶୀତଳ ଭଣ୍ଡାରଟି ଆରଏମସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri