Posted inଜାତୀୟ

ସଂସଦରେ ଠେଲାପେଲା: ତଦନ୍ତ କରିବ କ୍ରାଇମ୍‌ ବ୍ରାଞ୍ଚ

ନୂଆଦିଲ୍ଲୀ,୨୧ା୧୨: ଶୀତ ଅଧିବେଶନ ଶେଷ ହେବାର ଦିନକ ପୂର୍ବରୁ ଗୁରୁବାର ପାର୍ଲାମେଣ୍ଟରେ ଠେଲାପେଲା ହୋଇଥିଲା। ଏଥିରେ ଭାଜପା ଏମ୍‌ପି ପ୍ରତାପ ଷଡ଼ଙ୍ଗୀ, ମୁକେଶ ରାଜପୁତ୍‌ ଏବଂ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ଆହତ ହୋଇଥିଲେ। ଏହି ପ୍ରସଙ୍ଗରେ ଶାସକ ଓ ବିରୋଧୀ ପରସ୍ପରକୁ ଦୋଷ ଦେବା ସହ ପାର୍ଲାମେଣ୍ଟ ଷ୍ଟ୍ରିଟ୍‌ ଥାନାର ଦ୍ୱାରସ୍ଥ ହୋଇଥିଲେ। ପୋଲିସ ଉଭୟ ପକ୍ଷର ଏତଲା ଗ୍ରହଣ କରିବା ସହ ଏଫ୍‌ଆଇଆର୍‌ କରିଛି। ରାହୁଲଙ୍କ ବିରୋଧରେ ଭାରତୀୟ ନ୍ୟାୟ ସଂହିତା (ବିଏନ୍‌ଏସ୍‌)ର ଦଫା ୧୧୫(ସ୍ବେଚ୍ଛାକୃତ ଭାବେ ଆଘାତ ଦେବା), ୧୧୭(ସ୍ବେଚ୍ଛାକୃତ ଭାବେ ଗଭୀର ଆଘାତ ଦେବା), ୧୨୫ (ଅନ୍ୟମାନଙ୍କ ବ୍ୟକ୍ତିଗତ ଜୀବନକୁ ବିପଦରେ ପକାଇବା), ୧୩୧(ଆପରାଧିକ ବଳ ପ୍ରୟୋଗ), ୩୫୧(ଧମକ ଦେବା) ଏବଂ ୩(୫)(ସମାନ ଉଦ୍ଦେଶ୍ୟ) ବଳରେ ମାମଲା ରୁଜୁ କରାଯାଇଛି। ତାଙ୍କ ବିରୋଧରେ ରୁଜୁ ମାମଲାର କ୍ରାଇମ୍‌ବ୍ରାଞ୍ଚ ତଦନ୍ତ କରିବ ବୋଲି ଶୁକ୍ରବାର ଜଣେ ଅଧିକାରୀ ସୂଚନା ଦେଇଛନ୍ତି। ସେହିପରି ଇଣ୍ଡିଆ ବ୍ଲକ୍‌ର ଏତଲାକୁ ଭିତ୍ତିକରି ରୁଜୁ ମାମଲାର ତଦନ୍ତ ମଧ୍ୟ ଦିଲ୍ଲୀ ପୋଲିସର ଅପରାଧ ଶାଖା କରିବ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ମଧ୍ୟପ୍ରାଚ୍ୟ ଯୁଦ୍ଧ: ମୋଦିଙ୍କ ଅଧ୍ୟକ୍ଷତାରେ ୩ଘଣ୍ଟା ଧରି ବସିଲା ଉଚ୍ଚସ୍ତରୀୟ ବୈଠକ, ତେଲ-ଗ୍ୟାସ ନେଇ ଦେଲେ ବଡ଼ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ରବିବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା । ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

ଯୁଦ୍ଧ ଆରମ୍ଭ! ୪୮ ଘଣ୍ଟା ମଧ୍ୟରେ ୪ଟି ବଡ଼ ଆକ୍ରମଣ, ନେତାନ୍ୟାହୁ କହିଲେ ଇରାନ ବିରୋଧରେ ବିଶ୍ୱ…

ନୂଆଦିଲ୍ଲୀ,୨୨।୩: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁ ରବିବାର ଦିନ ଡିମୋନା ଏବଂ ଆରାଦ ସହରରେ ମିଶାଇଲ୍ ଆଟାକ୍ ହୋଇଥିବା ସ୍ଥାନ ପରିଦର୍ଶନ କରିଥିଲେ। ସେ କହିଥିଲେ ଯେ…

ଧରିତ୍ରୀ ପ୍ରଭାବ: ସଜଡା ହେଲା ବ୍ଲକ ଗେଟ୍‌, ମରାମତି ହେଲା ‘ମରଣଯନ୍ତା’

ଥୁଆମୂଳ ରାମପୁର,୨୨।୩(ଦୁର୍ଗା କୀର୍ତ୍ତି): ଜନସାଧାରଣଙ୍କ ସମସ୍ୟା ସମାଧାନର ପେଣ୍ଠସ୍ଥଳ କୁହାଯାଉଥିବା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ ସମ୍ପୂର୍ଣ୍ଣ ସୁରକ୍ଷିତ ହୋଇଛି…

ପାକିସ୍ତାନ ପରେ ଏହି ଦେଶରେ ତେଲ ସଙ୍କଟ, ପେଟ୍ରୋଲ-ଡିଜେଲ ମୂଲ୍ୟ ୨୫% ବଢ଼ାଇଲେ ସରକାର

ନୂଆଦିଲ୍ଲୀ,୨୨।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧ ଯୋଗୁଁ ବିଶ୍ୱବ୍ୟାପୀ ଶକ୍ତି ଯୋଗାଣ ବିପର୍ଯ୍ୟସ୍ତ ହୋଇପଡ଼ିଛି । ଅଶୋଧିତ ତୈଳ ମୂଲ୍ୟ ବୃଦ୍ଧି ପାଉଥିବାବେଳେ, ଗ୍ୟାସ୍…

ଯାତ୍ରୀଙ୍କୁ ମୃତ୍ୟୁମୁଖରୁ ବଞ୍ଚାଇଲେ ଆରପିଏଫ୍ କନେଷ୍ଟବଳ, ଟ୍ରେନରେ….

ରାୟଗଡ଼ା,୨୨।୩(ଆଶିଷ ରଞ୍ଜନ ପଣ୍ଡା): ଆରପିଏଫ କନଷ୍ଟେବଳଙ୍କ ସତର୍କତା କାରଣରୁ ମୃତ୍ୟୁମୁଖରୁ ଅଳ୍ପକେ ବର୍ତ୍ତିଗଲେ ଯାତ୍ରୀ । ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ରାୟଗଡ଼ା ରେଳ ଷ୍ଟେସନରେ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri