Posted inରାଜ୍ୟ

ଏସ୍‌ସିବିରେ ଜ୍ୟୋତିପ୍ରକାଶଙ୍କୁ କ୍ରାଇମବ୍ରାଞ୍ଚ ଟିମ୍‌ର ପଚରାଉଚରା

କଟକ,୧୭।୭(ଶିଳ୍ପା ପ୍ରିୟଦର୍ଶିନୀ): ବାଲେଶ୍ୱର ଏଫ୍‌ଏମ୍‌ କଲେଜରେ ଛାତ୍ରୀ ସୌମ୍ୟାଶ୍ରୀଙ୍କ ମୃତ୍ୟୁ ଘଟଣାର ତଦନ୍ତ ପାଇଁ ଗୁରୁବାର କ୍ରାଇମବ୍ରାଞ୍ଚର ଏକ ଦୁଇ ଜଣିଆ ଟିମ୍‌ ଏସ୍‌ସିବି ମେଡିକାଲ କଲେଜରେ ପହଞ୍ଚି ଜ୍ୟୋତିପ୍ରକାଶ ବିଶ୍ୱାଳଙ୍କୁ ପଚରାଉଚରା କରିଛି। ଜ୍ୟୋତିପ୍ରକାଶ ହେଉଛନ୍ତି ଉକ୍ତ କଲେଜର ଯୁକ୍ତ ତିନି ପ୍ରଥମ ବର୍ଷର ଛାତ୍ର, ଯିଏ ମୃତ ଛାତ୍ରୀ ସୌମ୍ୟାଶ୍ରୀଙ୍କୁ ଜଳା ଅବସ୍ଥାରେ ଦେଖି ବଞ୍ଚାଇବାକୁ ଉଦ୍ୟମ କରିଥିଲେ।

ସୂଚନା ଅନୁଯାୟୀ, ଜ୍ୟୋତିପ୍ରକାଶ ମୃତ ଛାତ୍ରୀ ସୌମ୍ୟାଶ୍ରୀଙ୍କୁ ଜଳିବାର ଦେଖି ଜ୍ୟୋତି କିଛି ନ ବୁଝି ନିଜ ସାର୍ଟ ଖୋଲି ସୌମ୍ୟାଶ୍ରୀଙ୍କୁ ବଞ୍ଚାଇବାକୁ ଆଗେଇ ଯାଇଥିଲେ। ଫଳରେ ସେ ନିଜେ ମଧ୍ୟ ଗୁରୁତର ଭାବେ ଜଳିଯାଇଥିଲେ। ତାଙ୍କୁ ପ୍ରଥମେ ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା ଓ ପରେ ଏସ୍‌ସିବି ମେଡିକାଲ କଲେଜକୁ ସ୍ଥାନାନ୍ତରିତ କରାଯାଇଥିଲା। ବର୍ତ୍ତମାନ ସେ ଏସ୍‌ସିବିର ବର୍ଣ୍ଣ ଆଇସିୟୁରେ ଚିକିତ୍ସାଧୀନ ଅଛନ୍ତି।

କ୍ରାଇମବ୍ରାଞ୍ଚ ଟିମ୍‌ ଅପରାହ୍ନରେ ଏସ୍‌ସିବିର ପ୍ଲାଷ୍ଟିକ ସର୍ଜରୀ ବିଭାଗରେ ପହଞ୍ଚି ଜ୍ୟୋତିପ୍ରକାଶଙ୍କୁ ଏକ ଘଣ୍ଟାରୁ ଅଧିକ ସମୟ ଧରି ଘଟଣା ସମ୍ପର୍କରେ ପଚରାଉଚରା କରିଥିଲେ। ଏହାସହ ଟିମ୍‌ ଜ୍ୟୋତିପ୍ରକାଶଙ୍କ ଚିକିତ୍ସା କରୁଥିବା ଡାକ୍ତରମାନଙ୍କ ସହ ମଧ୍ୟ ଆଲୋଚନା କରିଥିବା ଜଣାପଡ଼ିଛି।

ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ ଏହି ଘଟଣାର ତଦନ୍ତ କ୍ରାଇମବ୍ରାଞ୍ଚ ଦ୍ୱାରା କରାଯାଉଛି। ସୌମ୍ୟାଶ୍ରୀଙ୍କ ମୃତ୍ୟୁକୁ ନେଇ ଉଠିଥିବା ପ୍ରଶ୍ନ ଓ ବିଭିନ୍ନ ଦିଗ ଉପରେ ତଦନ୍ତ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପାଠ୍ୟ ପୁସ୍ତକରେ ତ୍ରୁଟି, ତେଜୁଛି ଆନ୍ଦୋଳନ

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ):ନୂତନଭାବେ ପ୍ରକାଶ ପାଇଥିବା ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ବିଭିନ୍ନ ପାଠ୍ୟ ପୁସ୍ତକରେ ରହିଥିବା ଅନେକ ତ୍ରୁଟିକୁ ନେଇ ରାଜ୍ୟରେ ଅସନ୍ତୋଷ ଥମିବାର ନାଁ ନେଉ…

ହ୍ୱାଟ୍ସଆପ୍‌ର ନୂଆ ‘ୟୁଜରନେମ୍‌’ ଫିଚର ଉପରେ କେନ୍ଦ୍ରର ରୋକ

ନୂଆଦିଲ୍ଲୀ, ୨ା୭ (ପି.ଟି.): ହ୍ୱାଟ୍ସଆପ୍‌ ଚିଫ୍‌ କମ୍ପ୍ଲାଏନ୍ସ ଅଫିସରଙ୍କୁ ପଠାଯାଇଥିବା ସରକାରୀ ନୋଟିସରେ ସ୍ପଷ୍ଟ କୁହାଯାଇଛି ଯେ, ଏକ ପ୍ରମୁଖ ସାମାଜିକ ଗଣମାଧ୍ୟମ ସଂସ୍ଥା ଭାବେ ମେଟା…

୨ଦିନରେ ଧାନ ଉଠିବା ନେଇ ଆଶଙ୍କାରେ ଚାଷୀ: ମଣ୍ଡିରେ ଗଜା ହେଲାଣି ଧାନ

ନୂଆପଡ଼ା,୨ା୭ (ମକାରୁ ବେମାଲ):ନୂଆପଡ଼ା ଜିଲାରେ ରବି ମଣ୍ଡି ଧାନ ଉଠାଣ ଅବଧି ଜୁନ ୩୦ ରହିଥିଲା। ଜିଲାର ବିଭିନ୍ନ ମଣ୍ଡିରେ ପଡି ରହିଥିବା ଧାନକୁ ଦେଖି ରାଜ୍ୟ…

ପ୍ରମାଣପତ୍ର ପାଇଁ ଆସି ଦିବ୍ୟାଙ୍ଗ ହଟହଟା: ନିରାଶରେ ଘରକୁ ଫେରୁଛନ୍ତି

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ପ୍ରମାଣପତ୍ର ପାଇଁ ଦିବ୍ୟାଙ୍ଗମାନେ ହଟହଟା ହେବା ସାଧାରଣରେ ପରିଣତ ହୋଇଛି। କେତେବେଳେ ପ୍ରମାଣପତ୍ର ଇସ୍ୟୁ କରିବାକୁ ଡାକ୍ତର ନାହାନ୍ତି ତ ଆଉକେବେ ନିର୍ଦ୍ଧାରିତ…

ଅଗଷ୍ଟ ୩୦ରେ ଏନ୍‌ଇଇଟି-ପିଜି ପରୀକ୍ଷା

ନୂଆଦିଲ୍ଲୀ,୨ା୭: ନ୍ୟାଶନାଲ ବୋର୍ଡ ଅଫ୍‌ ଏକ୍ଜାମିନେଶନ୍ସ ଇନ୍‌ ମେଡିକାଲ ସାଇନ୍ସ (ଏନ୍‌ବିଇଏମ୍‌ଏସ୍‌) ନୂଆଦିଲ୍ଲୀ ଚଳିତବର୍ଷର ଏନ୍‌ଇଇଟି-ପିଜି ପରୀକ୍ଷା ପାଇଁ ବୁଧବାର ଆବେଦନ ପ୍ରକ୍ରିୟା ଆରମ୍ଭ କରିଛନ୍ତି। ଏହି…

ବିନା ବିଦ୍ୟୁତ୍‌ରେ ସମୁଦ୍ର ପାଣି ହେବ ପିଇବାଯୋଗ୍ୟ

ବେଜିଂ, ୨ା୭: ଚାଇନାର ଗବେଷକମାନେ ଏକ ଅଭିନବ ସୌରଶକ୍ତିଚାଳିତ ଜଳ ବିଶୋଧନ ପ୍ରଯୁକ୍ତି ପ୍ରସ୍ତୁତ କରିଛନ୍ତି, ଯାହା ସମୁଦ୍ରର ଲୁଣି ପାଣିକୁ ଅତି ସହଜରେ ପିଇବା ଯୋଗ୍ୟ…

୩ ପରେ ୪ର୍ଥ

ଭୁବନେଶ୍ୱର,୨।୭(ସୁନିତ୍‌ ମିଶ୍ର): ଭାଜପାର ରାଜ୍ୟ ସଭା ସଦସ୍ୟ ସୁଜିତ୍‌ କୁମାର ଗତ ୨୫ ତାରିଖରେ ଚୌଦ୍ୱାର ଥାନାରେ ଜେଲ ଡିଜିଙ୍କ ବିରୋଧରେ ଏକ ଲିଖିତ ଅଭିଯୋଗ ଦେଇଛନ୍ତି।…

ସନାତନ ଧର୍ମର ସାତ୍ତ୍ୱିକ ପରିଚୟ

ସନାତନ ଧର୍ମ ବିଷୟରେ ସମସାମୟିକ ଭାରତୀୟ ରାଜନୈତିକ ସ୍ତରରେ ସବୁଠୁ ବେଶି ଆଲୋଚନା ହେଉଛି, କିିନ୍ତୁ ଏହି ଶବ୍ଦକୁ ସବୁଠାରୁ କମ୍‌ ବୁଝାଯାଉଥିବା ଜଣାପଡ଼ୁଛି। ଶାବ୍ଦିକ ଅର୍ଥରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri