‘ଅପରାଧମୁକ୍ତ ପୁରୀ ମୁଖ୍ୟ ଲକ୍ଷ୍ୟ’

ପୁରୀ ଅଫିସ,୨୩ା୧୧:ପତିତପାବନଙ୍କୁ ଦର୍ଶନ କରି ମହାପ୍ରଭୁଙ୍କ ଆଶୀର୍ବାଦ ନେଇ ପୁରୀର ନୂତନ ଏସ୍‌ପି ଭାବେ ଆଇପିଏସ୍‌ ଅଫିସର କେ. ବିଶାଲ ସିଂ ବିଧିବଦ୍ଧ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ରବିବାର ପୂର୍ବାହ୍ନରେ ପୂର୍ବତନ ଏସ୍‌ପି ଅଖିଳେଶ୍ୱର ସିଂଙ୍କଠାରୁ ସେ ଦାୟିତ୍ୱ ଗ୍ରହଣ କରିଥିଲେ। ଏହାପରେ ପୋଲିସ ଅଧିକାରୀମାନେ ନୂତନ ଏସ୍‌ପିଙ୍କୁ ଫୁଲତୋଡ଼ା ଦେଇ ସ୍ବାଗତ କରିଥିଲେ। କାର୍ଯ୍ୟଭାର ଗ୍ରହଣ ପରେ ଅପରାଧୀଙ୍କୁ ଦେଇଛନ୍ତି କଡ଼ା ଚେତାବନୀ କେ. ବିଶାଲ ସିଂ। ଅପରାଧମୁକ୍ତ ପୁରୀ ତାଙ୍କର ମୁଖ୍ୟ ଲକ୍ଷ୍ୟ ରହିବ। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ମାଟିରେ ଅପରାଧ ଓ ଅପରାଧୀଙ୍କୁ କଦାପି ବରଦାସ୍ତ କରାଯିବ ନାହିଁ ବୋଲି କହି ପ୍ରଥମ ଦିନରୁ ହିଁ ନୂତନ ଏସ୍‌ପି ସିଂ ତାଙ୍କ ଆଭିମୁଖ୍ୟ ସ୍ପଷ୍ଟ କରିଛନ୍ତି।
ଦାୟିତ୍ୱ ଗ୍ରହଣ ପରେ ଗଣମାଧ୍ୟମ ପ୍ରତିନିିଧିଙ୍କ ପ୍ରଶ୍ନର ଉତ୍ତର ଦେଇ ଏସ୍‌ପି ସିଂ କହିଛନ୍ତି, ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଆଶୀର୍ବାଦରୁ ମୋତେ ପୁରୀରେ କାମ କରିବାର ସୁଯୋଗ ମିଳିଛି। ଏହାକୁ ବିଶ୍ୱସ୍ତରୀୟ ଐତିହ୍ୟ ସହର କରିବା ଲାଗି କାମ ଚାଲିଛି। ଏଠାକୁ ଆସୁଥିବା ଭକ୍ତ, ପର୍ଯ୍ୟଟକ ସର୍ବୋପରି ପୁରୀବାସୀ କିପରି ସୁରକ୍ଷିତ ଏବଂ ନିରାପଦ ମଣିବେ ତାହା ଉପରେ ଗୁରୁତ୍ୱ ଦିଆଯିବ। ଅସାମାଜିକ ତତ୍ତ୍ବ ଏବଂ ଅପରାଧୀଙ୍କ ବିରୋଧରେ ଶତ ପ୍ରତିଶତ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। କୌଣସି ପ୍ରକାର ଅପରାଧକୁ ବରଦାସ୍ତ କରାଯିବ ନାହିଁ। ଆଇନଶୃଙ୍ଖଳା ଉପରେ ବି ନଜର ରଖିବାକୁ ହେବ। ପୋଲିସ ଓ ଜନତାଙ୍କ ମଧ୍ୟରେ ଥିବା ବ୍ୟବଧାନକୁ ଦୂରକରି ଜନସାଧାରଣ ପୋଲିସକୁ ସହଯୋଗ କଲେ ପୁରୀ ଅପରାଧମୁକ୍ତ ସହର ହୋଇପାରିବ ବୋଲି ଏସ୍‌ପି ପ୍ରକାଶ କରିଥିଲେ।
ଅଁଳା ନବମୀ, ନାଗାର୍ଜୁନ ବେଶ, ବଡଦିନ ଓ ନୂଆବର୍ଷ ଆଦି ସ୍ବତନ୍ତ୍ର ପର୍ବପର୍ବାଣି ପାଇଁ ପୋଲିସ ବ୍ୟବସ୍ଥା ସମ୍ପର୍କରେ ଏସ୍‌ପି ସିଂ କହିଥିଲେ, ଏଥିପାଇଁ ପୋଲିସ ଆରେଞ୍ଜମେଣ୍ଟ ଚାଲିଛି। ଜନସାଧାରଣଙ୍କ ସହଯୋଗରେ ଭିଡ଼ ନିୟନ୍ତ୍ରଣ, ଯାନିଯାତ୍ରା ଓ ପର୍ବପର୍ବାଣି ସମ୍ପନ୍ନ କରାଯିବ। ସେହିପରି ପିପିଲି ଥାନା ଥାର୍ଡ ଡିଗ୍ରୀ ଅଭିଯୋଗର ତଦନ୍ତ ଦାୟିତ୍ୱ ଡିଆଇଜିଙ୍କୁ ଦିଆଯାଇଛି। ଟାଉନ ଥାନାରେ ହୋଇଥିବା ଥାର୍ଡ ଡିଗ୍ରୀ ସଂକ୍ରାନ୍ତରେ ସେ ଅବଗତ ହେବା ପରେ ଯାହା କିଛି ପଦକ୍ଷେପ ନେବେ। ହାଜତ ମୃତ୍ୟୁ ଘଟଣା ସମ୍ପର୍କରେ କହିଥିଲେ, ଏନ୍‌ଏଚ୍‌ଆର୍‌ସି ଗାଇଡ୍‌ଲାଇନ ଅନୁସାରେ ଏହାର ତଦନ୍ତ ଚାଲିଛି। ଆଗକୁ ସତ୍ୟ କ’ଣ ତାହା ସ୍ପଷ୍ଟ ଜଣାପଡ଼ିବ। ଏହାର ବିଚାର ବିଭାଗୀୟ ତଦନ୍ତ ପାଇଁ ଚିଠି ଯାଇଛି। ଖୁବ୍‌ଶୀଘ୍ର ନ୍ୟାୟିକ ତଦନ୍ତ ହେବ ବୋଲି ଆଶା କରୁଥିବା ଏସ୍‌ପି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଧୋନୀ, କପିଲଙ୍କୁ କ୍ଷମା ମାଗିଲେ ଯୁବରାଜ, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୩ା୪: କିମ୍ୱଦନ୍ତୀ ଅଲରାଉଣ୍ଡର ଯୁବରାଜ ସିଂଙ୍କ ବାପା ଯୋଗରାଜ ସିଂ କିଛି ବର୍ଷ ତଳେ ଦେଶର ଦୁଇ ମହାନ୍‌ କ୍ରିକେଟ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଓ…

ଥମୁନି ଦାଦନ ଦୁଖଃ: ତାମିଲନାଡୁରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର,୩ା୪(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ କୋଳିହଳା ଗ୍ରାମର ଜଣେ ଦାଦନ ଶ୍ରମିକଙ୍କ କୋଏମ୍ୱାଟୁରରେ ହୃଦ୍‌ଘାତରେ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ବେହେରା(୪୫)।…

ଏମିତି ବି ଆସେ ମୃତ୍ୟୁ: ରାତିରେ ଖାଇପିଇ ଶୋଇଲେ ସକାଳକୁ…

ପାତ୍ରପୁର,୩।୪(ଉମାଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ କୋଳିହଳା ଗ୍ରାମର ବାସୁଦେବ ବେହେରା(୪୫)କୋଏମ୍ବାଟୁରର ଏକ ସୁତା କଳରେ ଦାଦନ ଖଟୁଥିବା ବେଳେ ଗୁରୁବାର ରାତିରେ ହୃଦଘାତରେ ତାଙ୍କର…

ବନ୍ଧୁ ମିଳନ ନାମରେ ବଳ କଷିଲେ ଯୁବ ଗୋଷ୍ଠୀ: ସାମିଲ ହେଲେ ଶହ ଶହ…

ଗଞ୍ଜାମ,୩।୪(ବିଦ୍ୟାଧର ସାହୁ ): ୧୬ ନଂ ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ମା’ ଏଲେମା ମନ୍ଦିର ପ୍ରାଙ୍ଗଣରେ ଗଞ୍ଜାମ ସହରର ଏକ ବନ୍ଧୁ ମିଳନ କାର୍ଯ୍ୟକ୍ରମ ଶୁକ୍ରବାର…

ଉତ୍ସବମୁଖର ଦାରିଙ୍ଗବାଡି: ଉତ୍ସାହ ସହ ପାଳନହେଲା ଗୁଡ ଫ୍ରାଇଡେ, ଯୀଶୁଖ୍ରୀଷ୍ଟଙ୍କ ଯାତନାର ଦୃଶ୍ୟ…

ଦାରିଙ୍ଗବାଡି,୩।୪ (ଅରୁଣ ସାହୁ): ଗୁଡ୍‌ ଫ୍ରାଇଡେ ପାଇଁ କନ୍ଧମାଳ ଜିଲା  ଉତ୍ସବ ମୁଖର ହୋଇଥିବା ବେଳେ ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ମଧ୍ୟ ଏହି ପର୍ବ ବଡ଼ ଧୁମଧାମରେ…

ମାମୁଁ ଘରକୁ ଆସି ଗତକାଲିଠୁ ଥିଲେ ନିଖୋଜ: ଆଜି କେନାଲରୁ ମିଳିଲା ମୃତଦେହ, ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ପଟ୍ଟାମୁଣ୍ଡାଇ ୩।୪(କଳ୍ପତରୁ ନାୟକ) କେନ୍ଦ୍ରାପଡା ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗୁରୁବାର ପୂର୍ବାହ୍ନରୁ ନିଖୋଜ ଥିବା ଜଣେ ୭ ବର୍ଷୀୟ ନାବାଳିକା ସ୍କୁଲ…

ଇସ୍ରାଏଲକୁ ‘ପଙ୍ଗୁ’ କରିଦେଲା ଇରାନ: IDF ‘ଗୁପ୍ତଚର’ଙ୍କୁ ତାଲିମ ଦେଇଥିବା କାରଖାନାକୁ ଉଡ଼ାଇ ଦେଲା

ତେହରାନ,୩।୪: ଇରାନ ପୁଣିଥରେ ଇସ୍ରାଏଲର ଏକ ଉଚ୍ଚ-ପ୍ରଯୁକ୍ତି ପ୍ରତିରକ୍ଷା କେନ୍ଦ୍ର ଉପରେ ଏକ ସଠିକ ବାଲିଷ୍ଟିକ କ୍ଷେପଣାସ୍ତ୍ର ଆକ୍ରମଣ କରିଛି। ଏଥର, ଟାର୍ଗେଟ ଥିଲା ପେଟାହ ଟିକଭା…

ଆମେରିକାକୁ ଇରାନର ଖୋଲା ଧମକ, କହିଲା ‘ଆମେ ଆମେରିକାକୁ ପ୍ରସ୍ତର ଯୁଗଠାରୁ ବି ପୂର୍ବ ଯୁଗକୁ ଫେରାଇ ଦେବୁ’

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ଏବେ ଆହୁରି ବିପଦପୂର୍ଣ୍ଣ ପର୍ଯ୍ୟାୟରେ ପ୍ରବେଶ କରିଛି। ଏହି ମୁକାବିଲା ଆଉ କେବଳ ଦୁଇଟି ରାଷ୍ଟ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri