ରାଜାଙ୍କ ଫାର୍ମହାଉସରେ କ୍ରାଇମବ୍ରାଞ୍ଚର ତନାଘନା 

କେନ୍ଦୁଝର,୫।୪ (ନରେଶ ଚନ୍ଦ୍ର ପଟ୍ଟନାୟକ): କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଶାଖାର ଏକ ଟିମ୍‌ ଶନିବାର କେନ୍ଦୁଝର ଯାଇ ରାଜା ଚକ୍ରଙ୍କ ଗୋପାଳପୁରସ୍ଥିତ ଫାର୍ମହାଉସ୍‌ରେ ତନାଘନା କରିଛି। ସେଠାରେ ଯାଇ ସେମାନେ  ମାପଚୁପ  କରିଛନ୍ତି। ଏହି ମାପଚୁପ ବେଳେ ରାଜସ୍ବ ଓ ବନବିଭାଗ ଅଧିକାରୀମାନେ ଉପସ୍ଥିତ ଥିଲେ।
ସୂଚନାଯୋଗ୍ୟ, ଗନ୍ଧମାର୍ଦ୍ଦନ ଲୋଡିଂ ଏଜେନ୍ସିରେ ଆର୍ଥିକ ଅନିୟମିତତାକୁ ନେଇ ଏଜେନ୍ସିର କର୍ମକର୍ତ୍ତା ସମେତ ବିଜେଡ଼ି ନେତା ରାଜା ଚକ୍ରଙ୍କୁ କ୍ରାଇମବ୍ରାଞ୍ଚ ଟିମ୍‌ ଗିରଫ କରିଛି। ବିଭିନ୍ନ ସ୍ଥାନରେ ଚଢ଼ାଉ କରି ତାଙ୍କର ଗାଡ଼ି, ମେଶିିନ, ଘରବାଡ଼ି ଆଦି ତଦନ୍ତ ଘେରକୁ ନେବା ସହ  ଜବତ କରିଛନ୍ତି। ଶନିବାର  ବାଲେଶ୍ୱର କୋର୍ଟରେ ତାଙ୍କର ଜାମିନ ନାମଞ୍ଜୁର ହେବା ବେଳେ ଏଠାରେ ତାଙ୍କର ଫାର୍ମ ହାଉସରେ ଅର୍ଥନୈତିକ ଅପରାଧ ଶାଖାର ଏକ ଟିମ୍‌ ଫାର୍ମ ହାଉସରେ ଥିବା ଘର୍‌ ବାଡ଼ି ମାପ ଚୁପ କରିଥିଲେ। ଏହି ମାପ ଚୁପର ସବିଶେଷ ରିପୋର୍ଟ କୋର୍ଟରେ ଦାଖଲ କରିବେ ବୋଲି ଜଣା ପଡିଛି। ଉକ୍ତ ଫାର୍ମ ହାଉସରେ ଆମ୍ବ ଓ ଅନ୍ୟ ଫଳ ବଗିଚା ସହିତ ଜଳାଶୟ, ଘର ଆଦି ନିର୍ମାଣ ହୋଇଛି। ଉକ୍ତ ଫାର୍ମଟି ରାଜସ୍ବ ଜମିରେ ରହିଥିବା ବେଳେ ନିର୍ମାଣ ହୋଇଥିବା ଘରର ସ୍ଥିତି ଓ ପରିସୀମା ଯାଞ୍ଚ କରିଛନ୍ତି। ତେବେ ଉକ୍ତ ଫାର୍ମ ହାଉସ ପଟ୍ଟାଭୁକ୍ତ ଜମିରେ ରହିଥିବା ବେଳେ ରାଜସ୍ବ ଜଙ୍ଗଲ ଜମି ଜବରଦଖଲ ଥିବା ଅଭିଯୋଗ ହୋଇଛି। ତେବେ ସେଠାରେ କୌଣସି ସଂରକ୍ଷିତ ଜଙ୍ଗଲ ନାହିଁ। ଇଓଡବ୍ଲ୍ୟୁ ଟିମ୍‌ ଯାଞ୍ଚ କରି ଯାଇଛନ୍ତି। ରାଜସ୍ବ ଓ ବନ ବିଭାଗ କର୍ମଚାରୀଙ୍କ ଉପସ୍ଥିତିରେ ଟିମ୍‌ ଏହାର ଯାଞ୍ଚ କରି ଫେରିଛନ୍ତି ବୋଲି ସଦର ଥାନା ଅଧିକାରୀ ଅଜିତ ଦାସ କହିଛନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

ONGCର ବଡ଼ ସଫଳତା, ଓଡ଼ିଶା ଉପକୂଳରେ ଗ୍ୟାସ୍‌ର ସନ୍ଧାନ

ନୂଆଦିଲ୍ଲୀ,୨୨।୯: ଓଡ଼ିଶା ଉପକୂଳରେ କୋଣାର୍କଠାରୁ ପ୍ରାୟ ୪୩ କି.ମି. ଦୂରରେ ଭାରତୀୟ ରାଷ୍ଟ୍ରାୟତ୍ତ କମ୍ପାନୀ ଅଏଲ୍‌ ଆଣ୍ଡ୍‌ ନ୍ୟାଚୁରାଲ ଗ୍ୟାସ୍‌ କର୍ପୋରେଶନ ଲିଃ (ଓଏନ୍‌ଜିସି) ଗ୍ୟାସ୍‌ର ସନ୍ଧାନ…

ବିଶିଷ୍ଟ ଅଭିନେତ୍ରୀ ମିଠୁ ମୁଖାର୍ଜୀଙ୍କ ଦେହାନ୍ତ

ମୁମ୍ବାଇ, ୨୨।୯: ୧୯୭୦ ଓ ୧୯୮୦ ଦଶକର ବଙ୍ଗଳା ଏବଂ ହିନ୍ଦୀ ସିନେମାକୁ ନିଜର ଦୀପ୍ତିମୟ ଅଭିନୟରେ ସମୃଦ୍ଧ କରିଥିବା ବିଶିଷ୍ଟ ଅଭିନେତ୍ରୀ ମିଠୁ ମୁଖାର୍ଜୀ ଆଉ…

ବିହାର ଅସଦାଚରଣ ମାମଲା: ୩ ଗିରଫ

ପାଟନା, ୨୨।୯: ବିହାରର ଜାମୁଇ ଜିଲାରେ ୧୦ମ ଶ୍ରେଣୀର ୨ଜଣ ଛାତ୍ରୀଛାତ୍ରଙ୍କୁ ଅସଦାଚରଣ ଏବଂ ମାଡ଼ ମାରିବା ଘଟଣାରେ ପୋଲିସ ୩ ଜଣ ନାବାଳକଙ୍କୁ ଗିରଫ କରିଛି।…

ଆଜିଠୁ ବିଧାନସଭାର ମୌସୁମୀ ଅଧିବେଶନ, ଆଗତ ହୋଇପାରେ ୬ ବିଲ୍‌

ଭୁବନେଶ୍ୱର,୨୨।୯(ସୁନିତ୍‌ ମିଶ୍ର): ଓଡ଼ିଶା ସରକାରଙ୍କ ସପ୍ତଦଶ ବିଧାନସଭାର ୭ମ ଅଧିବେଶନ ମଙ୍ଗଳବାରଠାରୁ ଆରମ୍ଭ ହୋଇ ଆସନ୍ତା ଅକ୍ଟୋବର ୩ ତାରିଖ ପର୍ଯ୍ୟନ୍ତ ଚାଲିବ । ପ୍ରଥମ ଦିନ…

୨୪ ଯାଏ ଏହି ଜିଲାରେ ସ୍କୁଲ୍‌ ଛୁଟି ଘୋଷଣା, ବନ୍ଦ ରହିବ ଅଙ୍ଗନବାଡ଼ି କେନ୍ଦ୍ର

ଛତ୍ରପୁର,୨୨।୯(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଗଞ୍ଜାମ ଜିଲାର ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ, ବେସରକାରୀ ବିଦ୍ୟାଳୟ ଆଜି ଠାରୁ ୨୪ ତାରିଖ ପର୍ଯ୍ୟନ୍ତ ତିନିଦିନ ଧରି ବନ୍ଦ…

ଦିଲ୍ଲୀ ଲଜ୍ଜା: ମନ୍ଦିର ନିକଟରେ ନାବାଳିକାଙ୍କୁ ଗଣବଳାତ୍କାର; ପୋଲିସ କର୍ମଚାରୀ ସାଜି ଆସିଥିଲେ ଅଭିଯୁକ୍ତ

ନୂଆଦିଲ୍ଲୀ,୨୨।୯: ଦିଲ୍ଲୀର କାଲକାଜୀ ମନ୍ଦିର ନିକଟରେ ଜଣେ ୧୭ ବର୍ଷୀୟା ଯୁବତୀଙ୍କ ସହ ଗଣ-ବଳାତ୍କାରର ଏକ ଜଘନ୍ୟ ଘଟଣା ଘଟିଛି। ଏହି ଘଟଣାରେ ସମ୍ପୃକ୍ତ ତିନିଜଣ ଅଭିଯୁକ୍ତଙ୍କ…

ବାତିଲ ହେବ ଭାରତ-ଜାପାନ T20 ମ୍ୟାଚ? ପାଣିପାଗକୁ ନେଇ ବଢିଲା ଚିନ୍ତା

ନୂଆଦିଲ୍ଲୀ,୨୨।୯: ଭାରତ ଏବଂ ଜାପାନ ମଧ୍ୟରେ ଏକମାତ୍ର ଟି-୨୦ ମ୍ୟାଚ ମଙ୍ଗଳବାର (ସେପ୍ଟେମ୍ବର ୨୨) ଦିନ ଜାପାନର ସାନୋ ସ୍ଥିତ ସାନୋ ଇଣ୍ଟରନେସନାଲ କ୍ରିକେଟ ଗ୍ରାଉଣ୍ଡରେ ଖେଳାଯିବାର…

ବୈଜ୍ଞାନିକଙ୍କ ବଡ଼ ଆବିଷ୍କାର, ଦୁଇ ସ୍ୱାଧୀନ ଅଙ୍ଗ ଭାବେ ବିକଶିତ ହୋଇଛି ମଣିଷର ମସ୍ତିଷ୍କ!

ନୂଆଦିଲ୍ଲୀ,୨୨।୯(ପି.ଟି.): ମନୁଷ୍ୟ ମସ୍ତିଷ୍କକୁ ସାଧାରଣତଃ ଏକ ଏକକ ଅଙ୍ଗ ବୋଲି ବିବେଚନା କରାଯାଉଥିବା ବେଳେ ଏହା ଲକ୍ଷ ଲକ୍ଷ ବର୍ଷ ମଧ୍ୟରେ ଦୁଇଟି ସ୍ବାଧୀନ ଅଙ୍ଗ ଭାବରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?