ଧର୍ମଶାଳାରେ ବଢ଼ି ଚାଲିଛି ଆପରାଧିକ କାର୍ଯ୍ୟକଳାପ

ଧର୍ମଶାଳା/କାଏମା,୧୪ା୧୨(ବଟକୃଷ୍ଣ ପରିଡ଼ା/ଶିବପ୍ରସାଦ ମହାନ୍ତି):ଧର୍ମଶାଳା ଥାନା ଅଞ୍ଚଳରେ ଆପରାଧିକ କାର୍ଯ୍ୟକଳାପ ବଢ଼ିବାରେ ଲାଗିଛି। ଏଠାରେ ୭ ଦିନ ମଧ୍ୟରେ ୩ ଅପହରଣ ଉଦ୍ୟମ ଘଟଣା ଘଟିବା ପରେ ବିଦ୍ୟାଳୟ ଛାତ୍ରୀଛାତ୍ର ଓ ଅଭିଭାବଙ୍କଙ୍କ ମନରେ ଭୟର ବାତାବରଣ ଦେଖାଦେଇଛି। ସ୍କୁଲ୍‌କୁ ପିଲାଙ୍କୁ ଛାଡ଼ିବା ପାଇଁ ଅଭିଭାବକ ଭୟ କରୁଛନ୍ତି। ଚାରିଆଡ଼େ ଆଲୋଚନାର ବିଷୟ ପାଲଟିଛି ଏହି ଅପହରଣ ଉଦ୍ୟମ ଘଟଣା। ସ୍କୁଲ୍‌ ଯିବା ବାଟରେ ଛାତ୍ରୀଛତ୍ରଙ୍କୁ ଟାର୍ଗେଟ କରୁଛନ୍ତି ଅପହରଣକାରୀ। ଏମାନେ ବିଭିନ୍ନ ପ୍ରକାର ପ୍ରଲୋଭନ ଦେଖାଇ, ଡରାଇ ଧମକାଇ ପିଲାଙ୍କୁ ଅପହରଣ କରିବା ପାଇଁ ଉଦ୍ୟମ କରୁଛନ୍ତି। ସେହିପରି ରୋଡ ରୋମିଓଙ୍କ ସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି। ଦ୍ରୁତଗତିରେ ଗାଡ଼ି ଚାଳନା ସହ ବିକଟାଳ ଶବ୍ଦ କରି ଅଞ୍ଚଳରେ ହଇଚଇ ସୃଷ୍ଟି କରିଛନ୍ତି ରୋଡ୍‌ ରୋମିଓ।
ଗତ ୬ ତାରିଖରେ ଧର୍ମଶାଳା ଆଦର୍ଶ ବିଦ୍ୟାଳୟ ଛାତ୍ର ସାଇ ପ୍ରସାଦଙ୍କୁ ଅପହରଣ ଉଦ୍ୟମ ହୋଇଥିଲା। ଗତ ସୋମବାର ଜାରକା ଜମୁବଣିଆ ଅଞ୍ଚଳରେ ଥିବା ଗୁରୁକୁଳର ୫ମ ଶ୍ରେଣୀ ଛାତ୍ର ସୂର୍ଯ୍ୟଂଶୁ ବାରିକ ସ୍କୁଲ୍‌ରୁ ଫେରୁଥିବା ସମୟରେ ତାଙ୍କ ଘର ନିକଟ ରାସ୍ତାରେ ଦୁଇ ଯୁବକ ବାଇକ୍‌ରେ ଆସି ତାଙ୍କୁ ଅଟକାଇ କୁରକୁରେ ଖାଇବାକୁ ଯାଚିଥିଲେ। ସେ ନିଜ ବୁଦ୍ଧି ବଳରେ ନିଜକୁ ବଞ୍ଚାଇଥିଲେ। ମଙ୍ଗଳବାର ଏହି ଅଞ୍ଚଳର ବାଣୀପୀଠ ବିଦ୍ୟାଳୟର ୭ମ ଶ୍ରେଣୀର ଜଣେ ଛାତ୍ରୀଙ୍କୁ କେହି ଦୁର୍ବୃତ୍ତ ଅପହରଣ ଉଦ୍ୟମ କରିଥିଲେ। ତାଙ୍କୁ ଅଚେତ ଅବସ୍ଥାରେ ଏକ ବୁଦାମୂଳରୁ ଉଦ୍ଧାର କରାଯାଇଥିଲା। ସ୍କୁଲ ଯାଉଥିବା ସମୟରେ ୩ ଅପରିଚିତ ଯୁବକ ତାଙ୍କୁ ବାଟରେ ଅଟକାଇ ତାଙ୍କ ମୁଣ୍ଡକୁ ଆଘାତ କରିଥିଲେ। ଫଳରେ ଛାତ୍ରୀ ଜଣଙ୍କ ଚେତାଶୂନ୍ୟ ହୋଇଯାଇଥିଲେ। ପରିବାର ଲୋକେ ଧର୍ମଶାଳା ଥାନାର ଦ୍ବାରସ୍ଥ ହୋଇଥିଲେ। ଛାତ୍ରୀ ଜଣଙ୍କ ବ୍ୟାଗରେ ଥିବା ମୋବାଇଲକୁ ଟ୍ରାକ କରି ତାଙ୍କୁ ଉଦ୍ଧାର କରାଯାଇଥିଲା। ଏବେ ସେ କଟକ ବଡ଼ ଡାକ୍ତରଖାନାରେ ଚିକିତ୍ସାଧୀନ ଅଛନ୍ତି। ଏସବୁ ଘଟଣାରେ ସମ୍ପୃକ୍ତ ସମସ୍ତ ଅଭିଯୁକ୍ତଙ୍କୁ ତୁରନ୍ତ ଗିରଫ ପାଇଁ ଦାବି ହୋଇଛି। ଏ ସମ୍ପର୍କରେ ଯାଜପୁର ଏସ୍‌ଡିପିଓ ସଞ୍ଜୟ କୁମାର ପଟ୍ଟନାୟକଙ୍କୁ ପଚାରିବାରେ ସେ କହିଛନ୍ତି, ଏହା ଉପରେ ନଜର ରଖାଯିବା ସହ ଅଞ୍ଚଳରେ କଡ଼ାକଡ଼ି ଯାଞ୍ଚ ଉପରେ ଦୃଷ୍ଟି ଦିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଠିକଣା ପଚାରିବା ଆଳରେ ଅପହରଣ ଉଦ୍ୟମ: ରାୟଗଡ଼ାରେ ଅଳ୍ପକେ ବର୍ତ୍ତିଲା ୧୨ ବର୍ଷର ପିଲା, ସହରରେ ଚାଞ୍ଚଲ୍ୟ

ରାୟଗଡା, ୨୪।୩(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡା ସହର ଅଞ୍ଚଳରେ ଏକ ଚିନ୍ତାଜନକ ଘଟଣା ସାମ୍ନାକୁ ଆସିଛି। ଆଜି ରାତ୍ର ପ୍ରାୟ ସାଢେ ୮ଟା ସମୟରେ ଜଣେ ୧୨…

ଥୁଆମୂଳ ରାମପୁରରେ ବାଘ ଆତଙ୍କ: ଜନଗହଳିପୂର୍ଣ୍ଣ ସାପ୍ତାହିକ ବଜାର ନିକଟରେ ବୁଲୁଛି ମହାବଳ, ଭୟଭୀତ ଅଞ୍ଚଳବାସୀ…

ଥୁଆମୂଳ ରାମପୁର, ୨୪।୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜଲା ଥୁଆମୂଳ ରାମପୁର ବ୍ଲକ ତଳଆମ୍ବ ପଦର ପଞ୍ଚାୟତ ଅଞ୍ଚଳରେ ଏବେ ବାଘ ଆତଙ୍କ ଖେଳିଯାଇଛି। ମୁଖ୍ୟ ରାସ୍ତା…

IPL ଇତିହାସର ସବୁଠାରୁ ବଡ଼ ଡିଲ: ରାଜସ୍ଥାନ ରୟାଲ୍ସ ପରେ ବିକ୍ରି ହୋଇଗଲା RCB, ରେକର୍ଡ ୧୬,୬୬୦ କୋଟିରେ କିଣିଲେ…

ନୂଆଦିଲ୍ଲୀ, ୨୪।୩: ଆଇପିଏଲ୍‌ ୧୯ତମ ସିଜନ ଆରମ୍ଭ ହେବାକୁ ମାତ୍ର ୪ ଦିନ ବାକି ଥିବା ବେଳେ କ୍ରିକେଟ ଜଗତରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି।…

ଥୁଆମୂଳ ରାମପୁରରେ ମା’ ଗଙ୍ଗାଦୀଙ୍କ ଚୈତ୍ର ଯାତ୍ରା ଆରମ୍ଭ: ଅନ୍ଧାରରେ ମା’ଙ୍କ ପରିକ୍ରମା, ପୂଜା କମିଟିର ଅବ୍ୟବସ୍ଥାକୁ ନେଇ …

ଥୁଆମୂଳ ରାମପୁର, ୨୪।୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ପାରମ୍ପରିକ ଓ ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ମା’ ଗଙ୍ଗାଦୀ ଠାକୁରାଣୀଙ୍କ ପ୍ରସିଦ୍ଧ ୮…

ମା’ ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା ପାଇଁ ଉତ୍ସବମୁଖର ତିଳେଶ୍ୱର ଗାଁ: ପୋଷ୍ୟ ଗ୍ରାମ ଘୋଷଣା କଲା ବ୍ଲକ ପ୍ରଶାସନ

ଦିଗପହଣ୍ଡି, ୨୪।୩ (ଅଶେଷ ନାଥ ମିଶ୍ର):  ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମୌଳାଭଞ୍ଜା ପଞ୍ଚାୟତର ଐତିହାସିକ ଗ୍ରାମ ତିଳେଶ୍ୱର ଏବେ ଉତ୍ସବମୁଖର। ମଙ୍ଗଳବାରଠାରୁ ଗ୍ରାମଦେବତୀ ମା’ ବୁଢ଼ୀ…

ରେଳମନ୍ତ୍ରୀଙ୍କୁ ଭେଟିଲେ ଏମପି ପ୍ରଦୀପ ପୁରୋହିତ: ପଶ୍ଚିମ ଓଡ଼ିଶାର ରେଳ ସମସ୍ୟାର ସମାଧାନ ପାଇଁ…

ବରଗଡ,୨୪।୩(ପ୍ରେମାନନ୍ଦ ଖମାରୀ) – ପଶ୍ଚିମ ଓଡ଼ିଶାରେ ରେଳ ବିକାଶ ନେଇ ବରଗଡ଼ ଲୋକସଭା ସାଂସଦ(ଏମପି) ପ୍ରଦୀପ ପୁରୋହିତ ମଙ୍ଗଳବାର କେନ୍ଦ୍ର ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବଙ୍କଠାରେ ଦାବି କରିଛନ୍ତି।…

ପାଣି ଟାଙ୍କିରେ ଅଜଣା ବ୍ୟକ୍ତିଙ୍କ ମୃତଦେହ, ହତ୍ୟା କରି ପ୍ରମାଣ ନଷ୍ଟ କରିବାକୁ ଫିଙ୍ଗି ଦେଇଥିବା ସନ୍ଦେହ, ଖୋଳତାଡ଼ କରୁଛି…

ବଲାଙ୍ଗୀର, ୨୪।୩ (ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ଥାନା ଅନ୍ତର୍ଗତ ଡୁଙ୍ଗିବାହାଲ ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ଥାନୀୟ ଚେକ୍‌ ଡ୍ୟାମ…

ପୁଣି ଅଶାନ୍ତ ବରଗଡ଼: ଅଟୋ ଚାଳକଙ୍କୁ ସାଇଡ୍‌ ଦେବାକୁ କହିବାରୁ ଭୁଜାଲି ମାଡ଼, ଭୟଭୀତ ସହରବାସୀ…

ବରଗଡ଼, ୨୪।୩ (ପ୍ରେମାନନ୍ଦ ଖମାରୀ): କିଛି ଦିନର ଶାନ୍ତି ପରେ ବରଗଡ଼ ସହର ପୁଣି ଅଶାନ୍ତ ହୋଇପଡ଼ିଛି। ମଙ୍ଗଳବାର ସନ୍ଧ୍ୟାରେ ସ୍ଥାନୀୟ ଟାଉନ ଥାନା ସମ୍ମୁଖ ହାଟପଦା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri