Posted inରାଜ୍ୟ

ଏସ୍‌ସିବିରେ ଜ୍ୟୋତିପ୍ରକାଶଙ୍କୁ କ୍ରାଇମବ୍ରାଞ୍ଚ ଟିମ୍‌ର ପଚରାଉଚରା

କଟକ,୧୭।୭(ଶିଳ୍ପା ପ୍ରିୟଦର୍ଶିନୀ): ବାଲେଶ୍ୱର ଏଫ୍‌ଏମ୍‌ କଲେଜରେ ଛାତ୍ରୀ ସୌମ୍ୟାଶ୍ରୀଙ୍କ ମୃତ୍ୟୁ ଘଟଣାର ତଦନ୍ତ ପାଇଁ ଗୁରୁବାର କ୍ରାଇମବ୍ରାଞ୍ଚର ଏକ ଦୁଇ ଜଣିଆ ଟିମ୍‌ ଏସ୍‌ସିବି ମେଡିକାଲ କଲେଜରେ ପହଞ୍ଚି ଜ୍ୟୋତିପ୍ରକାଶ ବିଶ୍ୱାଳଙ୍କୁ ପଚରାଉଚରା କରିଛି। ଜ୍ୟୋତିପ୍ରକାଶ ହେଉଛନ୍ତି ଉକ୍ତ କଲେଜର ଯୁକ୍ତ ତିନି ପ୍ରଥମ ବର୍ଷର ଛାତ୍ର, ଯିଏ ମୃତ ଛାତ୍ରୀ ସୌମ୍ୟାଶ୍ରୀଙ୍କୁ ଜଳା ଅବସ୍ଥାରେ ଦେଖି ବଞ୍ଚାଇବାକୁ ଉଦ୍ୟମ କରିଥିଲେ।

ସୂଚନା ଅନୁଯାୟୀ, ଜ୍ୟୋତିପ୍ରକାଶ ମୃତ ଛାତ୍ରୀ ସୌମ୍ୟାଶ୍ରୀଙ୍କୁ ଜଳିବାର ଦେଖି ଜ୍ୟୋତି କିଛି ନ ବୁଝି ନିଜ ସାର୍ଟ ଖୋଲି ସୌମ୍ୟାଶ୍ରୀଙ୍କୁ ବଞ୍ଚାଇବାକୁ ଆଗେଇ ଯାଇଥିଲେ। ଫଳରେ ସେ ନିଜେ ମଧ୍ୟ ଗୁରୁତର ଭାବେ ଜଳିଯାଇଥିଲେ। ତାଙ୍କୁ ପ୍ରଥମେ ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା ଓ ପରେ ଏସ୍‌ସିବି ମେଡିକାଲ କଲେଜକୁ ସ୍ଥାନାନ୍ତରିତ କରାଯାଇଥିଲା। ବର୍ତ୍ତମାନ ସେ ଏସ୍‌ସିବିର ବର୍ଣ୍ଣ ଆଇସିୟୁରେ ଚିକିତ୍ସାଧୀନ ଅଛନ୍ତି।

କ୍ରାଇମବ୍ରାଞ୍ଚ ଟିମ୍‌ ଅପରାହ୍ନରେ ଏସ୍‌ସିବିର ପ୍ଲାଷ୍ଟିକ ସର୍ଜରୀ ବିଭାଗରେ ପହଞ୍ଚି ଜ୍ୟୋତିପ୍ରକାଶଙ୍କୁ ଏକ ଘଣ୍ଟାରୁ ଅଧିକ ସମୟ ଧରି ଘଟଣା ସମ୍ପର୍କରେ ପଚରାଉଚରା କରିଥିଲେ। ଏହାସହ ଟିମ୍‌ ଜ୍ୟୋତିପ୍ରକାଶଙ୍କ ଚିକିତ୍ସା କରୁଥିବା ଡାକ୍ତରମାନଙ୍କ ସହ ମଧ୍ୟ ଆଲୋଚନା କରିଥିବା ଜଣାପଡ଼ିଛି।

ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ ଏହି ଘଟଣାର ତଦନ୍ତ କ୍ରାଇମବ୍ରାଞ୍ଚ ଦ୍ୱାରା କରାଯାଉଛି। ସୌମ୍ୟାଶ୍ରୀଙ୍କ ମୃତ୍ୟୁକୁ ନେଇ ଉଠିଥିବା ପ୍ରଶ୍ନ ଓ ବିଭିନ୍ନ ଦିଗ ଉପରେ ତଦନ୍ତ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

ମୋଦିଙ୍କ ଘୋଷଣା ଶୁଣି ଟ୍ରମ୍ପ ଛାନିଆ! କହିଦେଲେ…

ନୂଆଦିଲ୍ଲୀ,୫।୧୨:ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଭାରତ ଗସ୍ତରେ ଅଛନ୍ତି। ଆଜି ତାଙ୍କ ଗସ୍ତର ଦ୍ୱିତୀୟ ଦିନ। ଗୁରୁବାର ରାତିରେ ଭାରତରେ ପହଞ୍ଚିଥିବା ପୁଟିନ ମହାତ୍ମା ଗାନ୍ଧୀଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri