ଅପରାଧ ମୁକ୍ତ ଭଞ୍ଜନଗର ଲକ୍ଷ୍ୟ:୫ ବନ୍ଧୁକ ସହ ୯ ଗିରଫ

ଭଞ୍ଜନଗର,୨୭।୫(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସକୁ ମଙ୍ଗଳବାର ଏକ ବଡ ସଫଳତା ମିଳିଛି। ଅପରାଧ ଭିଆଇବା ପାଇଁ ସଙ୍ଗଠିତ ହେଉଥିବା ଏକ ବଡ ଅପରାଧି ଗୋଷ୍ଠୀଙ୍କୁ ପୋଲିସ ଗିରଫ କରିଛି। ସେମାନଙ୍କ ଠାରୁ ପୋଲିସ ୫ ଟି ବନ୍ଧୁକ, ୨ ଟି ଖେଳନା ବନ୍ଧୁକ, ଗୋଟିଏ ଖଣ୍ଡା, ୧୫ ରାଉଣ୍ଡ ଜୀବନ୍ତ ଗୁଳି ଜବତ କରିଛି। ଏହି ମାମଲାରେ ୯ ଜଣକୁ ଗିରଫ କରାଯାଇଛି। ସେମାନେ ହେଲେ ଅନିଲ ବେହେରା, ଟୁକୁନା ପାତ୍ର ,ବାଦଲ ସାହୁ, ସରୋଜ ଦାସ, ସୁନୀଲ କୁମାର ସାବତ, ସଂଗ୍ରାମ ଭୂୟାଁ, ସନାତନ ପ୍ରଧାନ,ବ୍ରଜ ମୋହନ ସାହୁ, ଦିବ୍ୟ ଆରୁଖ। ସନାତନ, ବ୍ରଜ ଓ ଦିବ୍ୟଙ୍କ ନାମରେ ଆଜିର ହିଁ ଗୋଟିଏ ମାମଲା ଥିବା ବେଳେ ଅନ୍ୟ ଅଭିଯୁକ୍ତ ମାନଙ୍କ ନାମରେ ବିଭିନ୍ନ ଥାନାରେ ଏକାଧିକ ମାମଲା ଥିବା ଜଣାପଡିଛି। ଗିରଫ ଅଭିଯୁକ୍ତ ମାନେ ବିଭିନ୍ନ ବେନିୟମ ମାମଲାରେ ଜଡିତ ଥିଲେ ବୋଲି ଭଞ୍ଜନଗର ଏ ଏସ ପି ରଞ୍ଜନ କୁମାର ଦେ
ମଙ୍ଗଳବାର ଅପରାହ୍ନ ରେ ଭଞ୍ଜନଗର ଥାନାରେ ଅନୁଷ୍ଟିତ ଏକ ଖବରଦାତା ସମ୍ମିଳନୀରେ ତାହା ପ୍ରକାଶ କରିଛନ୍ତି। ଏଥିସହ ଯେଉଁମାନେ ଚୋରା ବନ୍ଧୁକ ରଖିଛନ୍ତି ସେମାନଙ୍କୁ ଖୋଜି ବାହାର କରି ଗିରଫ କରାଯିବ।

ବନ୍ଧୁକ ଗୁଡିକ କେଉଁଠାରୁ ଆସୁଥିଲା ତାହାର ସୁରାକ ମିଳିଛି। ଆଗାମୀ ଦିନରେ ଏନେଇ ପଦକ୍ଷେପ ନିଆଯିବ। ମୁଖ୍ୟ ଆସାମୀ ମାନକୁ ମଧ୍ୟ ଗିରଫ କରାଯିବ। ଗଞ୍ଜାମ ଏସପି ଙ୍କ ନିର୍ଦ୍ଦେଶକ୍ରମେ ଏହି ଚଢାଉ ସମଗ୍ର ଜିଲ୍ଲାରେ ଚାଲିଛି। ଗଞ୍ଜାମ ଜିଲା ସମେତ ଭଞ୍ଜନଗର ଅଞ୍ଚଳକୁ ଅପରାଧ ମୁକ୍ତ କରିବା ପାଇଁ ଚାଲିଛି। ଏଥିପାଇଁ ପୋଲିସ ପକ୍ଷରୁ ସମସ୍ତ ପ୍ରକାର ପଦକ୍ଷେପ ନିଆଯାଇଛି ବୋଲି ଏଏସପି ଶ୍ରୀ ଦେ କହିଥିଲେ। ଖବରଦାତା ସମ୍ମିଳନୀରେ ଭଞ୍ଜନଗର ଏସଡିପିଓ ସୁଜିତ୍‌ କୁମାର ନାୟକ, ଥାନା ଅଧିକାରୀ ଜିବନାନନ୍ଦ ଜେନା ପ୍ରମୁଖ ଉପସ୍ଥିତ ଥିଲେ।
ସୂଚନାଯୋଗ୍ୟ ଯେ ୪ ଜଣ ଅଭିଯୁକ୍ତ ଗତକାଲି ମଲାସପଦର ରାସ୍ତାରେ ଥିବା ଏକ ମନ୍ଦିରରେ ବସି କିଛି ଅପରାଧ ଭିଆଈବା ପାଇଁ ଯୋଜନା ଚଳାଇଥିଲେ। ଏହି ସମୟରେ ରାତ୍ରି ପାଟ୍ରୋଲିଁ କରୁଥିବା ଏସଆଇ ସମୀର କୁମାର ସେଠୀ ଜାଣିବା ପରେ ଉକ୍ତ ଆଡ୍ଡା ଉପରେ ଚଢ଼ାଉ କରିଥିଲେ । ଏହାପରେ ୪ ଜଣକୁ ଗିରଫ କରିବାରେ ସକ୍ଷମ ହୋଇଥିଲା। ଏହାପରେ ସେମାନଙ୍କ ସୂଚନା ପ୍ରକାରେ ଅନ୍ୟ ଅଭିଯୁକ୍ତମାନଙ୍କୁ ଗିରଫ କରାଯାଇଛି ବୋଲି ପୋଲିସ ସୂଚନା ଦେଇଛି।
ଖବରଦାତା ସମ୍ମୀଳନୀରେ ଏସ ଆଇ ଲକ୍ଷ୍ମୀଧର ମହାନ୍ତି, ଲିପିନା ବିଶ୍ବାଳ, ଏ ଏସ ଆଇ ସତ୍ୟ ନାରାୟଣ ମଳିକ, ଶୁଶାନ୍ତ କୁମାର ପଟ୍ଟନାୟକ, ହାବିଲଦାର ଦିଲୀପ ରାଉତ, କନେଷ୍ଟବଳ ସନ୍ତୋଷ ନାୟକ, କେ ପି ରେଡ୍ଡୀ, ବିକ୍ରମ ମହାରଣା , ଅମିତ୍ ବିଶ୍ବାଳ, ଜି ସାଗର ପ୍ରଧାନ, ଗୃହରକ୍ଷୀ ଗଜେନ୍ଦ୍ର ସାଇଁ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନୂତନ ସରକାରୀ ଓକିଲ ନିଯୁକ୍ତି: ଭଞ୍ଜନଗର-ଜଗନ୍ନାଥପ୍ରସାଦ କୋର୍ଟରେ ୧୪ ଜଣ ନିଯୁକ୍ତ,ଜାଣନ୍ତୁ… 

ଭଞ୍ଜନଗର,୨୬।୧୨(ବାବୁଲା ପ୍ରଧାନ)-ଭାଜପା କ୍ଷମତାକୁ ଆସିବା ପରେ ଗଞ୍ଜାମ ଜିଲାରେ ସରକାରୀ ଓକିଲ ତାଲିକା ତୁରନ୍ତ ବଦଳିବ ବୋଲି ଆଶା କରାଯାଉଥିଲା। କିନ୍ତୁ ବିଭିନ୍ନ କାରଣ ଯୋଗୁ...

ଫେସବୁକରେ ଭିଡିଓ କରି କମାଇ ପାରିବେ ମୋଟା ଅଙ୍କର ଟଙ୍କା! ଜାଣନ୍ତୁ ପୂରା ପ୍ରକ୍ରିୟା

ନୂଆଦିଲ୍ଲୀ,୨୬।୧୨: ଯଦି ଆପଣ ସୋସିଆଲ ମିଡିଆରେ କଣ୍ଟେଣ୍ଟ ତିଆରି କରୁଛନ୍ତି ତେବେ ଆପଣଙ୍କ ପାଇଁ ଭଲ ଖବର। ଇ-କମର୍ସ କମ୍ପାନୀ ମିଶୋ କଣ୍ଟେଣ୍ଟ କ୍ରିଏଟରଙ୍କ ପାଇଁ...

ନୂଆବର୍ଷରୁ ବଦଳିଯିବ ଏହି ୧୦ନିୟମ, ଜାନୁଆରୀରୁ ବଢିଯିବ ପେଟ୍ରୋଲ-ଗ୍ୟାସ ଦର!

ନୂଆଦିଲ୍ଲୀ,୨୬।୧୨: ନୂଆବଷର୍ର୍ ୨୦୨୬ କେବଳ କ୍ୟାଲେଣ୍ଡରରେ ପରିବର୍ତ୍ତନ ପର୍ଯ୍ୟନ୍ତ ସୀମିତ ରହିବ ନାହିଁ; ଏହା ସହିତ ଅନେକ ନିୟମ ମଧ୍ୟ ଆଣିବ ଯାହା ସିଧାସଳଖ ଆପଣଙ୍କ...

ପୁରୁଷୋତ୍ତମପୁରରେ ବିଜୁ ଜନତା ଦଳ ପ୍ରତିଷ୍ଠା ଦିବସ ପାଳିତ; କର୍ମୀମାନେ ଏକତ୍ରିତ ହୋଇ…

ପୁରୁଷୋତ୍ତମପୁର,୨୬।୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଏବଂ ଏନ୍‌ଏସି ପକ୍ଷରୁ ବିଜେଡିର ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି l ଏଥିରେ ଖଲ୍ଲିକୋଟ ନିର୍ବାଚନ ମଣ୍ଡଳୀର...

ଦିଗପହଣ୍ଡିରେ ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ପାଳିତ, ବାଇକ୍‌ ଶୋଭାଯାତ୍ରା ସହ…

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଶୁକ୍ରବାର ପାଳିତ ହୋଇଯାଇଛି। ବିଜେଡ଼ି ବ୍ଲକ ଓ ନଗର କମିଟି...

ଶଟ ସର୍କିଟ୍‌ରୁ ଜଳିଗଲା ଘର

ପାରଳାଖେମୁଣ୍ଡି,୨୬ା୧୨(ଗିରିଧାରୀ ପରିଚ୍ଛା): ପାରଳାଖେମୁଣ୍ଡି ପୌରପରିଷଦ ୬ ନଂ.ୱାର୍ଡ ଅନ୍ତର୍ଗତ ରେଲିସେରି ସାହିର ଜଣେ ବ୍ୟକ୍ତିଙ୍କ ଘରେ ସର୍ଟସର୍କିଟ ଯୋଗୁଁ ନିଆଁଲାଗି ଘରର ସମସ୍ତ ଆସବାବପତ୍ର ପୋଡି...

ବର୍ଷର ଶେଷ ଶନିବାରରେ ବିରଳ ସଂଯୋଗ, ମୀନ ସମେତ ଏହି ୫ ରାଶି ହେବେ ମାଲାମାଲ; ବଢିବ ବ୍ୟାଙ୍କ୍‌ ବାଲାନ୍ସ

ଆସନ୍ତାକାଲି ହେଉଛି 2025 ମସିହାର ଶେଷ ଶନିବାର। ଶନିବାର ନ୍ୟାୟ ଏବଂ କର୍ମର ଗ୍ରହ ଶନିଦେବଙ୍କୁ ଉତ୍ସର୍ଗୀକୃତ, ଏବଂ ତାଙ୍କୁ ପୂଜା କରିବା ଦ୍ୱାରା ଧୈଯ୍ୟ...

ମହିଳା ହେବେ ସଶକ୍ତ: ମିଶନ ଶକ୍ତି କାଫେ ଉଦଘାଟିତ

ତୁମୁଡିବନ୍ଧ,୨୬।୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ପରିସରରେ ଥିବା ମିଶନ ଶକ୍ତି କାଫେକୁ କନ୍ଧମାଳ ଏମ୍‌ପି ସୁକାନ୍ତ କୁମାର ପାଣିଗ୍ରାହୀ ଆଜି ଶୁକ୍ରବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri