ନିଶା କାରବାର ଯୋଗୁ ବଢୁଛି ଅପରାଧ: ଏସ୍‌ପିଙ୍କୁ ଫେରାଦ ହେଲା ଅଭିଭାବକ ସଂଘ

ବରଗଡ଼ ଅଫିସ,୩।୧୦: ବରଗ ଜିଲାରେ ନିଶା କାରବାର ବଢି ଚାଲିଛି। କଫ ସିରପ୍‌, ନିଶା ବଟିକା ଆଦି ସେବନ କରି ଯୁବପିଢି ପଥଭ୍ରଷ୍ଟ ହେଉଛନ୍ତି। ଏପରିକି ଚୋରି, ଡକାୟତି, ଲୁଟପାଟଠାରୁ ଆରମ୍ଭ କରି ହତ୍ୟାକାଣ୍ଡ ଭଳି ଅପରାଧ ଘଟାଇ ଚାଲିଛନ୍ତି ବୋଲି ବରଗଡ଼ ଜିଲା ଅଭିଭାବକ ସଂଘ ଅଭିଯୋଗ କରିଛି । ସହରର ବିଭିନ୍ନ ସ୍ଥାନରେ ମଧ୍ୟ ଏଭଳି ନିଶା କାରବାର ଅବାଧରେ ଚାଲିଥିବା ଅଭିଯୋଗ ହୋଇଛି। ଏଥିପାଇଁ କୋମଳମତି ପିଲାମାନଙ୍କ ଉପରେ ଏହାର କୁପ୍ରଭାବ ପଡୁଛି। ଫଳରେ ନିଶା କାରବାର ରୋକିବା ଦିଗରେ ବିହିତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଅଭିଭାବକ ସଂଘ ଦାବି କରିଛି। ଏହି ଦାବି ନେଇ ଅଭିଭାବକ ସଂଘ ପକ୍ଷରୁ ଶନିବାର ଏସ୍‌ପି ପଦ୍ମିନୀ ସାହୁଙ୍କୁ ଏକ ସ୍ମାରକପତ୍ର ପ୍ରଦାନ କରାଯାଇଛି। ସଂଘର ଆବାହକ ବିମଳ କୁମାର ଦାଶ, ସୁଜିତ ମିଶ୍ର, ସୁଶାନ୍ତ ହୋତା ପ୍ରମୁଖ ସ୍ମାରକପତ୍ର ପ୍ରଦାନ ସମୟରେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚଳନ୍ତା କଣ୍ଟେନରକୁ ପଛପଟୁ ଧକ୍କା ଦେଲା କାର: ଆଉ ତା’ପରେ…

ବାହାନଗା, ୧୧।୨(ଅରୂପ କୁମାର ଦାସ): ବାଲେଶ୍ୱର ଜିଲା ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ତଳନଗରଠାରେ ଏକ ଚଳନ୍ତା କଣ୍ଟେନର ପଛକୁ ଏକ କାର ଧକ୍କା…

ଖେଳାଳିଙ୍କ ପ୍ରତି କଠୋର ହେଲା BCCI: ଏହି ସର୍ତ୍ତ ପୂରଣ କରିବାକୁ କଲା ମନା

ନୂଆଦିଲ୍ଲୀ,୧୧।୨: ICC ଟି୨୦ ବିଶ୍ୱକପ ଆରମ୍ଭ ହେବା ପୂର୍ବରୁ, BCCI ଟିମ ଇଣ୍ଡିଆର ଖେଳାଳିମାନଙ୍କ ପ୍ରତି କଠୋର ଆଭିମୁଖ୍ୟ ଗ୍ରହଣ କରିଛି। ବୋର୍ଡ ସ୍ପଷ୍ଟ ଭାବରେ କହିଛି,…

ପାକିସ୍ତାନ ବିପକ୍ଷ ବଡ଼ ମ୍ୟାଚ ପୂର୍ବରୁ ଭାରତକୁ ଝଟ୍‌କା, ଟି-୨୦ ବିଶ୍ୱକପ ମଧ୍ୟରେ ହସ୍ପିଟାଲରେ ଭର୍ତ୍ତି ହେଲେ…

ନୂଆଦିଲ୍ଲୀ,୧୧।୨: ଟି-୨୦ ବିଶ୍ୱକପ ମଧ୍ୟରେ ଟିମ ଇଣ୍ଡିଆର ସମସ୍ୟା ବଢ଼ିଛି। ଷ୍ଟାର ଓପନର ଅଭିଷେକ ଶର୍ମା ଅସୁସ୍ଥ ଅଛନ୍ତି। ଟିମ ମ୍ୟାନେଜମେଣ୍ଟ ଏହା ଘୋଷଣା କରିଛି। ଶର୍ମା…

ଭାଇର ମୃତ୍ୟୁ ଖବର ଶୁଣି ଟଳିପଡିଲେ ବଡ଼ ଭାଇ, ଜଳିବ ଦୁଇ ଭାଇଙ୍କ ଜୁଇ, ଦୁଃଖରେ ଭାଙ୍ଗିପଡିଛି ପରିବାର

ମୋରଡା,୧୧।୨(ସ୍ମାରକ ମାଜୀ): ଜଳିବ ଦୁଇ ଭାଇଙ୍କ ଜୁଇ। ଦିନେ ହାତ ଧରା ଧରି ଛୋଟରୁ ବଡ଼ ହୋଇଥିଲେ। ଦୁହେଁ ଦୁହିଁଙ୍କୁ ନ ଦେଖିଲେ ରହି ପାରୁନଥିଲେ। ଦୁଇ…

୧୫ ଦିନ ତଳେ କିଣିଥିଲେ ବ୍ୟାଟେରୀ ସ୍କୁଟି, ରାତିରେ ହୁତୁହୁତୁ ହୋଇ ଜଳିଗଲା…

ରାୟଗଡ଼ା,୧୧।୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ବ୍ଲକ ମହକୁମା ଠାରୁ ମାତ୍ର ୩ କିମି ଦୂରରେ ଅବସ୍ଥିତ ପିତାମହଲ ଗ୍ରାମ ବାସିନ୍ଦା ତଥା ବରିଷ୍ଠ ଆଇନଜୀବୀ ବିଭୁ ପ୍ରଧାନଙ୍କ…

ନ୍ୟୁଜିଲାଣ୍ଡକୁ ବଡ଼ ଝଟକା: ଟି-୨୦ ବିଶ୍ୱକପରୁ ବାହାରିଲେ ଏହି ବଡ଼ ଖେଳାଳି

ନୂଆଦିଲ୍ଲୀ,୧୧।୨: ନ୍ୟୁଜିଲାଣ୍ଡ ICC ଟି-୨୦ ବିଶ୍ୱକପ ୨୦୨୬ରେ ଲଗାତାର ଦୁଇଟି ମ୍ୟାଚ ଜିତି ଏକ ଦୃଢ଼ ଆରମ୍ଭ କରିଥିଲା, କିନ୍ତୁ କିୱି ଦଳ ଚଳିତ ଟୁର୍ନାମେଣ୍ଟରେ ଏକ…

ଡେଡ୍‌ଲାଇନ୍‌ ଘୋଷଣା: ୨୭ ପରେ ଅନୁଦାନ ମନା

ଭୁବନେଶ୍ୱର,୧୧ା୨(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ଚଳିତ ମାସ ୧୭ରୁ ଆରମ୍ଭ ହେବାକୁଥିବା ବଜେଟ ଅଧିବେଶନକୁ ଦୃଷ୍ଟିରେ ରଖାଯାଇ ଅର୍ଥ ବିଭାଗ ପକ୍ଷରୁ ସବୁ ବିଭାଗ ପାଇଁ ଅର୍ଥ…

ବାଚସ୍ପତିଙ୍କ ବିରୋଧରେ ଅନାସ୍ଥା ନୋଟିସ

ନୂଆଦିଲ୍ଲୀ,୧୧ା୨: ଲୋକ ସଭା ବାଚସ୍ପତି ଓମ୍‌ ବିର୍ଲାଙ୍କୁ ପଦବୀରୁ ହଟାଇବା ପାଇଁ ବିରୋଧୀ ଦଳଗୁଡ଼ିକ ମଙ୍ଗଳବାର ଅନାସ୍ଥା ପ୍ରସ୍ତାବ ନୋଟିସ ଦାଖଲ କରିଛନ୍ତି। ବିର୍ଲା ଗୃହକାର୍ଯ୍ୟ ପରିଚାଳନାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri